Posted inRasifala

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୧୦ ତାରିଖ – Daily Horoscope

ମେଷ
କୌଣସି କାମ ଶୃଙ୍ଖଳିତ ନ ହେବା କାରଣରୁ ମାନସିକ ଅସ୍ଥିରତା ଲାଗିରହିବ। ପରୋକ୍ଷ ଶତ୍ରୁତା କରୁଥିବା ଲୋକ ବିଷୟରେ ବନ୍ଧୁଙ୍କ ସହ ଆଲୋଚନା କରନ୍ତୁ। ବନ୍ଧୁ ସ୍ବତଃପ୍ରବୃତ୍ତ ସାହାଯ୍ୟ କରିବାକୁ ଆଗେଇ ଆସିବେ। କର୍ମକ୍ଷେତ୍ରରେ ସହମତିରେ କାର୍ଯ୍ୟକଲେ ସଫଳତା ପାଇବେ। ସନ୍ତାନଙ୍କ ପାଠପଢ଼ାକୁ ନେଇ ଖୁସି ହୋଇପାରନ୍ତି।
ବୃଷ
ବୃଷ
ଦୁର୍ବଳ ରାଶ୍ୟାଧିପତି ଯୋଗୁ ସ୍ବାସ୍ଥ୍ୟ ବିଶେଷ ଭଲ ରହି ନ ପାରେ। ଦୂରସ୍ଥ ସନ୍ତାନମାନଙ୍କ ସମସ୍ୟା ସମାଧାନର ଚିନ୍ତା ମନକୁ ଆନ୍ଦୋଳିତ କରିବ। ସରକାରୀ ସ୍ତରରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରିବେ। ଆଗାମୀ କାଲିର ମାଙ୍ଗଳିକ କାର୍ଯ୍ୟ ସକାଶେ ପ୍ରସ୍ତୁତିପର୍ବ ଜୋର୍‌ଦାର କରିପାରନ୍ତି।
ମିଥୁନ
ମିଥୁନ
ବହୁ ପୂର୍ବରୁ ଯୋଜନା କରିଥିବା କାମ ଆରମ୍ଭ ସକାଶେ ଚେଷ୍ଟା କରିପାରନ୍ତି। ପାରିବାରିକ ସମସ୍ୟା ସହଜରେ ସମାଧାନ କରିବାରେ ସଫଳ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ନିଜ ଉପରେ ନ୍ୟସ୍ତ ଥିବା କାର୍ଯ୍ୟକୁ ଏକାଗ୍ରତା ସହ ତୁଲାଇବେ। ଉପସ୍ଥିତ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି।
କର୍କଟ
କର୍କଟ
ଶନିଙ୍କ କୁପ୍ରଭାବରୁ ସମସ୍ତ ସୁବିଧା ଥାଇ ମଧ୍ୟ କେତେକ କାମ ଅଧୁରା ରହିଯିବ। ନିଜର ଫାଇଦା ପାଇଁ ସମ୍ପର୍କୀୟମାନେ ଫନ୍ଦିଫିକର କରିପାରନ୍ତି। ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହେବାର ଆଶା କରାଯାଇପାରେ। ଅଶ୍ଳେଷା ନକ୍ଷତ୍ର ଅଧିକାଂଶ କ୍ଷେତ୍ରରେ ମନକୁ ବୁଝାଇ ରହିବାକୁ ବାଧ୍ୟ ହେବେ।
ସି˚ହ
ସି˚ହ
ଯେତେ ପ୍ରକାରର ସୁବିଧା ସୁଯୋଗ ପ୍ରଦାନ କଲେ ମଧ୍ୟ ଆମତ୍ୀୟମାନଙ୍କୁ ସନ୍ତୁଷ୍ଟ କରିପାରିବେ ନାହିଁ। ସାମାଜିକ କ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଘେରରେ ପଡିପାରନ୍ତି। ବୁଦ୍ଧିଜୀବୀଙ୍କ ଦ୍ୱାରା ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ପ୍ରବାସରେ ବନ୍ଧୁଙ୍କ ସାନ୍ନିଧ୍ୟଲାଭରୁ ଏକାନ୍ତତାବୋଧ ହ୍ରାସ ପାଇବ।
କନ୍ୟା
ଆଜି ବନ୍ଧୁମାନଙ୍କ ଗହଣରେ ଆନୁଷଙ୍ଗିକ ସାହାଯ୍ୟ, ସହଯୋଗ ଏବଂ ସମ୍ମାନ ପାଇ ଖୁସି ହେବେ। ସାମାଜିକ ସ୍ତରରେ ଜନମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ଜମିଜମା, ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ରକରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ।
ତୁଳା
ତୁଳା
ବିବାଦୀୟ ଘଟଣାରେ ନୀରବ ରହିବା ବ୍ୟତୀତ ଅନ୍ୟ କୌଣସି ରାସ୍ତା ପାଇବେ ନାହିଁ। କାମ ଶୃଙ୍ଖଳିତ ନ ହେବା କାରଣରୁ ଅଭାବ ନ ଥାଇ ମଧ୍ୟ ମନ ଭଲ ଲାଗିବ ନାହିଁ। ପିଲାଙ୍କ ଆଚରଣରେ ପରିବର୍ତ୍ତନ ଯୋଗୁ ମନଟା ଗୋଳମାଳିଆ ରହିବ। ବ୍ୟବସାୟ ଓ ପରିବହନରେ, କଳା ସାହିତ୍ୟ ଓ ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ।
ବିଛା
ବିଛା
କର୍ମକ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ସମସ୍ତଙ୍କୁ ଆପଣେଇ ନେବେ। ମନୋରଞ୍ଜନରେ, ଯାତ୍ରା ସମୟରେ, ବନ୍ଧୁ ମିଳନରେ, ଆଲୋଚନା କ୍ଷେତ୍ରରେ ନିଜକୁ ସଂକୁଚିତ ମନେ କରିପାରନ୍ତି। ପଡ଼ୋଶୀଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ଟେନସନ୍‌ ବଢ଼ିପାରେ। ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା ରହିଛି।
ଧନୁ
ଧନୁ
ସମ୍ପର୍କୀୟଙ୍କ ସାହାଯ୍ୟରେ କୌଣସି ନୂତନ ଯୋଜନା କାର୍ଯ୍ୟକାରୀ କରିବେ। ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ଠିକଣା ପ୍ରତ୍ୟେକ କ୍ଷେତ୍ରରେ ଭାବି ଚିନ୍ତି କାମ କରନ୍ତୁ, ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବ। ଆଜି ପରିଜନଙ୍କ ସହ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବାର ସମ୍ଭାବନା ରହିଛି।
ମକର
ମକର
ଯୋଜନାବଦ୍ଧ ଭାବରେ ଆରମ୍ଭ କରିବାକୁ ଯାଉଥିବା ନୂତନ କର୍ମଟି ପ୍ରୀତିପଦ ରହିବ। ଉତ୍ତରାଷାଢା ନକ୍ଷତ୍ରର ଦୁଶ୍ଚିନ୍ତା କାରଣରୁ ରକ୍ତଚାପ ବଢ଼ିବାର ଆଶଙ୍କା ରହିଛି। ଅଭାବ ଲାଗି ରହିଥିଲେ ମଧ୍ୟ ଧାରକରଜ କରି କାମ ତୁଲାଇ ନେବେ। ଯାତ୍ରା ସମୟରେ ଯାନ ବାହନରେ ସତର୍କ ରହନ୍ତୁ, ଅନ୍ୟଥା ସମସ୍ୟା ଆସିପାରେ।
କୁମ୍ଭ
କୁମ୍ଭ
ଆପଣଙ୍କ କାମ ହାସଲରେ ବନ୍ଧୁଙ୍କ ବାଚନିକ ସାହାଯ୍ୟ ସହାୟକ ହୋଇପାରେ। ଆଜି ହଠାତ୍‌ ନୂତନ କର୍ମସଂସ୍ଥାନ ପାଇଁ ମନ ଦେଇପାରନ୍ତି। ପାରିବାରିକ କ୍ଷେତ୍ରରେ କାହାର ଛୋଟ କଥାକୁ ଧରି ବସିବା ଠିକ୍‌ ହେବନାହିଁ। ବ୍ୟବସାୟ, କଚେରି ମାମଲା, ପରିବହନ ଦିଗରୁ ସୁଫଳ ପାଇବେ।
ମୀନମୀନ
ବାରମ୍ବାର କାମରେ ପ୍ରତିବନ୍ଧକ ଯୋଗୁ ଆଶାନୁଯାୟୀ ଅଗ୍ରଗତି ହୋଇପାରିବ ନାହିଁ। ବିଶେଷତଃ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ସମସ୍ୟା ସମାଧାନର ଆଶା ରହିଛି। ଦୀର୍ଘ ଦିନର ଅଶାନ୍ତିର ପରିସମାପ୍ତି ଘଟିବା ସହ ଭ୍ରାତୃ ସମ୍ପର୍କରେ ଉନ୍ନତି ଘଟିବ ା

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଜୁନ୍ ୧୬ ତାରିଖ – Daily Horoscope

ମେଷ ସ୍ବଗୃହୀ ମଙ୍ଗଳଙ୍କ ପ୍ରଭାବରେ ଦୈହିକ ସୁସ୍ଥତା ସହ କର୍ମକ୍ଷେତ୍ର ଏବଂ ବ୍ୟବସାୟିକ ସ୍ଥିତି ବହୁତ ଭଲ ରହିବ। ବନ୍ଧୁମାନଙ୍କ ପ୍ରେରଣାରେ ଉଦ୍‍ବୁଦ୍ଧ ହୋଇ ନୂତନ ଉତ୍ସାହର…

ରାଶିଫଳ: ସୋମବାର, ଜୁନ୍ ୧୫ ତାରିଖ – Daily Horoscope

ମେଷ ଶୁକ୍ର ମୁଖଭାବରେ ରହି ଏକାଧାରରେ ଅର୍ଥ, ବସ୍ତ୍ରଭୂଷଣ, ବନ୍ଧୁଙ୍କ ଆତିଥ୍ୟଯୋଗ ଲାଭ କରି ଖୁସୀ ହେବେ ା ଅଫିସରେ ସହକର୍ମୀଙ୍କ ସୈାହାର୍ଦ୍ଦ୍ୟ ମଧ୍ୟରେ ନୂତନ ଯୋଜନା…

ରାଶିଫଳ: ରବିବାର, ଜୁନ୍ ୧୪ ତାରିଖ – Daily Horoscope

ମେଷ ଆଜି ସ୍ବଗୃହୀ ମଙ୍ଗଳଙ୍କ ଯୋଗୁ ଦୈହିକ ସ୍ବାସ୍ଥ୍ୟ ଭଲ ରହିବ। ବନ୍ଧୁଙ୍କ ସହଯୋଗରୁ ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ କରିପାରିବେ। ପାରିବାରିକ ସ୍ତରରେ ଭାବ ପ୍ରବଣତା…

ରାଶିଫଳ: ଶନିବାର, ଜୁନ୍ ୧୩ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସହ ବୈଷୟିକ ଅଭିବୃଦ୍ଧି ଘଟିବ। ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ହେତୁ ପାରିବାରିକ କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ କାର୍ଯ୍ୟରେ…

ରାଶିଫଳ: ଶୁକ୍ରବାର, ଜୁନ୍ ୧୨ ତାରିଖ – Daily Horoscope

ମେଷ ଗ୍ରହମାନଙ୍କ ଶୁଭ ସମ୍ବନ୍ଧ ଅଭାବରୁ ଯେ କୌଣସି ପ୍ରକାରର ପରିସ୍ଥିତିରେ ମଧ୍ୟ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇ ପାରିବେ ନାହିଁ।…

ରାଶିଫଳ: ଗୁରୁବାର , ଜୁନ୍ ୧୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତି ସ୍ବଗୃହରେ ଶୁକ୍ରନକ୍ଷତ୍ରସ୍ଥ ଯୋଗୁ ସ୍ବାସ୍ଥ୍ୟ ଭଲ ରହିବା ସହ ଖୁସିରେ ସମୟ କଟିବ। ଶନିଙ୍କ ସଂଯୋଗଜନିତ ଦ୍ୱାଦଶସ୍ଥ ଚନ୍ଦ୍ର ଯାତ୍ରା, ଆଧ୍ୟାତ୍ମିକ ଚିନ୍ତନ…

ରାଶିଫଳ: ବୁଧବାର, ଜୁନ୍ ୧୦ ତାରିଖ – Daily Horoscope

ମେଷ ଆପଣଙ୍କ ଦକ୍ଷତା ଏବଂ କର୍ତ୍ତବ୍ୟନିଷ୍ଠା କାରଣରୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଈର୍ଷାପରାୟଣ ବନ୍ଧୁ ଓ ସହକର୍ମୀ ଅପପ୍ରଚାର ଚଳାଇପାରନ୍ତି। ବାଣିଜ୍ୟ, ବ୍ୟବସାୟିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ…

ରାଶିଫଳ: ମଙ୍ଗଳବାର , ଜୁନ୍ ୯ ତାରିଖ – Daily Horoscope

ମେଷ ଶ୍ରୁତିମଧୁର ବାକ୍ୟାଳାପ ଦ୍ୱାରା ବନ୍ଧୁଙ୍କୁ ଆପ୍ୟାୟିତ କରିବେ। ଶନିଙ୍କ ପ୍ରଭାବରୁ ମୃଦୁ ମନ୍ଦ ଗତିରେ କର୍ମପ୍ରବାହକୁ ଆଗକୁ ଗଡ଼ାଇନେବାରେ ସାହାଯ୍ୟ କରିପାରନ୍ତି। ବନ୍ଧୁଙ୍କ ସହ ଆନୁଷ୍ଠାନିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri