Posted inRasifala

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୨୪ ତାରିଖ – Daily Horoscope

ମେଷ
ଆଜି ଶ୍ରୀଚନ୍ଦ୍ର ଯୋଗୁ ପ୍ରତ୍ୟୁଷ ଯାତ୍ରାରେ ଲକ୍ଷ୍ୟ ହାସଲ କରିବେ। ଶତ୍ରୁତାର ସମାଧାନ ବିଷୟରେ ବନ୍ଧୁଙ୍କ ସହ ଆଲୋଚନା କରିବାକୁ ମନସ୍ଥ କରିପାରନ୍ତି। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହ ସହମତିରେ କାର୍ଯ୍ୟକଲେ ସଫଳତା ପାଇବେ। ସନ୍ତାନଙ୍କ କୃତି ଓ କୃତିତ୍ୱରେ ପାରିବାରିକ ସ୍ତରରେ ଖୁସି ହୋଇପାରନ୍ତି।
ବୃଷ
ବୃଷ
ବ୍ୟୟଭାବସ୍ଥ ଚନ୍ଦ୍ର ମାନସିକ ଅସ୍ଥିରତାକୁ ବୃଦ୍ଧି କରିବାରେ ବନ୍ଧୁଙ୍କ ପରୋକ୍ଷ କାର୍ଯ୍ୟାବଳୀ ଅନନ୍ୟ କାରଣ ହୋଇପାରେ। ଆନୁଷ୍ଠାନିକ କାର୍ଯ୍ୟ ସକାଶେ ପ୍ରସ୍ତୁତିପର୍ବ ଜୋରଦାର କରିପାରନ୍ତି। ଆମତ୍ୀୟଙ୍କ ଅସହଯୋଗ ଓ ପରୋକ୍ଷ ସମାଲୋଚନାରେ କ୍ଷୁବ୍‌ଧ ହେବେ। ଅଫିସ୍‌ରେ ବ୍ୟସ୍ତ ବହୁଳ କର୍ମ ପାଇଁ ଅନୁଶୋଚନା କରିପାରନ୍ତି।
ମିଥୁନ
ମିଥୁନ
ବନ୍ଧୁଙ୍କ ପରାମର୍ଶରେ କିଛି ନୂତନ କାମ ଆରମ୍ଭ କରିବା ସକାଶେ ଚେଷ୍ଟା କରିପାରନ୍ତି। ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ। ପ୍ରିୟଜନମାନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ସାଂଗଠନିକ ସ୍ତରରେ ନେତୃତ୍ୱ ନେଲେ ପ୍ରଶଂସିତ ହେବାର ସମ୍ଭାବନା ରହିଛି।
କର୍କଟ
କର୍କଟ
ଚତୁର୍ପାର୍ଶ୍ୱରେ ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡିକ ସମ୍ପୂର୍ଣ୍ଣ ହେବ ନାହିଁ। ପୁଷ୍ୟା ନକ୍ଷତ୍ରର ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବ। ବ୍ୟବସାୟରେ ଲାଭକ୍ଷତିର ହିସାବ ନ କରି ଅଧିକାଂଶ କ୍ଷେତ୍ରରେ ମନକୁ ବୁଝାଇ ରହିବାକୁ ବାଧ୍ୟ ହେବେ। ବନ୍ଧୁମାନଙ୍କ ଦ୍ୱାରା ଆହୂତ ହୋଇ ଧର୍ମକାର୍ଯ୍ୟ କରିବା ସକାଶେ ମନ ବଳାଇପାରନ୍ତି।
ସି˚ହ
ସି˚ହ
ଯେତେ ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ପାରିବାରିକ ସ୍ଥିରତା ହଠାତ୍‌ ଆସି ନ ପାରେ। ସଭାସମିତିରେ ତଥା ସାହିତ୍ୟ, କଳା ଓ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ରବି ଓ ମଙ୍ଗଳ ସଂଯୋଗରୁ ପ୍ରବାସରେ ବନ୍ଧୁଙ୍କ ସାନ୍ନିଧ୍ୟଲାଭରୁ ଏକାନ୍ତତାବୋଧ ହ୍ରାସ ପାଇବ। ସ୍ବଗୃହୀ ଶୁକ୍ର ପ୍ରଭାବରୁ କର୍ମକ୍ଷେତ୍ରରେ ସରକାରୀ ସ୍ତରରୁ ସମ୍ମାନିତ ହେବେ।
କନ୍ୟା
ଆଜି ଜନମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ବୃହସ୍ପତି ଭୂମିପୁତ୍ର ନକ୍ଷତ୍ରସ୍ଥ ହେତୁ ଜମିଜମା, ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ଝଗଡ଼ା ସୃଷ୍ଟି ହୋଇପାରେ। ପରିବାରରେ ଖର୍ଚ୍ଚ କ୍ରମଶଃ ବୃଦ୍ଧିପାଇବା କାରଣରୁ ଚିନ୍ତିତ ହେବେ। ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର୍ଯ୍ୟସିଦ୍ଧି ଘଟିବ।
ତୁଳା
ତୁଳା
ଧନାଧିପ ସହ କର୍ମାଧିପଙ୍କ ଷଡାଷ୍ଟକସ୍ଥିତି ହେତୁ ଅର୍ଥସଂକଟ କର୍ମକ୍ଷେତ୍ରକୁ ପ୍ରଭାବିତ କରିବ। ପିଲାଙ୍କ ଆଚରଣରେ ପରିବର୍ତ୍ତନ ମାନସିକ ଦୁଃଖ ଦେବ। ବ୍ୟବସାୟ ଓ ପରିବହନରେ, କଳା ସାହିତ୍ୟ ଓ ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ। ସରକାରୀସ୍ତରରେ ସମସ୍ୟା ସମାଧାନ କରିବାରେ ସଫଳ ହେବେ।
ବିଛା
ବିଛା
ଅଶ୍ୱିନୀ ନକ୍ଷତ୍ରସ୍ଥ କେତୁ ଶାରୀରିକ ଓ ମାନସିକ ସୁସ୍ଥତାକୁ ବ୍ୟାହତ କରିପାରେ। ବନ୍ଧୁଙ୍କୁ ଆପଣେଇ ନେଇ ଲକ୍ଷ୍ୟ ପୂରଣ କରିପାରିବେ । ଆଜିର ଯାତ୍ରା ସମୟରେ, ବନ୍ଧୁ ମିଳନରେ, ଆଲୋଚନା କିମ୍ବା ସଭା ସମିତିରେ, ଆଗ୍ରହୀ ହୋଇପାରନ୍ତି। କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନରେ ଟେନସନ୍‌ ବଢ଼ିପାରେ।
ଧନୁ
ଧନୁ
ବନ୍ଧୁଙ୍କୁ ମନାଇ କାମ ହାସଲ କରିବେ। ବିବାଦୀୟ ଘଟଣା ସକାଶେ ଯେଉଁ ଆଶଙ୍କା କରୁଛନ୍ତି ସେମିତି କିଛି ହେବ ନାହିଁ। ଆଧ୍ୟାମତ୍ିକ ଗ୍ରହ ଶନି ଯୁକ୍ତ ଗୁରୁଙ୍କ ସମ୍ବନ୍ଧ ହେତୁ ପରିଜନଙ୍କ ସହ ଦେବ ଦର୍ଶନ ସମ୍ଭାବନା ରହିଛି। ଆର୍ଥିକ ଅଭିବୃଦ୍ଧି ସହିତ ପାରିବାରିକ ସୌଖ୍ୟ ଜୀବନଚର୍ଯ୍ୟାକୁ ରସାଣିତ କରିବାରେ ସହାୟକ ହେବ।
ମକର
ମକର
ବିବାଦୀୟ ପରିସ୍ଥିତି ଲାଗିରହିଥିବା କାରଣରୁ ମାନସିକ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ଏହି କାରଣରୁ ରକ୍ତଚାପ ମଧ୍ୟ ବଢ଼ିପାରେ। ଅଷ୍ଟମାଧିପ ଭାଗ୍ୟସ୍ଥ ହେତୁ ଉଦ୍ୟମ ସଫଳତା କଷ୍ଟକର ହୋଇପାରେ। ଈର୍ଷାପରାୟଣ ମନୋଭାବ ନେଇ ନିକଟ ସମ୍ପର୍କୀୟମାନେ ପାଖ ମାଡିବେ ନାହିଁ। ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ ହେବେ।
କୁମ୍ଭ
କୁମ୍ଭ
ବୁଧ ସହ ଶୁକ୍ର ସଂଯୋଗରୁ ଆପଣଙ୍କ କାମ ହାସଲରେ ବନ୍ଧୁଙ୍କ ବାଚନିକ ସାହାଯ୍ୟ ସାମାନ୍ୟ ସହାୟକ ହୋଇପାରେ। ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ ଏବଂ ବନ୍ଧୁଙ୍କ ସହ ଯୁକ୍ତିତର୍କରୁ ଦୂରେଇ ରହନ୍ତୁ। ଆଜି ଶିଳ୍ପ, ବାଣିଜ୍ୟ, କଚେରି ମାମଲା, ପରିବହନ ଦିଗରୁ ଲାଭବାନ୍‌ ହେବେ। କର୍ମକ୍ଷେତ୍ରରେ କାମ ହାସଲ କରିବେ।
ମୀନମୀନ
କର୍ମକ୍ଷେତ୍ରରେ ସକାଳୁ ସକାଳୁ ଶୁଭ ଖବର ପାଇ ମନଟା ଖୁସୀ ହୋଇଯିବ। ନିଜର ଲୋକମାନଙ୍କ ଚାଲି ଚଳନ ଓ ଆଚାର ବ୍ୟବହାରକୁ ନାପସନ୍ଦ କରିପାରନ୍ତି। ବନ୍ଧୁଗହଣରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବାଣିଜ୍ୟ, ବ୍ୟବସାୟରେ ଆର୍ଥିକ ସ୍ଥିତିର ଉନ୍ନତି ଘଟିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri