Posted inRasifala

ରାଶିଫଳ: ରବିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ
ସ୍ବଗୃହୀ ମଙ୍ଗଳ ହେତୁ ଆପଣଙ୍କୁ ସାମଗ୍ରିକ ସୁଖସୁବିଧା ସଙ୍ଗକୁ ଅର୍ଥ ଓ ସମ୍ମାନ ମିଳିବ। ସଭାସମିତିରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ମିଳିବ। ଦୀର୍ଘଦିନ ହେଲା ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ। ଅଫିସ୍‌ରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ସାହାଯ୍ୟ ଓ ସହଯୋଗ ଆପଣଙ୍କ କାମକୁ ତ୍ୱରାନ୍ବିତ କରିବ। ଅଯଥା ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ। ପରିବାରର କୌଣସି ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ବନ୍ଧୁଙ୍କ ସହାୟତାରେ ନିଜ ମନ ପସନ୍ଦର ଜିନିଷ କିଣି ଖୁସି ରହିବେ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ସମସ୍ୟା ବିଜଡିତ ରହିବା କାରଣରୁ ମନୋବଳ କ୍ରମଶଃ ହ୍ରାସ ପାଇବ। ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭକରିବାକୁ ମନ ବଳାଇପାରନ୍ତି। ମାନସିକ ଅସ୍ଥିରତା କାରଣରୁ ଅନ୍ୟମାନଙ୍କ କଥାକୁ ଠିକ୍‌ ଭାବେ ବୁଝିପାରିବେ ନାହିଁ। ପରିବାରର ଲୋକମାନଙ୍କଠାରୁ ଆଦର, ଶ୍ରଦ୍ଧା ପାଇବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଆଶାନୁରୂପ ଅର୍ଥ, ସମ୍ମାନ ନ ପାଇ କ୍ଷୋଭପ୍ରକାଶ କରିପାରନ୍ତି। ପାରିବାରିକ ସ୍ତରରେ ପକ୍ଷପାତିତାକୁ ନେଇ ମାନସିକ ସ୍ତରରେ କଷ୍ଟ ପାଇ ପାରନ୍ତି। ବନ୍ଧୁଙ୍କ ସହ ଯୁକ୍ତିତର୍କ କରି କଥାକୁ ବେଶି ଦୋହରାଇବା ଠିକ୍‌ ହେବନି। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ।
ସି˚ହ
ସି˚ହ
କର୍ମକ୍ଷେତ୍ରର ପ୍ରତିଟି ପଦକ୍ଷେପରେ ସହମତି ଭିତରେ କାମ କଲେ ଉପକୃତ ହେବେ। ସଂଗଠନ, ରାଜନୀତି, ସଭାସମିତି, ପ୍ରଶାସନ କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। କ୍ରୀଡା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ପାରିବାରିକ ସମସ୍ୟା ଥିଲେ ମଧ୍ୟ କାମରୁ ଓହରି ପାରିବେ ନାହିଁ।
କନ୍ୟା
ନିଜର ମନେକରୁଥିବା ଲୋକମାନେ ହଠାତ୍‌ ସ୍ବାର୍ଥବାଦୀ ହୋଇପଡିବେ। ଆଶାକରିଥିବା ଜିନିଷଟି ପାଇବାରେ ବିଳମ୍ବ ହୋଇପାରେ। ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡିପାରନ୍ତି। ପରକଥାରେ ମନ ଦେଇ ନିଜ କାମକୁ ଅବହେଳା କରିବେ। ଦୃଢତାର ସହ ଅଟକି ରହିଥିବା କାମଟିକୁ ସମ୍ପୂର୍ଣ୍ଣ କରିବେ।
ତୁଳା
ତୁଳା
ଆଜି ଆପଣଙ୍କୁ ଅନ୍ୟମାନଙ୍କ କଥା ଓ କାର୍ଯ୍ୟକଳାପ ଭଲ ଲାଗି ନ ପାରେ। ଆନୁଷ୍ଠାନିକ କ୍ଷେତ୍ରରେ ଭଲ କରିବାକୁ ଯାଇ ଅପଦସ୍ଥ ହେବେ। ନିର୍ମାଣ କ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମ ସମ୍ପୂର୍ଣ୍ଣ କରିବେ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ସକାଳୁ ସକାଳୁ ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ବିଳମ୍ବରେ ପାଇବେ।
ବିଛା
ବିଛା
ଆଜି ମନ ଅନୁଯାୟୀ କାମଗୁଡିକ ହୋଇଯିବ, ବିଶେଷତଃ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ। କିନ୍ତୁ ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ଠକାମିରେ ପଡିପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ।
ଧନୁ
ଧନୁ
ଆଜି ଏହିପରି ଏକ ଚମକପ୍ରଦ ସ୍ଥିତିରେ ପହଞ୍ଚତ୍ବେ; ଯାହା କି ଆପଣଙ୍କୁ ଆଶ୍ଚର୍ଯ୍ୟାନ୍ବିତ କରିଦେବ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ କରିବା କଷ୍ଟକର ହେବ। ସଭାସମିତି କିମ୍ବା ବନ୍ଧୁମାନଙ୍କଠାରୁ ବସ୍ତ୍ରଭୂଷଣ ଲାଭ କରିପାରନ୍ତି।
ମକର
ମକର
ଈର୍ଷାପରାୟଣ ବ୍ୟକ୍ତିଙ୍କ ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ। ସ୍ବାସ୍ଥ୍ୟରେ ଉନ୍ନତିି, ବିବାଦୀୟ ଘଟଣାରେ ବିଜୟୀ ଏବଂ ବ୍ୟବସାୟରେ ଲାଭବାନ୍‌ ହେବେ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ସ୍ବାର୍ଥ ସାଧନ ପାଇଁ ସହକର୍ମୀ ଫାଇଦା ଉଠାଇବାକୁ ଚେଷ୍ଟା କରିବେ। ବନ୍ଧୁଙ୍କ ପ୍ରତ୍ୟେକ କଥାକୁ ଠିକ୍‌ ଭାବେ ବୁଝି ପାରିବେ, ଯାହା କି ଆପଣଙ୍କୁ ସାହାଯ୍ୟ କରିବ। ଧନିଷ୍ଠା ନକ୍ଷତ୍ର ସହଜରେ କାମ ହାସଲ କରି ଆନନ୍ଦିତ ହେବେ।
ମୀନମୀନ
ଆଜି ହଠାତ୍‌ କୌଣସି ନୂତନ କାମ ଆରମ୍ଭ କରିପାରନ୍ତି। କର୍ମକ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବନ୍ଧୁମାନଙ୍କ ସାହାଯ୍ୟ ଦ୍ୱାରା ହିଁ ସମ୍ଭବ ହୋଇପାରେ। ଖଳ ଲୋକଙ୍କ ଦ୍ୱାର ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ। ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ସୃଷ୍ଟି ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri