Posted inRasifala

ରାଶିଫଳ: ଶନିବାର, ମାର୍ଚ୍ଚ ୨ ତାରିଖ – Daily Horoscope

ମେଷ
ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିପାରିବା ଯୋଗୁ ମାନସିକ ଶାନ୍ତି ଲଭିବେ। ପୂର୍ବ ଯୋଜନା ଅନୂଯାୟୀ ପରିସ୍ଥିତିକୁ ସାମ୍ନା କରିବାକୁ ଚେଷ୍ଟା କଲେ ଉପକୃତ ହେବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ। ଆପୋସ ଆଲୋଚନା ଦ୍ୱାରା ପାରିବାରିକ ସମସ୍ୟାର ସମାଧାନ ହୋଇପାରିବ।
ବୃଷ
ବୃଷ
ସହକର୍ମୀଙ୍କ ସକ୍ରିୟ ସହଯୋଗରୁ କୌଣସି କାମ ଅଟକିବ ନାହିଁ। ଅଭାବ ପୂରଣ ଦିଗରେ କୌଣସି ଭଦ୍ର ମହିଳାଙ୍କ ସାହାଯ୍ୟ ଅର୍ଥାଭାବ ଜନିତ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ଶିକ୍ଷା, ପରୀକ୍ଷା, ସମ୍ପର୍କ ସ୍ଥାପନ, ଯୋଗାଯୋଗ କ୍ଷେତ୍ର୍ରରେ ସୁଫଳ ପାଇବେ।
ମିଥୁନ
ମିଥୁନ
ସ୍ବାସ୍ଥ୍ୟରେ ଉନ୍ନତି, ଗୃହ ନିର୍ମାଣ ଏବଂ ଜମିଜମା କାରବାରରେ ଅଗ୍ରଗତି ଘଟିବ। ଆନୁଷ୍ଠାନିକ କାର୍ଯ୍ୟକ୍ରମ, ସଭାସମିତି ଓ ପାରିବାରିକ ଦିଗରୁ ଅନୁକୂଳ ଫଳ ପାଇବେ। ଗବେଷଣା, ପ୍ରେସ୍‌ ପବ୍ଲିକେଶନ, ସାମ୍ବାଦିକତା କ୍ଷେତ୍ରରେ ପ୍ରତିବନ୍ଧକର ସାମ୍ନା କରିବେ। ପୁରାତନ ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି।
କର୍କଟ
କର୍କଟ
ଆଜି ନୂତନ କର୍ମାରମ୍ଭ,ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ, ଦୂରଯାତ୍ରା ଓ ବନ୍ଧୁମିଳନ ଜନିତ ମନ ଏକପ୍ରକାର ଖୁସି ରହିବ। ପାରିବାରିକ ସ୍ଥିରତା ଅକ୍ଷୁଣ୍ଣ ରହିବା ସାଙ୍ଗକୁ ଅର୍ଥାଭାବ ଦୂରେଇଯିବ। କିନ୍ତୁ କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। ପରିବାରରେ ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହୋଇପାରନ୍ତି।
ସି˚ହ
ସି˚ହ
ଆଜି ସାହିତ୍ୟ,ସଙ୍ଗୀତ,ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ଖୁସି ମନାଇବେ। ସକାଳ ସମୟଟି ପ୍ରାୟତଃ ଭଲ ରହିବ ତଥାପି ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ସାଧାରଣ ଯୁକ୍ତିତର୍କକୁ କେନ୍ଦ୍ରକରି ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିପାରେ। ସାମୟିକ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରି ରଖିପାରେ।
କନ୍ୟା
ସାମାଜିକ ସ୍ତରରେ ସୁସମ୍ପର୍କ ହ୍ରାସ ଏବଂ ପରିବାରରେ ମତାନ୍ତରର ଆଶଙ୍କା ଦେଖାଦେଇପାରେ। ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ କିମ୍ବା ଜମିଜମା ସମ୍ବନ୍ଧୀୟ ସମସ୍ୟାର ସମାଧାନ ଆଶା କରାଯାଇପାରେ। ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ଦ୍ୱାରା ମାନସିକ ଅସ୍ଥିରତା ସୃଷ୍ଟିହେବ। ବ୍ୟବସାୟିକ ସ୍ଥିତି ଓ କଚେରି ମାମଲା ସମସ୍ୟା ନିୟନ୍ତ୍ରଣାଧୀନ ରହିବ।
ତୁଳା
ତୁଳା
ବନ୍ଧୁଙ୍କ ସହାୟତା ପାଇ ଚେଷ୍ଟା କରୁଥିବା କାମକୁ ସାକାର କରିପାରିବେ। ଭଲ ସମ୍ପର୍କ ନ ଥିବା ବ୍ୟକ୍ତି ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବେ। କର୍ମକ୍ଷେତ୍ରରେ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିବେ। ସଭାସମିତିରେ ନିଷ୍ପତ୍ତି ବଦଳାଇବା ଫଳରେ ଅପ୍ର୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିପାରେ।
ବିଛା
ବିଛା
ଭୁଲ୍‌ ବୁଝାମଣାଜନିତ ପାରିବାରିକ ବିଶୃଙ୍ଖଳା ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ। କୌଣସି ନିର୍ଦ୍ଦିଷ୍ଟ ସ୍ଥାନରେ ବେଶି ସମୟ ସ୍ଥିର ଭାବରେ ରହିପାରିବେ ନାହିଁ। ଅବଶ୍ୟ ପ୍ରତିଯୋଗିତାରେ ସଫଳତା, ମାଲିମକଦ୍ଦମାରେ ବିଜୟ ଯୋଗୁ ମନ ଖୁସି ରହିବ। ବହୁତ ଦିନହେଲା ପାଇ ନଥିବା ଜିନିଷକୁ ବନ୍ଧୁଙ୍କ ସାହାଯ୍ୟରେ ପାଇପାରନ୍ତି।
ଧନୁ
ଧନୁ
ସକାଳୁ କର୍ମାରମ୍ଭ ପାଇଁ ସଂକଟର ସମ୍ମୁଖୀନ ହୋଇପାରନ୍ତି। ରଚନାତ୍ମକ କାର୍ଯ୍ୟ, ସାମ୍ବାଦିକତା, ପ୍ରକାଶନ, ପ୍ରଶାସନ, ରାଜନୀତି କ୍ଷେତ୍ରରେ ଶୁଭଫଳ ପାଇବେ। ଆର୍ଥିକ ଓ ପାରିବାରିକ ସ୍ଥିତି ପୂର୍ବବତ୍‌ ରହିବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ଲୋକସମ୍ପର୍କ ଧିମାଗତିରେ ଚାଲିପାରେ।
ମକର
ମକର
ଆପଣଙ୍କ କଥା ଓ କାମରେ ତାଳମେଳର ଅଭାବ ସମସ୍ୟା ସୃଷ୍ଟି କରିପାରେ। ବିବାଦୀୟ ଘଟଣା, ଗୃହ ନିର୍ମାଣ ଓ ପରିବହନରେ ସମସ୍ୟା ସମାଧାନରେ ସଫଳ ହେବେ। ନିଜସ୍ବ ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ପଡ଼ିପାରେ। ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ ଜୀବନରେ ତିକ୍ତତା ବୃଦ୍ଧିପାଇବ।
କୁମ୍ଭ
କୁମ୍ଭ
ବିଭିନ୍ନ ସୁଖ ସମ୍ଭୋଗ ଓ ବିଳାସବ୍ୟସନର ସୁଯୋଗ ପାଇଲେ ମଧ୍ୟ ତାହା ଉପଭୋଗ୍ୟ ହୋଇ ନ ପାରେ। ଗୃହ, ଯାନ, ଯାନ୍ତ୍ରିକ ଜିନିଷ, ଅଳଙ୍କାର କିଣିବାକୁ ମନ ବଳାଇପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବଢ଼ିବ ଓ ସ୍ଥଗିତ କାର୍ଯ୍ୟ ତ୍ୱରାନ୍ବିତ ହେବ। ଧନିଷ୍ଠା ନକ୍ଷତ୍ର ଆର୍ଥିକ ସମସ୍ୟା ଓ ପିଲାମାନଙ୍କ ବିବାହ ସମ୍ପର୍କୀୟ ଚିନ୍ତାରେ ଚିନ୍ତିତ ରହିବେ।
ମୀନମୀନ

ଦିନଟିରେ ଅର୍ଥଲାଭ, ସ୍ବାଦିଷ୍ଟ ଭୋଜନ, ବନ୍ଧୁଙ୍କ ଆଦରସୋହାଗ ମନକୁ ପ୍ରଫୁଲ୍ଲିତ କରି ରଖିବ। ଯୁକ୍ତିଯୁକ୍ତ କଥା କହି ଅସ୍ବାଭାବିକ ପରିସ୍ଥିତିକୁ ସ୍ବାଭାବିକ କରିବାରେ ସମର୍ଥ ହେବେ। ରାଜନୀତି ତଥା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ। ଆର୍ଥିକ ସ୍ବଚ୍ଛଳତା ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଧନସପ୍ତମାଧିପତି ଯୁକ୍ତ ହୋଇଥିବାରୁ ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି କିମ୍ବା ବିବାହ ସମସ୍ୟା ନେଇ ମାନସିକ…

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ କାମକୁ ସହଜ କରିବା ସକାଶେ ଆନୁଷଙ୍ଗିକ ଅନୁକୂଳ ପରିବେଶ ସୃଷ୍ଟି ହେବ। କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ ଭୁଲ୍‌ କାମ କରି ଅନୁତପ୍ତ ହେବେ। ପାଖକୁ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?