Posted inRasifala

ରାଶିଫଳ: ଶନିବାର, ମେ ୪ ତାରିଖ – Daily Horoscope

ମେଷ
ଆଜି ବନ୍ଧୁ ସମ୍ପର୍କହାନି, ସନ୍ତାନଙ୍କ ପାଇଁ ଦୁଶ୍ଚିନ୍ତା ଏବଂ କାମରେ ପ୍ରତିବନ୍ଧକ ଜନିତ ମନ ଅଶାନ୍ତ ରହିବ। ପୂର୍ବପ୍ରତିଷ୍ଠା, ସାମାଜିକ ସ୍ଥିତି, ଆତ୍ମୀୟଙ୍କ ସମର୍ଥନ ପରିସ୍ଥିତିକୁ ସହଜ କରିପାରେ। ଅର୍ଥ ଓ ଦ୍ରବ୍ୟ ଦେବା ନେବାକୁ କେନ୍ଦ୍ରକରି ସମ୍ପର୍କୀୟଙ୍କ ସହ ବିବାଦ ବଢ଼ିପାରେ। ଅସୁସ୍ଥତା ବଶତଃ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।
ବୃଷ
ବୃଷ
ଯେତେ ସୁବିଧାରେ ଚଳିବା ପାଇଁ ଚେଷ୍ଟା କଲେ ମଧ୍ୟ ପରିସ୍ଥିତି ଓ ପରିବେଶ ତାହା କରାଇ ଦେଇ ନ ପାରେ। ଆଜି ଆର୍ଥିକ ସମସ୍ୟା ଦୂର ହେବାରେ ପଡ଼ୋଶୀଙ୍କ ଅବଦାନକୁ ଭୁଲି ହେବନି। କର୍ମକ୍ଷେତ୍ରରେ ପରିସ୍ଥିତିକୁ ଯେତେ ଜଟିଳ ମନେ କରୁଛନ୍ତି ସେପରି କିଛି ହେବନି। ପ୍ରିୟଜନମାନଙ୍କ ସହ ବନ୍ଧୁ ମିଳନ ସାଙ୍ଗକୁ ସୁଖଭ୍ରମଣ ଯୋଗ ରହିଛି।
ମିଥୁନ
ମିଥୁନ
ନିଜ ଲୋକଙ୍କ ପକ୍ଷପାତିତା ଓ ବୈମାତୃକ ମନୋଭାବ ଆଜିର ମାନସିକ ଅଶାନ୍ତିର ମୂଳ କାରଣ ହେବ। ତଥାପି ଶୁଭଗ୍ରହଙ୍କ ସମ୍ପର୍କ କାରଣରୁ ପ୍ରତ୍ୟେକ କାମକୁ ଅନୁକୂଳ ବାତାବରଣ ମଧ୍ୟରେ ସମ୍ପନ୍ନ କରିପାରିବେ। ସାଧାରଣ କଥାକୁ କେନ୍ଦ୍ରକରି ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇ ପାରନ୍ତି। ଶିଳ୍ପ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ।
କର୍କଟ
କର୍କଟ
ଆକସ୍ମିକ ସ୍ବାସ୍ଥ୍ୟହାନି କିମ୍ବା ମାନସିକ ଅଶାନ୍ତିଜନିତ ଯାତ୍ରା ସ୍ଥଗିତ ରହିପାରେ। ବନ୍ଧୁବର୍ଗ କିମ୍ବା ବୁଦ୍ଧିଜୀବୀଙ୍କ ସଦିଚ୍ଛା କାରଣରୁ ପ୍ରତିଷ୍ଠା କ୍ଷୁଣ୍ଣ ହେବନାହିଁ। ସତର୍କତା ଅଭାବରୁ ଧନହାନି ଘଟିବାର ଆଶଙ୍କା ରହିଛି। ଭିଜିଲାନ୍‌ସ କିମ୍ବା କଚେରି ମାମଲାରେ ଅଥବା ସରକାରୀ ସ୍ତରରେ ଅର୍ଥଦଣ୍ଡର ମଧ୍ୟ ସାମନା କରିବାକୁ ପଡିପାରେ।
ସି˚ହ
ସି˚ହ
କାର୍ଯ୍ୟବ୍ୟସ୍ତତା ଯୋଗୁ କେତେକ ଗୁରୁତ୍ୱପୂର୍ଣ୍ଣ କାମ ଅଧାପନ୍ତରିଆ ରହିଯାଇପାରେ। ଗୋଟିଏ ସ୍ଥାନରେ ଦୀର୍ଘସମୟ ରହିବାର ସୁଯୋଗ ପାଇ ନ ପାରନ୍ତି। ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ କିନ୍ତୁ ଯାହାଙ୍କର କଥାଟି କଥାରେହିଁ ରହିଯିବ। ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବାରୁ ମାନସିକ ଅସ୍ଥିରତା କେତେକାଂଶରେ ଦୂର ହେବ।
କନ୍ୟା
ନିଜ ଲୋକଙ୍କ ବିରୁଦ୍ଧାଚରଣ ହେତୁ କାମଗୁଡ଼ିକ ଓଲଟା ହେବାର ସୂଚନା ରହିଛି। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଏବଂ ବିଜ୍ଞ ବ୍ୟକ୍ତିଙ୍କ ପ୍ରଶଂସାଭାଜନ ହେବେ। ଅନ୍ୟମନସ୍କ କିମ୍ବା ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ। ପାରଷ୍ପରିକ ସୁବୁଝାମଣା ହେତୁ ପରିବାରରେ ଅଶାନ୍ତ ଦୂର ହେବ।
ତୁଳା
ତୁଳା
ଦୃଢ଼ ମନୋବଳ ଓ ସମସ୍ତ ସାମର୍ଥ୍ୟ ଥାଇ ମଧ୍ୟ ବିରୋଧର ସମ୍ମୁଖୀନ ହୋଇପାରନ୍ତି। ଅର୍ଥ ସଂକଟ କାରଣରୁ ଚାହୁଁଥିବା ଜିନିଷ ପାଇବେ ନାହିଁ। ପ୍ରତ୍ୟେକ କ୍ଷେତ୍ର୍ରରେ ଅବସ୍ଥା ଦେଖି ବ୍ୟବସ୍ଥା କରିବା ବୁଦ୍ଧିମାନର କାମ ହେବ ନତୁବା ଠକିଯାଇପାରନ୍ତି। ବନ୍ଧୁମାନେ ଅସହଯୋଗ ମନୋଭାବ ପୋଷଣ କରିବାର ସୂଚନା ପାଇପାରନ୍ତି।
ବିଛା
ବିଛା
ଆପଣଙ୍କ ବିଚାରବୋଧ, କାର୍ଯ୍ୟଶୈଳୀ ଓ ପାରିବାରିକ ସୁଖ, ଶାନ୍ତି ଅକ୍ଷୁଣ୍ଣ ରହିବ। ଯାହାକୁ ଅତି ବିଶ୍ୱାସ କରୁଥିବେ ସେ ନିଜର ସୁବିଧା ପାଇଁ ଠିକଣା ସମୟରେ ପାଖ ମାଡ଼ିବ ନାହିଁ। ବେଳେ ବେଳେ ଧୈର୍ଯ୍ୟଚ୍ୟୁତି ଘଟିବା ସହ ବିକ୍ଷିପ୍ତ ମାନସିକତା ସୃଷ୍ଟି ସମ୍ଭାବନା ରହିଛି। ବ୍ୟବସାୟ, ଲୋକସମ୍ପର୍କ ତଥା ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ।
ଧନୁ
ଧନୁ
ଶନିଙ୍କ ପ୍ରଭାବରୁ ମନରେ ସରସତା ରହିବ ନାହିଁ କି କୌଣସି କାମ ସୁବିଧାରେ ସମ୍ପନ୍ନ ହେବ ନାହିଁ। ହତୋତ୍ସାହିତ ନ ହୋଇ ବନ୍ଧୁଙ୍କ ସହ ଯୋଗାଯୋଗ କଲେ ନିଶ୍ଚିତ ଉପକୃତ ହେବେ। ବନ୍ଧୁଙ୍କ ପରାମର୍ଶକ୍ରମେ ନୂଆ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ବନ୍ଧୁଙ୍କ ସହ ଭ୍ରମଣ ସୁଖ ବେଶ୍‌ ଉପଭୋଗ୍ୟ ହୋଇପାରେ।
ମକର
ମକର
ଆଜି ଦିନଟି ସଂଘର୍ଷମୟ ସ୍ଥିତି ଉପତ୍ନ କରିପାରେ ତଥାପି ପରିଶେଷରେ ଆପଣଙ୍କ ବିଜୟପ୍ରାପ୍ତି ଅବଶ୍ୟମ୍ଭାବୀ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ସହ ଆର୍ଥିକ ଦିଗଟି ମନ୍ଦ ହେବନି। ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହଯିବାରୁ ମନଦୁଃଖ ହୋଇପାରେ। ପ୍ରଶାସନ, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ର ଉନ୍ନତ ରହିବ।
କୁମ୍ଭ
କୁମ୍ଭ
ଆଜିର କାମଗୁଡ଼ିକ ଶୃଙ୍ଖଳିତ ହେବା କଷ୍ଟକର ହୋଇପାରେ। ଶିଳ୍ପ, ବାଣିଜ୍ୟ, ପରିବହନ କ୍ଷେତ୍ରରେ ସମସ୍ୟା ଦୂରହେବା ସୂଚନା ରହିଛି। ବିଭିନ୍ନ ସୂତ୍ରରୁ ରୋଜଗାର କରିବେ ଏବଂ ଋଣ ପରିଶୋଧର ଯୋଜନା କରିପାରନ୍ତି। ଶାରୀରିକ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ।
ମୀନମୀନ

ପୂର୍ବ ଶତ୍ରୁତା, କଚେରି ମାମଲା, ଆତ୍ମୀୟଙ୍କ ବିରୁଦ୍ଧାଚରଣ ସହ ନିଜ ଲୋକଙ୍କ ଶ୍ରଦ୍ଧା ଓ ଅନୁରାଗର ସ୍ବଳ୍ପତା ମନକୁ ନିରୁତ୍ସାହିତ କରିବ। ଦିନ ଭିତରେ ଦୀର୍ଘପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଆଗାମୀ ମାଙ୍ଗଳିକ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବେ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଫେବୃଆରୀ ୬ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ଦୃଷ୍ଟିରେ ଚନ୍ଦ୍ର ଥିବାରୁ ଉଦାସ ରହିପାରନ୍ତି ଏବଂ କାମ ସକାଶେ ନିରୁତ୍ସାହିତ ରହିବେ। ସନ୍ତାନଙ୍କ ବୈବାହିକ ସମ୍ବନ୍ଧ ସମ୍ପର୍କିତ ଆଲୋଚନା କରିପାରନ୍ତି। କିନ୍ତୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୫ ତାରିଖ – Daily Horoscope

ମେଷ  ଆଜି ଉତ୍ତରାଫାଲଗୁନୀ ନକ୍ଷତ୍ରରେ ଚନ୍ଦ୍ର କର୍ମଜଞ୍ଜାଳଜନିତ ବ୍ୟସ୍ତତା ବୃଦ୍ଧି କରାଇପାରନ୍ତି। ସ୍ବାସ୍ଥ୍ୟୋନ୍ନତି ଓ କାର୍ଯ୍ୟସିଦ୍ଧିରୁ ଯେତିକି ଖୁସି ହେବେ ଭ୍ରାତୃବିବାଦ ଓ ବନ୍ଧୁସମ୍ପର୍କହାନିରୁ ସେତିକି ଦୁଃଖୀ…

ରାଶିଫଳ: ବୁଧବାର, ଫେବୃଆରୀ ୪ ତାରିଖ – Daily Horoscope

ମେଷ ଚତୁଃଗ୍ରହ କର୍ମସ୍ଥାନରେ କାର୍ଯ୍ୟସିଦ୍ଧି, ଅର୍ଥ ଓ ସମ୍ମାନ ଲାଭ କରାଇବେ। କିନ୍ତୁ ନିକିତି ତଉଲ ପରି ପାରିବାରିକ ଜୀବନର ପଲା ନିମ୍ନାଭିମୁଖୀ ହେତୁ ମନାନ୍ତର ଓ…

ରାଶିଫଳ: ମଙ୍ଗଳବାର , ଫେବୃଆରୀ ୩ ତାରିଖ – Daily Horoscope

ମେଷ କେତୁଯୁକ୍ତ ଚନ୍ଦ୍ର କୋଣଭାବସ୍ଥ ଯୋଗୁ କର୍ମକ୍ଷେତ୍ରରେ ଟେନ୍‍ସନ ଲାଗି ରହିବ। ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା…

ରାଶିଫଳ: ସୋମବାର , ଫେବୃଆରୀ ୨ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଦ୍ୱିଜା ନକ୍ଷତ୍ର ସମସ୍ତ ସମସ୍ୟାକୁ ପ୍ରତିହତ କରିବାରେ ସମର୍ଥ ହେବେ। ନିଜ ଲୋକ ବିରୁଦ୍ଧାଚରଣ କରିପାରନ୍ତି। ଯାନବାହନ, ହୋଟେଲଶିଳ୍ପ, ଛୋଟ ଦୋକାନ, ଆନୁଷ୍ଠାନିକ…

ରାଶିଫଳ: ରବିବାର, ଫେବୃଆରୀ ୧ ତାରିଖ – Daily Horoscope

ମେଷ ଆଜି ପୁଷ୍ୟା ନକ୍ଷତ୍ରରେ ଚନ୍ଦ୍ର ପରିବାର ଓ କର୍ମକ୍ଷେତ୍ରର ସ୍ଥିତିକୁ କେନ୍ଦ୍ର କରି ଭାବପ୍ରବଣ କରାଇବ। ସାମାଜିକ ସ୍ତରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାର ସୁଯୋଗ…

ରାଶିଫଳ: ଶନିବାର, ଜାନୁଆରୀ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହଚକ୍ରର ଅନୁକୂଳତା କର୍ମକ୍ଷେତ୍ର, ପାରିବାରିକ ଏବଂ ସାମାଜିକ ଦିଗକୁ ଋଦ୍ଧିମନ୍ତ କରିବ। ଶିଳ୍ପ, ନିର୍ମାଣ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହେବ। ଆନୁଷ୍ଠାନିକ କାମରେ…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୩୦ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ଯାତ୍ରା, ବାଣିଜ୍ୟ, ପାରିବାରିକ ସୁଖ, ସମୃଦ୍ଧିକୁ ଋଦ୍ଧିମନ୍ତ କରିବ। ଏପରି କି ଏକାଧାରରେ ଅର୍ଥ, ସମ୍ମାନ, ସ୍ବାଗତ, ସମ୍ବର୍ଦ୍ଧନା ପାଇବାର ଯୋଗ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri