Posted inRasifala

ରାଶିଫଳ: ଶନିବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ
ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ କାମକୁ ତ୍ୱରାନ୍ବିତ କରିବାରେ ସହାୟ ହେବ। ଖାଦ୍ୟପେୟର ଅନିୟମିତତା କାରଣରୁ ସ୍ବାସ୍ଥ୍ୟରେ ବ୍ୟତିକ୍ରମ ଦେଖାଦେବ। ଆର୍ଥିକ ସ୍ବଚ୍ଛଳତା ଫେରିପାଇବେ ସତ ଯେଉଁଥିପାଇଁ ଆବଶ୍ୟକ ମନେ କରୁଥିଲେ ତାହାକୁ ପୂର୍ଣ୍ଣାଙ୍ଗ କରିପାରିବେ ନାହିଁ। ଅଧ୍ୟାପନା, ପ୍ରଶାସନିକ ସେବା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସା ମିଳିବ।
ବୃଷ
ବୃଷ
ଆଜିର କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ କାମ କରି ଆଶାକୁ ଚରିତାର୍ଥ କରିବେ। ବିବାଦୀୟ ସମସ୍ୟାକୁ ନେଇ ଟେନ୍‌ସନ୍‌ ବଢ଼ିବ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବ, ମାତ୍ର ତାହା ନିଜ ସପକ୍ଷରେ ଯିବାର ସମ୍ଭାବନା ରହିଛି। କଳା, କ୍ରୀଡ଼ା, ଚଳଚ୍ଚିତ୍ର, ସଙ୍ଗୀତ, ସାହିତ୍ୟ କ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ।
ମିଥୁନ
ମିଥୁନ
ଅତୀତ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ବାଧ୍ୟ ହେବେ। ସରକାରୀ କ୍ଷେତ୍ରରୁ ଆର୍ଥିକ ସାହାଯ୍ୟ ପାଇବେ ଏବଂ ବନ୍ଧୁମାନଙ୍କ ପରାମର୍ଶକୁ ଅନିଚ୍ଛା ସତ୍ତ୍ୱେ ଗ୍ରହଣ କରିବେ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ରହିବ।
କର୍କଟ
କର୍କଟ
ଆତ୍ମୀୟମାନେ ଆପଣଙ୍କୁ ପ୍ରତ୍ୟେକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପ୍ରଦାନରେ ସହାୟ ହେବେ। ପ୍ରକାଶନ, ପ୍ରଶାସନ, ରାଜନୀତି ଓ ଆନୁଷ୍ଠାନିକ କାମ ସହଜରେ ସାଧିତ ହେବ। ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ। ଘରର ବରାଦ ଅନୁଯାୟୀ ବିଳାସ ଉପକରଣ କିଣିପାରନ୍ତି।
ସି˚ହ
ସି˚ହ
ଆଜି ସକାଳୁ ବନ୍ଧୁଙ୍କ ଅନୁରୋଧ ରକ୍ଷାକରି ଦୂରଯାତ୍ରା କରିବାକୁ ପଡ଼ିପାରେ। ଆର୍ଥିକ ଅନଟନକୁ କେନ୍ଦ୍ରକରି ଘରୋଇ ସମସ୍ୟା ହେତୁ ମାନସିକ ଶାନ୍ତି ବ୍ୟାହତ ହେବ। ପାରିବାରିକ କ୍ଷେତ୍ରରେ ନୀରବ ରହିବାକୁ ବାଧ୍ୟ ହୋଇପାରନ୍ତି। ଦୀର୍ଘ ଦିନରୁ ଚାହୁଁଥିବା ସୁଯୋଗ ହାତଛଡ଼ା ହୋଇପାରେ। ଅଧିକାଂଶ ସମୟରେ ମନ ବିଚଳିତ ରହିବ।
କନ୍ୟା
ଆପଣଙ୍କ ସୁଚିନ୍ତିତ ବିଚାରଧାରା ଓ କାର୍ଯ୍ୟପ୍ରଣାଳୀ ପ୍ରତ୍ୟେକ କାମକୁ ସମ୍ପନ୍ନ କରିବାରେ ସହାୟକ ହେବ। ସମୟୋପଯୋଗୀ ପଦକ୍ଷେପ ନେବା ସହ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। ପରିବାରର ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ମନ ଭାରାକ୍ରାନ୍ତ ରହିବ। ଅଭାବନୀୟ ପରିସ୍ଥିତି ମଧ୍ୟରେ କାମ କରିବାକୁ ବାଧ୍ୟ ହେବେ।
ତୁଳା
ତୁଳା
ଆଜି ମାନସିକ ସ୍ଥିରତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ, କାର୍ଯ୍ୟ ସିଦ୍ଧି ସହ ଅର୍ଥପ୍ରାପ୍ତିରୁ ମନ ଖୁସି ରହିବ। ମାତ୍ର ବିଶେଷ ଭାବରେ ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ କରନ୍ତୁ। ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ବିଭିନ୍ନ ପ୍ରକାର ସମସ୍ୟା ଦେଖାଦେଇପାରେ। ସନ୍ଧ୍ୟା ସମୟରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ।
ବିଛା
ବିଛା
କିଛି ମନ୍ତବ୍ୟକୁ କେନ୍ଦ୍ରକରି ବୟସ୍କ ବ୍ୟକ୍ତି ଜଣେ ଅସନ୍ତୋଷ ପ୍ରକାଶ କରିପାରନ୍ତି। ଲାଗି ରହିଥିବା ସମସ୍ୟାର ଗତି ବଦଳିଯିବା କାରଣରୁ ମାନସିକ ସ୍ଥିତି ଠିକ୍‌ ରହିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ଆଲୋଚନା ପରିସରରେ ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‌ ହେବନି।
ଧନୁ
ଧନୁ
ଅସାବଧାନତା କାରଣରୁ ଧନହାନି, କଳହ, ପ୍ରତାରଣା ଓ ଶାରୀରିକ ଆଘାତ ପାଇବାର ସମ୍ଭାବନା ରହିଛି। ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବାକୁ ପଡ଼ିବ। ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇପାରନ୍ତି। ସାମାଜିକ ସ୍ତରରେ ପରୋକ୍ଷ ଶତ୍ରୁତା ଯୋଗୁ ବିଚଳିତବୋଧ କରିବେ।
ମକର
ମକର
କର୍ମକ୍ଷେତ୍ରରେ ଉଚ୍ଚ ଚିନ୍ତା କରିବେ ଏବଂ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଆଲୋଚନା ଅବସରରେ ଆତ୍ମୀୟମାନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ବାକି ରହିଯାଇଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଆଜିହିଁ ଶେଷ କରିବାକୁ ଚିନ୍ତା କରୁଥିବା କାମଟିରେ ନିରାଶ ହେବାକୁ ପଡ଼ିପାରେ।
କୁମ୍ଭ
କୁମ୍ଭ
ସମସ୍ତ ସୁବିଧା ଥିଲେ ମଧ୍ୟ ହାତକୁ ନେଇଥିବା କାମଟି ବିଳମ୍ବରେ ଓ ବହୁ କଷ୍ଟରେ ସମ୍ପନ୍ନ ହେବ। ପୂର୍ବର କେତେକ ବିବାଦୀୟ କଥାକୁ ମନେପକାଇ ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି। ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିପାରେ। ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି।
ମୀନମୀନ

ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରିବା ହେତୁ ବହୁମୂଲ୍ୟ ଦେବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ମଧ୍ୟ ଅପ୍ରିୟ ସତ୍ୟଭାଷଣରୁ ଦୂରେଇ ରହିବା ଭଲ ହେବ। ପରିବାରରେ ପୁତ୍ରକନ୍ୟା ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ। ତରବରିଆ ଭାବେ କୌଣସି କାମ ନ କରି ଦେଖିଚାହିଁ ପଦକ୍ଷେପ ନିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମାର୍ଚ୍ଚ ୮ ତାରିଖ – Daily Horoscope

ମେଷ ଆଜି ଗ୍ରହସ୍ଥିତିର ସୁପ୍ରଭାବରେ କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ଶୃଙ୍ଖଳିତ ରହିବ। ପିଲାଙ୍କ ଆବଶ୍ୟକତା ଅନୁସାରେ ଜିନିଷ ନ ଆଣିବାରୁ ମାନସିକ ଅଶାନ୍ତିର ସମ୍ମୁଖୀନ ହେବେ।…

ରାଶିଫଳ: ଶନିବାର, ମାର୍ଚ୍ଚ ୭ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟାଧିପତି ବୃହସ୍ପତିଙ୍କ ଦୃଷ୍ଟିରେ ଥିବାରୁ ନୂତନ ଯୋଜନାରମ୍ଭ କରିବାକୁ ମନ ବଳାଇପାରନ୍ତି। ଆତ୍ମୀୟଙ୍କ ସହଯୋଗରେ ଧାର୍ମିକ କାର୍ଯ୍ୟ ସକାଶେ ପୂର୍ବ ପ୍ରସ୍ତୁତି ଶେଷ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୬ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ସୁପ୍ରଭାବରୁ ସ୍ବାସ୍ଥ୍ୟରେ ଉନ୍ନତି ହେବ ଏବଂ ଅଭିଳାଷ ମଧ୍ୟ ପୂର୍ଣ୍ଣ ହୋଇଯିବ। ପାରିବାରିକ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହି ନ ପାରେ। ଅର୍ଥ…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୫ ତାରିଖ – Daily Horoscope

ମେଷ ଆଜି ଶୁଭଚନ୍ଦ୍ର ପ୍ରଭାବରୁ ଆର୍ଥିକ ଅଭିବୃଦ୍ଧି ସହିତ ନୂତନ ସମ୍ପର୍କ ସୃଷ୍ଟି ହୋଇପାରିବ। ଶନିଙ୍କ ଦୃଷ୍ଟି ପଥାରୁଢ ହେତୁ ଉପରିସ୍ଥଙ୍କ ଦାୟିତ୍ୱପୂର୍ଣ୍ଣ କାମଟି ପୂର୍ଣ୍ଣାଙ୍ଗ ନହୋଇପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୪ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହସ୍ଥିତିରୁ ଆପଣଙ୍କ ଏକାଧାରରେ କାର୍ଯ୍ୟସିଦ୍ଧି ସଙ୍ଗକୁ ବନ୍ଧୁ ମିଳନରୁ ଖୁସୀ ରହିବେ। ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା କାମରେ ଶୁଭ ସୂଚନା…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩ ତାରିଖ – Daily Horoscope

ମେଷ ପାପଗ୍ରହଯୁକ୍ତ ଚନ୍ଦ୍ର କୋଣଭାବରେ ରହିଥିବାରୁ ପାରିବାରିକ ସ୍ତରରେ ସାଧାରଣ ବ୍ୟତିକ୍ରମ ବେଶି କ୍ଷଣ ତିଷ୍ଠିରହିବ ନାହିଁ। କଥା ପ୍ରସଙ୍ଗରେ ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ଶ୍ରବଣ କରି…

ରାଶିଫଳ: ସୋମବାର, ମାର୍ଚ୍ଚ ୨ ତାରିଖ – Daily Horoscope

ମେଷ ଦ୍ୱାଦଶଭାବସ୍ଥ କର୍ମାଧିପ ଶନି ଆପଣଙ୍କ କର୍ମ ସମୂହକୁ ସମ୍ପନ୍ନ କରିବାରେ ବହୁତ ସମୟ ନେଇପାରେ। ବୁଧଙ୍କ ଦୁର୍ବଳତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କୁ ସରଳ ଭାବରେ…

ରାଶିଫଳ: ରବିବାର, ମାର୍ଚ୍ଚ ୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଚତୁର୍ଥ କେନ୍ଦ୍ରସ୍ଥ ହେତୁ ପରିବାର ଓ କର୍ମକ୍ଷେତ୍ରର ସ୍ଥିତି ଆନନ୍ଦଦାୟକ ରହିବ। ବିବାଦୀୟ ପରିସ୍ଥିତିରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri