Posted inRasifala

ରାଶିଫଳ: ସୋମବାର, ଏପ୍ରିଲ ୨୯ ତାରିଖ – Daily Horoscope

ମେଷ
ଆଜି ନବମସ୍ଥ ଚନ୍ଦ୍ର ହେତୁ ପଡ଼ୋଶୀ, ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହ ଆମତ୍ୀୟତା ବେଶ୍‌ ଜମିବ। ବନ୍ଧୁଙ୍କ ସହ ଧାରକରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଆଶଙ୍କା ଦେଖାଦେଇପାରେ। ସ୍ବାସ୍ଥ୍ୟ ଓ ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିବେ। ହିତୈଷୀଙ୍କ ଚେଷ୍ଟାରୁ ପାରିବାରିକ ସମସ୍ୟା ସମାଧାନ ଘଟିବ।
ବୃଷ
ବୃଷ
ଚତୁର୍ଥାଧିପତିଙ୍କ ଶୁଭତ୍ୱରୁ ବନ୍ଧୁ ମିଳନ ସାଙ୍ଗକୁ ଭ୍ରମଣଜନିତ ଆନନ୍ଦ ଅନୁଭବ କରିବେ। ହଠାତ୍‌ ବାହାରକୁ ଯିବା ସମୟରେ କୌଣସି ଦରକାରୀ କାଗଜପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି। ପରୋକ୍ଷ ଶତ୍ରୁତା କାରଣରୁ ମନ ଉଦାସ ରହିବ, ମାତ୍ର ଅପରାହ୍ନକୁ ପରିସ୍ଥିତି ବଦଳିଯିବ। ଉପରିସ୍ଥଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ।
ମିଥୁନ
ମିଥୁନ
ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ପ୍ରଭାବରୁ ମନ ସଦାବେଳେ ମାନ୍ଦା ରହିବ ା ଫଳରେ ନିରୁସତ୍ାହତା ଅନୁଭବ କରିବେ। ଆଜି ଯେତିକି ପାଇବେ ତାହାର ଦୁଇଗୁଣା ଖର୍ଚ୍ଚ କରିବାକୁ ପଡ଼ିପାରେ। ନୂତନ ବନ୍ଧୁ ସମ୍ପର୍କ ଯୋଡ଼ିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତ ନେଇପାରନ୍ତି।
କର୍କଟ
କର୍କଟ
ମୁଖଭାବାଧିପତି ଭାଗ୍ୟସ୍ଥ ଯୋଗୁ ଗାମ୍ଭୀର୍ଯ୍ୟପୂର୍ଣ୍ଣ କଥାରେ ଅନ୍ୟମାନଙ୍କୁ ଆକର୍ଷିତ କରିପାରିବେ। ଆର୍ଥିକ ଉନ୍ନତି, ସାମାଜିକ ସମ୍ମାନ, ଆନୁଷ୍ଠାନିକ କାମରେ ଅଗ୍ରଣୀ ଭୂମିକା ତୁଲାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସ୍ଥଗିତ କାମଟି ସଫଳ ହେବାରେ ଜଣେ ଅଜଣା ବ୍ୟକ୍ତିଙ୍କଠାରୁ କିଛି ଖବର ଆପଣଙ୍କୁ ସାହାଯ୍ୟ କରିବ।
ସି˚ହ
ସି˚ହ
ଚତୁର୍ଥାଧିପତିଙ୍କ ଶୁଭତ୍ୱରୁ ପାରିବାରିକ ସ୍ନେହ, ସୌହାର୍ଦ୍ଦ୍ୟ ପାଇବା ସହ ପାରିପାଶ୍ୱିକ ପରିସ୍ଥିତି ମଧ୍ୟ ସମ୍ମାନଜନକ ରହିବ। କାର୍ଯ୍ୟସିଦ୍ଧି, ବୈଷୟିକ ଅଭିବୃଦ୍ଧି, ବ୍ୟବସାୟ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ସକାଳୁ କିଛି ଶୁଭ ଖବର ସାଙ୍ଗକୁ ଅର୍ଥଲାଭରୁ ମନଟା ଖୁସି ହୋଇଯାଇପାରେ। ଅର୍ଥ ପାଇ କାମ ହାସଲ କରିବେ ଓ ଭ୍ରମଣ ଯୋଗ ରହିଛି।
କନ୍ୟା
ଦୁଃସ୍ଥାନସ୍ଥ ଗ୍ରହ ପ୍ରଭାବରୁ ସାମୟିକ ପ୍ରତିରୋଧର ସାମ୍‌ନା କରିବାକୁ ପଡିଲେ ମଧ୍ୟ କାମ ଅଟକିବ ନାହିଁ। ଫଳତଃ ଅନ୍ୟମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରିପାରିବେ ନାହିଁ। ପିଲାଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବାର ଆଶଙ୍କା ରହିଛି। ଶାରୀରିକ ଦୁର୍ବଳତା ଦେଖାଦେଇପାରେ।
ତୁଳା
ତୁଳା
ସ୍ବାତୀ ନକ୍ଷତ୍ର ସକାଶେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ଅପରାହ୍ନରେ ଅଫିସ ଭିତରେ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି। ବ୍ୟବସାୟରେ ମନୋବଳ ଟାଣ ରହିବ ଏବଂ ଲାଭବାନ୍‌ ହେବେ। ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ସହଯୋଗ ଅପରିବର୍ତ୍ତିତ ରହିବାରୁ କୌଣସି ବିଶେଷ ଅସୁବିଧା ହେବ ନାହିଁ।
ବିଛା
ବିଛା
ଦ୍ୱାଦଶ ସ୍ଥାନକୁ ଶୁକ୍ର ଅବଲୋକନ କରୁଥିବାରୁ ପୂର୍ବ ସ୍ଥିରୀକୃତ କାମ ସକାଶେ ଯାତ୍ରା କରିବାକୁ ପଡ଼ିପାରେ। ବ୍ୟବସାୟ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁର୍ଲ୍ଲଭ ହେବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ।
ଧନୁ
ଧନୁ
ଚତୁର୍ଥସ୍ଥ ରାହୁ ସହ ମଙ୍ଗଳ ହେତୁ ଘରର ପରିସ୍ଥିତି ଆପଣଙ୍କ ସକାଶେ ଚିନ୍ତାର କାରଣ ହେବ। ଶିକ୍ଷା, ସନ୍ତାନଙ୍କ ସମସ୍ୟା ବଢ଼ିଯାଇପାରେ। ପୂର୍ବାଷାଢ଼ା ନକ୍ଷତ୍ର ପାଇଁ ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀମାନଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ନିତ କରିବ। ଆନୁଷ୍ଠାନିକ କାମରେ କିମ୍ବା ସଭାସମିତିରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ମକର
ମକର
ସ୍ବଗୃହୀ ଧନାଧିପତିଙ୍କ ଯୋଗୁ ଆର୍ଥିକ ସାହାଯ୍ୟ ଓ ବାଚନିକ ପ୍ରତିଶ୍ରୁତି ବନ୍ଧୁଙ୍କ ମନରେ ଆନନ୍ଦ ସୃଷ୍ଟି କରିବାରେ ସମର୍ଥ ହେବ । କଳା, ସାହିତ୍ୟ, ସଙ୍ଗୀତ, ନୃତ୍ୟ ମାଧ୍ୟମରେ ଜନମନ ହରଣ କରି ପ୍ରଶଂସାର ପାତ୍ର ହୋଇପାରନ୍ତି। ପ୍ରଶାସନ, ଆଇନ, ଅଦାଲତ, ପରିବହନ ଓ ବାଣିଜ୍ୟରେ ଉନ୍ନତି ଘଟିବ।
କୁମ୍ଭ
କୁମ୍ଭ
ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କେତେକ କାମ ହାସଲ କରିବେ। ସ୍ବାସ୍ଥ୍ୟରେ ଦ୍ରୁତ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ଯାତ୍ରା, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ବିଶେଷ ଭାବରେ ଅନୁକୂଳ। ପୂର୍ବଭାଦ୍ରବ ନକ୍ଷତ୍ର ଆଜି ଯେଉଁ କାମରେ ହାତ ଦେଲେ ମଧ୍ୟ ସଫଳତା ପାଇବେ।
ମୀନମୀନ

ରାଶ୍ୟାଧିପତି ଦ୍ୱିତୀୟସ୍ଥ ଯୋଗୁ ଅର୍ଥ, ସମ୍ମାନ, ବନ୍ଧୁପ୍ରୀତି, କାର୍ଯ୍ୟସିଦ୍ଧି ସାଙ୍ଗକୁ ଦିନଟିକୁ କର୍ମତପତ୍ର ରଖିପାରନ୍ତି। ବ୍ୟବସାୟ ଓ କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ। ନିଜ ଲୋକଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ସଭାସମିତି, କଳା, ସାହିତ୍ୟ କ୍ଷେତ୍ରରେ ସାଧାରଣ ସମସ୍ୟା ବେଶି ସମୟ ତିଷ୍ଠି ରହିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଧନସପ୍ତମାଧିପତି ଯୁକ୍ତ ହୋଇଥିବାରୁ ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି କିମ୍ବା ବିବାହ ସମସ୍ୟା ନେଇ ମାନସିକ…

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ କାମକୁ ସହଜ କରିବା ସକାଶେ ଆନୁଷଙ୍ଗିକ ଅନୁକୂଳ ପରିବେଶ ସୃଷ୍ଟି ହେବ। କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ ଭୁଲ୍‌ କାମ କରି ଅନୁତପ୍ତ ହେବେ। ପାଖକୁ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?