Posted inRasifala

ରାଶିଫଳ: ସୋମବାର, ନଭେମ୍ବର ୨ ତାରିଖ – Daily Horoscope

ମେଷ
ଆଜି ଧନ ସ୍ଥାନରେ ରାହୁ ସହ ଚନ୍ଦ୍ର ଯୋଗ ଧନହାନିର କାରଣ ହୋଇପାରେ । ମିଥ୍ୟାଭାଷଣରୁ ବନ୍ଧୁ ସମ୍ପର୍କ ଫିକା ପଡିଯିବ ଏବଂ ଯାନବାହନରେ ଅସୁବିଧାର ସମ୍ମୁଖୀନ ହେବେ । ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହୋଇପାରେ । ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା ଓ ସାହିତ୍ୟ, ଗବେଷଣା, ସାମ୍ବାଦିକତା କ୍ଷେତ୍ରରୁ ଶୁଭଫଳ ମିଳିବ ।
ବୃଷ
ବୃଷ

ଆଜି ପାପଗ୍ରହ ଯୁକ୍ତ କାରଣରୁ ପ୍ରତ୍ୟେକ ପରିସ୍ଥିତିରେ ଆପଣ କମଜୋର ରହିବେ । ଅଧିକାଂଶ ସମୟ ମାନସିକ ଅସ୍ଥିରତା ସଙ୍ଗକୁ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁଁ ମନ ଉଦାସ ରହିବ । ପରିବାରରେ ସାଧାରଣ କଥାରେ କ୍ଷୁବ୍ଧ ହୋଇ ସ୍ତ୍ରୀ ମୁହଁ ଫେରାଇ ନେଇପାରନ୍ତି । ବାଣିଜ୍ୟ, ବ୍ୟବସାୟ,ଏଜେନ୍ସିପ୍ ଓ ପରିବହନ କ୍ଷେତ୍ରରୁ ଲାଭବାନ ହେବେ ।

ମିଥୁନ
ମିଥୁନ
ବ୍ୟୟସ୍ଥାନ ପାପଗ୍ରହ ପ୍ରଭାବରୁ ଖର୍ଚ୍ଚଭାର ବୃଦ୍ଧି ପାଇବା ଦୁଶ୍ଚିନ୍ତାର କାରଣ ହେବ । ଯାହାକୁ କିଛି ସହାନୁଭୂତି ଆଶାରେ କହିବାକୁ ଯିବେ, ସେ ଓଲଟା କଥା କହିବ । ଇଚ୍ଛା ନ ଥିଲେ ଅସ୍ଥିର ମନ ହେତୁ କଥାରେ ସଂଯମତା ହରାଇବେ ଓ ସମସ୍ୟାକୁ ଡାକି ଆଣିଲା ଭଳି କାମ କରିପାରନ୍ତି । କ୍ରୀଡା, କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇପାରନ୍ତି।
କର୍କଟ
କର୍କଟ
ଆପଣଙ୍କ ରାଶି ଥଣ୍ଡାଗ୍ରହ ଶନିଙ୍କ ଦୃଷ୍ଟିରେ ଥିବାରୁ ସହନଶୀଳତା ଓ ଉଦାର ମନୋଭାବ କାରଣରୁ ଅନ୍ୟମାନଙ୍କର ପ୍ରିୟପାତ୍ର ହେବେ । କିନ୍ତୁ ଅତ୍ୟଧିକ ଭାବପ୍ରବଣତା କାରଣରୁ ସାଧାରଣ ସମସ୍ୟା ଗୁରୁତର ମନେ ହୋଇପାରେ । ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ ।
ସି˚ହ
ସି˚ହ
କର୍ମାଧିପ ନୀଚରାଶିରେ ଥିବାରୁ ଆଜିର କାର୍ଯ୍ୟରେ କିଛିଟା ବ୍ୟତିକ୍ରମ ସୃଷ୍ଟିହୋଇପାରେ । ପାରିବାରିକ କ୍ଷେତ୍ରରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ । ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ତଥାପି କାମର ଚାପ ବହୁତ ବଢିଯିବ । ଶିଳ୍ପ,ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ବହୁତ ଭଲ ।
କନ୍ୟା
ବ୍ୟକ୍ତିଗତ ମଜା ମଉଜ ଓ ସୁଖ, ସୁବିଧାକୁ ପ୍ରାଧାନ୍ୟ ଦେଇ ଦାୟିତ୍ୱପୂର୍ଣ୍ଣ କାମଗୁଡିକୁ ଅବହେଳା କରିବେ । ଫଳତଃ ପରିବାର ଭିତରେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି । ବନ୍ଧୁଙ୍କ ଅନୁରୋଧ କ୍ରମେ ଭ୍ରମଣ କାରଣରୁ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ । କୌଣସି ଗୃହୋପକରଣ କିମ୍ବା ମୂଲ୍ୟବାନ୍ ସାମଗ୍ରୀ କ୍ରୟ କରିପାରନ୍ତି ।
ତୁଳା
ତୁଳା
ପାଇବାକୁ ଥିବା ଅର୍ଥ କିମ୍ବା କୌଣସି ଜିନିଷପତ୍ର ସକାଶେ କଳହର ସମ୍ମୁଖୀନ ହୋଇପାରନ୍ତି । କର୍ମକ୍ଷେତ୍ରରେ ଅଟକି ରହିଥିବା ବହୁତଗୁଡାଏ କାମ ଟେନ୍ସନ ବଢାଇବ । ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ କିନ୍ତୁ ପରୋକ୍ଷ ଶତ୍ରୁତା ମଧ୍ୟ ସୃଷ୍ଟି ହେବ । ଯାତ୍ରା, ବନ୍ଧୁସମ୍ପର୍କ, କ୍ରୟବିକ୍ରୟ କ୍ଷେତ୍ରରେ କିଛିଟା ଶୁଭଫଳ ପାଇବେ ।
ବିଛା
ବିଛା
ମାନସିକ ସ୍ଥିତି ସେତେଟା ଭଲ ନ ଥିଲେ ମଧ୍ୟ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ସକାଶେ ବୃହସ୍ପତିଙ୍କ ଅବଦାନ ରହିବ । କିନ୍ତୁ ପରିଜନଙ୍କ ସ୍ବାସ୍ଥ୍ୟ ସମସ୍ୟା ବୃଦ୍ଧି ପାଇବା କାରଣରୁ ବିଚଳିତବୋଧ କରିପାରନ୍ତି । ସାମ୍ବାଦିକତା, ରାଜନୀତି, ନୂତନ କର୍ମାରମ୍ଭ, କଳା, ସାହିତ୍ୟ ଓ ଏଜେନ୍ସିପ୍ ପ୍ରଭୃତିରୁ ସୁଫଳ ପାଇବେ । କୌଣସି ନୂତନ ବନ୍ଧୁଙ୍କ ସହ ଆତ୍ମୀୟତା ବୃଦ୍ଧି ପାଇବ ।
ଧନୁ
ଧନୁ
ଆପଣଙ୍କ ରୋକଠୋକ୍ କଥା ବନ୍ଧୁଙ୍କ ମନରେ ଆଘାତ ସୃଷ୍ଟି କରିବ । ଅନ୍ୟମନସ୍କତା କିମ୍ବା ବିସ୍ମରଣ ଜନିତ କୌଣସି ଜିନିଷ ହରାଇ ପାରନ୍ତି । ସହକର୍ମୀ, ଭାଇଉଣୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ । ଜୋର୍ କରି ଅନ୍ୟମାନଙ୍କଠାରୁ ଅର୍ଥ, କାମ, ଆଦାୟ କରି ସମାଲୋଚିତ ହୋଇପାରନ୍ତି ।
ମକର
ମକର

ଆଜି ଯାହା ଓ ଯେମିତି ଆଶା କରୁଛନ୍ତି ସେମିତି ହିଁ ପାଇବାରେ କୌଣସି ଅସୁବିଧା ରହିବ ନାହିଁ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଝଗଡା ଲାଗିପାରେ । ବିବାଦୀୟ ଘଟଣାରେ ପ୍ରତିଦ୍ୱନ୍ଦ୍ୱିତା କ୍ରମଶଃ ବୃଦ୍ଧି ପାଇବ । ପଡୋଶୀମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଅପଚେଷ୍ଟା କରିପାରନ୍ତି ।

କୁମ୍ଭ
କୁମ୍ଭ
ପାରିବାରିକ କ୍ଷେତ୍ରରେ ସବୁ ଜାଣିଶୁଣି ସମସ୍ତ ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ । କର୍ମକ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ । ନିକଟ ସମ୍ପର୍କୀୟ ମାନଙ୍କ ଈର୍ଷା ଓ ଅସୂୟା ଭାବ ଯୋଗୁଁ ବିଚଳିତବୋଧ କରିପାରନ୍ତି ।
ମୀନମୀନ

ଆଜିର ଆଲୋଚନା ପରିସରରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁଁ ମନ ଭଲ ରହିବନାହିଁ । ଅସୁସ୍ଥତା କାରଣରୁ କେତେକ କାମରେ ଅବହେଳା କରିପାନ୍ତି । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭବାନ ହେବାର ଆଶା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri