Posted inRasifala

ରାଶିଫଳ: ବୁଧବାର, ଅକ୍ଟୋବର ୨୮ ତାରିଖ – Daily Horoscope

ମେଷ
ଶନି ଦୃଷ୍ଟ ଚନ୍ଦ୍ରଙ୍କ ଯୋଗୁ ବିଭିନ୍ନ ପ୍ରକାର ସମସ୍ୟା ନେଇ ମାନସିକ ଦ୍ୱନ୍ଦ୍ୱ ଲାଗିରହିବ। ଘରକଥା ହେଉ କିମ୍ବା କର୍ମକ୍ଷେତ୍ର ସବୁ କାମ ଗୋଳିଆ ରହିବ। ସଭାସମିତିରେ ଆଲୋଚନା ଓ ସମାଲୋଚନା ଭିତରେ ସମାଧାନ ପୂର୍ବକ ପରିବାରରେ ଶାନ୍ତି ଫେରି ଆସିବ। ନିଜ ଲୋକମାନେ ଅସୁବିଧାରେ ପକାଇପାରନ୍ତି।
ବୃଷ
ବୃଷ

ନୀଚସ୍ଥ ଶୁକ୍ରଙ୍କ ଯୋଗୁ ସବୁ ଠିକ୍‌‌ ଥିବ, କିନ୍ତୁ ଶେଷ ସମୟରେ ବିଗିଡ଼ି ଯାଇପାରେ। ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, କଳା, କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ କ୍ଷେତ୍ର ବିଶେଷ ମନ୍ଦ ହେବନି। ସାଙ୍ଗସାଥୀ କିମ୍ବା ବନ୍ଧୁ ହୁଅନ୍ତୁ, କହିବେ ବହୁତ କିନ୍ତୁ କାମ କଲା ବେଳକୁ ସେମାନଙ୍କ ଦେଖା ମିଳି ନ ପାରେ।

ମିଥୁନ
ମିଥୁନ
ଆଜିର ଚନ୍ଦ୍ର ଓ ବୁଧଙ୍କ ଷଡ଼ାଷ୍ଟକ ସ୍ଥିତିଜନିତ ପ୍ରତ୍ୟେକ କାମ ଯୁକ୍ତିତର୍କ ମଧ୍ୟରେ ସମାହିତ ହେବ। ଅଧିକାଂଶ ସମୟରେ ଭୁଲ୍‌ ବୁଝାମଣାରୁ ଟିକିଏ ଟିକିଏ କଥାରେ କଳହ ଲାଗିପାରେ। ଅର୍ଥ ସମ୍ପର୍କିତ ଝମେଲାର ସମ୍ମୁଖୀନ ହେବା ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ ସହମତିରେ କାମ କଲେ ସଫଳତା ପାଇପାରନ୍ତି।
କର୍କଟ
କର୍କଟ
ଗୁରୁ ନକ୍ଷତ୍ରସ୍ଥ ଚନ୍ଦ୍ର ଆଜି ଅନେକ କାଳ୍ପନିକ ଆଶା ଓ କାମନାକୁ ମନ ଭିତରେ ଉଜ୍ଜୀବିତ କରିବେ। ବିଭିନ୍ନ କ୍ଷେତ୍ରରୁ ଅର୍ଥ ପାଇବେ, କିନ୍ତୁ ମାନସିକ ଶାନ୍ତି ହରାଇବେ। ପରିବାର ଲୋକଙ୍କ ଯୁକ୍ତି ଗ୍ରହଣ କରିବାକୁ ବାଧ୍ୟହେବେ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବା ସହ ଅବସାଦ ଦେଖାଦେଇପାରେ।
ସି˚ହ
ସି˚ହ
କର୍ମସ୍ଥ ରାହୁଙ୍କ ହେତୁ କୌଶଳରେ କାମ ହାସଲ କରିବା ସହ ପ୍ରତିଦ୍ୱନ୍ଦ୍ୱିତାରେ ବିଜୟୀ ହେବେ। ପରିସ୍ଥିତି ଓ ରହୁଥିବା ପରିବେଶରେ ଗଡ଼ବଡ଼ ସୃଷ୍ଟି ହେବା ଆଶଙ୍କା ରହିଛି। ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ସାମାନ୍ୟ ବିଳମ୍ବରେ ପାଇଯିବେ। ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନ ପାରେ।
କନ୍ୟା
ଆଜି ଯାହାକୁ ଯାହା କହିବେ ପ୍ରତ୍ୟେକ କାମରେ ସଫଳତା ଅବଶ୍ୟମ୍ଭାବୀ। ଶୁକ୍ର ଧନାଧିପ ରାଶିସ୍ଥ ହେତୁ ଦୀର୍ଘଚେଷ୍ଟା ପରେ ଆଜି ଋଣସୂତ୍ରରେ ହିଁ ଅର୍ଥଲାଭ କରିବେ। ସ୍ତ୍ରୀଙ୍କ ବରାଦ, ପ୍ରତିଦ୍ୱନ୍ଦ୍ୱୀଙ୍କ କାର୍ଯ୍ୟ, ଶିଳ୍ପବାଣିଜ୍ୟରେ ପ୍ରତିବନ୍ଧକ ଓ ଯାତ୍ରାରେ ଦୁଶ୍ଚିନ୍ତା ବଢ଼ିପାରେ। ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି।
ତୁଳା
ତୁଳା
ପାପଗ୍ରହ ମଧ୍ୟସ୍ଥ ବୃହସ୍ପତି ହେତୁ ଆକସ୍ମିକଭାବେ ଦୀର୍ଘଦିନର ସମ୍ପର୍କ ସୂତ୍ର ଛିନ୍ନହେବା ସୂଚନା ରହିଛି। ପ୍ରତ୍ୟେକ କ୍ଷେତ୍ରରେ ଆଳସ୍ୟ ଓ ଅବହେଳା ହେତୁ ସଫଳତା ପାଇବା କଷ୍ଟକର ହୋଇପଡ଼ିବ। ନିଜ ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। ଆର୍ଥିକ ଅଭିବୃଦ୍ଧି ନିମିତ୍ତ ତତ୍ପରତା ପ୍ରକାଶ କରିବେ।
ବିଛା
ବିଛା
ତୃତୀୟସ୍ଥ ଶନିଙ୍କ ଯୋଗୁ ଝଗଡ଼ା ସାଙ୍ଗକୁ ପରିବାରରେ ଅଶାନ୍ତି ସୃଷ୍ଟି ହୋଇପାରେ। ବିବାଦୀୟ ପରିସ୍ଥିତିର ମୁକାବିଲା କରି ଆପଣ ବିଜୟୀ ହେବେ । ବ୍ୟବସାୟ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣକରି ଉପକୃତ ହୋଇପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
ଅନ୍ୟମାନଙ୍କ ସକାଶେ ଉଦାର ମନୋଭାବ ପୋଷଣ କଲେ ବି ସେମାନଙ୍କ ଚିନ୍ତାଧାରା ବଦଳାଇବା ସମ୍ଭବପର ନୁହେଁ। ଆଗୁଆ ପଦକ୍ଷେପ ଗ୍ରହଣ କଲେ ମଧ୍ୟ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହେବା ସମ୍ଭାବନା। ଶାରୀରିକ ସୁସ୍ଥତା ଫେରିପାଇବା ଯୋଗୁ ହଇରାଣ ହେବାକୁ ପଡ଼ିପାରେ। ଲୋକ ସମ୍ପର୍କ ବୃଦ୍ଧି ପାଇବ।
ମକର
ମକର

କର୍ମକ୍ଷେତ୍ରରେ ବନ୍ଧୁ କିମ୍ବା ସହକର୍ମୀମାନଙ୍କ ସହ ତିକ୍ତତା ଦେଖାଦେଇପାରେ। ଚନ୍ଦ୍ରଙ୍କ ପ୍ରଭାବରୁ ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପଡ଼ିବେ। ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବ।

କୁମ୍ଭ
କୁମ୍ଭ
ଦ୍ୱିତୀୟସ୍ଥ ମଙ୍ଗଳ ଯୋଗୁ ନିଜ ଲୋକମାନଙ୍କ କାର୍ଯ୍ୟକଳାପ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି। ଭାଇଙ୍କ ସ୍ବାସ୍ଥ୍ୟ ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ। ସକାଳ ସମୟରେ ବହୁ ପ୍ରତୀକ୍ଷିତ ଶୁଭ ଖବରଟି ପାଇପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ ଓ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ।
ମୀନମୀନ

ଚନ୍ଦ୍ରମଙ୍ଗଳ ସଂଯୋଗରୁ ଦୀର୍ଘଦିନର ଅଭିଳାଷ ପୂରଣ ହେବା ସାଙ୍ଗକୁ ଆର୍ଥିକ ଉନ୍ନତିର ମାର୍ଗ ସୁଗମ ହୋଇଯିବ। ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri