Posted inRasifala

ରାଶିଫଳ: ଗୁରୁବାର, ଅକ୍ଟୋବର ୨୯ ତାରିଖ – Daily Horoscope

ମେଷ
ଦ୍ୱିଜା ନକ୍ଷତ୍ରର ଦୀର୍ଘଦିନରୁ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସକାଳୁ ସକାଳୁ ମାତ୍ରାଧିକ ଭ୍ରମଣ ମନକୁ ବିଭ୍ରାନ୍ତି କରାଇବ। ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ କରିପାରିବେ।
ବୃଷ
ବୃଷ

କୌଣସି କ୍ଷେତ୍ରରେ ଅଯଥା ଅଧୈର୍ଯ୍ୟ ହୁଅନ୍ତୁ ନାହିଁ , ବନ୍ଧୁଙ୍କ ସହାନୁଭୂତି ନିଶ୍ଚୟ ଲାଭ କରିବେ। ରୋହିଣୀ ନକ୍ଷତ୍ରର ଅଭାବ ପୂରଣ ଦିଗରେ ସହକର୍ମୀ କିମ୍ବା ପାଖ ପଡ଼ୋଶୀଙ୍କ ସାହାଯ୍ୟ କାମକୁ ଆସିବ। ଉପରିସ୍ଥ କର୍ମଚାରୀଙ୍କ ଅନୁକମ୍ପାରୁ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ସଭାସମିତିରେ ବିତର୍କଜନିତ ଅସ୍ଥିରତାର ସୂଚନା ମଧ୍ୟ ରହିଛି।

ମିଥୁନ
ମିଥୁନ
ଆଜିର ପ୍ରତ୍ୟୁଷ ଯାତ୍ରା ଦୀର୍ଘଦିନର ଆଶା ଓ ଅଭିଳାଷକୁ ସାକାର କରାଇବ। ମୃଗଶିରା ନକ୍ଷତ୍ରର ସ୍ବାସ୍ଥ୍ୟରେ ଉନ୍ନତି, ଗୃହ, ଜମିଜମା, ବନ୍ଧୁ ସମ୍ପର୍କ ଓ ପାରିବାରିକ ଦିଗରୁ ଆଜି ଅନୁକୂଳ ଫଳ ପାଇବେ। ମାଲିମକଦ୍ଦମା, ଗବେଷଣା, ପ୍ରେସ୍‌ ପବ୍ଲିକେଶନ, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ।
କର୍କଟ
କର୍କଟ
କୌଣସି ଏକ ନୂତନ ପରିବେଶରେ ଭିନ୍ନ ପ୍ରକାର ସ୍ବାଦର ଅନୁଭୂତି ଲାଭ କରିବେ। ଭ୍ରମଣ ସୁଯୋଗ, ସତ୍‌ସଙ୍ଗ, ବନ୍ଧୁଙ୍କ ନିମନ୍ତ୍ରଣ, ଦୂରଯାତ୍ରା ଓ ବନ୍ଧୁମିଳନଜନିତ ମନ ଏକପ୍ରକାର ଖୁସି ରହିବ। ଅଶ୍ଳେଷାର ପାରିବାରିକ ଅସ୍ଥିରତା, ଅର୍ଥାଭାବ ହେତୁ କେତେକ ମାନସିକ ଦ୍ୱନ୍ଦ୍ୱ ଭିତରେ ସମୟ କଟାଇବେ।
ସି˚ହ
ସି˚ହ
ମଘା ନକ୍ଷତ୍ରର ସାମୟିକ ପାରିବାରିକ ସମସ୍ୟା ନେଇ ଅନ୍ତର୍ଦ୍ୱନ୍ଦ୍ୱ ଲାଗି ରହିବ। ସଦାବେଳେ ହାତଖାଲି ରହିବା କାରଣରୁ ମନରେ ସରସତା ରହିବ ନାହିଁ। ଏହା ସାଙ୍ଗକୁ କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ଅଧୁରା କାମକୁ ସମ୍ପନ୍ନ କରିବା ପାଇଁ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିପାରେ।
କନ୍ୟା
ଚିତ୍ରା ନକ୍ଷତ୍ର ପାଇଁ ପାରିବେଶିକ ବ୍ୟତିକ୍ରମ କର୍ମକ୍ଷେତ୍ରର ଯୋଜନାକୁ ବଦଳାଇ ଦେଇପାରେ। ଋଣ ସୂତ୍ରରେ ଅର୍ଥଲାଭ ପାଇଁ ପ୍ରଯନତ୍ କରିବେ ତଥାପି ମନରେ ଶାନ୍ତି ଆସି ନ ପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ଯାତ୍ରା ସମ୍ପର୍କରେ ଚିନ୍ତା ବଢ଼ିବ। ସାମାଜିକ ସ୍ତରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ।
ତୁଳା
ତୁଳା
ନିଜ ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ ଦର୍ଶନୀୟ ସ୍ଥାନ ଭ୍ରମଣ ପାଇଁ ମନ ବଳାଇବେ। ସ୍ବାତୀ ନକ୍ଷତ୍ର କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ଆପଣଙ୍କର ଦୃଢ଼ ମନୋବଳ ସମସ୍ୟା ସମାଧାନରେ ସହାୟକ ହେବ।
ବିଛା
ବିଛା
ସାଧାରଣ କଥାରେ ମନରେ ବିରକ୍ତି ଜାଗ୍ରତ ହେବା ସହ କଥାଭାଷାର କଠୋରତା ବୃଦ୍ଧିପାଇବ। ଆନୁଷ୍ଠାନିକ କାମ କିମ୍ବା ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ବାଣିଜ୍ୟ, ବ୍ୟବସାୟ, ପରିବହନାଦିରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। ବିଭିନ୍ନ କ୍ଷେତ୍ରରେ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି।
ଧନୁ
ଧନୁ
ଭୁଲ୍‌ ବୁଝାମଣା କାରଣରୁ ସମ୍ପର୍କ ହାନି ଘଟିବାର ଆଶଙ୍କା ରହିଛି। ପୂର୍ବାଷାଢ଼ା ନକ୍ଷତ୍ରର ଅର୍ଥନୈତିକ ଦୃଷ୍ଟିକୋଣରୁ ଦିନଟି ଶୁଭଙ୍କରୀ ରହିବ। ବ୍ୟବସାୟ, ଆଲୋଚନା, ଯାତ୍ରା କ୍ଷେତ୍ରରେ ଠିକ୍‌ ବିଚାର ବିନା ସରଳ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ପାରିବାରିକ କ୍ଷେତ୍ରରେ ହଠାତ୍‌ ପ୍ରତିକ୍ରିୟାଶୀଳ ହେବା ଠିକ୍‌ ହେବନାହିଁ।
ମକର
ମକର

ଆଜି ସତର୍କତା ଅଭାବରୁ ଧନହାନି, କଳହ କିମ୍ବା କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ। ଧନିଷ୍ଠା ନକ୍ଷତ୍ରର ବାଣିଜ୍ୟ,ନିର୍ମାଣ ଓ ପରିବହନରେ ସମସ୍ୟା ଦେଖାଦେବାର ସୂଚନା ରହିଛି। ନିଜସ୍ବ ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି।

କୁମ୍ଭ
କୁମ୍ଭ
ଶୁକ୍ରଙ୍କ ଶୁଭ ପ୍ରଭାବରୁ ନୂତନ ଗୃହ, ଯାନବାହନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପ୍ରଭୃତି ମୂଲ୍ୟବାନ ଜିନିଷ ପାଇଁ ମନ ବଳାଇବେ। ସ୍ତ୍ରୀ କିମ୍ବା ଭାଇଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତା କରିପାରନ୍ତି। ଶତଭିଷା ନକ୍ଷତ୍ରର ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆର୍ଥିକସମସ୍ୟା,ଜମିଜମା, ପିଲାଙ୍କ ଚିନ୍ତାରେ ମନ ଉଦ୍‌ବିଗ୍ନ ରହିପାରେ।
ମୀନମୀନ

ପ୍ରିୟ ବନ୍ଧୁମାନଙ୍କ ଆଦରସୋହାଗ ମନକୁ ପ୍ରଫୁଲ୍ଲିତ କରି ରଖିବ। ପୂର୍ବଭାଦ୍ରବ ନକ୍ଷତ୍ର ଯୋଗୁ ଆଶାଜନକ ଅର୍ଥ, ସମ୍ମାନ, ଉପଢୌକନ, ବସ୍ତ୍ର ଭୂଷଣାଦି ପ୍ରାପ୍ତି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ। ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ କାମକୁ ସହଜ କରିବା ସକାଶେ ଆନୁଷଙ୍ଗିକ ଅନୁକୂଳ ପରିବେଶ ସୃଷ୍ଟି ହେବ। କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ ଭୁଲ୍‌ କାମ କରି ଅନୁତପ୍ତ ହେବେ। ପାଖକୁ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?