Posted inRasifala

ରାଶିଫଳ: ମଙ୍ଗଳବାର , ମାର୍ଚ୍ଚ ୫ ତାରିଖ – Daily Horoscope

ମେଷ
କାର୍ଯ୍ୟଦକ୍ଷତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ପ୍ରଶଂସା ପାଇ ଖୁସି ରହିବେ। କେତେକ ସ୍ଥଗିତ କାମ ସମ୍ପନ୍ନ ସକାଶେ ତତ୍ପର ରହିପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ, ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ଅଧ୍ୟାପନା, କ୍ରୀଡ଼ା ଓ ଚଳଚ୍ଚିତ୍ର, ସାହିତ୍ୟ, ସାମ୍ବାଦିକତା, ବକ୍ତୃତା ତଥା ପ୍ରତିଯୋଗିତା କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି।
ବୃଷ
ବୃଷ
କର୍ମକ୍ଷେତ୍ରରେ କାର୍ଯ୍ୟ ପରିସର ବୃଦ୍ଧି ଫଳରେ ଗୁଡ଼ିଏ କାମ ହାତକୁ ନେଇ ଟେନ୍‌ସନରେ ରହିବେ। କଳା, ସଙ୍ଗୀତ, ସାହିତ୍ୟ କ୍ଷେତ୍ରରୁ ସୁଫଳ ପାଇଲେ ମଧ୍ୟ ଆଶଙ୍କା ମଧ୍ୟରେ ଗତି କରିପାରନ୍ତି। ପାରିବାରିକ ସ୍ଥିତି ମନ୍ଦ ହେବନି, କିନ୍ତୁ ସାମୟିକ ମତାନ୍ତର ଘଟିବ। ବ୍ୟବସାୟିକ ଉତ୍କର୍ଷ, ବିବାଦୀୟ ପରିସ୍ଥିତିର ଶିଥିଳତାରୁ ଆଶ୍ୱସ୍ତି ମିଳିବ।
ମିଥୁନ
ମିଥୁନ
ଅତୀତ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ଜାଗ୍ରତ ହୋଇପାରେ। ଆଲୋଚନାକାଳରେ ବନ୍ଧୁଙ୍କ ନିକଟରେ ମନକଥାକୁ ଲୁଚାଇ ରଖିପାରିବେ ନାହିଁ। ସାଙ୍ଗଠନିକ, ରାଜନୈତିକ, ଆନୁଷ୍ଠାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ସରକାରୀ କ୍ଷେତ୍ରରୁ ଲାଭର ଆଶା ମନକୁ ଉଲ୍ଲସିତ କରିବ।
କର୍କଟ
କର୍କଟ
ଦୀର୍ଘମିଆଦୀ ସୂତ୍ରରେ ହାତକୁ ନେଇଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବାରେ ପ୍ରତିବନ୍ଧକ ରହିବ ନାହିଁ। ସଭାସମିତିରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭର ସୁଯୋଗ ପାଇବେ। ଘରର ବରାଦ ଅନୁଯାୟୀ ବିଳାସ ଉପକରଣ କିଣିପାରନ୍ତି। କଳା, କ୍ରୀଡ଼ା, ସଙ୍ଗୀତ ଓ ପ୍ରତିଯୋଗିତାରେ ନିଜର ଦକ୍ଷତା ପ୍ରତିପାଦନ କରି ପ୍ରଶଂସିତ ହେବେ।
ସି˚ହ
ସି˚ହ
ଯେତେ ଭଲ କାମ କଲେ ମଧ୍ୟ ସହାନୁଭୂତି କିମ୍ବା ପ୍ରଶଂସା ଦୁର୍ଲଭ ହୋଇପଡ଼ିବ। ବନ୍ଧୁଙ୍କ ଅନୁରୋଧ ରକ୍ଷାକରି ଦୂରଯାତ୍ରା କରିପାରନ୍ତି। ଘରୋଇ ସମସ୍ୟା ହେତୁ ମାନସିକ ଶାନ୍ତି ବ୍ୟାହତ ହେବାର ଆଶଙ୍କାକୁ ଏଡ଼ି ହେବନାହିଁ। ପ୍ରଶାସନ, ବ୍ୟବସାୟ, ବନ୍ଧୁମିଳନ, ଅର୍ଥପ୍ରାପ୍ତି, ସଭାସମିତିରେ ଯୋଗଦାନ ପ୍ରଭୃତି ସୁଯୋଗ ଜୁଟିପାରେ।
କନ୍ୟା
କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି କୌଣସି କାର୍ଯ୍ୟ ସକାଶେ ଅନୁରୋଧ କରିପାରନ୍ତି। ପରିବାରର ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିବେ। ଦକ୍ଷତାର ମୂଲ୍ୟାୟନର ବିଚାରବୋଧ ଆପଣଙ୍କ ସପକ୍ଷରେ ଯିବାର ସମ୍ଭାବନା ରହିଛି। ଚିତ୍ରା ନକ୍ଷତ୍ର ଅଭାବନୀୟ ପରିସ୍ଥିତି ମଧ୍ୟରେ କାମ କରିବାକୁ ବାଧ୍ୟ ହେବେ।
ତୁଳା
ତୁଳା
ଦିନ ଭିତରେ ଅର୍ଥନୈତିକ ଅବରୋଧ ହଟିଯିବ ଓ କର୍ମକ୍ଷେତ୍ରରେ ଜଟିଳତା ଦୂରେଇ ଯାଇପାରେ। ଶୁକ୍ରଙ୍କ ପ୍ରଭାବରୁ କଳା, କ୍ରୀଡ଼ା, ସଙ୍ଗୀତ, ପ୍ରତିଯୋଗିତା କ୍ଷେତ୍ରରେ ପ୍ରଶଂସାଭାଜନ ହେବେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ସମସ୍ୟା ଲାଗିରହିବ। ସଭାସମିତି ଆଲୋଚନାରେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିପାରନ୍ତି।
ବିଛା
ବିଛା
କର୍ମକ୍ଷେତ୍ରରେ କିଛି ମନ୍ତବ୍ୟକୁ କେନ୍ଦ୍ରକରି ବୟସ୍କ ବ୍ୟକ୍ତି ଜଣେ ଅସନ୍ତୋଷ ପ୍ରକାଶ କରିପାରନ୍ତି। ମାନସିକ ଦ୍ୱନ୍ଦ୍ୱ ଦୂରେଇଯିବ ଓ ଭାଙ୍ଗି ପଡ଼ିଥିବା ସମ୍ପର୍କର ପୁନରୁଦ୍ଧାର କରିପାରିବେ। କିଣାବିକା କ୍ଷେତ୍ରରେ କିମ୍ବା ଜମିଜମା କାରବାରରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। ବ୍ୟବସାୟ, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସମସ୍ୟା ଦୂର ହେବ।
ଧନୁ
ଧନୁ
ଅତୀତର ଅଯଥା କଥା ଚିନ୍ତାକରି ମନକୁ ବିଭ୍ରାନ୍ତ କରିପାରନ୍ତି। ଯାତ୍ରା ସମୟରେ ଅନ୍ୟମନସ୍କ ହେତୁ ଧନହାନି, କଳହ, ପ୍ରତାରଣା ଓ ଶାାରୀରିକ ଆଘାତ ପାଇବାର ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ। ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇବେ।
ମକର
ମକର
ପାରିବାରିକ ଜୀବନ ପ୍ରୀତିପ୍ରଦ ରହିବା ସହ ଲୋକ ସମ୍ପର୍କରେ ଉନ୍ନତି ହେବ। କର୍ମକ୍ଷେତ୍ରରେ ଉଚ୍ଚ ଚିନ୍ତା କରିବେ ଏବଂ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଭୁଲ୍‌ ବୁଝାମଣା କାରଣରୁ ଆମତ୍ୀୟଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ବନ୍ଧୁଙ୍କ ନିକଟରେ ବାକି ରହିଯାଇଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।
କୁମ୍ଭ
କୁମ୍ଭ
ସମସ୍ତ ସୁବିଧା ଥିଲେ ମଧ୍ୟ ହାତକୁ ନେଇଥିବା କାମଟି ବିଳମ୍ବରେ ଓ ବହୁ କଷ୍ଟରେ ସମ୍ପନ୍ନ ହେବ। ପୂର୍ବର କେତେକ ବିବାଦୀୟ କଥାକୁ ମନେପକାଇ ଆମତ୍ୀୟସ୍ବଜନ ଦୂରେଇ ଯାଇପାରନ୍ତି। ଅର୍ଥ ସମ୍ପର୍କୀୟ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିପାରେ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି।
ମୀନମୀନ

ଆଜିର ପ୍ରତ୍ୟୁଷ ଯାତ୍ରା ଫଳପ୍ରଦ ହେବ ଏବଂ ଅଭିଳଷିତ ଦ୍ରବ୍ୟ ପ୍ରାପ୍ତିରେ କୌଣସି ଅସୁବିଧା ରହିବ ନାହିଁ। ସଭାସମିତିରେ ସମ୍ମାନିତ ହେବେ ଏବଂ ଆନୁଷ୍ଠାନିକ କାମରେ ଦକ୍ଷତା ବୃଦ୍ଧି ପାଇବ। ଜଣେ ଅଜଣା ବନ୍ଧୁଙ୍କ ସାହାଯ୍ୟ ସବୁ ଦିନ ସକାଶେ ସ୍ମରଣୀୟ ରହି ଯାଇପାରେ। ସ୍ବକର୍ମ କ୍ଷେତ୍ରରେ ମଧ୍ୟ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ରହିବା ଭଲ ା


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ଦୈହିକ ସୁସ୍ଥତା ପ୍ରଦାନ କରିବା ସହ ବିବାଦରେ ବିଜୟୀ ହେବେ। ଦୃଢ଼ ପଦକ୍ଷେପ ନେଇ ଅସଜଡା ପରିସ୍ଥିତିକୁ ସୁଧାରି ନେବାର ପ୍ରଯତ୍ନ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୦ ତାରିଖ – Daily Horoscope

ମେଷ ପରିବାର ଖର୍ଚ୍ଚଭାରର ଆଧିକ୍ୟ,ପୁରାତନ ରୋଗର ପୀଡ଼ା ଏବଂ ପୂର୍ବ ଶତ୍ରୁତାରୁ ଚିନ୍ତିତ ରହିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ରର ପ୍ରତିଟି ସମସ୍ୟାକୁ ସୁଧାରି ନେବାରେ ଅସୁବିଧା ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୯ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ଉଚ୍ଚାବସ୍ଥାନ କାରଣରୁ ସ୍ବାସ୍ଥ୍ୟ ଭଲ ରହିବା ସହ ଅଭିଳଷିତ କାର୍ଯ୍ୟ ସମ୍ପନ୍ନ ହେବ। ଅସହିଷ୍ଣୁ ମନୋଭାବରୁ ଟିକିଏ କଥାରେ ବନ୍ଧୁଙ୍କ ସହ କଳହ ଲାଗିପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୮ ତାରିଖ – Daily Horoscope

ମେଷ ଆପଣଙ୍କ ଚିନ୍ତାନୁଯାୟୀ ଆଜିର କାମ ବନ୍ଧୁଙ୍କ ସହାୟତାରେ ସହଜରେ ସମ୍ପନ୍ନ ହେବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୭ ତାରିଖ – Daily Horoscope

ମେଷ ଆଜି ଏକାଦଶ ସ୍ଥାନରେ ଚନ୍ଦ୍ର ସମେତ ଚତୁଃଗ୍ରହ ଯୋଗ କାରଣରୁ ପ୍ରତ୍ୟେକ ଦିଗରୁ ଲାଭବାନ୍‍ ହେବେ। ସନ୍ତାନଙ୍କ କୃତି ଓ କୃତିତ୍ୱରୁ ଖୁସିହେବା ସହ ବନ୍ଧୁ…

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri