Posted inRasifala

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୩୦ ତାରିଖ – Daily Horoscope

ମେଷ
ସକାଳୁ ସକାଳୁ ସ୍ବାସ୍ଥ୍ୟ ସମସ୍ୟାର ସମାଧାନ ଓ ପୂର୍ବ ଶତ୍ରୁତା ସମ୍ପର୍କିତ ଚିନ୍ତା କରିବେ। ଆନୁଷ୍ଠାନିକ କାମରେ ସଫଳତା ପାଇବାରେ କୌଣସି ଅସୁବିଧା ହେବ ନାହିଁ। କାମ ହାସଲ କ୍ଷେତ୍ରରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ସାଧାରଣ କଥାରେ ଭ୍ରାତୃ ସମ୍ପର୍କ, ବନ୍ଧୁପ୍ରୀତି, ଅର୍ଥପ୍ରାପ୍ତି, ଯାତ୍ରା ଓ ଆଲୋଚନା ବାଧାପ୍ରାପ୍ତ ହେବ।
ବୃଷ
ବୃଷ

ଅନ୍ୟମାନଙ୍କୁ ମନେଇ ନିଜ ଆଡକୁ ଆକର୍ଷିତ କରିବା ପାଇଁ ବିଭିନ୍ନ ପ୍ରକାର ଚେଷ୍ଟା କରିବେ। କର୍ମକ୍ଷେତ୍ରରେ ଅପ୍ରିୟସତ୍ୟ କଥା ସମସ୍ୟା ସୃଷ୍ଟି କରିବାର ଆଶଙ୍କା ରହିଛି। ନିକଟ ଅତୀତରେ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଭଲ ଲାଭ ପାଇବେ।

ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମ ସକାଶେ ଅନୁତାପ କରିବାକୁ ପଡିପାରେ। ଭ୍ରମଣ ରାଜନୀତି, ପ୍ରଶାସନ, ସଭାସମିତି, ଲେଖାପଢା, ଯାତ୍ରା ପାଇଁ ଦିନଟି ବହୁତ ଭଲ। ଅସମର୍ଥିତ ସୂତ୍ରରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କଲେ ଉପକୃତ ହେବେ।
କର୍କଟ
କର୍କଟ
ସାଧାରଣ କଥାରୁ କଳହ କିମ୍ବା ମନାନ୍ତର ଘଟିବାର ଆଶଙ୍କା ଉପତ୍ନ ହୋଇପାରେ। ଟିକିଏ ଟିକିଏ କଥାରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ, ଯାହା କି ପାରିବାରିକ ସମସ୍ୟାକୁ ବଢାଇଦେବ। ବନ୍ଧୁଙ୍କ ନିକଟରୁ କିଛି ପାଇବାର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ଆନୁଷ୍ଠାନିକ କାମରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ପାଇବେ।
ସି˚ହ
ସି˚ହ
ପୂର୍ବର କଳହକୁ କେନ୍ଦ୍ରକରି ନିଜର ଆତ୍ମୀୟ ଓ ପାଖ ପଡୋଶୀଙ୍କ ସହ ସମ୍ପର୍କ ଭଲ ରହିବ ନାହିଁ। ବିଳମ୍ବରେ କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ହେବାରୁ ମନସ୍ତାପ କରିପାରନ୍ତି। ସମସ୍ୟାର ସରଳ ସମାଧାନ ସକାଶେ ବନ୍ଧୁଙ୍କ ଦ୍ୱାରସ୍ଥ ହେବାକୁ ପଡିପାରେ। କର୍ମକ୍ଷେତ୍ରରେ ନୂତନ ଯୋଜନାରମ୍ଭ କିମ୍ବା ଚୁକ୍ତିପତ୍ର ସ୍ବାକ୍ଷରିତ କରିପାରନ୍ତି।
କନ୍ୟା
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। ସାମାଜିକ କ୍ଷେତ୍ରରେ ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ। ପରିବାରରେ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ଆଶଙ୍କା ରହିଛି। ବନ୍ଧୁଙ୍କ ସ୍ବାସ୍ଥ୍ୟହାନି କାରଣରୁ ଡାକ୍ତରଙ୍କ ପରାମର୍ଶ ପାଇଁ ଆପଣଙ୍କୁ ଦୌଡିବାକୁ ପଡିପାରେ।
ତୁଳା
ତୁଳା
ମନ ଚାହୁଁ ନ ଥିଲେ ମଧ୍ୟ ସମୟ ଓ ପରିସ୍ଥିତିକୁ ନେଇ କରିବାକୁ ବାଧ୍ୟ ହୋଇପାରନ୍ତି। ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ସହକର୍ମୀ କିମ୍ବା ବନ୍ଧୁଙ୍କ ସହ ବିତର୍କ ସୃଷ୍ଟି ହୋଇପାରେ। ଅତ୍ୟଧିକ ପରିଶ୍ରମଜନିତ ସାମୟିକ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା, ଲେଖାପଢ଼ା, ନିର୍ମାଣ, ଗବେଷଣାରୁ ପ୍ରଶଂସିତ ହେବେ।
ବିଛା
ବିଛା
ମିତ୍ରବନ୍ଧୁମାନଙ୍କ ଦ୍ୱାରା ଅର୍ଥ ଓ ସମ୍ମାନ ଲାଭ କରିବେ। ଈର୍ଷାପରାୟଣ ବ୍ୟକ୍ତିଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ଆଶଙ୍କା ରହିଛି। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସକାଳୁ ସକାଳୁ ବନ୍ଧୁଙ୍କ ସହ ସୌାହାର୍ଦ୍ଦ୍ୟପୂର୍ଣ୍ଣ ଆଲୋଚନାରୁ ମନ ଖୁସୀ ହୋଇଯିବ।
ଧନୁ
ଧନୁ
ଆଜିର ପ୍ରତ୍ୟୁଷ ଯାତ୍ରାରେ ବନ୍ଧୁମିଳନ ସଙ୍ଗକୁ ମୂଲ୍ୟବାନ ଦ୍ରବ୍ୟ ପ୍ରାପ୍ତିର ସମ୍ଭାବନା ରହିଛି। ଅଫିସରେ କିମ୍ବା ଫେରିବା ରାସ୍ତାରେ ଜଣେ ବନ୍ଧୁଙ୍କୁ ମିଶିବାର ସୁଯୋଗ ଲାଭ କରିବେ। ଅତିରିକ୍ତ ଭ୍ରମଣ ହେତୁ କ୍ଲାନ୍ତି ଅନୁଭବ କରିପାରନ୍ତି, ଯାହା କି ସ୍ବାସ୍ଥ୍ୟହାନିର କାରଣ ହୋଇପାରେ। ଭାବପ୍ରବଣତାର ବଶବର୍ତ୍ତୀ ହୋଇ କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଲାଭଳି କାମ କରିବା ଠିକ୍‌ ହେବ ନାହିଁ।
ମକର
ମକର

ଆଜିର କର୍ମକ୍ଷେତ୍ରରେ କୌଣସି ଅପରିଚିତ ବ୍ୟକ୍ତି ଦ୍ୱାରା କାମ ହାସଲ କରିବେ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଯୁକ୍ତିତର୍କ କାରଣରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। କଳା ସାହିତ୍ୟ, କ୍ରୀଡା ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆକସ୍ମିକ ଭାବରେ ଭ୍ରମଣ ସୁଯୋଗ ଲାଭ କରିବେ ଓ ବନ୍ଧୁ ମିଳନରୁ ଖୁସୀ ହୋଇପାରନ୍ତି।

କୁମ୍ଭ
କୁମ୍ଭ
ମାନସିକ ଅସ୍ଥିରତା ବୃଦ୍ଧି ପାଇବା ପଛରେ ପରିବାରରେ ଅଶାନ୍ତ ବାତାବରଣ ମୁଖ୍ୟ କାରଣ ହୋଇପାରେ। ପାଖ ପଡୋଶୀଙ୍କ ପାଇଁ ତ୍ୟାଗ ସ୍ବୀକାର କଲେ ମଧ୍ୟ ସେମାନଙ୍କ ଭୁଲ୍‌ ଧାରଣାକୁ ବଦଳାଇ ପାରିବେ ନାହିଁ। ଆକସ୍ମିକ ଭାବେ ବସ୍ତ୍ରଭୂଷଣ,ଅର୍ଥ ଓ ସମ୍ମାନ ଲାଭ କରିପାରନ୍ତି। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ନ ଦେଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।
ମୀନମୀନ

ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ଲାଭ କରି ସହଜ ଓ ସୁବିଧାରେ କାମ ହାସଲ କରିବେ। ପାରିବାରିକ ଅଶାନ୍ତିର ସମାପ୍ତି ଘଟାଇବା କ୍ଷେତ୍ରରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। ଭାଇଙ୍କ ସ୍ବାସ୍ଥ୍ୟ ଓ ସମ୍ପର୍କୀୟଙ୍କ ଅନୁଚିତ ଚିନ୍ତାଧାରା ମନକୁ ବ୍ୟଥିତ କରିପାରେ। ବ୍ୟବସାୟ,ବାଣିଜ୍ୟ, ପରିବହନ ମାନ୍ଦା ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri