

ନୀଚସ୍ଥ ଶୁକ୍ରଙ୍କ ଯୋଗୁ ସବୁ ଠିକ୍ ଥିବ, କିନ୍ତୁ ଶେଷ ସମୟରେ ବିଗିଡ଼ି ଯାଇପାରେ। ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, କଳା, କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ କ୍ଷେତ୍ର ବିଶେଷ ମନ୍ଦ ହେବନି। ସାଙ୍ଗସାଥୀ କିମ୍ବା ବନ୍ଧୁ ହୁଅନ୍ତୁ, କହିବେ ବହୁତ କିନ୍ତୁ କାମ କଲା ବେଳକୁ ସେମାନଙ୍କ ଦେଖା ମିଳି ନ ପାରେ।








କର୍ମକ୍ଷେତ୍ରରେ ବନ୍ଧୁ କିମ୍ବା ସହକର୍ମୀମାନଙ୍କ ସହ ତିକ୍ତତା ଦେଖାଦେଇପାରେ। ଚନ୍ଦ୍ରଙ୍କ ପ୍ରଭାବରୁ ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପଡ଼ିବେ। ପାରିବାରିକ ଜୀବନରେ ଉତ୍ଥାନ ପତନ ଲାଗି ରହିବ।


ଚନ୍ଦ୍ରମଙ୍ଗଳ ସଂଯୋଗରୁ ଦୀର୍ଘଦିନର ଅଭିଳାଷ ପୂରଣ ହେବା ସାଙ୍ଗକୁ ଆର୍ଥିକ ଉନ୍ନତିର ମାର୍ଗ ସୁଗମ ହୋଇଯିବ। ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ।

