Posted inRasifala

ରାଶିଫଳ: ସୋମବାର, ନଭେମ୍ବର ୩୦ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ବିରୋଧାଭାସ ରହିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। କୃତ୍ତିକା ନକ୍ଷତ୍ରର ପିଲାମାନଙ୍କର କିମ୍ବା ସ୍ତ୍ରୀଙ୍କର ସ୍ବାସ୍ଥ୍ୟ ସମସ୍ୟା ପ୍ରାୟତଃ ସୁଧୁରିଯିବ । ଆଜି ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ ।
ବୃଷ
ବୃଷ
ପ୍ରତ୍ୟେକ କ୍ଷେତ୍ର୍ରରେ ମୃଗଶିରା ନକ୍ଷତ୍ର ସମ୍ପର୍କୀୟଙ୍କ ସହଯୋଗରୁ ଉପକୃତ ହେବେ। ଶୁଣା ଖବରକୁ ବିଶ୍ୱାସ କରି ହଠାତ୍ ଯାତ୍ରା କରିବାକୁ ପଡ଼ିପାରେ । ଅଟକି ରହିଥିବା କାମଗୁଡିକ ସହକର୍ମୀଙ୍କ ବଦାନ୍ୟତାରୁ ହୋଇଯିବ । ବାଣିଜ୍ୟ ଓ ପରିବହନରେ ସମସ୍ୟା ଦେଖାଦେବା କାରଣରୁ ବ୍ୟସ୍ତ ହୋଇପାରନ୍ତି ।
ମିଥୁନ
ମିଥୁନ
ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ସତର୍କ ନ ରହିଲେ ପରିସ୍ଥିତି ବଦଳି ଯାଇପାରେ । ବେଖାତିର ମନୋଭାବ ହେତୁ ଉପର ଅଧିକାରୀ ରାଗି ପାରନ୍ତି । ପରିବାରର ଆଜିର ଖର୍ଚ୍ଚ ପରିମାଣ ଦ୍ୱିଗୁଣା ହୋଇପାରେ । ଶିଡି ଚଢିବା କିମ୍ବା ଯିବା ଆସିବା ସମୟରେ ସତର୍କ ରୁହନ୍ତୁ ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସହକର୍ମୀମାନେ ଏକଜୁଟ ହୋଇ ହଇରାଣରେ ପକାଇପାରନ୍ତି । ଘରର ବିଭିନ୍ନ ସମସ୍ୟା ସମ୍ପର୍କରେ ସ୍ତ୍ରୀଙ୍କ ସହ ଆଲୋଚନା କରିବେ। ଆଶଙ୍କା ଦୂର ହୋଇଯିବ ଓ ସାମାଜିକ ସମ୍ମାନ ଲାଭ କରିିବେ । ସଙ୍ଗଠନ କିମ୍ବା ନିର୍ମାଣ ଓ ପରିବହନ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ ।
ସି˚ହ
ସି˚ହ
ପ୍ରକାଶ୍ୟରେ କିଛି ନ କହିପାରିଲେ ମଧ୍ୟ ବନ୍ଧୁଙ୍କ ଅଶାଳୀନ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି । ପୂର୍ବାଫାଲଗୁନୀ ନକ୍ଷତ୍ର ଲୋକମାନଙ୍କ କଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହୋଇପାରନ୍ତି । ଅଶାନ୍ତ ମନ ବନ୍ଧୁଙ୍କ ସହ ଆଳାପ ଆଲୋଚନା ପରେ ପରେ ଶାନ୍ତ ହୋଇଯିବ ।
କନ୍ୟା
କର୍ମକ୍ଷେତ୍ରରେ ଫାଇଲ୍ କାମ ବୃଦ୍ଧି ପାଇବା କାରଣରୁ ଘର ପାଇଁ ସମୟ ପାଇବେ ନାହିଁ । ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବାରୁ ଚିନ୍ତିତ ରହିପାରନ୍ତି । ସୁନା କିମ୍ବା କୌଣସି ଯାନ୍ତ୍ରିକ ଜିନିଷ କିଣି ଠକାମିରେ ପଡିପାରନ୍ତି । ଅପରିଚିତ ଲୋକଟି ମିତ୍ରତା ଛଳରେ ପାଖେଇ ଆସି ଦୁଶ୍ଚିନ୍ତା ବଢ଼ାଇପାରେ।
ତୁଳା
ତୁଳା
ସ୍ବାସ୍ଥ୍ୟ ବାରମ୍ବାର ଖରାପ ହେଉଥିବାରୁ ମନ ଭଲ ରହିବ ନାହିଁ । କର୍ମ କ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଅତ୍ୟଧିକ ଭ୍ରମଣ ଓ ମାନସିକ ଉଦବେଗ ଯୋଗୁଁ ଆଳସ୍ୟ ଅନୁଭବ କରିବେ । ଚିତ୍ରା ନକ୍ଷତ୍ରର ପରିବହନ, ବାଣିଜ୍ୟ ଓ ବ୍ୟବସାୟରେ ବିଶେଷ ଉନ୍ନତି ହେବ ।
ବିଛା
ବିଛା
ସ୍ବାସ୍ଥ୍ୟ ଅପରିବର୍ତ୍ତିତ ରହିଥିଲେ ମଧ୍ୟ ନିଜ ଅବହେଳା ଜନିତ କୌଣସି ସମସ୍ୟା ଦେଖାଦେଇପାରେ । ଅପୂରଣୀୟ ଆଶା କ୍ରମଶଃ ମାନସିକ ସ୍ତରକୁ ନିରୁସତ୍।ହିତ କରିବ । ପାରିବାରିକ ସାହଚର୍ଯ୍ୟ କେତେକାଂଶରେ କାମ ସକାଶେ ଅନୁକୂଳ ରହିପାରେ। ରାଜନୀତିରେ, ସାଙ୍ଗଠନିକ କାର୍ଯ୍ୟରେ, ସଭା ସମିତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ ।
ଧନୁ
ଧନୁ
ସମୟ ପ୍ରତ୍ୟେକ ଦିଗରୁ ଅନୁକୂଳ ରହିଥିଲେ ମଧ୍ୟ କେତେକ କ୍ଷେତ୍ରରେ ନିଜ ଦୋଷରୁ ସମସ୍ୟା ସୃଷ୍ଟି ହୋଇପାରେ । ବିନା ଦୋଷରେ ବନ୍ଧୁଙ୍କ ଘରୋଇ ଝମେଲା ଭିତରକୁ ଟାଣି ହୋଇ ଯାଇପାରନ୍ତି । ମୂଳା ନକ୍ଷତ୍ର କ୍ରୀଡା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ହାସଲ କରିବେ ।
ମକର
ମକର
କାମଗୁଡିକ ବାରମ୍ବାର ପ୍ରତିରୋଧ ମଧ୍ୟରେ ଅଟକି ଯାଉଥିବା କାରଣରୁ ମନସ୍ତାପ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଜମିଜମା କିମ୍ବା ଘର ସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ । ଉତ୍ତରାଷାଢାର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଏବଂ କାମ ହାସଲ କରିବେ ।
କୁମ୍ଭ
କୁମ୍ଭ
ସାମାଜିକ ସ୍ତରରେ ଗତକାଲିର ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିବ । ଆପଣଙ୍କ ଅନୁରୋଧ କ୍ରମେ ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ ନାହିଁ । ପାରିବାରିକ ଜୀବନରେ ଉଚିତ ବୁଝାମଣା ହେବ ।
ମୀନମୀନ
ସହଜ ଓ ସରଳଭାବରେ ଆଜିର ଜୀବନଯାତ୍ରା ପ୍ରୀତିପ୍ରଦ ରହିବ । ରେବତୀ ନକ୍ଷତ୍ର ପାଇଁ ପାରିବାରିିକ ପ୍ରତିରୋଧ ହେତୁ କେତେକ କାମ ଅଟକି ଯାଇପାରେ । ଆତ୍ମୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି ହେତୁ ଖୁସି ହୋଇପାରନ୍ତି। ଅଫିସରେ ଆଲୋଚନା ଅନୁଯାୟୀ ଆଜିର କାମଗୁଡିକ ସବୁ ଠିକ୍ ଠିକ୍ ହୋଇଯିବ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri