Posted inRasifala

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ରଯୁକ୍ତ କେତୁ କାରଣରୁ ମାନସିକ ସ୍ବାସ୍ଥ୍ୟହାନି ଅଶାନ୍ତ ରହିପାରନ୍ତି। ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ଅଭାବଜନିତ ଦୁଶ୍ଚିନ୍ତା ସୃଷ୍ଟିହୋଇପାରେ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ କମି କମି ଆସିବ। ଅବଶ୍ୟ ଯାତ୍ରା, ଶିଳ୍ପ, ବାଣିଜ୍ୟ ,ବ୍ୟବସାୟରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବୃଷ
ବୃଷ
ଏକାଦଶସ୍ଥ ଚତୁର୍ଥାଧିପ ହେତୁ ବୈଷୟିକ ସୁଖ, ସମ୍ପଦ ପାଇବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ପ୍ରେରଣା ଓ ସହଯୋଗରୁ ଉପକୃତ ହେବେ। ଆଜି ଇଚ୍ଛା ନ ଥାଇ ମଧ୍ୟ ଆବଶ୍ୟକତା ଠାରୁ ଅଧିକ ଖର୍ଚ୍ଚ କରିବାକୁ ବାଧ୍ୟ ହୋଇପାରନ୍ତି। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ।
ମିଥୁନ
ମିଥୁନ
ପାପଯୁକ୍ତ ଚନ୍ଦ୍ର ପରିବାର ସ୍ଥାନରେ ଥିବାରୁ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ। ଅଫିସ କାମରେ ଦାୟିତ୍ୱ କ୍ରମେ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତ ରହିବେ। ଘର ଓ ପରିବାରରେ କୌତୁକିଆ କଥା କହି ବନ୍ଧୁଙ୍କୁ ଆପ୍ୟାୟିତ କରିପାରନ୍ତି। ସାମାଜିକ ସ୍ତରରେ କୌଣସି କାମରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି।
କର୍କଟ
କର୍କଟ
ଭାଗ୍ୟ ସ୍ଥାନରେ ଏକାଧିକ ଗ୍ରହ ରହିଥିବାରୁ ଯେଉଁ କାମରେ ହାତ ଦେବେ ସଫଳତାର ଶୀର୍ଷକୁ ସ୍ପର୍ଶ କରିବେ। ଆମଦାନୀ କାରବାର, ବ୍ୟବସାୟ,ବାଣିଜ୍ୟ କ୍ଷେତ୍ରରେ ଉନ୍ନତି ହେବ। ପରିବାରରେ ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହୋଇପାରନ୍ତି। ଆଇନ,ଅଦାଲତ ସମ୍ବନ୍ଧୀୟ କେତେକ ଦୁଶ୍ଚିନ୍ତା ମନକୁ ବିଷାଦିତ କରିବ।
ସି˚ହ
ସି˚ହ
ନୀଚସ୍ଥ ବୁଧଙ୍କ ଯୋଗୁ ପାରିବାରିକ ପରିସ୍ଥିତି ସୁଧାରିବାକୁ ଯାଇ କରଜ କରିବାକୁ ବାଧ୍ୟ ହେବେ। ପ୍ରିୟଜନଙ୍କ ଡାକରା ପାଇ ଦୂର ଜାଗାକୁ ଯିବାକୁ ପଡ଼ିପାରେ। ସହକର୍ମୀ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲରେ ସମର୍ଥ ହେବେ। କଳା, କ୍ରୀଡ଼ା,ସଙ୍ଗୀତ, ମନୋରଞ୍ଜନ କାର୍ଯ୍ୟକ୍ରମରେ ସମସ୍ୟାର ସମାଧାନ ହୋଇଯିବ।
କନ୍ୟା
ପାପଗ୍ରହଯୁକ୍ତ ଚନ୍ଦ୍ର ହେତୁ ଆଜି ବିବାଦୀୟ ଘଟଣାରେ ପଶିବା ଠିକ୍‌ ହେବନାହିଁ। ଶିଳ୍ପ, ବାଣିଜ୍ୟ, ପରିବହନ, ନିର୍ମାଣ, ସଭାସମିତି ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢ଼ିବ। କଠିନ ଶ୍ରମ ଓ ଭ୍ରମଣଜନିତ ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷଙ୍କ ପାଇଁ ସ୍ଥଗିତ କାମ ସମ୍ପନ୍ନ କରିବେ।
ତୁଳା
ତୁଳା
କର୍ମାଧିପ ଦୁଃସ୍ଥାନସ୍ଥ ଯୋଗୁ ପ୍ରତିବନ୍ଧକଜନିତ ସମସ୍ୟା ମଧ୍ୟରେ କାମ ଅଟକି ରହିଯାଇପାରେ। କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଇ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ପରିବାରରେ ପିଲାମାନଙ୍କ ସମ୍ବନ୍ଧୀୟ କେତେକ ସମସ୍ୟା ମନକୁ ବିଶେଷ ଭାବେ ଆନ୍ଦୋଳିତ କରିବ। ଆଲୋଚନା ପରିସରରେ ପରିସ୍ଥିତିରେ ପଡ଼ି ଠିକ୍‌ ବିଚାରକରି ପାରିବେନାହିଁ।
ବିଛା
ବିଛା
ଚିନ୍ତାଧାରା ବିକ୍ଷିପ୍ତ ରହିବା ଯୋଗୁ ଫସର ଫାଟି ଯାଉଥିବା ଲକ୍ଷ୍ୟକରି ମନ ଅଶାନ୍ତ ରହିବ। କର୍ମକ୍ଷେତ୍ରରେ ବିଶୃଙ୍ଖଳିତ କର୍ମ ସକାଶେ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣକରି କୃତକାର୍ଯ୍ୟ ହେବେ। କଳା, ସାହିତ୍ୟ, ସାମ୍ବାଦିକତା, ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନ ହେବ।
ଧନୁ
ଧନୁ
ବୃହସ୍ପତିଙ୍କ ସ୍ଥିତିଜନିତ ନିଜ ମନ ଅନୁଯାୟୀ କାମଗୁଡ଼ିକ ନ ହେଲେ ମଧ୍ୟ ଅସଜଡ଼ା ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସଫଳ ହେବେ। କୌଣସି ଲୋକ ବିଷୟରେ କିଛି ନ ଜାଣି ତାହାକୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ବିଭିନ୍ନ ପ୍ରକାର ପ୍ରତିବନ୍ଧକ ହେତୁ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହେବ।
ମକର
ମକର
ନବମସ୍ଥ ଚନ୍ଦ୍ରଜନିତ ଆନୁଷ୍ଠାନିକ କାମରେ ସନ୍ଦେହ ଓ ଭୁଲ୍‌ ବୁଝାମଣାଜନିତ ତିକ୍ତତା ଦେଖାଦେଇପାରେ। ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେବାର ସୂଚନା ପାଇପାରନ୍ତି। ଆଜି ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବ।
କୁମ୍ଭ
କୁମ୍ଭ
ଶନିଯୁକ୍ତ ମଙ୍ଗଳଙ୍କ ଯୋଗୁ ନିକଟ ସମ୍ପର୍କୀୟମାନଙ୍କ କଥାକୁ ବିଶ୍ୱାସକରି ଅସୁବିଧାରେ ପଡ଼ିପାରନ୍ତି। କଳା,ସାହିତ୍ୟ ଓ ସଙ୍ଗୀତ,କୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହେବେ। ସାଙ୍ଗଠନିକ କାର୍ଯ୍ୟ,ରାଜନୀତି ତଥା ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆଗାମୀ କାଲିର କାର୍ଯ୍ୟ ସକାଶେ ଦିନସାରା ତପତ୍ରତା ବଢ଼ିପାରେ।
ମୀନମୀନ

ଶୁକ୍ରଯୁକ୍ତ ମଙ୍ଗଳ ପ୍ରଭାବରେ ଅପ୍ରିୟ ସତ୍ୟକଥା କହି ବନ୍ଧୁମାନଙ୍କର ବିରାଗଭାଜନ ହୋଇପାରନ୍ତି। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ କିମ୍ବା ସଭାସମିତିରେ ପ୍ରଶଂସିତ ହେବେ। ଆର୍ଥିକ ସ୍ବଚ୍ଛଳତା ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ। ଇଚ୍ଛା ବିରୋଧରେ କୌଣସି କାମ କରି ସମାଲୋଚିତ ହେବା କାରଣରୁ ଅନୁତାପ କରିବାକୁ ପଡ଼ିପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଜାନୁଆରୀ ୩୦ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ଯାତ୍ରା, ବାଣିଜ୍ୟ, ପାରିବାରିକ ସୁଖ, ସମୃଦ୍ଧିକୁ ଋଦ୍ଧିମନ୍ତ କରିବ। ଏପରି କି ଏକାଧାରରେ ଅର୍ଥ, ସମ୍ମାନ, ସ୍ବାଗତ, ସମ୍ବର୍ଦ୍ଧନା ପାଇବାର ଯୋଗ ରହିଛି।…

ରାଶିଫଳ: ଗୁରୁବାର, ଜାନୁଆରୀ ୨୯ ତାରିଖ – Daily Horoscope

ମେଷ ଆପଣଙ୍କ ସହ ସବୁସମୟରେ ମିଶୁଥିବା ବନ୍ଧୁମାନେ ମୁହଁ ସାମ୍ନାରେ ମିଠାକଥା କହି ପଛରେ ଓଲଟା କଥା କହିବୁଲିବେ। କର୍ମାରମ୍ଭ ସକାଶେ ବିଜାତୀୟ ବନ୍ଧୁଙ୍କ ସହାୟତାରେ ଅର୍ଥ…

ରାଶିଫଳ: ବୁଧବାର, ଜାନୁଆରୀ ୨୮ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁ ନକ୍ଷତ୍ରରେ ଅବସ୍ଥାନ କରି ଭୁଲ୍‌ ବୁଝାମଣାରୁ ପାରିବାରିକ କିମ୍ବା ବନ୍ଧୁଙ୍କ ସହ ମନାନ୍ତର ସୃଷ୍ଟି କରିବ। ସମ୍ପର୍କୀୟଙ୍କ ବେପରୁଆ କଥା ମନକୁ…

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୭ ତାରିଖ – Daily Horoscope

ମେଷ ଆଜିର ଶ୍ରୀଚନ୍ଦ୍ର ଆପଣଙ୍କ ବୈଷୟିକ ଅଭିବୃଦ୍ଧି ସହିତ କୈାଣସି ପ୍ରତିରୋଧ ଆପଣଙ୍କୁ ଅଟକାଇ ପାରିବ ନାହିଁ। ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି।…

ରାଶିଫଳ: ସୋମବାର, ଜାନୁଆରୀ ୨୬ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରସ୍ଥ ଚନ୍ଦ୍ର ଦୈହିକ ଓ ମାନସିକ ସୁସ୍ଥତା ରକ୍ଷା କରିବାରେ ଅସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ଅତ୍ୟଧିକ ଖର୍ଚ୍ଚ ଟେନ୍‍ସନର କାରଣ ହେବ।…

ରାଶିଫଳ: ରବିବାର, ଜାନୁଆରୀ ୨୫ ତାରିଖ – Daily Horoscope

ମେଷ କର୍ମସ୍ଥାନରେ ଉଚ୍ଚସ୍ଥ ମଙ୍ଗଳ ରାଜଯୋଗ ମଧ୍ୟସ୍ଥ ଯୋଗୁ ଆପଣଙ୍କୁ ମର୍ଯ୍ୟାଦାଜନକ ସ୍ଥିତିରେ ଆସୀନ କରାଇପାରେ। ହସଖୁସିରେ ପାରିବାରିକ ଜୀବନ କଟାଇବେ। ଅର୍ଥନୈତିକ ଅଭିବୃଦ୍ଧି , କଥନଶୈଳୀର…

ରାଶିଫଳ: ଶନିବାର, ଜାନୁଆରୀ ୨୪ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ସହିତ ଚନ୍ଦ୍ରଙ୍କ ସଂଯୋଗ ଯୋଗୁ ବନ୍ଧୁ ପରିଜନ ସ୍ନେହ, ଶ୍ରଦ୍ଧା ଆଦର ପାଇ ଦୁଃଖ ଭୁଲିଯିବେ। କର୍ମକ୍ଷେତ୍ରରେ ଭାବପ୍ରବଣତାରୁ କାମଗୁଡ଼ିକ ବିଶୃଙ୍ଖଳିତ ହେବ।…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୨୩ ତାରିଖ – Daily Horoscope

ମେଷ ଆଜି ବୁଝାମଣା ଅଭାବରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଦ୍ୱିଜା ନକ୍ଷତ୍ର ସାମାଜିକ ସ୍ତରରେ ମନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri