Posted inRasifala

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୨୯ ତାରିଖ – Daily Horoscope

ମେଷ
ପାପଗ୍ରହ ଦୃଷ୍ଟ ଚତୁର୍ଥଭାବ ଯୋଗୁଁ ଅସୁସ୍ଥ ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ଅବଶ୍ୟ ଆର୍ଥିକ ଅଭିବୃଦ୍ଧି, ସକାଳୁଆ ଯାତ୍ରା କେତେକାଂଶରେ ଶାନ୍ତି ପ୍ରଦାୟକ ହେବ। ପାରିବାରିକ, ପରିବହନ,ସାଧାରଣ ଆଲୋଚନା କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ ଲାଗି ରହିବ।
ବୃଷ
ବୃଷ

ନୀଚାରୋହୀ ରାଶ୍ୟାଧିପ ହେଲେ ମଧ୍ୟ ସ୍ବାସ୍ଥ୍ୟ ବିଶେଷ ଭଲ ନ ଥିଲେ ମଧ୍ୟ ଗୁରୁତର ସମସ୍ୟା ରହିବ ନାହିଁ। ଆର୍ଥିକ ଅଭାବ ଓ ଅନଟନକୁ ଦୂରେଇବାରେ ବନ୍ଧୁ ସାହାଯ୍ୟ କରିବେ। ପାରିବାରିକ ସମସ୍ୟା ଲାଗି ରହିବାରୁ କର୍ମକ୍ଷେତ୍ର ମଧ୍ୟ ପ୍ରଭାବିତ ହୋଇପାରେ। ଆଜିର ପ୍ରତ୍ୟୁଷ ଯାତ୍ରା ଓ ବନ୍ଧୁ ମିଳନ ସଭା ସମିତିରେ ସମ୍ମାନିତ ହେବେ।

ମିଥୁନ
ମିଥୁନ
ପ୍ରତିବନ୍ଧକ ମଧ୍ୟରେ କାମ ଅଟକି ଯିବା ସଙ୍ଗକୁ ଅର୍ଥ ସମ୍ପର୍କୀୟ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ଶନିଙ୍କ ଦଶମଦୃଷ୍ଟି ପ୍ରଭାବରୁ ପିଲାଙ୍କ ଅଭିଯୋଗକୁ ନେଇ ଅନୁତାପ କରିବାକୁ ପଡିପାରେ। ସହକର୍ମୀଙ୍କ ବାକି ରହିଥିବା ଟଙ୍କା ପଇସାକୁ କେନ୍ଦ୍ର କରି ଅନର୍ଥ ସୃଷ୍ଟି ହୋଇପାରେ।
କର୍କଟ
କର୍କଟ
ସ୍ବଗୃହୀ ବକ୍ରୀ ମଙ୍ଗଳ କର୍ମସ୍ଥ ଯୋଗୁ କର୍ମକ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭର ସୌଭାଗ୍ୟ ପାଇବେ। ବିଗତ ଦିନ ମାନଙ୍କରୁ ରହିଯାଇଥିବା କାମଗୁଡିକ ସହଜ ଓ ସୁବିଧାରେ ହେବ। ପାରିବାରିକ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ଘଟିବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ।
ସି˚ହ
ସି˚ହ
ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଯୋଗୁ ଅସନ୍ତୁଳନ କଥାବାର୍ତ୍ତାରୁ ବିଭିନ୍ନ ପ୍ରକାରର ସମସ୍ୟା ଜାଲରେ ଛନ୍ଦିହୋଇ ମାନସିକ ସ୍ଥିରତା ହରାଇବେ। ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ କାମଗୁଡିକ ସୁବିଧାରେ ହୋଇପାରିବ ନାହିଁ। ରାଜନୀତି ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।
କନ୍ୟା
ଶନି ଦୃଷ୍ଟ ବୁଧ ହେତୁ କାମଗୁଡିକ ବିଳମ୍ବ ହେବାରୁ ଅନ୍ୟକୁ ଦାୟୀ କରି ବିରକ୍ତି ପ୍ରକାଶ କରିବେ। ବନ୍ଧୁମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ କିନ୍ତୁ ଯାହା କାମକୁ ଆସିବନାହିଁ। ନିଜର ଆତ୍ମୀୟସ୍ବଜନଙ୍କ ସମସ୍ୟା ପାଇଁ ଚିନ୍ତା ବଢିପାରେ। ସଭାସମିତି, ମନୋରଞ୍ଜନାଦି କାର୍ଯ୍ୟକ୍ରମରେ ସାମିଲ୍‌ ହୋଇପାରନ୍ତି।
ତୁଳା
ତୁଳା
କର୍ମାଧିପ ନିଜ ଭାବରୁ ଅଷ୍ଟମସ୍ଥ ଯୋଗୁଁ କାମରେ ସଫଳତା ପାଇବା କଷ୍ଟକର ହୋଇପାରେ। ଆପଣ ଏପରି କି ଆଜି ନିଜ ଲୋକମାନଙ୍କ ଉପରେ ଭରସା କରିପାରିବେ ନାହିଁ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ, ଅନ୍ୟଥା କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡିବ।
ବିଛା
ବିଛା
ରାଶିରେ ମୁଣ୍ଡ ନ ଥିବା ଗ୍ରହ ଥିବାରୁ ସାବଧାନତା ସହକାରେ କାମ କରିବା ଭଲ ହେବ, ଅନ୍ୟଥା କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ। କୌଣସି ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ। ଶତ୍ରୁତା କରୁଥିବା ବ୍ୟକ୍ତି ଦ୍ୱାରା ଅସମ୍ମାନିତ ହୋଇପାରନ୍ତି।
ଧନୁ
ଧନୁ
କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଅଧିକାଂଶ ସମୟ ଭଲ ଲାଗିବ ନାହିଁ। ଚତୁର୍ଥଭାବ ଶନିଙ୍କ ଦୃଷ୍ଟିରେ ଥିବାରୁ ପାରିବାରିକ ଜଞ୍ଜାଳ ବୃଦ୍ଧି ମନସ୍ତାପ ସୃଷ୍ଟି କରିବ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡର ରୋଗରେ କଷ୍ଟ ପାଇବେ। ନିର୍ମାଣ ଓ ବ୍ୟବସାୟ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ମକର
ମକର

ପାପଗ୍ରହ ମଧ୍ୟସ୍ଥ ଗୁରୁ ହେତୁ କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣାରୁ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ପରୋକ୍ଷଶତ୍ରୁତା କାରଣରୁ କାମ ହାସଲ କରିବାରେ କେତେକ ପ୍ରତିବନ୍ଧକ ଦେଖାଦେବ। ପୁତ୍ରକନ୍ୟାଙ୍କୁ କେନ୍ଦ୍ରକରି ପଡୋଶୀ କେହି ପ୍ରତିବାଦର ସ୍ବର ଉଠାଇ ପାରନ୍ତି।

କୁମ୍ଭ
କୁମ୍ଭ
ଶୁକ୍ର ଦୃଷ୍ଟିରେ ଚନ୍ଦ୍ର ହେତୁ ସକାଳୁ ସକାଳୁ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍‌ ଆକସ୍ମିକ ଦୂର ଯାତ୍ରା କରିବାକୁ ପଡିପାରେ। ଦୀର୍ଘପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଆଜିର ବ୍ୟବସାୟ, ବାଣିଜ୍ୟ ମାନ୍ଦା ହେବ ନାହିଁ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍‌ ହେବେ, କିନ୍ତୁ କିଛି ଲାଭ ହେବନି।
ମୀନମୀନ

ବୁଧ ରାଶିଠାରୁ ଅଷ୍ଟମସ୍ଥ ହେତୁ ପରିବାରରେ ସମସ୍ୟା ସମାଧାନ ନ ହେବା କାରଣରୁ ଟେନସନ୍‌ ବଢିଯିବ। କର୍ମକ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ଶିଳ୍ପ, ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ। ଭୁଲ୍‌ ବୁଝାମଣାରୁ ଭୋଗବିଳାସରେ ବାଧାବିଘ୍ନ ଘଟିପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri