Posted inRasifala

ରାଶିଫଳ: ଶୁକ୍ରବାର, ଜାନୁଆରୀ ୨୯ ତାରିଖ – Daily Horoscope

ମେଷ
ଆଜି ସ୍ବଗୃହୀ ଚତୁର୍ଥଚନ୍ଦ୍ର ଯୋଗୁଁ ଦିନଟି ଖୁସିବାସିରେ କଟିଯିବ। ଜଣାଶୁଣା ବ୍ୟକ୍ତିଙ୍କ ନିକଟରୁ ସମ୍ମାନ ଓ ସଦିଛା ପାଇ ସବୁ ଦୁଃଖ ଭୁଲିଯିବେ। ଅର୍ଥ ପାଇବେ, କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ଅକୁହା କଥାକୁ ସହକର୍ମୀଙ୍କ ଆଗରେ ବଖାଣି ସମସ୍ୟାକୁ ନିମନ୍ତ୍ରଣ କରିପାରନ୍ତି। ଆନୁଷ୍ଠାନିକ କାମରେ ସହଯୋଗ, ସମ୍ମାନ ପାଇ ଖୁସି ହେବେ।
ବୃଷ
ବୃଷ
ବଡପଣିଆ ମନରେ ରହିବ ସିନା ହାତ ଖାଲି ହେତୁ କାମରେ ରଖିପାରିବେ ନାହିଁ। ଅଯଥା ଭାବନାକୁ ନେଇ ବ୍ୟସ୍ତ ହେଲେ ହେଁ କିଛି ଅସୁବିଧା ହେବ ନାହିଁ। ବ୍ୟବସାୟ, ଗମନାଗମନ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ଛୋଟ ଛୋଟ କଥାରେ କଳହରୁ ଦୂରେଇ ନ ରହିଲେ ଅଶାନ୍ତଗ୍ରସ୍ଥ ହୋଇ ବନ୍ଧୁ ସମ୍ପର୍କକୁ କ୍ଷୁଣ୍ଣ କରିପାରନ୍ତି।
ମିଥୁନ
ମିଥୁନ
ପାରିବାରିକ କ୍ଷେତ୍ରରେ ପ୍ରତିବନ୍ଧକର ସାମନା କରିବେ। କର୍ମକ୍ଷେତ୍ରର ବିଫଳତା ଖୋଜିବାକୁ ଯାଇ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଧାତୁ ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ ସକାଶେ ମନ ବଳାଇବେ। ଜମିଜମା, ଯାନବାହନ, ବିଦେଶ ଯାତ୍ରା, ଲେଖାପଢା କ୍ଷେତ୍ରରୁ ଉପକୃତ ହେବେ।
କର୍କଟ
କର୍କଟ
ପ୍ରତିକ୍ଷୀତ କୌଣସି ଗୁରୁତ୍ୱପୂର୍ଣ୍ଣ ଖବର ପାଇ ଭାବ ବିଭୋର ହେବେ। ଆଜି ଆପଣ ଅର୍ଥ, ସମ୍ମାନ, କାର୍ଯ୍ୟସିଦ୍ଧିର ବାର୍ତ୍ତା ବହନ କରିବେ। ଗତକାଲିର ଆଲୋଚନା ଅନୁସାରେ ସହମତି ନେଇ କୃତକାର୍ଯ୍ୟ ହେବେ। ସାହିତ୍ୟ, ସଂସ୍କୃତି, କଳା, କାରିଗରୀ କାମରେ ଉତ୍ସାହିତ ହେବେ। ଟେନସନ୍‌ ଦୂର ହେବାର ସମ୍ଭାବନା ରହିଛି।
ସି˚ହ
ସି˚ହ
ଆଜି ଖର୍ଚ୍ଚାନ୍ତ ହୋଇ ଚେଷ୍ଟା କରୁଥିବା କାର୍ଯ୍ୟ ସାଧନ କରିବେ। ସମ୍ପର୍କୀୟଙ୍କ ଅସହଯୋଗ ସତ୍ତ୍ୱେ ପ୍ରତିକୂଳ ପରିସ୍ଥିତିରେ ମଧ୍ୟ ନିଜକୁ ନିୟନ୍ତ୍ରଣରେ ରଖିବାରେ ସମର୍ଥ ହେବେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗଁୁ ମାନସିକ ସୁସ୍ଥତା ନଷ୍ଟ ହୋଇପାରେ। ପ୍ରଶାସନିକ ସ୍ତରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ।
କନ୍ୟା
କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ। ଗୃହ ନିର୍ମାଣ, ପରିବହନ କ୍ଷେତ୍ରରେ ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ। ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ। ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି।
ତୁଳା
ତୁଳା
ସ୍ବାସ୍ଥ୍ୟ ଅପରିବର୍ତ୍ତିତ ରହିବ ଓ କାମିଗୁଡିକ ସୁବିଧାରେ ସମ୍ପନ୍ନ ହୋଇପାରିବ। ଅଭାବ ନଥାଇ ମଧ୍ୟ ଭୁଲ୍‌ ବୁଝାମଣାରୁ ପାରିବାରିକ ଶାନ୍ତି ବ୍ୟାହତ ହୋଇପାରେ। ଅନ୍ୟମାନେ ଖାଲରେ ପକାଇବାକୁ ଚେଷ୍ଟାକଲେ ମଧ୍ୟ ସଫଳ ହେବେ ନାହିଁ। ସନ୍ତାନ ହେତୁକ କେତେକ ସମସ୍ୟା ମନକୁ ବିବ୍ରତ କରିବ।
ବିଛା
ବିଛା
ପ୍ରତ୍ୟେକ କାମରେ ସଫଳତା ପାଇଲେ ମଧ୍ୟ ନିର୍ଦ୍ଧିଷ୍ଟ ସମୟରେ ସମ୍ପନ୍ନ ନ ହେବାରୁ ଅସନ୍ତୁଷ୍ଟ ରହିବେ। ସନ୍ତାନଙ୍କ ସ୍ବାସ୍ଥ୍ୟହାନୀଜନିତ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ଅଯଥା ରାଗି ଅନ୍ୟମାନଙ୍କ ସହ ଥିବା ସମ୍ପର୍କକୁ ଖରାପ କଲାଭଳି କିଛି କାମ କରନ୍ତୁ ନାହିଁ। ଅନ୍ୟମନସ୍କ କିମ୍ବା ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ କିମ୍ବା ଧନହାନୀ ଘଟିପାରେ।
ଧନୁ
ଧନୁ
ଅଧିକାଂଶ କ୍ଷେତ୍ରରେ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ କିମ୍ବା ଅଅନୁଷ୍ଠାନିକ କାମରେ ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଖାଦ୍ୟପେୟର ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହୋଇପାରେ।
ମକର
ମକର
ଅନ୍ୟମାନଙ୍କ ପ୍ରରୋଚନାରେ ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ। ଚେଷ୍ଟା କରୁଥିବା କାମ ପ୍ରତିବନ୍ଧକ ମଧ୍ୟରେ ଅଟକି ରହିପାରେ। ପରିବହନ, ନିର୍ମାଣ, ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ, ଶିକ୍ଷାରେ ସଫଳତା ଲାଭ କରିବେ। ଈର୍ଷା ପରାୟଣ ହୋଇ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି।
କୁମ୍ଭ
କୁମ୍ଭ
ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍‌ ଦୂର ଯାତ୍ରା ପାଇଁ ମନ ବଳାଇବେ। ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବ, ଯାହାକି ମାନସିକ ସ୍ଥିତିକୁ ଦୋହଲାଇ ଦେବ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କଲେ ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ। ବ୍ୟବସାୟ ଦିଗଟି ମନ୍ଦ ହେବନି ତଥାପି ମନରେ ଅସନ୍ତୋଷ ଭରି ରହିବ।
ମୀନମୀନ
ଆଜି ଯାହାକୁ ଯାହା କହିବେ ତାହକୁ ଅନ୍ୟମାନେ ଖୁସି ମନରେ ଗ୍ରହଣ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ଦୀର୍ଘଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ପରକଥାରେ ପଡି ଭୁଲ ମାର୍ଗ ଅନୁସରଣ କରି ଅନୁତପ୍ତ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri