Posted inRasifala

ରାଶିଫଳ: ରବିବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକିଥିବା କାମରେ ଅଗ୍ରଗତି ଘଟିବ। ସମ୍ପର୍କୀୟମାନେ କାଳେ ଦେବାକୁ ପଡ଼ିବ, ଏହି ଚିନ୍ତାରେ ପାଖ ମାଡ଼ିବେ ନାହିଁ। ରାଜନୈତିକ ସ୍ତରରେ ସମସ୍ୟାର ସରଳ ସମାଧାନ ହେବାର ସମ୍ଭାବନା ରହିଛି। ପାରିବାରିକ ଅଶାନ୍ତି ଲାଗି ରହିଥିଲେ ମଧ୍ୟ ମନକୁ ବୁଝାଇ ରହିବାକୁ ବାଧ୍ୟ ହେବେ।
ବୃଷ
ବୃଷ
ଶାରୀରିକ ସୁସ୍ଥତା ମନକୁ ଆଶ୍ୱସ୍ତି ପ୍ରଦାନ କରିବ। ପାରିବାରିକ କ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବାକୁ ବାଧ୍ୟ ହେବେ। ବନ୍ଧୁମାନଙ୍କ ପରାମର୍ଶକ୍ରମେ କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଆର୍ଥିକ ସ୍ଥିତି କମ୍‌ଜୋର୍‌ ରହିବ, ଫଳରେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହେବେ।
ମିଥୁନ
ମିଥୁନ
ରାଶ୍ୟାଧିପତିଙ୍କ ଦୁର୍ବଳତା କାରଣରୁ ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। ପରିବାରରେ ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର କରି ଉଚିତ ପଦେକ୍ଷପ ନେବା ଭଲ ହେବ। ପାଖରେ ନଥିବା ଜିନିଷଟି ହାସଲ କରିବା କ୍ଷେତ୍ରରେ ତର୍କ ଓ ବିବାଦ ବଢ଼ିପାରେ। ଆଜି ଶିଳ୍ପ, ବାଣିଜ୍ୟ, ପରିବହନ, ବ୍ୟବସାୟ ଭଲରେ ଚାଲିବ।
କର୍କଟ
କର୍କଟ
ଚେଷ୍ଟା କରୁଥିବା କାମ ହାସଲ ପାଇଁ ପଦସ୍ଥ ବ୍ୟକ୍ତିଙ୍କ ସାହାଯ୍ୟ ନେବେ। ପ୍ରତିଯୋଗିତା, ପ୍ରତିଦ୍ୱନ୍ଦ୍ୱିତା, କ୍ରୀଡ଼ା ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ପିଲାମାନଙ୍କର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। ପରିଜନଙ୍କ ସହିତ ଯାତ୍ରାରୁ ସୁଫଳ ପାଇବେ ଏବଂ ଲକ୍ଷ୍ୟ ହାସଲ କରିବାରେ ସଫଳ ହେବେ।
ସି˚ହ
ସି˚ହ
ଇଚ୍ଛା ନ ଥିଲେ ମଧ୍ୟ ମାତ୍ରାଧିକ ଭ୍ରମଣ ଯୋଗୁ ସ୍ବାସ୍ଥ୍ୟ ସାମାନ୍ୟ ଅସୁସ୍ଥ ରହିପାରେ। ଅନ୍ୟମାନଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି। କର୍ମଜଞ୍ଜାଳ ବୃଦ୍ଧି ପାଇବା କାରଣରୁ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। ଦୀର୍ଘ ଦିନରୁ ଅପେକ୍ଷା କରିଥିବା ଶୁଭ ଖବରଟି ଅପରାହ୍ନରେ ପାଇପାରିବେ।
କନ୍ୟା
ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବରଟି ପାଇ ମନ ଖୁସି ହୋଇଯିବ। ମନୋଭାବ ବଦଳିଯିବା କାରଣରୁ ବନ୍ଧୁଟି ସାହାଯ୍ୟ ପ୍ରତିଶ୍ରୁତି ଦେଇ ମଧ୍ୟ ପାଖ ମାଡ଼ିବ ନାହିଁ। ବ୍ୟବସାୟ ଏବଂ ପରିବହନରେ କ୍ଷତି ହୋଇପାରେ। ଆର୍ଥିକ ସ୍ଥିତି, କର୍ମକ୍ଷେତ୍ର, ନିର୍ମାଣ, ସଭାସମିତି ଓ ମଙ୍ଗଳଜନକ କାମରେ ଉତ୍ସାହିତ ହୋଇ କାମ କରିବେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହେବାର ପୂର୍ଣ୍ଣ ସୂଚନା ରହିଛି। ସନ୍ତାନଙ୍କ ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ। ପଡ଼ୋଶୀମାନେ ନିଜ ନିଜର ସ୍ବାର୍ଥସାଧାନ ମାନସରେ ବାକ୍‌ଚାତୁରୀ ମାଧ୍ୟମରେ କାର୍ଯ୍ୟ ହାସଲ କରିବେ। ଘର ଲୋକମାନଙ୍କ ଟୁପ୍‌ଟାପ୍‌ କଥା ମନକୁ ବିଚଳିତ କରିପାରେ।
ବିଛା
ବିଛା
କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହେବେ। କଳା, ସାହିତ୍ୟ ଓ ସଙ୍ଗୀତ ଏବଂ ଚଳଚ୍ଚିତ୍ର କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ସହକର୍ମୀମାନଙ୍କ ତରଫରୁ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ପାରସ୍ପରିକ ସାହାଯ୍ୟ ଓ ସହଯୋଗ ହେତୁ ଚେଷ୍ଟା କରୁଥିବା କାର୍ଯ୍ୟରେ ଅଗ୍ରଗତି ଘଟିବ।
ଧନୁ
ଧନୁ
ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ବାରମ୍ବାର ଡାକ୍ତରଙ୍କ ପରାମର୍ଶ ପାଇଁ ଦୌଡ଼ିବାକୁ ପଡ଼ିପାରେ। ପରିବାରରେ ପ୍ରିୟ କଥା କହି ସନ୍ଦେହ ଓ ସମସ୍ୟାକୁ ସୁଧାରି ନେବେ। ଆର୍ଥିକ ଅନଟନ ଲାଗି ରହିବା କାରଣରୁ କେତେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଅଟକି ରହିଯାଇପାରେ।
ମକର
ମକର
ଆଜି ସାମଗ୍ରିକ ଦୃଷ୍ଟିକୋଣରୁ ଦିନଟି ଭଲରେ ଅତିବାହିତ ହେବ। କଳା ସାହିତ୍ୟରେ, ପରିବାର ଭିତରେ, ପରିବହନରେ ସମସ୍ୟା ରହିବ ନାହିଁ। ଭଲ କଥା କହିଲେ ମଧ୍ୟ ବନ୍ଧୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ବିବାଦୀୟ ପରିସ୍ଥିତିରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
କୁମ୍ଭ
କୁମ୍ଭ
ଯେଉଁ କାମ ଅନ୍ୟମାନଙ୍କ ସକାଶେ ସହଜ ଓ ସୁବିଧାଜନକ ହୋଇପାରୁଛି, ଆପଣଙ୍କ ପାଇଁ ତାହା କଷ୍ଟକର ହେବ। ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ସମ୍ପୂର୍ଣ୍ଣ ରୋଗମୁକ୍ତ ନ ହେଲେ ମଧ୍ୟ ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ରହିବ। ଯାତ୍ରା ସମୟରେ କୌଣସି ନୀଚଜାତିର ବ୍ୟକ୍ତିଙ୍କ ଯୋଗୁ ଉପକୃତ ହୋଇପାରନ୍ତି।
ମୀନମୀନ

କର୍ମକ୍ଷେତ୍ରରେ ସାମାନ୍ୟ ଅସୁବିଧା ଦେଖାଦେଲେ ମଧ୍ୟ ପର କ୍ଷଣରେ ସବୁ ଠିକ୍‌ ହୋଇଯିବ। ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ ହଠାତ୍‌ ଜରୁରୀ କାମରେ ବାହାରକୁ ଯିବାକୁ ପଡ଼ିପାରେ। ଘରୋଇ କ୍ଷେତ୍ରରେ ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି। କେତେକ କ୍ଷେତ୍ରରେ ବୃଥା ଆଶଙ୍କା କରି ମନ ଅସ୍ଥିର ରହିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମାର୍ଚ୍ଚ ୮ ତାରିଖ – Daily Horoscope

ମେଷ ଆଜି ଗ୍ରହସ୍ଥିତିର ସୁପ୍ରଭାବରେ କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ଶୃଙ୍ଖଳିତ ରହିବ। ପିଲାଙ୍କ ଆବଶ୍ୟକତା ଅନୁସାରେ ଜିନିଷ ନ ଆଣିବାରୁ ମାନସିକ ଅଶାନ୍ତିର ସମ୍ମୁଖୀନ ହେବେ।…

ରାଶିଫଳ: ଶନିବାର, ମାର୍ଚ୍ଚ ୭ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟାଧିପତି ବୃହସ୍ପତିଙ୍କ ଦୃଷ୍ଟିରେ ଥିବାରୁ ନୂତନ ଯୋଜନାରମ୍ଭ କରିବାକୁ ମନ ବଳାଇପାରନ୍ତି। ଆତ୍ମୀୟଙ୍କ ସହଯୋଗରେ ଧାର୍ମିକ କାର୍ଯ୍ୟ ସକାଶେ ପୂର୍ବ ପ୍ରସ୍ତୁତି ଶେଷ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୬ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ସୁପ୍ରଭାବରୁ ସ୍ବାସ୍ଥ୍ୟରେ ଉନ୍ନତି ହେବ ଏବଂ ଅଭିଳାଷ ମଧ୍ୟ ପୂର୍ଣ୍ଣ ହୋଇଯିବ। ପାରିବାରିକ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହି ନ ପାରେ। ଅର୍ଥ…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୫ ତାରିଖ – Daily Horoscope

ମେଷ ଆଜି ଶୁଭଚନ୍ଦ୍ର ପ୍ରଭାବରୁ ଆର୍ଥିକ ଅଭିବୃଦ୍ଧି ସହିତ ନୂତନ ସମ୍ପର୍କ ସୃଷ୍ଟି ହୋଇପାରିବ। ଶନିଙ୍କ ଦୃଷ୍ଟି ପଥାରୁଢ ହେତୁ ଉପରିସ୍ଥଙ୍କ ଦାୟିତ୍ୱପୂର୍ଣ୍ଣ କାମଟି ପୂର୍ଣ୍ଣାଙ୍ଗ ନହୋଇପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୪ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହସ୍ଥିତିରୁ ଆପଣଙ୍କ ଏକାଧାରରେ କାର୍ଯ୍ୟସିଦ୍ଧି ସଙ୍ଗକୁ ବନ୍ଧୁ ମିଳନରୁ ଖୁସୀ ରହିବେ। ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା କାମରେ ଶୁଭ ସୂଚନା…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩ ତାରିଖ – Daily Horoscope

ମେଷ ପାପଗ୍ରହଯୁକ୍ତ ଚନ୍ଦ୍ର କୋଣଭାବରେ ରହିଥିବାରୁ ପାରିବାରିକ ସ୍ତରରେ ସାଧାରଣ ବ୍ୟତିକ୍ରମ ବେଶି କ୍ଷଣ ତିଷ୍ଠିରହିବ ନାହିଁ। କଥା ପ୍ରସଙ୍ଗରେ ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ଶ୍ରବଣ କରି…

ରାଶିଫଳ: ସୋମବାର, ମାର୍ଚ୍ଚ ୨ ତାରିଖ – Daily Horoscope

ମେଷ ଦ୍ୱାଦଶଭାବସ୍ଥ କର୍ମାଧିପ ଶନି ଆପଣଙ୍କ କର୍ମ ସମୂହକୁ ସମ୍ପନ୍ନ କରିବାରେ ବହୁତ ସମୟ ନେଇପାରେ। ବୁଧଙ୍କ ଦୁର୍ବଳତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କୁ ସରଳ ଭାବରେ…

ରାଶିଫଳ: ରବିବାର, ମାର୍ଚ୍ଚ ୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଚତୁର୍ଥ କେନ୍ଦ୍ରସ୍ଥ ହେତୁ ପରିବାର ଓ କର୍ମକ୍ଷେତ୍ରର ସ୍ଥିତି ଆନନ୍ଦଦାୟକ ରହିବ। ବିବାଦୀୟ ପରିସ୍ଥିତିରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri