Posted inRasifala

ରାଶିଫଳ: ବୁଧବାର, ସେପ୍ଟେମ୍ବର ୨ ତାରିଖ – Daily Horoscope

ମେଷ
ଆପଣଙ୍କୁ ପାରିବାରିକ ସୁଖ ସମୃଦ୍ଧି ସଙ୍ଗକୁ କର୍ମକ୍ଷେତ୍ରରେ ଆଶା ଅନୁଯାୟୀ ସୁଫଳ ପ୍ରଦାନ କରିବ । ଆଜିର ଯାତ୍ରା ସମୟରେ ଅପରିଚିତଙ୍କ ସହ କଳହ ଲାଗିଯିବାର ସମ୍ଭାବନା ରହିଛି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ସୁନାମ ଅର୍ଜନ କରିବେ ।
ବୃଷ
ବୃଷ

କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ବେଶି ହଇରାଣ ହେବେ । ପାରିବାରିକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ । ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ନୂତନ ଯୋଜନାରମ୍ଭରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି ।

ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ସହମତି ଭିତ୍ତିରେ ଆଲୋଚନା କଲେ ଅବଶ୍ୟ କାମ ହେବାର ସମ୍ଭାବନା ସୃଷ୍ଟିହେବ । ଅଫିସ୍‌ କାମରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । କୌଣସି ବନ୍ଧୁ ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇବେ ।
କର୍କଟ
କର୍କଟ
ସହକର୍ମୀଙ୍କ ସହଯୋଗରେ କୌଣସି ବଡ କାମଟିଏ କରି ପାରିଥିବାରୁ ଆମତ୍ତୃପ୍ତି ଲାଭ କରିବେ । କିନ୍ତୁ ଆକସ୍ମିକ ଭାବରେ ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁଁ ବିଚଳିତ ହୋଇପାରନ୍ତି । ଦୂରଯାତ୍ରା କାଳରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ । ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ସହକର୍ମୀ ଫାଇଦା ଉଠାଇବା ପାଇଁ ଚେଷ୍ଟା କରିପାରନ୍ତି । ଜଣେ ବନ୍ଧୁଙ୍କ ସହ ବହୁତ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ । ମାଲିମକଦ୍ଦମାରେ ଆପୋଷ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
କନ୍ୟା
କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ପାଇବା ସଙ୍ଗକୁ ସାମାଜିକ ତଥା ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ । କିନ୍ତୁ ଘରେ ଅସାବଧାନତା ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ । ପରିବାରରେ ଅଶାନ୍ତି ଦୂର ହେବ, ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ । ବାଣିଜ୍ୟ, ବ୍ୟବସାୟ ତଥା ବିବାଦୀୟ ଘଟଣାରେ ବିଜୟୀ ହେବେ ।
ତୁଳା
ତୁଳା
ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି ।  କୌଣସି ମହିଳାଙ୍କ ଅନୁକମ୍ପାମୂଳକ ସାହାଯ୍ୟ ଦ୍ୱାରା ଉପକୃତ ହୋଇପାରନ୍ତି ।  ବନ୍ଧୁମାନେ ସହଯୋଗ କାରଣରୁ ଶତ୍ରୁମାନେ କିଛି କରିପାରିବେ ନାହିଁ ।  ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ ।
ବିଛା
ବିଛା
ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ ।  ଏପରି କି ଆପଣ ଅଫିସ୍‌ କାମରେ, ପ୍ରଶାସନିକ ସ୍ତରରେ, ସଭାସମିତିରେ ତଥା ଶିଳ୍ପ, ବାଣିଜ୍ୟ, ମାନମାନାନ୍ତର ଦେଖା ଦେଇପାରେ ।  ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ ।
ଧନୁ
ଧନୁ
ସକାଳୁ ସକାଳୁ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ ।  ନୂତନ ଅଫିସ୍‌ କାମରେ ମାନସିକ ଚାପର ସମ୍ମୁଖୀନ ହୋଇପାରନ୍ତି ।  ପାଖ, ପଡୋଶୀଙ୍କ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ ।  ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ, ଆଇନ ଅଦାଲତ କ୍ଷେତ୍ରରେ ସୁଫଳ ପାଇବେ ।
ମକର
ମକର

ବହୁତ ଦିନ ହେଲା ଲାଗି ରହିଥିବା ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ଆଜି ହାଲୁକା ଅନୁଭବ କରିବେ ।  ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସତର୍କତାର ସହ କାମ ନ କଲେ ଅସୁବିଧାରେ ପଡିପାରନ୍ତି ।  ବିଭିନ୍ନ ପ୍ରକାରର ପ୍ରତିବନ୍ଧକର ସମ୍ମୁଖୀନ ହୋଇ ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହିଯିବ ।

କୁମ୍ଭ
କୁମ୍ଭ
ଆଜି ନୂତନ କର୍ମାରମ୍ଭ ଯାନବାହନ ଲୋକସମ୍ପର୍କ ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ ।  ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ପରିବହନ, ନିର୍ମାଣ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ ।  ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ ।  ରାଜନୀତି, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ର ପାଇଁ ଦିନଟି ଭଲ ।
ମୀନମୀନ

ଦୀର୍ଘ ଦିନରୁ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିପାରନ୍ତି ।  ସମସ୍ୟା ମଧ୍ୟରେ ଚଳିବା କାରଣକୁ ନେଇ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ ।  କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇ ପାରନ୍ତି ।  ନିଜ ଲୋକମାନେ ଅସୁବିଧାରେ ପକାଇବା ସକାଶେ ଚେଷ୍ଟା କରିପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri