Posted inRasifala

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୨୮ ତାରିଖ – Daily Horoscope

ମେଷ
ଆଜିର ଗ୍ରହଯୋଗ ପ୍ରଭାବରୁ କର୍ମକ୍ଷେତ୍ର ଓ ପାରିବାରିକ ଜୀବନକୁ ସରସ,ସୁନ୍ଦର କରି ରହିବ। ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବା ପାଇଁ ଚେଷ୍ଟା କରିପାରନ୍ତି। ଅସାବଧାନତାବଶତଃ କୌଣସି ଦ୍ରବ୍ୟ ନଷ୍ଟ ହୋଇପାରେ। ଇଚ୍ଛା ନ ଥିଲେ ମଧ୍ୟ ବାଧ୍ୟ ବାଧକତାରେ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ।
ବୃଷ
ବୃଷ

କୌଣସି ଘରୋଇ ସମସ୍ୟାର ସମାଧାନ କ୍ଷେତ୍ରରେ ସ୍ତ୍ରୀଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି। ପ୍ରଶାସନିକ ସ୍ତରରେ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡିବ। ସଭାସମିତିରେ ଯୋଗ ଦେଲେ ଲାଭବାନ ହେବେ। କିନ୍ତୁ ପରିବାରରେ ସନ୍ତାନଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହୋଇପାରନ୍ତି।

ମିଥୁନ
ମିଥୁନ
ଆଜିର ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି। ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରି ଶତ୍ରୁଠାରୁ ମଧ୍ୟ କାମ ହାସଲ କରିନେବେ। ଯାନବାହନରେ ସତର୍କତା ଅବଲମ୍ବନ ନ କଲେ ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି।
କର୍କଟ
କର୍କଟ
ଯେଉଁ କାମରେ ହାତ ଦେବାକୁ ଯାଉଛନ୍ତି ସେଥିପାଇଁ କଠିନ ପରିଶ୍ରମ କରିବାକୁ ପଡିପାରେ। କର୍ମକ୍ଷେତ୍ରର ଅସଜଡା ପରିସ୍ଥିତିକୁ ସହକର୍ମୀଙ୍କ ସହ ଆଲୋଚନା କ୍ରମେ ସଜାଡି ନେବେ। ହଜିଯାଇଥିବା କୌଣସି ଜିନିଷର ସନ୍ଧାନ ଡେରିରେ ମିଳିବ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବା ସଙ୍ଗକୁ ଶ୍ରମଜନିତ କ୍ଳାନ୍ତିବୋଧ କରିବେ।
ସି˚ହ
ସି˚ହ
ଅନ୍ୟାନ୍ୟ କେତେକ ସମସ୍ୟାରେ ଚିନ୍ତିତ ଥିବା କାରଣରୁ ସୁବିଧା ସୁଯୋଗ ପାଇଲେ ମଧ୍ୟ କାମ ହାସଲ କରି ପାରିବେ ନାହିଁ। ପାରିବାରିକ କ୍ଷେତ୍ରରେ ତର୍କ ବିତର୍କ କାରଣରୁ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଘଟିପାରେ। କ୍ରୀଡା, ଚଳଚ୍ଚିତ୍ର, ସଙ୍ଗୀତ, ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ।
କନ୍ୟା
ପରିସ୍ଥିତିର ଗୁରୁତ୍ୱକୁ ହୃଦୟଙ୍ଗମକରି ମନବୁଝିଲା ଭଳି କଥାକହି ବନ୍ଧୁଙ୍କୁ ଆପଣେଇ ନେଇପାରନ୍ତି। ମାଲିମକଦ୍ଦମାରେ ସ୍ବପକ୍ଷ ସବଳ ରହିବା ହେତୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ। ସଂଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିପାରନ୍ତି। ସାଂସ୍କୃତିକ କାର୍ଯ୍ୟକ୍ରମରୁ ପ୍ରଶଂସିତ ହେବେ।
ତୁଳା
ତୁଳା
ନିଜ ଲୋକମାନଙ୍କ ବିରୋଧରେ ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। ବନ୍ଧୁମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ନୂଆ ଯୋଜନା ଉପରେ ଗୁରୁତ୍ୱ ଦେବେ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ପାଖ,ପଡୋଶୀଙ୍କ ସହାୟତାରେ ପାରିବାରିକ ସମସ୍ୟାର ସରଳ ସମାଧାନ କରିପାରନ୍ତି।
ବିଛା
ବିଛା
ସାମୂହିକ କାର୍ଯ୍ୟକ୍ରମ ମଧ୍ୟରେ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। କୌଣସି ସାଂସ୍କୃତିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି। କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରୀଙ୍କ ସହ ଭୁଲ୍‌ ବୁଝାମଣା ଯୋଗୁ କାର୍ଯ୍ୟ ସ୍ଥଗିତ ରହିଯିବ। ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ଅଟକି ରହିଥିବା କାମଗୁଡ଼ିକ ଆଜି ତ୍ୱରାନ୍ବିତ ହୋଇପାରିବ। ପରିବାରରେ ମତାନ୍ତର ଜନିତ ମାନସିକ ଶାନ୍ତି ବ୍ୟାହତ ହୋଇପାରେ। ପ୍ରଶାସନିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ କାମ ସମ୍ପାଦନ ନିମନ୍ତେ ସହକର୍ମୀଙ୍କ ସହଯୋଗର ଅଭାବ ପରିଲକ୍ଷିତ ହେବ। ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି।
ମକର
ମକର

ସମସ୍ୟା ଜାଲରେ ଛନ୍ଦିହୋଇ କର୍ମକ୍ଷେତ୍ରରେ କୌଣସି ଠିକ୍‌ ନିଷ୍ପତ୍ତି ନେଇପାରିବେ ନାହିଁ। ଈର୍ଷାପରାୟଣ ନିଜ ଲୋକମାନେ ଶତ୍ରୁତା ଆଚରଣକରି କାମକୁ ଭଣ୍ଡୁର କରିପାରନ୍ତି। ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ। ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ।

କୁମ୍ଭ
କୁମ୍ଭ
ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭକରି ନୂତନ ଯୋଜନାରମ୍ଭ କରିପାରନ୍ତି। ପ୍ରଶାସନ, ପ୍ରକାଶନ, ଆଇନ, ଅଦାଲତ, ସାଂସ୍କୃତିକ କାର୍ଯ୍ୟ ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ। କଚେରି ମାମଲାର ଶୁଣାଣିରେ ବିଳମ୍ବ ହେତୁ ବ୍ୟସ୍ତତା ବୃଦ୍ଧି ପାଇବ। ଦୈନନ୍ଦିନର ଜୀବନଯାତ୍ରା ଶୃଙ୍ଖଳିତ ରହିବନାହିଁ।
ମୀନମୀନ

କର୍ମକ୍ଷେତ୍ରରେ ସନ୍ଦେହ ଓ ଭୁଲ୍‌ବୁଝାମଣାଜନିତ ସମସ୍ୟା ବୃଦ୍ଧିପାଇବାର ଆଶଙ୍କା ରହିଛି। ପରିବାରରେ ପିଲାଙ୍କ ସ୍ବାସ୍ଥ୍ୟ ଓ ଶିକ୍ଷା ସମସ୍ୟା ନେଇ ମାନସିକ ସ୍ଥିତି ବିପନ୍ନ ହୋଇପାରେ। ବନ୍ଧୁଙ୍କ ସାହାଯ୍ୟ ଆଶାକରି ଦୈନ୍ୟତା ପ୍ରକାଶ କରିବାକୁ ବାଧ୍ୟ ହୋଇପାରନ୍ତି। ଆଜିର ବ୍ୟବସାୟିକ ସ୍ଥିତି ବହୁତ ଭଲ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri