ମେଷ

ଆଜି ଶୁକ୍ରଙ୍କ ବ୍ୟୟସ୍ଥାନକୁ ଦୃଷ୍ଟି ଥିବାରୁ ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ବନ୍ଧୁଙ୍କ ଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯାଇପାରନ୍ତି। ବ୍ୟବସାୟିକ ସ୍ଥିତି ଚିନ୍ତାଜନକ ସ୍ଥିତିକୁ ଆସି ଯାଇପାରେ। ବିବାଦୀୟ ଘଟଣା ଠାରୁ ଦୂରେଇ ନ ରହିଲେ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି।
ବୃଷ

କର୍ମସ୍ଥାନରେ ରାହୁଥିବାରୁ ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧଉଡ କରିବାକୁ ପଡ଼ିବ। ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବାରୁ ବ୍ୟସ୍ତତା ବୃଦ୍ଧି ପାଇବ। ସାମୟିକ ପୁରାତନ ରୋଗରୁ ପୀଡ଼ା ଅନୁଭବ କରିପାରନ୍ତି। ଶିଳ୍ପ, ବାଣିଜ୍ୟ ଏବଂ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ।
ମିଥୁନ

ରବି ଏବଂ ବୁଧଙ୍କ ସହିତ କେତୁ ଥିବାରୁ ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମ ସମ୍ପନ୍ନ କରିପାରିବେ। ବିବାଦୀୟ ସ୍ଥିତି କାରଣରୁ ଅର୍ଥନୈତିକ କ୍ଷେତ୍ରରେ ସମସ୍ୟା ପରିଲକ୍ଷିତ ହେବ। ପରିବାର ସଦସ୍ୟଙ୍କୁ ସନ୍ଦେହ କରି ପାରିବାରିକ ବାତାବରଣ ଅଶାନ୍ତ ରହିବ। ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତବୋଧ କରିପାରନ୍ତି।
କର୍କଟ

ଶନିଙ୍କ ପ୍ରଭାବରେ ଆଜି ଯାହା କଲେ ମଧ୍ୟ ପ୍ରତ୍ୟେକ କାମ ବିଳମ୍ବିତ ସମୟରେ ସମ୍ପନ୍ନ ହେବ। ସହକର୍ମୀଙ୍କ ସହାୟତାରେ ଅର୍ଥ ସମ୍ପର୍କୀୟ ଅନୁଚିନ୍ତା ସାୟାହ୍ନେ ଦୂର ହେବ। ଦୀର୍ଘ ଦିନରୁ ଅଟକି କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ସକାଳୁ ସକାଳୁ ଜଣେ ପୁରୁଣା ବନ୍ଧୁଙ୍କ ଦେଖା ପାଇ ମନ ହାଲୁକା କରିବେ।
ସି˚ହ

ମଙ୍ଗଳଙ୍କ ଦୁର୍ବଳତାରୁ ନିଜର କେତେକ କାମକୁ ପରିବାରର ସଦସ୍ୟମାନେ ବିରୋଧ କରିବେ। ଭୁଲ୍ ବୁଝାମଣା ଲାଗି ରହିବା କାରଣରୁ ଅଶାନ୍ତ ବାତାବରଣ ସୃଷ୍ଟି ହେବ। ବହୁତ ଦିନରୁ ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବ। କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ସହକର୍ମୀଙ୍କ ସହ ଉଚ୍ଚବାଚ ଘଟିପାରେ।
କନ୍ୟା

ପାପଯୁକ୍ତ ବୁଧ ହେତୁ ସ୍ବାସ୍ଥ୍ୟହାନି କାରଣରୁ ମାନସିକ ସ୍ଥିତି ଭଲ ରହି ନ ପାରେ। ପ୍ରତ୍ୟେକ ସମସ୍ୟାର ସମାଧାନ କ୍ଷେତ୍ରରେ ସ୍ବାର୍ଥକୁ ଜଳାଞ୍ଜଳି ଦେବାକୁ ପଡ଼ିବ। ସ୍ବାର୍ଥର ବଶବର୍ତ୍ତୀ ହୋଇ ଆତ୍ମୀୟମାନେ ହଠାତ୍ ଶତ୍ରୁତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ।
ତୁଳା

ବୃହସ୍ପତି ସ୍ବଭାବରୁ ଅଷ୍ଟମସ୍ଥ ଯୋଗୁ ସମ୍ପର୍କୀୟଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହୋଇପାରନ୍ତି। କୌଣସି ଜିନିଷ କ୍ରୟ ସକାଶେ ମୋଟା ଅର୍ଥର ଆବଶ୍ୟକତା ପଡ଼ିପାରେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ାର ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ, ସଭା ସମିତିରେ, ରାଜନୈତିକ ସ୍ଥିତିରେ ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ବିଛା

ଶନି ହେତୁ ଆଜି ଯାହା କରନ୍ତୁ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। କର୍ମକ୍ଷେତ୍ରରେ ଛୋଟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, ଯାହାକି ସମସ୍ୟା ସୃଷ୍ଟିର କାରଣ ହେବ। ଅର୍ଥସମ୍ପର୍କକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବାର ସମ୍ଭାବନା ରହିଛି। ପୂର୍ବଶତ୍ରୁତାକୁ କେନ୍ଦ୍ରକରି ମାନସିକ ସ୍ଥିତି ଠିକ୍ ରହିବ ନାହିଁ।
ଧନୁ

ଦୁଃସ୍ଥାନସ୍ଥ ଗୁରୁଙ୍କ ଯୋଗୁ କର୍ମକ୍ଷେତ୍ରରେ ଈର୍ଷା ପରାୟଣ ବନ୍ଧୁଙ୍କ କାର୍ଯ୍ୟ ଅସନ୍ତୋଷଜନକ ରହିବ। ପରିବାରର ଆବଶ୍ୟକତା ଉପଲବ୍ଧି କରି ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିବା ସକାଶେ ମନ ବଳାଇବେ। ସାମ୍ବାଦିକତା, କ୍ରୀଡ଼ା, ସାହିତ୍ୟ ଓ ରଚନାତ୍ମକ କାର୍ଯ୍ୟରେ ସମସ୍ୟା ସମାଧାନ ହୋଇଯିବ।
ମକର

ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ। ପଡ଼ୋଶୀଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇ ପଡ଼ିବେ ଅବଶ୍ୟ ଅପରାହ୍ନେ ଟେନସନ କମିଯିବ। ଆଜି ଆକସ୍ମିକ ଭାବରେ ପରିବାର ସହ ସୁଖଭ୍ରମଣ ଯୋଗ ରହିଛି। କଳା, ସାହିତ୍ୟ, ସଭାସମିତି ଓ ରାଜନୈତିକ ସ୍ତରରେ ଟେନ୍ସନ ଲାଗି ରହିବ ।
କୁମ୍ଭ

ଈର୍ଷା ପରାୟଣପୂର୍ବକ ନିଜର ଲୋକ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ ଆପଙ୍କର କୌଣସି ଅସୁବିଧା ହେବ ନାହିଁ। ଏକ ଭିନ୍ନ ପରିସ୍ଥିତିରେ ଭାଙ୍ଗି ପଡ଼ିଥିବା ସମ୍ପର୍କ ଯୋଡି ହୋଇଯିବ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ସ୍ବଗୃହୀ ରବି ଯୋଗୁ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହେବ।
ମୀନ
ରାଶିସ୍ଥ ଚନ୍ଦ୍ର ପ୍ରଭାବରେ ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ, କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିବ। ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦକୁ ଟାଣି ହୋଇଯିବେ। ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହାକି ବ୍ୟସ୍ତତାର କାରଣ ହେବ। ଚେଷ୍ଟା କରୁଥିବା କାମରେ ଓ ସଫଳତାରେ ଆନନ୍ଦିତ ହେବେ।
📲 Follow Dharitri – Odisha’s No. 1 Odia Daily 📰✨
Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.