Posted inRasifala

ରାଶିଫଳ: ଶନିବାର , ମେ ୨୫ ତାରିଖ – Daily Horoscope

ମେଷ
ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମ ତ୍ୱରାନ୍ବିତ କରିବେ। କୃତ୍ତିକା ନକ୍ଷତ୍ର ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ଆଶାଜନକ ଲାଭ କରିପାରିବେ। ସଭା ସମିତି, ରାଜନୀତି, ସଂଗଠନ ତଥା ଅଧ୍ୟାପନା କ୍ଷେତ୍ରରୁ ପ୍ରଶଂସା ମିଳିବ। କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି।
ବୃଷ
ବୃଷ
କୁଟନୈତିକ କୌଶଳ ପ୍ରୟୋଗ କରି କାର୍ଯ୍ୟ ହାସଲରେ ସମର୍ଥ ହେବେ। ବନ୍ଧୁଙ୍କ ନିକଟରୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବଢ଼ିବ। କର୍ମକ୍ଷେତ୍ରରେ ଲାଗି ରହିଥିବା ସମସ୍ୟା ଜନିତ ଟେନସନ୍‌ ଅପରାହ୍ନରେ ଦୂର ହେବ। ମୃଗଶିରା ନକ୍ଷତ୍ରର କଚେରି ମାମଲାରେ ବାଇଦା ପଡ଼ିବାରେ ମନସ୍ତାପ କରିପାରନ୍ତି।
ମିଥୁନ
ମିଥୁନ
ଆପଣ କିଛି ମିଥ୍ୟା ପ୍ରତିଶ୍ରୁତି ଦେଇ କାର୍ଯ୍ୟ ହାସଲ ଲାଗି ଚେଷ୍ଟା କରିପାରନ୍ତି। ସବୁ ସୁବିଧା ଥିଲେ ମଧ୍ୟ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ପାରିପାର୍ଶ୍ୱିକ ପରିବେଶରେ ଅତୀତ ଘଟଣାକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଆରଦ୍ରା ନକ୍ଷତ୍ର ଆଲୋଚନା ପରିପ୍ରେକ୍ଷୀରେ ମନକଥା ମନରେ ରଖିପାରିବେ ନାହିଁ।
କର୍କଟ
କର୍କଟ
ଶାରୀରିକ ଅସୁସ୍ଥତା କେତେକାଂଶରେ ମାନସିକ ସ୍ଥିତିକୁ ଦୁର୍ବଳ କରିଦେବ। ଅଭାବ ଅସୁବିଧା ନ ଥିଲେ ମଧ୍ୟ ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ। କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବା ସକାଶେ ଅନ୍ୟ ମାନଙ୍କର ସାହାଯ୍ୟ ନେବାକୁ ବାଧ୍ୟ ହେବେ। ଅଶ୍ଳେଷା ନକ୍ଷତ୍ର ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି।
ସି˚ହ
ସି˚ହ
ସାମଗ୍ରିକ ସୁଖ, ସୁବିଧା ପାଇବା ସହ ପ୍ରତ୍ୟେକ କାମକୁ ନିରଙ୍କୁଶ ଭାବରେ କରିବାରେ ସମର୍ଥ ହେବେ। କିନ୍ତୁ ଆତ୍ମୀୟଙ୍କ ପରୋକ୍ଷ ଶତ୍ରୁତା ହେତୁ ମାନସିକ ଶାନ୍ତି ବ୍ୟାହତ ହୋଇପାରେ। ପରିସ୍ଥିତିର ଗୁରୁତ୍ୱ ଉପଲବ୍ଧି କରି ଆଲୋଚନା ସମୟରେ ନୀରବ ରହିବାକୁ ବାଧ୍ୟ ହେବେ। ପୂର୍ବାଫାଲଗୁନୀ ନକ୍ଷତ୍ରର ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବା ଜରୁରୀ।
କନ୍ୟା
ଆଜି ଆପଣଙ୍କ ଚିନ୍ତାଧାରା ଅନୁଯାୟୀ କାମଗୁଡ଼ିକ ହେବାରେ ଅସୁବିଧା ଜୁଟିବ ନାହିଁ। ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ, ବରଂ ବିଶ୍ୱାସ କରି ଉପକୃତ ହେବେ। ବହୁତ ଦିନରୁ ରହି ଆସିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ହସ୍ତା ନକ୍ଷତ୍ର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି।
ତୁଳା
ତୁଳା
ଆଜି ଆପଣଙ୍କର ସାଧାରଣ ବ୍ୟତିକ୍ରମ ମଧ୍ୟରେ ଅଭିଳଷିତ ଦ୍ରବ୍ୟ ପ୍ରାପ୍ତି ଘଟିବ। ସ୍ବାତୀ ନକ୍ଷତ୍ର ସକାଶେ ଶିଳ୍ପ, ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। ପାରିବାରିକ ସମସ୍ୟାର ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହେବେ।
ବିଛା
ବିଛା
ସପ୍ତମ କେନ୍ଦ୍ରସ୍ଥ ବୃହସ୍ପତି ଯୋଗୁ ଯାହା ଚାହୁଁଛନ୍ତି ପାଇବାରେ ଅସୁବିଧା ହେବ ନାହିଁ। ଆପୋସ ଆଲୋଚନା ଦ୍ୱାରା ଘରୋଇ ସମସ୍ୟାର ସରଳ ସମାଧାନ ହୋଇଯିବ। ଅନୁରାଧା ନକ୍ଷତ୍ର ଆତ୍ମୀୟଙ୍କ ସହାୟତାରେ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି। କଳା, ସାହିତ୍ୟରେ ସମସ୍ୟା ସମାଧାନର କ୍ଷୀଣ ଆଶା ମନରେ ଉଙ୍କି ମାରିବ।
ଧନୁ
ଧନୁ
ସ୍ବାସ୍ଥ୍ୟ ସମସ୍ୟା ରହିଥିଲେ ମଧ୍ୟ ବିଶେଷ ଗୁରୁତର ହେବାର ବିଲକ୍ଷଣ ଦେଖାଯିବ ନାହିଁ। ପ୍ରଶାସନିକ କ୍ଷେତ୍ରରେ ସମୟାନ୍ତରରେ ତାହାର ସମାଧାନ ହୋଇପାରିବ। ଉତ୍ତରାଷାଢ଼ା ନକ୍ଷତ୍ର ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ଭୁଲ୍‌ ବୁଝାମଣା କାରଣରୁ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ।
ମକର
ମକର
ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ଲାଗି ରହୁଥିବାରୁ ମନରେ ଦୁଶ୍ଚିନ୍ତା ଦେଖାଦେଇପାରେ। ବନ୍ଧୁଙ୍କ ବ୍ୟବହାରରେ ପରିବର୍ତ୍ତନ ଲାଗି ବିଚଳିତ ହୋଇପାରନ୍ତି। ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବା ଆଶାରେ ବିଭିନ୍ନ ପ୍ରକାରର କଥା କହିବାକୁ ପଡ଼ିପାରେ। ଶ୍ରବଣା ନକ୍ଷତ୍ରର କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।
କୁମ୍ଭ
କୁମ୍ଭ
ଆଜି ଶତଭିଷା ନକ୍ଷତ୍ର ସକାଶେ ସାଂଗଠନିକ କ୍ଷେତ୍ରରେ ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ଅଭାବ ଅସୁବିଧା ସମ୍ପର୍କରେ ଉପରିସ୍ଥଙ୍କ ମୁହଁ ସାମ୍ନାରେ ପ୍ରକାଶ କରିବାକୁ ପଛେଇଯିବେ। ପ୍ରତ୍ୟେକ କ୍ଷେତ୍ରରେ ବାଦବିବାଦ ଜଟିଳ ହେଲେ ମଧ୍ୟ ସଫଳତା ହାସଲ କରିବେ। ବିବାଦୀୟ ପରିସ୍ଥିତିରେ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ମୀନମୀନ

ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କରି କୌଣସି କାମ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଦୂରଭିସନ୍ଧି ରଖି ପଡ଼ୋଶୀଙ୍କ ସହ ମିଷ୍ଟାଳାପରେ ମାତିରହି ପାରନ୍ତି। ରେବତୀ ନକ୍ଷତ୍ର ବିବାଦୀୟ ପରିସ୍ଥିତିରେ ଗୁରୁଜନଙ୍କ ସାନ୍ତ୍ବନା ବାଣୀ ମନରେ ଆଶ୍ୱସ୍ତି ଭରିପାରେ। କ୍ରମଶଃ ଖର୍ଚ୍ଚଭାର ଯୋଗୁ କେତେକ ସ୍ଥାନରେ ଅପ୍ରିୟ ସତ କଥା କହି ବିରୋଧୀ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଅକ୍ଟୋବର ୭ ତାରିଖ – Daily Horoscope

ମେଷ ଆଜିର ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଯୋଗୁ ମାନସିକ ଅସ୍ଥିରତା ଭିତରେ ଦିନଟି କଟିବ। ଶିଳ୍ପ, ବାଣିଜ୍ୟ, ପରିବହନ ଏବଂ ଆନୁଷ୍ଠାନିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି…

ରାଶିଫଳ: ମଙ୍ଗଳବାର , ଅକ୍ଟୋବର ୬ ତାରିଖ – Daily Horoscope

ମେଷ ଚତୁର୍ଥକେନ୍ଦ୍ରରେ ଶୁଭଗ୍ରହଙ୍କ ସମାବେଶ ପାରିବାରିକ, ସାମାଜିକ ଏବଂ କର୍ମକ୍ଷେତ୍ରକୁ ଋଦ୍ଧିମନ୍ତ କରିବ। ଭିତିରିଆ ଉଦ୍ଦେଶ୍ୟ ସାଧନ ପରିପ୍ରେକ୍ଷୀରେ ବନ୍ଧୁ ସାହାଯ୍ୟର ହାତ ବଢ଼ାଇବେ। ମନ ବୁଝିଲା…

ରାଶିଫଳ: ସୋମବାର, ଅକ୍ଟୋବର ୫ ତାରିଖ – Daily Horoscope

ମେଷ ଆଜି ଯେକୌଣସି କ୍ଷେତ୍ରରେ ମଧ୍ୟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବ। ସାମାଜିକ ଜୀବନରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ…

ରାଶିଫଳ: ରବିବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁଙ୍କ ଦ୍ୱାରା କବଳିତ ହୋଇ ପାରିବାରିକ ଜୀବନରେ କୌଣସି ବ୍ୟତିକ୍ରମ ସୃଷ୍ଟି କରିପାରନ୍ତି। ଭୁଲ୍‌ ନିଷ୍ପତ୍ତିଜନିତ ସମସ୍ୟା ସୃଷ୍ଟି ସାମାଜିକ ଜୀବନକୁ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?