Posted inRasifala

ରାଶିଫଳ: ମଙ୍ଗଳବାର , ଏପ୍ରିଲ ୩୦ ତାରିଖ – Daily Horoscope

ମେଷ
ଆପଣ ସାଧାରଣ ସ୍ଥିତିରୁ ଅସାଧାରଣ ସ୍ଥିତିରେ ଉପନୀତ ହେବାର ସୁଯୋଗ ପ୍ରାପ୍ତ କରିବେ। ଏପରିକି ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ଆଜିର ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ର ମଧ୍ୟ ମନ୍ଦ ହେବନାହିଁ । ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ଆପଣଙ୍କ ପାଇଁ ଦିନଟି ସବୁ ଦିଗରୁ ଭଲ, କିନ୍ତୁ କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀ ବିରୁଦ୍ଧାଚରଣ କରିପାରନ୍ତି। ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତାରେ ବ୍ୟସ୍ତତା ପରିଲକ୍ଷିତ ହେବ। ବନ୍ଧୁଙ୍କଠାରୁ ଉସତ୍ାହ ଓ ପ୍ରେରଣା ପାଇ ଦୁଃସାଧ୍ୟ ସାଧନ କରିପାରନ୍ତି। ସଭାସମିତିରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ।
ମିଥୁନ
ମିଥୁନ
ଯିଏ ଯାହା କହୁନା କାହିଁକି ଆପଣ କାହା କଥା ନ ଶୁଣି ନିଜ କାମରେ ମନ ଦେଲେ ସବୁ କିଛି ଠିକ୍‌ ହୋଇଯିବ। ପରିସ୍ଥିତି ଓଲଟା ହେବା ଫଳରେ ଭାବୁଥିବେ ଗୋଟିଏ କଥା କିନ୍ତୁ କଲା ବେଳକୁ ଆଉ ଗୋଟିଏ କାମ କରିବାକୁ ବାଧ୍ୟ ହେବେ। ଅର୍ଥ ସମ୍ବନ୍ଧୀୟ କାର୍ଯ୍ୟରେ ସଫଳତା ମିଳିବ ଏବଂ ତଦନୁସାରେ ଖର୍ଚ୍ଚର ଦିଗ ମଧ୍ୟ ବ୍ୟାପକ ହୋଇପାରେ।
କର୍କଟ
କର୍କଟ
ଆଜି ଆପଣଙ୍କୁ ବିରୋଧ କରୁଥିବା ବ୍ୟକ୍ତିମାନେ ସାମ୍ନାରେ କିଛି କହିବାକୁ ସାହସ କରିପାରିବେ ନାହିଁ। ସାମଗ୍ରିକ ଦିଗରୁ ପୂର୍ବଠାରୁ ବର୍ତ୍ତମାନର ସ୍ଥିତି ଆକାଶପାତାଳ ଫରକ ଅନୁଭବ କରିବେ। ଅର୍ଥଲାଭ, ଉଚ୍ଚପଦବୀ ପ୍ରାପ୍ତି ସହ କାର୍ଯ୍ୟସିଦ୍ଧିର ସ୍ବାଦ ପାଇବେ। ପୁନର୍ବସୁ ନକ୍ଷତ୍ରର ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇପାରେ।
ସି˚ହ
ସି˚ହ
ଆଜି କଳାର ଚମତ୍କାରିତା ଓ କ୍ରୀଡ଼ାର କୌଶଳ ଏବଂ ସଙ୍ଗୀତର ମଧୁର ମୂର୍ଚ୍ଛନାରେ ଅନ୍ୟମାନଙ୍କ ପ୍ରୀତିଭାଜନ ହେବେ। ସାମାଜିକ ସ୍ତରରେ ଉଚ୍ଚବର୍ଗର ବ୍ୟକ୍ତିଙ୍କ ସହଯୋଗ ପାଇବେ। ମାଲିମକଦ୍ଦମାର ବିଚାର ବିଳମ୍ବ ହେବ। ପରିବାରର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ।
କନ୍ୟା
ନୀଚଜନଙ୍କ ବିରୋଧାଭାସ, ଭୁଲ୍‌ ବିଚାରଧାରା ଏବଂ ଅନ୍ୟମାନଙ୍କ କାନକୁହା କଥା ସଫଳତାରେ ଅନ୍ତରାୟ ସୃଷ୍ଟି କରିପାରେ। ପାରିବାରିିକ ଜୀବନରେ ସ୍ନେହ, ଶ୍ରଦ୍ଧାର ଅଭାବ ଅନୁଭବ କରିପାରନ୍ତି। ଘର ଲୋକଙ୍କୁ ଉପେକ୍ଷାକଲେ ଅନୁତାପ କରିବାକୁ ପଡ଼ିପାରେ। ଅର୍ଥାଭାବରୁ କୌଣସି କାମ କରିବାରେ ପଛେଇ ଯାଇପାରନ୍ତି।
ତୁଳା
ତୁଳା
ଭଲମନ୍ଦର ଦୋଛକିରେ ଦୈହିକ ଓ ମାନସିକ ସ୍ଥିତିର ସନ୍ତୁଳନ ରକ୍ଷାରେ ସମର୍ଥ ହେବେ। ବ୍ୟବସାୟ ଭଲରେ ଚାଲିବ ଓ ପାରିବାରିକ ଜୀବନ ମଧ୍ୟମ ପ୍ରକାର ରହିବ। ବନ୍ଧୁଙ୍କ ସମ୍ମୁଖରେ ମନର ଭାବ ପ୍ରକାଶ କରିବାରେ ପଛେଇଯିବେ। ପ୍ରଶାସନିକ ସ୍ତରରେ କାର୍ଯ୍ୟଭାର ବୃଦ୍ଧି ଜନିତ ଆଜି ବ୍ୟସ୍ତତାର ସମୟ କହିଲେ ଅତ୍ୟୁକ୍ତି ହେବନାହିଁ।
ବିଛା
ବିଛା
ଅତୀତ ଘଟଣା କିମ୍ବା ବିଭିନ୍ନ ସମସ୍ୟା ଚିନ୍ତାକରି ସମୟ ଅତିବାହିତ ହୋଇପାରେ। କିନ୍ତୁ କଳା, ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ। ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ତର୍କର ସମ୍ମୁଖୀନ ହେବେ। ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ କରିପାରିବେ ନାହିଁ।
ଧନୁ
ଧନୁ
ଆଜି ଯେମିତି ଭାବୁଛନ୍ତି ସେମିତି କାର୍ଯ୍ୟ ସମ୍ପନ୍ନରେ କୌଣସି ବ୍ୟତିକ୍ରମ ରହିବ ନାହିଁ। ପାରିବାରିକ, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କହିବା କାରଣରୁ ପରିବାରରେ କଳହ ଦେଖାଦେଇପାରେ। ରାଜନୀତିରେ ପ୍ରଶଂସିତ ହେବେ ଏବଂ ମାଲିମକଦ୍ଦମାର ସମାଧାନ ଘଟିବ।
ମକର
ମକର
ଆଜି କୌଣସି ଋକ୍ଷଭାଷା ଓ ଅର୍ଥ ସମ୍ପର୍କିତ ବିବାଦ ଦୁଶ୍ଚିନ୍ତାର କାରଣ ହୋଇପାରେ। କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟକଲେ ଉପକୃତ ହେବେ। କେତେକ କ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବସ୍ତ୍ୟ ହୋଇପାରନ୍ତି ।
କୁମ୍ଭ
କୁମ୍ଭ
ମନରେ ବିକ୍ଷିପ୍ତ ଭାବନା ଜାଗ୍ରତ ହେଲେ ମଧ୍ୟ କାର୍ଯ୍ୟ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ। ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ, କିନ୍ତୁ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବ। ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ କିଛି ଅସୁବିଧା ହେବ ନାହିଁ।
ମୀନମୀନ

ନିଜର ଲୋକପ୍ରିୟତା ଓ ବାକ୍‌ବିଳାସ ମାଧ୍ୟମରେ ପ୍ରତ୍ୟେକ କାମ ହାସଲ କରିବେ। ମାତ୍ର ନିଜ ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି। ହଠାତ୍‌ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। କେତେକ କ୍ଷେତ୍ରରେ ଜିଦ୍‌ଖୋର ମନୋବୃତ୍ତି ଯୋଗୁ ହଇରାଣ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri