Posted inRasifala

ରାଶିଫଳ: ଶନିବାର, ନଭେମ୍ବର ୨୮ ତାରିଖ – Daily Horoscope

ମେଷ
ଆଜି ଆପଣ ଭୋଗ ବିଳାସ ଓ ମନୋରଞ୍ଜନ ସକାଶେ ଅନୁକୂଳ ପରିବେଶ ପାଇବେ। କିନ୍ତୁ ବେପରୁଆ କାର୍ଯ୍ୟକଳାପରୁ ସ୍ବାସ୍ଥ୍ୟ ସମ୍ପର୍କୀୟ ଚିନ୍ତାରେ ପଡ଼ିପାରନ୍ତି। ପାରିବାରିକ କାମରେ ଜଣେ ପୁରାତନ ବନ୍ଧୁଙ୍କ ସାହାଯ୍ୟ ମିଳିବ। ପ୍ରଶାସନିକ ସ୍ତରରେ ବୁଝାମଣା ନେଇ ତିକ୍ତତା ସୃଷ୍ଟି ହୋଇପାରେ।
ବୃଷ
ବୃଷ
ପୁରାତନ ରୋଗପୀଡା, ଋଣ ପରିଶୋଧ ଓ ଆମତ୍ୀୟଙ୍କ ବିରୁଦ୍ଧାଚରଣ ବିଷୟରେ ଚିନ୍ତା କରିବେ।
ଅନ୍ୟମାନଙ୍କୁ ମନେଇବାକୁ ବିଭିନ୍ନ ଚେଷ୍ଟା କରି ସଫଳତା ପାଇିବେ। କଠିନଶ୍ରମଜନିତ ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଭଲ ଲାଭ ପାଇବେ। ବିବାଦୀୟ ଘଟଣାରେ ମନସ୍ତାପ କରିବାକୁ ପଡିପାରେ।
ମିଥୁନ
ମିଥୁନ
ଆର୍ଥିକ ସ୍ଥିତିରେ ଉନ୍ନତି ଘଟିଲେ ମଧ୍ୟ ଆଶାନୁରୂପ ନ ହେବା କାରଣରୁ ମାନସିକ ସ୍ଥିତି ବିଗିଡ଼ିଯିବ। କର୍ମକ୍ଷେତ୍ରରେ ଅଟକି ରହିଥିବା କାମ ସକାଶେ ଅନୁତାପ କରିବେ। ପରିବାରରେ ଛୋଟ କଥାକୁ ନେଇ ପରମୁହୂର୍ତ୍ତରେ କଳହ ଲାଗିପାରେ। ପ୍ରାତଃ ଭ୍ରମଣ ରାଜନୀତି, ପ୍ରଶାସନ, ବାଣିଜ୍ୟ ପାଇଁ ଦିନଟି ବହୁତ ଭଲ।
କର୍କଟ
କର୍କଟ
ସମୟର ଅନୁକୂଳ ପ୍ରବାହରେ ଧୀରେ ଧୀରେ ସମସ୍ୟା ସମାଧନ କରି କର୍ମକ୍ଷେତ୍ରରେ ସୁପ୍ରତିଷ୍ଠିତ ହେବେ। ପ୍ରତ୍ୟେକ କ୍ଷେତ୍ରରେ ଯାହା ଭବୁଛନ୍ତି ତାହା ହିଁ ହେବାରେ ଅସୁବିଧା ରହିବ ନାହିଁ। ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ କରିପାରନ୍ତି। ପରିବାର ଭିତରେ ବିନା କାରଣରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ।
ସି˚ହ
ସି˚ହ
କ୍ରମଶଃ ଅବନ୍ନତି ଘଟୁଥିବା ସ୍ବାସ୍ଥ୍ୟ ସକାଶେ ମନସ୍ତାପ କରିବେ। ଆନୁଷ୍ଠାନିକ କାମରେ ନୀଚ ମନୋଭାବର ବ୍ୟକ୍ତିଙ୍କ ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହେବେ। ବ୍ୟବସାୟିକ ଦୃଷ୍ଟିକୋଣରୁ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ। ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ କିମ୍ବା ବନ୍ଧୁ ଗହଣରେ ପ୍ରଶଂସିତ ହେବେ।
କନ୍ୟା
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ କମିଯିବ। ପ୍ରତିବେଶୀଙ୍କ ସାହାଯ୍ୟ ନେଇ କୌଣସି ଅସମାହିତ କାମକୁ ସମ୍ପନ୍ନ କରିବ। ପରିବାରରେ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ଆଶଙ୍କା ରହିଛି। କୌଣସି ବନ୍ଧୁଙ୍କ ସକାଶେ ଡାକ୍ତରଙ୍କ ପରାମର୍ଶ ପାଇଁ ଦୌଡିବାକୁ ପଡିପାରେ।
ତୁଳା
ତୁଳା
ନୂତନ କର୍ମାରମ୍ଭ ସକାଶେ ମନ ବଳାଇ ଆନୁଷଙ୍ଗିକ ସାହାଯ୍ୟ, ସୁବିଧା ପାଇବେ। ବର୍ତ୍ତମାନ ସକାଶେ ଶତ୍ରୁ ଉପଦବ୍ର ସମ୍ପୂର୍ଣ୍ଣ ଭାବେ କମିଯାଇପାରେ। ହଠାତ୍‌ କାୈଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହେବା ଠିକ୍‌ ହେବନାହିଁ। ପ୍ରଶାସନ, ପ୍ରକାଶନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି।
ବିଛା
ବିଛା
ବିବାଦୀୟ କଥା, ଶତ୍ରୁତା କରୁଥିବା ବ୍ୟକ୍ତି, ଅର୍ଥ ସମ୍ପର୍କୀୟ ସମସ୍ୟା ବିଷୟରେ ଚିନ୍ତା କରିବେ। ଆମତ୍ୀୟଙ୍କ ପ୍ରତିରୋଧ ଆପଣଙ୍କ ଚିନ୍ତାଧାରାକୁ ବିଶୃଙ୍ଖଳିତ କରିବ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇଲେ ହଇରାଣ ହେବେ।
ଧନୁ
ଧନୁ
ବନ୍ଧୁଙ୍କ ସ୍ନେହ, ପାରିବାରିକ ଆଦର, ଅର୍ଥ ଓ ଦ୍ରବ୍ୟଲାଭ, ସନ୍ତାନସୁଖ ପ୍ରଭୃତି ପ୍ରାପ୍ତି ଘଟାଇବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସକାଶେ ଦିନଟି ବହୁତ ଶୁଭପ୍ରଦ ରହିବ। ଦୀର୍ଘ ଦିନରୁ ଅଟକି ରହିଥିବା ବକେୟା ଟଙ୍କା ପାଇବାର ମାର୍ଗ ସୁଗମ ହୋଇଯିବ। ଆନୁଷ୍ଠାନିକ ତଥା କର୍ମକ୍ଷେତ୍ର ଓ ସାମାଜିକ ସ୍ଥିତି ପ୍ରାୟତଃ ଭଲ ରହିବ।
ମକର
ମକର
ଘରକଥା, ଜମିବାଡି, ଯାନବାହନ, ଲୋକସମ୍ପର୍କ, ଆଲୋଚନା ଭିତରେ ସମୟ ଅତିବାହିତ ହେବ। କଳା, କ୍ରୀଡା, ଚଳଚ୍ଚିତ୍ର, ସଙ୍ଗୀତ, ସାହିତ୍ୟାଲୋଚନାରେ ରହିଥିବା ଅସଙ୍ଗତି ଦୂର ହୋଇଯିବ। ବୃତ୍ତିଗତ ଧନ୍ଦାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ନିଜଲୋକଙ୍କ ବେଖାତିର ମନୋଭାବରୁ କଷ୍ଟ ଅନୁଭବ କରିବେ।
କୁମ୍ଭ
କୁମ୍ଭ
ବିଭିନ୍ନ ସମସ୍ୟାମୂଳକ କାମର ଅନ୍ତ ଘଟିବା ସମ୍ବନ୍ଧରେ ଅବଗତ ହୋଇପାରିବେ। ଅବଶ୍ୟ ନିକଟ ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇ କାମ ହାସଲ କରିପାରନ୍ତି। ଆନୁଷ୍ଠାନିକ କାମ କିମ୍ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇବେ। ସହକର୍ମୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ।
ମୀନମୀନ
କୌଣସି କଥାକୁ କେନ୍ଦ୍ରକରି ଶିକ୍ଷା କ୍ଷେତ୍ରରେ ସମସ୍ୟା ଦେଖାଦେଇପାରେ। କଳା, ସାହିତ୍ୟକ୍ଷେତ୍ରରେ ସମସ୍ୟା ସମାଧାନ ହେବାର ଆଶା ରହିଛି। ଭାବପ୍ରବଣ ବଶତଃ କିଛି କଥା କହି ଅପଦସ୍ଥ ହେବେ। ଭଲ ସମ୍ପର୍କ ଥିବା ବନ୍ଧୁ ନିଜର ସୁବିଧା ହାସଲ ସକାଶେ ଆପଣଙ୍କୁ ଅସୁବିଧାରେ ପକାଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri