Posted inRasifala

ରାଶିଫଳ: ସୋମବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ
ଆଜିର ରାହୁ ଯୁକ୍ତ ଚନ୍ଦ୍ର ଧନସ୍ଥାନରେ ଧନହାନି ସହ କଳହକୁ ନିମନ୍ତ୍ରଣ କରିବ । ନିଜର ସମ୍ପର୍କୀୟ ମାନଙ୍କ ଦ୍ୱାରା କୌଣସି ସମସ୍ୟା ବିଷୟରେ ଚିନ୍ତିତ ରହିପାରନ୍ତି । ବନ୍ଧୁ ଦେଇଥିବା ପ୍ରତିଶ୍ରୁତି ଉପରେ ପୂର୍ଣ୍ଣ ଭରସା କରି ମନସ୍ତାପ କରିବାକୁ ପଡିପାରେ । ଶାରୀରିକ ଓ ମାନସିକ ସୁସ୍ଥତା ପ୍ରାୟତଃ ପୂର୍ବଭଳି ଅକ୍ଷୁଣ୍ଣ ରହିବ ।
ବୃଷ
ବୃଷ
ଆର୍ଥିକ ଦିଗଟି ଭଲ ରହିବ, ମଧୁର ବ୍ୟବହାର ଦ୍ୱାରା ଅନ୍ୟମାନଙ୍କୁ ଆପ୍ୟାୟିତ କରିବେ । କିନ୍ତୁ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ ରହିଯାଇଥିବା କାର୍ଯ୍ୟ ସକାଶେ ଅନୁତାପ କରିବେ । ସ୍ବାର୍ଥ ହାସଲ ସକାଶେ ନିକଟରେ ରହୁଥିବା କୌଣସି ବିଜାତୀୟ ବ୍ୟକ୍ତି ଆପଣଙ୍କୁ ଅସୁବିଧାରେ ପକାଇପାରନ୍ତି । ଆନୁଷ୍ଠାନିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ ।
ମିଥୁନ
ମିଥୁନ
ଅନ୍ୟମାନଙ୍କ ମନକୁ ସୁହାଇଲା ଭଳି ମଧୁର କଥାକହି କୌଣସି ନୂତନ କାମ ଆରମ୍ଭ କରି ଖୁସି ରହିବେ । ମାତ୍ର କର୍ମକ୍ଷେତ୍ର ପ୍ରତି ଉଦାସୀନ ହେତୁ ସମସ୍ୟା ବଢିପାରେ । କେତେକ କ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇ ବିଚଳିତ ରହିପାରନ୍ତି। ଆକସ୍ମିକ ଭାବରେ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।
କର୍କଟ
କର୍କଟ
ସ୍ବାସ୍ଥ୍ୟ ସମସ୍ୟା କ୍ରମଶଃ ସୁଧୁରିବା ହେତୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ । କିନ୍ତୁ କେତେକ କ୍ଷେତ୍ରରେ ଅସଫଳତାଜନିତ ଅତ୍ୟଧିକ ଟେନସନ ହେତୁ ରକ୍ତଚାପ ମଧ୍ୟ ବଢ଼ିପାରେ । ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି । ସ୍ଥଗିତ କାର୍ଯ୍ୟ ହାସଲ କରିବା ସକାଶେ ଅନ୍ୟ ଉପରେ ନିର୍ଭରଶୀଳ ହୋଇପାରନ୍ତି ।
ସି˚ହ
ସି˚ହ
ଅସ୍ଥିରତା ଦୂରୀଭୂତ ହୋଇଯିବ ଏବଂ ଏହା ସଙ୍ଗକୁ ଆଜି ସୁବିଧା ଓ ସହଜରେ କାମ ହାସଲ କରିବେ ।
ଖଳ ଲୋକଙ୍କ କଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ବ୍ୟବସାୟରେ ଆଖିଦୃଷ୍ଟିଆ ସଫଳତା ହାସଲ କରିପାରିବେ ନାହିଁ । ଲକ୍ଷ୍ୟସାଧନ ଉଦ୍ଦେଶ୍ୟରେ ଆଜିର ଫେରିବା ବାଟରେ ବନ୍ଧୁଙ୍କୁ ଭେଟିପାରନ୍ତି ।
କନ୍ୟା
ପରିସ୍ଥିତିରେ ପଡି ମନ କଥା ମନ ଭିତରେ ରଖି ଓ ନିଜ କାମ ପଛରେ ପକାଇ ପର ପାଇଁ ନିଜେ ହଇରାଣରେ ପଡିପାରନ୍ତି । କର୍ମକ୍ଷେତ୍ରରେ ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ ପାଇବେ । ଆକସ୍ମିକ ଭାବେ ଗୁଡିଏ ଟଙ୍କା ଖର୍ଚ୍ଚକରି ଦୁଃଖିତ ହେବେ ।
ତୁଳା
ତୁଳା
ଆପଣ ଯାହା ଓ ଯେପରି ଚିନ୍ତା କରୁଛନ୍ତି ଠିକ୍ ସେପରି ହିଁ ହେବ କିନ୍ତୁ ସମୟକୁ ଅପେକ୍ଷା କରିବାକୁ ପଡିବ । ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତ୍ୟୁଷ ଯାତ୍ରା ସମୟରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ବନ୍ଧୁଙ୍କ ସାମ୍ନାରେ ମନର କଥାଟିକୁ ପ୍ରକାଶ କରିପାରିବେ ନାହିଁ ।
ବିଛା
ବିଛା
ପୂର୍ବ ପରିକଳ୍ପିତ ଯୋଜନାଗୁଡିକ ବିଗିଡି ଯିବାରୁ ମନ ଦୁଃଖ ହୋଇପାରେ । ବାରମ୍ବାର ସ୍ତ୍ରୀଙ୍କ ସ୍ବାସ୍ଥ୍ୟହାନି ହେଉଥିବା ଯୋଗୁଁ ମନ ଅଶାନ୍ତ ରହିବ । ତଥାପି ମଧ୍ୟାହ୍ନ ସମୟରେ ଦୀର୍ଘ ଦିନରୁ ଆଶା କରୁଥିବା ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ । ଆଜି କୌଶଳରେ ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ ।
ଧନୁ
ଧନୁ
ଅପରିଣାମଦର୍ଶିତା କାରଣରୁ କେତେକ ଗୋପନୀୟ କଥାକୁ ନେଇ ମନ ଅସ୍ଥିର ରହିବ । କୌଣସି ନିକଟତମ ବ୍ୟକ୍ତିଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ । ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବା ସକାଶେ ଚେଷ୍ଟା କରିପାରନ୍ତି। କଠିନଶ୍ରମଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ ।
ମକର
ମକର
ଆକସ୍ମିକଭାବରେ ଥଣ୍ଡାଜନିତ ସ୍ବାସ୍ଥ୍ୟ ସମସ୍ୟା ବଢିଯିବ । ବନ୍ଧୁଙ୍କ ସମ୍ମୁଖରେ ମନ କଥାକୁ ଲୁଚାଇ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିପାରନ୍ତି । ଘରୋଇ କ୍ଷେତ୍ରରେ ପ୍ରକୃତ ଘଟଣା ନ ବୁଝି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି । ଆର୍ଥିକ ସ୍ଥିତି ସେତେଟା ଭଲ ରହିବ ନାହିଁ।
କୁମ୍ଭ
କୁମ୍ଭ
ବିଭିନ୍ନ ପ୍ରକାରର ସମସ୍ୟା ମଧ୍ୟଦେଇ ଗତି କରୁଥିବାରୁ ପ୍ରଗତିର ପଥରୋଧ ହୋଇପାରେ । ପରିବାରରେ ସାଧାରଣ କଥାରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେଇପାରେ । ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି । କ୍ରନିକ୍ ରୋଗ ପୀଡ଼ା ଯୋଗଁୁ ମନ ବିଚଳିତ ହୋଇପାରେ ।
ମୀନମୀନ
ହାତକୁ ନେଇଥିବା କାମଗୁଡିକ ସୁବିଧାରେ ହାସଲ କାରଣରୁ ଏକ ପ୍ରକାର ଆଶ୍ୱସ୍ତି ଅନୁଭବ କରିବେ । ଆନୁଷଙ୍ଗିକ ସୁବିଧା ସୁଯୋଗ ହେତୁ ନିର୍ମାଣ କାମ ତ୍ୱରାନ୍ବିତ ହେବ । ଦେହ ଭଲ ରହିବ ମାତ୍ର ଶ୍ରମଜନିତ କ୍ଲାନ୍ତିବୋଧ କରିବେ । ପାଖ ପଡୋଶୀଙ୍କ ଅଭିଯୋଗ ଅମୂଳକ ନୁହେଁ, ଏହାକୁ ଗୁରୁତ୍ୱର ସହ ବିଚାରକୁ ନେବା ଭଲ ହେବ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଜାନୁୟାରୀ ୨୨ ତାରିଖ – Daily Horoscope

ମେଷ ତର୍କବିତର୍କ କାରଣରୁ ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ ନାହିଁ। କିନ୍ତୁ ବନ୍ଧୁଙ୍କ କାମରେ ଠିକ୍‌ ପରାମର୍ଶ ଦେଇ ଅନ୍ୟମାନଙ୍କ...

ରାଶିଫଳ:ମଙ୍ଗଳବାର, ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ଆଜି ଆପଣ କଳାନୁରାଗୀ, ସଙ୍ଗୀତପ୍ରିୟ, ସାହିତ୍ୟରସିକ ଓ ଚଳଚ୍ଚିତ୍ରପ୍ରେମୀ ଭାବରେ ସମୟ ଅତିବାହିତ କରିବାର ସୁଯୋଗ ପାଇବେ। କାମଗୁଡ଼ିକ ଯଥା ସମୟରେ ହେଉ ନ...

ରାଶିଫଳ: ଶନିବାର, ଫେବୃୟାରୀ ୨୦ ତାରିଖ– Daily Horoscope

ମେଷ ଦ୍ୱିଜା ନକ୍ଷତ୍ରର ପାରିବାରିକ କ୍ଷେତ୍ରରେ ମତାନ୍ତର ଥାଇ ମଧ୍ୟ କାମବେଳକୁ ସମସ୍ତେ ଏକ ମନ ନେଇ କାମ କରିପାରିବେ। ସାମାଜିକ ସ୍ତରରେ ସ୍ବାର୍ଥସାଧନ ଆଶା...

ରାଶିଫଳ: ସୋମବାର, ଡିସେମ୍ବର ୦୯ ତାରିଖ – Daily Horoscope

ମେଷ ଆଜି କୌଣସି କ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ...

ରାଶିଫଳ: ରବିବାର, ଜୁନ ୨୩ ତାରିଖ – Daily Horoscope

ମେଷ ଏକାଦଶ ଚନ୍ଦ୍ର ଯୋଗୁ କାର୍ଯ୍ୟସିଦ୍ଧି ସଙ୍ଗକୁ ବୈଷୟିକ ଅଭିବୃଦ୍ଧି, ହୋଇପାରିବ। ପୂର୍ବ ସ୍ଥିରୀକୃତ ଦୂରଯାତ୍ରା,ବାଣିଜ୍ୟ, ବ୍ୟବସାୟ, ପରିବହନ, ବନ୍ଧୁ ବାନ୍ଧବ କ୍ଷେତ୍ରରେ ସୁଫଳ ପାଇବେ।...

ରାଶିଫଳ: ରବିବାର, ନଭେମ୍ବର ୧ ତାରିଖ – Daily Horoscope

ମେଷ ଶ୍ରୀଚନ୍ଦ୍ର ପ୍ରଭାବରେ ଅର୍ଥଲାଭ ସହ ପାରିବାରିକ ଶାନ୍ତି ପାଇବେ। କିନ୍ତୁ ଦୂରଯାତ୍ରା ଓ ବିବାଦୀୟ ପରିବେଶରୁ ଦୂରେଇ ରହିବା ଭଲ ହେବ। ମନରେ ଅସ୍ଥିରତା...

ରାଶିଫଳ: ମଙ୍ଗଳବାର, ଏପ୍ରିଲ୍‌ ୨୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜାନକ୍ଷତ୍ର ସକାଶେ ବ୍ୟବସାୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। ରବିଙ୍କ କାରଣରୁ କେତେକ କ୍ଷେତ୍ରରେ କୌଣସି ବ୍ୟକ୍ତିଙ୍କ ସହ ପ୍ରତିଯୋଗିତା ମନୋଭାବ ସୃଷ୍ଟି...

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୨୯ ତାରିଖ – Daily Horoscope

ମେଷ ପାପଗ୍ରହ ଦୃଷ୍ଟ ଚତୁର୍ଥଭାବ ଯୋଗୁଁ ଅସୁସ୍ଥ ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ଅବଶ୍ୟ ଆର୍ଥିକ ଅଭିବୃଦ୍ଧି,...

Advertisement
Archives

Model This Week