Posted inRasifala

ରାଶିଫଳ: ସୋମବାର, ନଭେମ୍ବର ୩୦ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ବିରୋଧାଭାସ ରହିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। କୃତ୍ତିକା ନକ୍ଷତ୍ରର ପିଲାମାନଙ୍କର କିମ୍ବା ସ୍ତ୍ରୀଙ୍କର ସ୍ବାସ୍ଥ୍ୟ ସମସ୍ୟା ପ୍ରାୟତଃ ସୁଧୁରିଯିବ । ଆଜି ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ ।
ବୃଷ
ବୃଷ
ପ୍ରତ୍ୟେକ କ୍ଷେତ୍ର୍ରରେ ମୃଗଶିରା ନକ୍ଷତ୍ର ସମ୍ପର୍କୀୟଙ୍କ ସହଯୋଗରୁ ଉପକୃତ ହେବେ। ଶୁଣା ଖବରକୁ ବିଶ୍ୱାସ କରି ହଠାତ୍ ଯାତ୍ରା କରିବାକୁ ପଡ଼ିପାରେ । ଅଟକି ରହିଥିବା କାମଗୁଡିକ ସହକର୍ମୀଙ୍କ ବଦାନ୍ୟତାରୁ ହୋଇଯିବ । ବାଣିଜ୍ୟ ଓ ପରିବହନରେ ସମସ୍ୟା ଦେଖାଦେବା କାରଣରୁ ବ୍ୟସ୍ତ ହୋଇପାରନ୍ତି ।
ମିଥୁନ
ମିଥୁନ
ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ସତର୍କ ନ ରହିଲେ ପରିସ୍ଥିତି ବଦଳି ଯାଇପାରେ । ବେଖାତିର ମନୋଭାବ ହେତୁ ଉପର ଅଧିକାରୀ ରାଗି ପାରନ୍ତି । ପରିବାରର ଆଜିର ଖର୍ଚ୍ଚ ପରିମାଣ ଦ୍ୱିଗୁଣା ହୋଇପାରେ । ଶିଡି ଚଢିବା କିମ୍ବା ଯିବା ଆସିବା ସମୟରେ ସତର୍କ ରୁହନ୍ତୁ ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସହକର୍ମୀମାନେ ଏକଜୁଟ ହୋଇ ହଇରାଣରେ ପକାଇପାରନ୍ତି । ଘରର ବିଭିନ୍ନ ସମସ୍ୟା ସମ୍ପର୍କରେ ସ୍ତ୍ରୀଙ୍କ ସହ ଆଲୋଚନା କରିବେ। ଆଶଙ୍କା ଦୂର ହୋଇଯିବ ଓ ସାମାଜିକ ସମ୍ମାନ ଲାଭ କରିିବେ । ସଙ୍ଗଠନ କିମ୍ବା ନିର୍ମାଣ ଓ ପରିବହନ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ ।
ସି˚ହ
ସି˚ହ
ପ୍ରକାଶ୍ୟରେ କିଛି ନ କହିପାରିଲେ ମଧ୍ୟ ବନ୍ଧୁଙ୍କ ଅଶାଳୀନ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି । ପୂର୍ବାଫାଲଗୁନୀ ନକ୍ଷତ୍ର ଲୋକମାନଙ୍କ କଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହୋଇପାରନ୍ତି । ଅଶାନ୍ତ ମନ ବନ୍ଧୁଙ୍କ ସହ ଆଳାପ ଆଲୋଚନା ପରେ ପରେ ଶାନ୍ତ ହୋଇଯିବ ।
କନ୍ୟା
କର୍ମକ୍ଷେତ୍ରରେ ଫାଇଲ୍ କାମ ବୃଦ୍ଧି ପାଇବା କାରଣରୁ ଘର ପାଇଁ ସମୟ ପାଇବେ ନାହିଁ । ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବାରୁ ଚିନ୍ତିତ ରହିପାରନ୍ତି । ସୁନା କିମ୍ବା କୌଣସି ଯାନ୍ତ୍ରିକ ଜିନିଷ କିଣି ଠକାମିରେ ପଡିପାରନ୍ତି । ଅପରିଚିତ ଲୋକଟି ମିତ୍ରତା ଛଳରେ ପାଖେଇ ଆସି ଦୁଶ୍ଚିନ୍ତା ବଢ଼ାଇପାରେ।
ତୁଳା
ତୁଳା
ସ୍ବାସ୍ଥ୍ୟ ବାରମ୍ବାର ଖରାପ ହେଉଥିବାରୁ ମନ ଭଲ ରହିବ ନାହିଁ । କର୍ମ କ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଅତ୍ୟଧିକ ଭ୍ରମଣ ଓ ମାନସିକ ଉଦବେଗ ଯୋଗୁଁ ଆଳସ୍ୟ ଅନୁଭବ କରିବେ । ଚିତ୍ରା ନକ୍ଷତ୍ରର ପରିବହନ, ବାଣିଜ୍ୟ ଓ ବ୍ୟବସାୟରେ ବିଶେଷ ଉନ୍ନତି ହେବ ।
ବିଛା
ବିଛା
ସ୍ବାସ୍ଥ୍ୟ ଅପରିବର୍ତ୍ତିତ ରହିଥିଲେ ମଧ୍ୟ ନିଜ ଅବହେଳା ଜନିତ କୌଣସି ସମସ୍ୟା ଦେଖାଦେଇପାରେ । ଅପୂରଣୀୟ ଆଶା କ୍ରମଶଃ ମାନସିକ ସ୍ତରକୁ ନିରୁସତ୍।ହିତ କରିବ । ପାରିବାରିକ ସାହଚର୍ଯ୍ୟ କେତେକାଂଶରେ କାମ ସକାଶେ ଅନୁକୂଳ ରହିପାରେ। ରାଜନୀତିରେ, ସାଙ୍ଗଠନିକ କାର୍ଯ୍ୟରେ, ସଭା ସମିତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ ।
ଧନୁ
ଧନୁ
ସମୟ ପ୍ରତ୍ୟେକ ଦିଗରୁ ଅନୁକୂଳ ରହିଥିଲେ ମଧ୍ୟ କେତେକ କ୍ଷେତ୍ରରେ ନିଜ ଦୋଷରୁ ସମସ୍ୟା ସୃଷ୍ଟି ହୋଇପାରେ । ବିନା ଦୋଷରେ ବନ୍ଧୁଙ୍କ ଘରୋଇ ଝମେଲା ଭିତରକୁ ଟାଣି ହୋଇ ଯାଇପାରନ୍ତି । ମୂଳା ନକ୍ଷତ୍ର କ୍ରୀଡା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ହାସଲ କରିବେ ।
ମକର
ମକର
କାମଗୁଡିକ ବାରମ୍ବାର ପ୍ରତିରୋଧ ମଧ୍ୟରେ ଅଟକି ଯାଉଥିବା କାରଣରୁ ମନସ୍ତାପ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଜମିଜମା କିମ୍ବା ଘର ସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ । ଉତ୍ତରାଷାଢାର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଏବଂ କାମ ହାସଲ କରିବେ ।
କୁମ୍ଭ
କୁମ୍ଭ
ସାମାଜିକ ସ୍ତରରେ ଗତକାଲିର ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିବ । ଆପଣଙ୍କ ଅନୁରୋଧ କ୍ରମେ ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ ନାହିଁ । ପାରିବାରିକ ଜୀବନରେ ଉଚିତ ବୁଝାମଣା ହେବ ।
ମୀନମୀନ
ସହଜ ଓ ସରଳଭାବରେ ଆଜିର ଜୀବନଯାତ୍ରା ପ୍ରୀତିପ୍ରଦ ରହିବ । ରେବତୀ ନକ୍ଷତ୍ର ପାଇଁ ପାରିବାରିିକ ପ୍ରତିରୋଧ ହେତୁ କେତେକ କାମ ଅଟକି ଯାଇପାରେ । ଆତ୍ମୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି ହେତୁ ଖୁସି ହୋଇପାରନ୍ତି। ଅଫିସରେ ଆଲୋଚନା ଅନୁଯାୟୀ ଆଜିର କାମଗୁଡିକ ସବୁ ଠିକ୍ ଠିକ୍ ହୋଇଯିବ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ମେ ୨୭ ତାରିଖ – Daily Horoscope

ମେଷ ଆଜି ସ୍ବନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ସମାଜ କଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକ କ୍ଷେତ୍ରରେ, ସଭାସମିତିରେ ସମ୍ମାନିତ ହେବେ। ଧାର୍ମିକ ମନୋଭାବ ନେଇ ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ…

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri