Posted inRasifala

ରାଶିଫଳ: ରବିବାର, ସେପ୍ଟେମ୍ବର ୨୭ ତାରିଖ – Daily Horoscope

ମେଷ
ଆଜି ସାମାଜିକ ସ୍ତରରେ ଅପ୍ରୀତିକର ପରିସ୍ଥିତିର ହଠାତ୍‌ ସାମନା କରିବାକୁ ପଡିପାରେ। ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ। ସ୍ଥିତି ଦୁର୍ବଳ ହେତୁ ତାହା ହିଁ ଚିନ୍ତାର କାରଣ ହୋଇପାରେ। ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ ପଡିବ।
ବୃଷ
ବୃଷ

କୌଣସି ବନ୍ଧୁ କିମ୍ବା ସହକର୍ମୀ ଅଥବା ପାଖ ପଡୋଶୀମାନେ ସହଯୋଗର ହାତ ବଢାଇବେ ଓ କାମଟି ସୁବିଧାରେ ହୋଇଯିବ। କେତେକ କାମ ଠିକ୍‌ ସମୟରେ କରିପାରିବେ ନାହିଁ। ଆନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗି ନ ପାରେ।

ମିଥୁନ
ମିଥୁନ
ପୁନର୍ବସୁ ନକ୍ଷତ୍ର ନୂତନ କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ପ୍ରଶାସନ, ପ୍ରକାଶନ, ରାଜନୀତି, ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିବ। ସ୍ତ୍ରୀଙ୍କ ସୌହାର୍ଦ୍ଦ୍ୟ ଓ ସୁପରାମର୍ଶରୁ ପାରିବାରିିକ ଜୀବନ ସୁଖ ସନ୍ତୋଷରେ କଟିବ।
କର୍କଟ
କର୍କଟ
ପ୍ରତ୍ୟେକ କ୍ଷେତ୍ରରେ ଭାରସାମ୍ୟ ରକ୍ଷା କରି ନ ଚଳିଲେ ଅଶାନ୍ତିର ବାତାବରଣ ସୃଷ୍ଟି ହେବ। ନିଜ ଭାଇ, ବନ୍ଧୁ ଓ କୁଟୁମ୍ବ ଲୋକମାନଙ୍କ ସହ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହୋଇପାରେ। ଅଶ୍ଳେଷା ନକ୍ଷତ୍ର ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆତ୍ମବିଭୋର ହୋଇପାରନ୍ତି।
ସି˚ହ
ସି˚ହ
ବିଭିନ୍ନ ପ୍ରକାରର ସମସ୍ୟା ଭିତରେ ଗତି କରି ମଧ୍ୟ ପଛକୁ ଫେରିବା ଚିନ୍ତା କରିବେ ନାହିଁ। ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ନୂତନ କାମ କରିପାରନ୍ତି। କ୍ରୀଡା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ମଘା ନକ୍ଷତ୍ରର କଚେରି ମାମଲାର ଶୁଣାଣିରୁ ମନ ଖୁସୀ ରହିବ।
କନ୍ୟା
ଦୀର୍ଘ ଦିନରୁ ଜମା ପଡୁ ନ ଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ଆତ୍ମୀୟମାନଙ୍କ ସହୃଦୟତାରୁ ଆଜିର ଯାତ୍ରାରେ ଅଭିଳଷିତ କାମ ମଧ୍ୟ ହୋଇଯିବ। ଆଲୋଚନା କାଳରେ ଆଳସ୍ୟ ଯୋଗୁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି।
ତୁଳା
ତୁଳା
କୌଣସି ବନ୍ଧୁଙ୍କୁ ଅନୁରୋଧ କରି କାମ ହାସଲ କରିବାର ଚେଷ୍ଟା କରିବେ। ଅବଶ୍ୟ ଶତ୍ରୁଠାରୁ ଦୂରତା ରଖି କାମ କରିବା ଭଲ ହେବ, ନତୁବା ହଇରାଣ ହେବାକୁ ପଡିପାରେ। ଅଫିସ୍‌ କାମରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ, ମାତ୍ର ଆପଣଙ୍କୁ ଅନ୍ୟମାନେ ସାହାଯ୍ୟ କରିବେ।
ବିଛା
ବିଛା
ଅଟକି ରହିଥିବା କାମଗୁଡିକ ଆଜି ସହଜ ଓ ସୁବିଧାରେ ସମ୍ପନ୍ନ ହୋଇପାରିବ। ବନ୍ଧୁଙ୍କ ନିକଟରୁ ଯେତେ ପାଇଲେ ମଧ୍ୟ ଆହୁରି ଅଧିକ ପାଇବା ସକାଶେ ବ୍ୟାକୁଳତା ପ୍ରକାଶ କରିବେ। ପରିବହନ, ଶିଳ୍ପ ଓ ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯତ୍ନ କରି ସଫଳ ହେବେ।
ଧନୁ
ଧନୁ
କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମ କ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ। ଆର୍ଥିକ ଦିଗରୁ କିଛିଟା ସମସ୍ୟା ଲାଗି ରହିବ, ଅବଶ୍ୟ ସମାଧାନର ପନ୍ଥା ଖୋଜି ପାଇବେ। ଉତ୍ତରାଷାଢା ନକ୍ଷତ୍ର ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିବେ।
ମକର
ମକର

ଶ୍ରବଣା ନକ୍ଷତ୍ର ବନ୍ଧୁଙ୍କ ମାଧ୍ୟମରେ ହଠାତ୍‌ କାୈଣସି ଖବର ପାଇ ବିଚଳିତ ବୋଧ କରିବେ। ଉପରିସ୍ଥ ଅଧିକାରୀମାନେ କାମହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି। ଶତ୍ରୁମାନେ ଚେଷ୍ଟା କଲେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ, କିନ୍ତୁ ବିଭିନ୍ନ ପ୍ରକାରର ଝମେଲା ସୃଷ୍ଟି କରିପାରନ୍ତି।

କୁମ୍ଭ
କୁମ୍ଭ
ସଚେତନତା ଓ ସାମାଜିକ ଶୃଙ୍ଖଳଜନିତ ଶତଭିଷା ନକ୍ଷତ୍ରର ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ। ସାଧାରଣ କଥାକୁ କେନ୍ଦ୍ରକରି ପରିବହନରେ କଳହର ଆଶଙ୍କା ଦେଖାଦେବ। କର୍ମକ୍ଷେତ୍ରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ରାଜନୀତି ଓ ସାହିତ୍ୟକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ମୀନମୀନ

କର୍ମକ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ପରିବାରଭିତରେ ଅଯଥା ବ୍ୟସ୍ତତା ପ୍ରକାଶ କରି ସମାଲୋଚିତ ହେବେ। କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ। ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ, ନତୁବା ସମସ୍ୟା ଉପୁଜିପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri