Posted inRasifala

ରାଶିଫଳ: ଗୁରୁବାର, ଅକ୍ଟୋବର ୩୦ ତାରିଖ – Daily Horoscope

ମେଷ
ହଠାତ୍‌ ସକାଳୁ ସକାଳୁ ବିଗିଡ଼ିଯାଇଥିବା ସ୍ୱାସ୍ଥ୍ୟ ଓ ପୂର୍ବ ଶତ୍ରୁତା ସମ୍ପର୍କରେ ଚିନ୍ତା କରିବେ। ଆନୁଷ୍ଠାନିକ କାମରେ ସଫଳତା ପାଇବାରେ କୌଣସି ଅସୁବିଧା ହେବ ନାହିଁ। ଅଭାବ ଦୂରେଇବା କ୍ଷେତ୍ରରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିପାରନ୍ତି। ସାଧାରଣ କଥାକୁ କେନ୍ଦ୍ରକରି ଭ୍ରାତୃ ସମ୍ପର୍କ, ବନ୍ଧୁପ୍ରୀତି, ଅର୍ଥପ୍ରାପ୍ତି , ଯାତ୍ରା ଓ ଆଲୋଚନା ବାଧାପ୍ରାପ୍ତ ହେବ।
ବୃଷ
ବୃଷ
ଅନ୍ୟମାନଙ୍କୁ ମନେଇ ନିଜ ଆଡ଼କୁ ଆକର୍ଷିତ କରିବା ପାଇଁ ବିଭିନ୍ନ ଚେଷ୍ଟା କରିବେ। କିନ୍ତୁ କର୍ମକ୍ଷେତ୍ରରେ ଅପ୍ରିୟସତ୍ୟ କଥା ସମସ୍ୟା ସୃଷ୍ଟି କରିବାର ଆଶଙ୍କା ରହିଛି। ଶିଳ୍ପ, ବାଣିଜ୍ୟ ଓ ପରିବହନରେ ସମସ୍ୟା ସମାଧାନ ହେବାର ଆଶା ରହିଛି। ବକେୟା ଅର୍ଥ ଆଦାୟ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ପଡ଼ିପାରେ।
ମିଥୁନ
ମିଥୁନ
ଆଜି ଯେମିତି ଯାହା ଆଶା କରୁଛନ୍ତି ସେହିପରି ପାଇବାରେ ଅସୁବିଧା ରହିବ ନାହିଁ। ଦୀର୍ଘଦିନରୁ ଅଟକି ରହିଥିବା କାମ ସକାଶେ ଅନୁତାପ କରିବାକୁ ପଡ଼ିପାରେ। ରାଜନୀତି, ପ୍ରଶାସନ, ସଭାସମିତି, ଲେଖାପଢ଼ା, ଯାତ୍ରା ପାଇଁ ଦିନଟି ଭଲ। ଅସମର୍ଥିତ ସୂତ୍ରରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସାଧାରଣ କଥାରୁ କଳହ କିମ୍ବା ମନାନ୍ତର ଘଟିପାରେ। ଟିକିଏ ଟିକିଏ କଥାରେ ବିରକ୍ତ ହେଲେ ପାରିବାରିକ ସମସ୍ୟା ବଢ଼ିଯାଇପାରେ। ବନ୍ଧୁଙ୍କ ନିକଟରୁ କିଛି ପାଇବାର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ଆନୁଷ୍ଠାନିକ କାମରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ପାଇବାର ଆଶା ରହିଛି।
ସି˚ହ
ସି˚ହ
ପୂର୍ବର କଳହକୁ ନେଇ ଆତ୍ମୀୟ ଓ ପଡ଼ୋଶୀଙ୍କ ସହ ସମ୍ପର୍କ ଭଲ ରହିବ ନାହିଁ। ବିଭିନ୍ନ ପ୍ରତିବନ୍ଧକଜନିତ ବିଳମ୍ବରେ କାମ ସମ୍ପନ୍ନ ହେବାରୁ ମନସ୍ତାପ କରିପାରନ୍ତି। କର୍ମକ୍ଷେତ୍ରରେ ନୂତନ ଯୋଜନାରମ୍ଭ କିମ୍ବା ଚୁକ୍ତିପତ୍ର ସ୍ୱାକ୍ଷରିତ ହୋଇପାରିବ। ଆଶା କରୁଥିବା ଦିଗରୁ କିଛି ପାଇବା ପଛରେ ଜଣେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ପରୋକ୍ଷ ସାହାଯ୍ୟ ରହିବ।
କନ୍ୟା
ଦିନଟି ବହୁତ ଭଲ ମାତ୍ର କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିବ। ସାମାଜିକ କ୍ଷେତ୍ରରେ ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ ଓ ସାହାଯ୍ୟ ସହଯୋଗ ପାଇପାରନ୍ତି। ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ଆଶଙ୍କା ରହିଛି। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଆଗରେ ନ ହେଲେ ମଧ୍ୟ ପଛରେ ସମାଲୋଚନା କରିପାରନ୍ତି।
ତୁଳା
ତୁଳା
କେତେକ କଥାରେ ମନ ଚାହୁଁ ନ ଥିଲେ ମଧ୍ୟ ସମୟ ଓ ପରିସ୍ଥିତିକୁ ନେଇ ଚଳିବାକୁ ପଡ଼ିବ। ସହକର୍ମୀ କିମ୍ବା ବନ୍ଧୁଙ୍କ ସହ ବିତର୍କ ସୃଷ୍ଟି ହୋଇପାରେ। ଅତ୍ୟଧିକ ପରିଶ୍ରମଜନିତ ସାମୟିକ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା, ଲେଖାପଢ଼ା, ନିର୍ମାଣ, ଗବେଷଣାରୁ ପ୍ରଶଂସିତ ହେବାର ଆଶା ରହିଛି।
ବିଛା
ବିଛା
କର୍ମକ୍ଷେତ୍ରରେ ମିତ୍ର ବନ୍ଧୁମାନଙ୍କ ଦ୍ୱାରା ଅର୍ଥ ଓ ସମ୍ମାନ ଲାଭ କରିବେ। ଅଟକି ରହିଥିବା କାମରେ ଅଳ୍ପ ସମୟ ଅପେକ୍ଷା କରନ୍ତୁ, ଦେଖିବେ ସବୁ ଠିକ୍‌ ହୋଇଯିବ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସକାଳୁ ବନ୍ଧୁଙ୍କ ସହ ସୌହାର୍ଦ୍ଦ୍ୟପୂର୍ଣ୍ଣ ଆଲୋଚନାରୁ ମନ ଖୁସି ହୋଇଯିବ।
ଧନୁ
ଧନୁ
ଆଜିର ପ୍ରତ୍ୟୁଷ ଯାତ୍ରାରେ ବନ୍ଧୁମିଳନ ସାଙ୍ଗକୁ ମୂଲ୍ୟବାନ ଦ୍ରବ୍ୟ ପ୍ରାପ୍ତିର ସମ୍ଭାବନା ରହିଛି। ଫେରିବା ରାସ୍ତାରେ ଜଣେ ବନ୍ଧୁଙ୍କ ସହ ମିଶି ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଦ୍ୱାରା ସୁଫଳ ମିଳିବ। ଅତିରିକ୍ତ ଭ୍ରମଣ ହେତୁ କ୍ଳାନ୍ତି ଅନୁଭବ କରିପାରନ୍ତି। ଭାବପ୍ରବଣତାର ବଶବର୍ତ୍ତୀ ହୋଇ କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି କରିପାରନ୍ତି।
ମକର
ମକର
ଆଜିର ଯାତ୍ରା ସମୟରେ ଅପରିଚିତ ବ୍ୟକ୍ତି ଦ୍ୱାରା ଗୁରୁତ୍ୱପୂର୍ଣ୍ଣ କାମ ହାସଲ କରିବେ। ବାଣିଜ୍ୟ କ୍ଷେତ୍ରରେ ଯୁକ୍ତିତର୍କ କାରଣରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। କଳା ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ। ଅନ୍ୟମାନଙ୍କ ସହଯୋଗ ଅଭାବରୁ କର୍ମକ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇ ପାରେ।
କୁମ୍ଭ
କୁମ୍ଭ
ପରିବାରରେ ଅଭାବ ଅସୁବିଧା ଅସ୍ଥିରତାର ମୁଖ୍ୟ କାରଣ ହୋଇପାରେ। ପଡ଼ୋଶୀଙ୍କ ପାଇଁ ତ୍ୟାଗ ସ୍ବୀକାର କଲେ ମଧ୍ୟ ସେମାନଙ୍କ ଭୁଲ୍‌ ଧାରଣକୁ ବଦଳାଇ ପାରିବେ ନାହିଁ। ପାରିବାରିକ, ବ୍ୟବସାୟିକ, ସାମାଜିକ, ନୂଆ ଯୋଜନାରୁ ଖୁସି ରହିବେ। ଶାରୀରିକ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ନ ଦେଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ।
ମୀନମୀନ
ପାରିବାରିକ ଅଶାନ୍ତିର ସମାପ୍ତି ଘଟାଇବା କ୍ଷେତ୍ରରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। ଭାଇଙ୍କ ସ୍ୱାସ୍ଥ୍ୟ ଓ ସମ୍ପର୍କୀୟଙ୍କ ଅନୁଚିତ ଚିନ୍ତାଧାରା ମନକୁ ବ୍ୟଥିତ କରିପାରେ। ବାଣିଜ୍ୟ, ପରିବହନ, ନିର୍ମାଣ ଓ ସଭାସମିତିରେ ସଫଳତା ହାସଲ କରିବେ। ପରୋକ୍ଷ ଶତ୍ରୁତା ବିଚଳିତ କରିପାରେ ତଥାପି ଅନ୍ୟର ସେବା କରି ଖୁସି ରହିବେ।

 

👉 Follow Dharitri – Odisha’s No.1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଜୁନ୍ ୬ ତାରିଖ – Daily Horoscope

ମେଷ ଆଜି ରୁକ୍ଷ ଦୃଷ୍ଟିରେ ବୁଧ ଓ ଶୁକ୍ର ଯୋଗୁ କର୍ମକ୍ଷେତ୍ର, ପରିବାର ଓ ଆର୍ଥିକ ଦିଗ ଭଲ ରହି ନ ପାରେ। ସବୁ କିଛି ଭଲ…

ରାଶିଫଳ: ଶୁକ୍ରବାର , ଜୁନ୍ ୫ ତାରିଖ – Daily Horoscope

ମେଷ ଆଜି ହିତୈଷୀଙ୍କ ସହ ଆଲୋଚନା ପୂର୍ବକ ନୂଆ କାମର ରୂପରେଖ ପ୍ରସ୍ତୁତ କରିବେ। ଦୀର୍ଘଦିନରୁ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ…

ରାଶିଫଳ: ଗୁରୁବାର, ଜୁନ୍ ୪ ତାରିଖ – Daily Horoscope

ମେଷ ଆଜି ଯେଉଁ କାମ ଆରମ୍ଭ କରିବେ ସଫଳତା ପାଇବା କଷ୍ଟକର ହେବ। ଅବଶ୍ୟ ଯାତ୍ରା, ବାଣିଜ୍ୟ, ପରିବହନ କ୍ଷେତ୍ରରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ। ରାଜନୀତିରେ…

ରାଶିଫଳ: ବୁଧବାର, ଜୁନ୍ ୩ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କାମକୁ ସଫଳତାର ସହ ସମ୍ପନ୍ନ କରିବେ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ…

ରାଶିଫଳ: ମଙ୍ଗଳବାର, ଜୁନ୍ ୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରସ୍ପରିକ ଉତ୍ତମ ବୁଝାମଣା ହେତୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ।…

ରାଶିଫଳ: ସୋମବାର, ଜୁନ୍ ୧ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମ ଚନ୍ଦ୍ରଙ୍କ ମଙ୍ଗଳଦୃଷ୍ଟ ଯୋଗୁ ପାରିପାର୍ଶ୍ୱିକ ପରିସ୍ଥିତି ଓ ପରିବେଶ ଚିନ୍ତାଜନକ ରହିବ। ଦ୍ୱିଜା ନକ୍ଷତ୍ର ଜନ ସମାଜରେ ଆଦୃତି ଲାଭ ସାଙ୍ଗକୁ ଯାନବାହନ,…

ରାଶିଫଳ: ରବିବାର, ମେ ୩୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମ ଚନ୍ଦ୍ରଜନିତ ଖର୍ଚ୍ଚଭାରର ଆଧିକ୍ୟ, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିବେ। ସମ୍ପର୍କୀୟମାନେ ନିଆଁରେ ଘିଅ ଢାଳିଲା ପରି କଥା କହି…

ରାଶିଫଳ: ଶନିବାର, ମେ ୩୦ ତାରିଖ – Daily Horoscope

ମେଷ ପରିସ୍ଥିତିର ବିଷମତା କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ବିବାଦୀୟ ସ୍ଥିତି ଉପତ୍ନ ହେବ। ଆବଶ୍ୟକତା ପୂରଣ ପାଇଁ କରଜ କରି କାମ ଚଳାଇ ନେବା ସକାଶେ ଚେଷ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri