Posted inRasifala

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ
ଆଜି ଧର୍ମଭାବରେ ଚନ୍ଦ୍ର ନୂତନ କର୍ମାରମ୍ଭ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁ ମିଳନ ପାଇଁ ଶୁଭ ହେବ। କିନ୍ତୁ ମତାନ୍ତର କିମ୍ବା ମନାନ୍ତରଜନିତ ମାନସିକ ଅଶାନ୍ତିର ଆଶଙ୍କା ରହିଛି। ତୃତୀୟାଧିପ ଶତ୍ରୁ ସ୍ଥାନସ୍ଥ ହେତୁ ଆମତ୍ୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି, କିନ୍ତୁ ପାରିବେ ନାହିଁ।
ବୃଷ
ବୃଷ
ରାହୁଙ୍କ ପ୍ରଭାବରେ ପର କଥାକୁ ସତ ମନେକରି ଘରୋଇ କଳହ ଲାଗିରହିବ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବାରେ ପ୍ରତିବନ୍ଧକ ରହିବ ନାହିଁ। ଆଜିର ଯାତ୍ରା ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ନୂତନ ଯାନବାହନ, ଜମିଜମା, କ୍ରୟ, ବିକ୍ରୟ ନେଇ ଆଲୋଚନାରେ ଅଗ୍ରଗତି ଘଟିବ।
ମିଥୁନ
ମିଥୁନ
ଆଜି କେନ୍ଦ୍ରସ୍ଥ ବୁଧ ଓ ମଙ୍ଗଳ ପାରିବାରିକ ସ୍ଥିତିକୁ ସନ୍ତୁଳିତ ରଖିବ। କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ କିନ୍ତୁ ହୁଏତ ତାହାକୁ ଅସ୍ବୀକାର କରି ଦେଇପାରନ୍ତି। ସଭାସମିତି, ଜମିଜମା, ଆନୁଷ୍ଠାନିକ କାମ, ପୂଜାପାର୍ବଣ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ।
କର୍କଟ
କର୍କଟ
ବ୍ୟୟାଧିପ ତୃତୀୟସ୍ଥ ହେତୁ ସାମାଜିକ କଲ୍ୟାଣ ଦିଗରେ ଅର୍ଥ ବିନିଯୋଗ କରିବେ। ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ସହଯୋଗ ଲାଭପୂର୍ବକ ଖୁସୀ ରହିପାରନ୍ତି। ଶିଳ୍ପ, ବାଣିଜ୍ୟ, ପ୍ରଶାସନ ଓ ପରିବହନ କ୍ଷେତ୍ରରୁ ସମସ୍ୟା ଦୂର ହୋଇଯିବ।
ସି˚ହ
ସି˚ହ
ରବି ଓ ଶନି ପରସ୍ପର ଷଡାଷ୍ଟକ ସ୍ଥିତିରେ ରହିଥିବାରୁ ପରୋକ୍ଷ ଶତ୍ରୁତାର ସମ୍ମୁଖୀନ ହେବାକୁ ପଡିବ। ପଡୋଶୀ କିମ୍ବା ସହକର୍ମୀଙ୍କ ସହ ସମ୍ପର୍କ ଯୋଡିବାରେ ଆପଣଙ୍କ କୌଶଳ କିଛି ମାତ୍ରାରେ ସାହାଯ୍ୟ କରିପାରେ। କର୍ମ କ୍ଷେତ୍ରରେ ବାଧା ଉପୁଜିପାରେ, ଏଣୁ ସାବଧାନ ରହିବା ଭଲ। ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ।
କନ୍ୟା
କର୍ମାଧିପ ଅଷ୍ଟମାଧିପ ସଂଯୁକ୍ତ ଯୋଗୁ ସବୁ ସୁବିଧା ଥିଲେ ମଧ୍ୟ କୌଣସି କାମ ସହଜରେ ସମ୍ପନ୍ନ ହୋଇ ପାରିବ ନାହିଁ। ଗଠନମୂଳକ କାମରେ ଅଥବା ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇବ। କଠିନଶ୍ରମ ଓ ଭ୍ରମଣଜନିତ ଶାରୀରିକ ଅସୁସ୍ଥି ଅନୁଭବ କରିବେ। ଆଲୋଚନା କ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିବେ।
ତୁଳା
ତୁଳା
ରାଶ୍ୟାଧିପତି ପ୍ରତି ଶନିଙ୍କ ଦୃଷ୍ଟି ହେତୁ ନିଜ ଲୋକ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥ ସଂଗ୍ରହରେ ତପତ୍ରତା ପ୍ରକାଶ କରିବେ। ସତର୍କତା ଅଭାବରୁ ଜିନିଷପତ୍ର ହଜିବା ସମ୍ଭାବନା ରହଛି। ବାଣିଜ୍ୟ, ପ୍ରକାଶନ, ପ୍ରଶାସନ, ନିର୍ମାଣ ଓ ପରିବହନ ପାଇଁ ଦିନଟି ଭଲ।
ବିଛା
ବିଛା
ଷଷ୍ଠାଧିପ ଯୁକ୍ତ ରାଶ୍ୟାଧିପ ହେତୁ ସାଧାରଣ କଥାକୁ ନେଇ ପ୍ରିୟଜନଙ୍କ ସହ ଉଚ୍ଚବାଚ ଘଟିପାରେ। ପରିବାରରେ ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରିବେ। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ଓ ସାହାଯ୍ୟ ମଧ୍ୟ କରିପାରନ୍ତି।
ଧନୁ
ଧନୁ
ରାଶିରେ ଅଷ୍ଟମାଧିପତି ଥିବାରୁ ସମସ୍ୟା ଯଦିଓ ଆସିବ ତଥାପି ବେଶି ସମୟ ତିଷ୍ଠି ରହିବ ନାହିଁ। କର୍ମକ୍ଷେତ୍ରରେ ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। ଅଫିସରେ କୌଣସି ସମସ୍ୟା ମନକୁ ବାରମ୍ବାର ଆନ୍ଦୋଳିତ କରିବ। ମୂଳା ନକ୍ଷତ୍ର କିଛିଟା ଅସୁବିଧାର ସମ୍ମୁଖୀନ ହେବାର ସମ୍ଭାବନା ରହିଛି।
ମକର
ମକର
କର୍ମାଧିପ ରାହୁ ନକ୍ଷତ୍ରସ୍ଥ ଯୋଗୁ କର୍ମକ୍ଷେତ୍ରରେ ପ୍ରତିବନ୍ଧକର ସାମ୍ନା କରିବେ। ସ୍ତ୍ରୀଙ୍କ ସହ ଭୁଲ୍‌ ବୁଝାମଣା ହୋଇପାରେ। ଶିଳ୍ପ, ବାଣିଜ୍ୟ, ଯୋଗାଯୋଗ, ବନ୍ଧୁସମ୍ପର୍କ କ୍ଷେତ୍ରରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ ଅଳ୍ପ ସମୟ ମଧ୍ୟରେ ଦୂରେଇ ଯିବ। ତଥାପି ଶ୍ରବଣା ନକ୍ଷତ୍ର ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ।
କୁମ୍ଭ
କୁମ୍ଭ
ଧନାଧିପତିଙ୍କ ଦୁର୍ବଳତାରୁ ଅଭାବବୋଧ ଲାଗି ରହିବା କାରଣରୁ ବ୍ୟସ୍ତତା ବଢି ବଢି ଯିବ। ପୂଜାପାର୍ବଣ ତଥା ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ପ୍ରକାଶନ, ପ୍ରଶାସନ ଓ ପରିବହନରେ ସମସ୍ୟା ସମାଧାନର ରାସ୍ତା ଖୋଲିଯିବ। ପ୍ରଥମେ କାମଟି କରିସାରିବା ପରେ ମନସ୍ତାପ କରିବାକୁ ପଡିପାରେ ।
ମୀନମୀନ
ବଳବାନ୍‌ ବୁଧଙ୍କ ସୁପ୍ରଭାବରୁ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରଶଂସିତ ହେବେ। ବନ୍ଧୁଙ୍କ ପରାମର୍ଶରେ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ଆର୍ଥିକ ସ୍ବଚ୍ଛଳତା ବଢିଯିବା କାରଣରୁ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ କରିବାରେ ସଫଳ ହେବେ ା

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ଜୁଲାଇ ୧୦ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟରୁ ଅର୍ଥଲାଭ ହେବା ସାଙ୍ଗକୁ ପ୍ରିୟଜନଙ୍କ ଦେଖାସାକ୍ଷାତ୍‍ରୁ ଖୁସି ରହିବେ। ମତପାର୍ଥକ୍ୟ କାରଣରୁ ବନ୍ଧୁ କିମ୍ବା ପରିବାର ସହ ମନୋମାଳିନ୍ୟ ସୃଷ୍ଟିର…

ରାଶିଫଳ: ଗୁରୁବାର, ଜୁଲାଇ ୯ ତାରିଖ – Daily Horoscope

ମେଷ ଆଜି ଜନ୍ମଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ମତାନ୍ତର ସାଙ୍ଗକୁ ଧନହାନିର ଆଶଙ୍କା ରହିଛି। ପାରିବାରିକ ସମସ୍ୟା ସମାଧାନ ପାଇଁ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।…

ରାଶିଫଳ: ବୁଧବାର, ଜୁଲାଇ ୮ ତାରିଖ – Daily Horoscope

ମେଷ ଆଜି ଆନୁଷ୍ଠାନିକ କାର୍ଯ୍ୟରେ ବନ୍ଧୁଗୃହକୁ ଯାତ୍ରା ସକାଶେ ମନସ୍ଥ କରିବେ। ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବରଟି ବନ୍ଧୁଙ୍କ ମାଧ୍ୟମରେ ପାଇବେ। ଅଶ୍ୱିନୀ ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ,…

ରାଶିଫଳ: ମଙ୍ଗଳବାର, ଜୁଲାଇ ୭ ତାରିଖ – Daily Horoscope

ମେଷ ଆଜି ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସାଙ୍ଗକୁ ବନ୍ଧୁମାନଙ୍କ ସହ ଦୂରଯାତ୍ରା କରିବାର ମଉକା ପାଇବେ। ସହକର୍ମୀଙ୍କ ଆର୍ଥିକ ଅନୁଦାନ ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri