Posted inRasifala

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ ଉତ୍ସାହର ସହ କାମ କରିବାରେ ସମର୍ଥ ହେବେ। ଭୁଲ୍‌ ବୁଝାମଣା କାରଣରୁ ସବୁ ସୁବିଧା ଥିଲେ ମଧ୍ୟ ପାରିବାରିକ ଶାନ୍ତି ବ୍ୟାହତ ହେବ। ସାଧାରଣ ଘଟଣା ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ଈର୍ଷାପରାୟଣ ବ୍ୟକ୍ତିମାନେ ଅସହିଷ୍ଣୁ ମନୋଭାବ ନେଇ ପରୋକ୍ଷ ଶତ୍ରୁତା ଆଚରଣ କରିବେ।
ବୃଷ
ବୃଷ
ଆଜି ଅର୍ଥ ସଙ୍କଟ, ସ୍ବାସ୍ଥ୍ୟ ସମସ୍ୟା, କାର୍ଯ୍ୟରେ ବିଳମ୍ବଜନିତ ମାନସିକ ଅଶାନ୍ତି ଅନୁଭବ କରିବେ। ଟଙ୍କା ପଇସାର ଅଭାବ ରହିବ ନାହିଁ। ଯାତ୍ରା ସ୍ଥଗିତ ରହିଯାଇପାରେ। ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା ପାଇଁ ସମୟ ଲାଗିପାରେ। ବିବାଦୀୟ ଘଟଣାଠାରୁ ଦୂରେଇ ନ ରହିଲେ ନିଜ ଉପରକୁ କିଛି ପରିମାଣରେ ଝମେଲା ଆସିପାରେ।
ମିଥୁନ
ମିଥୁନ
ଦରକାରୀ କାଗଜପତ୍ର କିମ୍ବା ସୁନା ଜିନିଷ ହଜି ଯିବାର ସମ୍ଭାବନା ରହିଛି। ଯେଉଁ କାମରେ ଆଜି ହାତ ଦେବେ ସେଥିରେ ନିଶ୍ଚିତ ଭାବରେ ସଫଳତା ଅର୍ଜନ କରିବେ। ଆନୁଷ୍ଠାନିକ କାମ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଲକ୍ଷ୍ୟ ହାସଲରେ ଆଗେଇ ଯିବେ। ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ପ୍ରଗତିର ପଥରୋଧ କରିପାରେ।
କର୍କଟ
କର୍କଟ
ସାମାନ୍ୟ ଅସୁବିଧା ହେଲେ ମଧ୍ୟ ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସ୍ବାସ୍ଥ୍ୟରେ ଉନ୍ନତି ନ ଘଟିବାରୁ ଚିନ୍ତିତ ରହିପାରନ୍ତି। ସାଧାରଣ କଥାରେ ବନ୍ଧୁ ମୁହଁ ଫଣ ଫଣ କରିପାରନ୍ତି। ଆନୁଷ୍ଠାନିକ କାମ, ମନୋରଞ୍ଜନ, ଆଧ୍ୟାତ୍ମିକ ଆଲୋଚନା ତଥା ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କର ଖୁସି ହେବେ। ବ୍ୟବସାୟ, ବାଣିଜ୍ୟ, ପରିବହନ, ପ୍ରଶାସନ, ଯୋଗାଯୋଗ କ୍ଷେତ୍ରରୁ ଉପକୃତ ହେବେ। ସାମୟିକ ଭାବରେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ସୂଚନା ରହିଛି। ପରିବାରରେ କିମ୍ବା କର୍ମକ୍ଷେତ୍ରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ।
କନ୍ୟା
ସକାଳୁ ସକାଳୁ ସାମାନ୍ୟ କଥାକୁ କେନ୍ଦ୍ର କରି ବନ୍ଧୁଙ୍କ ସହ ମନାନ୍ତର ଯୋଗୁ ସୁଖ ରହିବ ନାହିଁ। କର୍ମ କ୍ଷେତ୍ରରେ ଉଚ୍ଚ ପଦାଧିକାରୀ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ। ଆତ୍ମୀୟସ୍ବଜନଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚିନ୍ତା ବଢିପାରେ। ଆଇନ ଅଦାଲତରୁ ସୁଫଳ ପାଇବେ ଏବଂ ସମସ୍ୟା ସମାଧାନ ହୋଇଯିବ।
ତୁଳା
ତୁଳା
ଆଜି ବନ୍ଧୁଙ୍କ ଜରିଆରେ କୌଣସି ଶୁଭ ଖବର ପାଇ ସକାଳ ସମୟଟି ଭଲରେ ଅତିବାହିତ ହେବ। ବିଭିନ୍ନ ଯୋଜନାର କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। କର୍ମକ୍ଷେତ୍ରରେ ଜଣେ ଅପରିଚିତ ବ୍ୟକ୍ତି ବହୁତ ସାହାଯ୍ୟ କରିବେ। ସନ୍ତାନଙ୍କ ବିବାହ ବିଷୟକୁ କେନ୍ଦ୍ରକରି ସମସ୍ୟା ଲାଗିରହିବ।
ବିଛା
ବିଛା
ଅତୀତ ସ୍ମୃତିଚାରଣ କରି ମାନସିକ ସ୍ତରରେ ବିଚଳିତବୋଧ କରିବେ। ଅଧିକ ସମୟ ପରିସ୍ଥିତିକୁ ନଜର ରଖି ନୀରବ ରହିବାକୁ ପସନ୍ଦ କରିପାରନ୍ତି। ଆଜିର ଯାତ୍ରାକାଳୀନ ଫେରନ୍ତା ବାଟରେ କୌଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି। ରକ୍ତଚାପ କିମ୍ବା ଡାଇବେଟିସ୍‌ଜନିତ ରୋଗରେ ପୀଡା ବୃଦ୍ଧି ପାଇପାରେ।
ଧନୁ
ଧନୁ
ସମ୍ପର୍କୀୟଙ୍କ ବେଖାତିର ମନୋଭାବ ସାଙ୍ଗକୁ ମର୍ମଭେଦୀ ବାକ୍ୟବାଣରେ ଅତିଷ୍ଠ ହୋଇପାରନ୍ତି। କର୍ମକ୍ଷେତ୍ରରେ ଅଧସ୍ତନଙ୍କୁ ଉପଯୁକ୍ତ ପରାମର୍ଶ ଏବଂ ଗଠନମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ। ଆଣ୍ଠୁଗଣ୍ଠି ବାତଜନିତ କଷ୍ଟ ପାଇବେ। ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି।
ମକର
ମକର
ଅନ୍ୟମାନଙ୍କ ପ୍ରରୋଚନାରେ ପଡି ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉତ୍ତୋଳନ କରିପାରନ୍ତି। ପାରିବାରିିକ ଜଞ୍ଜାଳ ବୃଦ୍ଧି ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ସଭାସମିତି, କଳା ସାହିତ୍ୟ, ଆନୁଷ୍ଠାନିକ କାମରେ ମନୋରଞ୍ଜନ ପ୍ରୀତିପଦ ହେବ। ବାଣିଜ୍ୟ, ବ୍ୟବସାୟ ମାନ୍ଦା ହେବ ନାହିଁ କିନ୍ତୁ କ୍ଷତି ନ ହେଲେ ମଧ୍ୟ ବିଶେଷ ଲାଭ ହେବ ନାହିଁ ।
କୁମ୍ଭ
କୁମ୍ଭ
ଆପଣଙ୍କ ଓଜନଦାର କଥାର ପ୍ରଭାବରେ ଆଜିର କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହୋଇଯିବାରୁ ଆନନ୍ଦିତ ରହିବେ। ଦୀର୍ଘ ଦିନରୁ ଅଟକି ରହିଥିବା କାମକୁ ସମ୍ପୂର୍ଣ୍ଣ କରିବେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଦୀର୍ଘ ସମୟ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।
ମୀନମୀନ

ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ କଳହ ଦେଖାଦେଇ ପାରେ। ପରିସ୍ଥିତିରେ ପଡି ବନ୍ଧୁଙ୍କ ଆଗରେ ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିବେ। ନିର୍ମାଣାଧୀନ କାମ ଶେଷ ପର୍ଯ୍ୟାୟକୁ ଯିବାପୂର୍ବରୁ ସମସ୍ୟା ଆସିପାରେ। ବନ୍ଧୁ ପରିଜନଙ୍କ ସହିତ ନୂତନ ସ୍ଥାନ ପରିଦର୍ଶନର ସୁଯୋଗ ଲାଭ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମାର୍ଚ୍ଚ ୮ ତାରିଖ – Daily Horoscope

ମେଷ ଆଜି ଗ୍ରହସ୍ଥିତିର ସୁପ୍ରଭାବରେ କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ଶୃଙ୍ଖଳିତ ରହିବ। ପିଲାଙ୍କ ଆବଶ୍ୟକତା ଅନୁସାରେ ଜିନିଷ ନ ଆଣିବାରୁ ମାନସିକ ଅଶାନ୍ତିର ସମ୍ମୁଖୀନ ହେବେ।…

ରାଶିଫଳ: ଶନିବାର, ମାର୍ଚ୍ଚ ୭ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟାଧିପତି ବୃହସ୍ପତିଙ୍କ ଦୃଷ୍ଟିରେ ଥିବାରୁ ନୂତନ ଯୋଜନାରମ୍ଭ କରିବାକୁ ମନ ବଳାଇପାରନ୍ତି। ଆତ୍ମୀୟଙ୍କ ସହଯୋଗରେ ଧାର୍ମିକ କାର୍ଯ୍ୟ ସକାଶେ ପୂର୍ବ ପ୍ରସ୍ତୁତି ଶେଷ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୬ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ସୁପ୍ରଭାବରୁ ସ୍ବାସ୍ଥ୍ୟରେ ଉନ୍ନତି ହେବ ଏବଂ ଅଭିଳାଷ ମଧ୍ୟ ପୂର୍ଣ୍ଣ ହୋଇଯିବ। ପାରିବାରିକ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହି ନ ପାରେ। ଅର୍ଥ…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୫ ତାରିଖ – Daily Horoscope

ମେଷ ଆଜି ଶୁଭଚନ୍ଦ୍ର ପ୍ରଭାବରୁ ଆର୍ଥିକ ଅଭିବୃଦ୍ଧି ସହିତ ନୂତନ ସମ୍ପର୍କ ସୃଷ୍ଟି ହୋଇପାରିବ। ଶନିଙ୍କ ଦୃଷ୍ଟି ପଥାରୁଢ ହେତୁ ଉପରିସ୍ଥଙ୍କ ଦାୟିତ୍ୱପୂର୍ଣ୍ଣ କାମଟି ପୂର୍ଣ୍ଣାଙ୍ଗ ନହୋଇପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୪ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହସ୍ଥିତିରୁ ଆପଣଙ୍କ ଏକାଧାରରେ କାର୍ଯ୍ୟସିଦ୍ଧି ସଙ୍ଗକୁ ବନ୍ଧୁ ମିଳନରୁ ଖୁସୀ ରହିବେ। ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା କାମରେ ଶୁଭ ସୂଚନା…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩ ତାରିଖ – Daily Horoscope

ମେଷ ପାପଗ୍ରହଯୁକ୍ତ ଚନ୍ଦ୍ର କୋଣଭାବରେ ରହିଥିବାରୁ ପାରିବାରିକ ସ୍ତରରେ ସାଧାରଣ ବ୍ୟତିକ୍ରମ ବେଶି କ୍ଷଣ ତିଷ୍ଠିରହିବ ନାହିଁ। କଥା ପ୍ରସଙ୍ଗରେ ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ଶ୍ରବଣ କରି…

ରାଶିଫଳ: ସୋମବାର, ମାର୍ଚ୍ଚ ୨ ତାରିଖ – Daily Horoscope

ମେଷ ଦ୍ୱାଦଶଭାବସ୍ଥ କର୍ମାଧିପ ଶନି ଆପଣଙ୍କ କର୍ମ ସମୂହକୁ ସମ୍ପନ୍ନ କରିବାରେ ବହୁତ ସମୟ ନେଇପାରେ। ବୁଧଙ୍କ ଦୁର୍ବଳତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କୁ ସରଳ ଭାବରେ…

ରାଶିଫଳ: ରବିବାର, ମାର୍ଚ୍ଚ ୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଚତୁର୍ଥ କେନ୍ଦ୍ରସ୍ଥ ହେତୁ ପରିବାର ଓ କର୍ମକ୍ଷେତ୍ରର ସ୍ଥିତି ଆନନ୍ଦଦାୟକ ରହିବ। ବିବାଦୀୟ ପରିସ୍ଥିତିରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri