Posted inRasifala

ରାଶିଫଳ: ବୁଧବାର, ସେପ୍ଟେମ୍ବର ୩୦ ତାରିଖ – Daily Horoscope

ମେଷ
ବହୁତ ଦିନହେଲା ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି କେତେକାଂଶରେ ବ୍ୟାହତ ହେବ। କର୍ମକ୍ଷେତ୍ର, ରାଜନୀତି, ସଭାସମିତି ଓ କଳା, କ୍ରୀଡା ପାଇଁ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। ନିକଟ ସମ୍ପର୍କୀୟଙ୍କ ମିଥ୍ୟା ଅଭିଯୋଗ ସକାଶେ ନିଜ ଲୋକମାନଙ୍କୁ ଦାୟୀ କରିବେ।
ବୃଷ
ବୃଷ

ଅର୍ଥାଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ସାଧାରଣ ପରିସ୍ଥିତିରେ ପଡୋଶୀଙ୍କ ସହ ସମ୍ପର୍କ ବୃଦ୍ଧି ପାଇବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ବିବାଦୀୟ ପରିସ୍ଥିତିରେ ଆପଣ ବିଜୟ ଲାଭ କରିବେ। କିନ୍ତୁ କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ।

ମିଥୁନ
ମିଥୁନ
ଆଜି ସ୍ବାସ୍ଥ୍ୟରେ ଉନ୍ନତି, ଗୃହରେ ଶାନ୍ତି, ଜମିଜମା ବିବାଦର ସମାଧାନ, ବାଣିଜ୍ୟ ବ୍ୟବସାୟ, ପରିବହନରେ ଉନ୍ନତି କରିବେ। କିନ୍ତୁ ଗବେଷଣା, ପ୍ରେସ୍‌ ପବ୍ଲିକେଶନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ।
କର୍କଟ
କର୍କଟ
ନୂତନ କର୍ମାରମ୍ଭରେ ସାମାନ୍ୟ ପ୍ରାଥମିକ ପ୍ରତିବନ୍ଧକ ଦେଖାଦେବ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ, ଭ୍ରମଣ ସୁଯୋଗ, ସତ୍ସଙ୍ଗ, ବନ୍ଧୁଙ୍କ ନିମନ୍ତ୍ରଣ, ଦୂରଯାତ୍ରା ଓ ବନ୍ଧୁମିଳନଜନିତ ମନ ଏକପ୍ରକାର ଖୁସୀ ରହିବ। ପାରିବାରିକ ଅସ୍ଥିରତା, ଅର୍ଥାଭାବ, କାର୍ଯ୍ୟସିଦ୍ଧିରେ ବିଳମ୍ବ ଓ କେତେକ ମାନସିକ ଦ୍ୱନ୍ଦ୍ୱ ଭିତରେ ସମୟ କଟାଇବେ।
ସି˚ହ
ସି˚ହ
ପୂର୍ବାପେକ୍ଷା ପରିସ୍ଥିତି କେତେକାଂଶରେ ଭଲ ହେଲେ ମଧ୍ୟ ପ୍ରତ୍ୟେକ କାମରେ ଅନ୍ତର୍ଦ୍ୱନ୍ଦ୍ୱ ଲାଗି ରହିବ। ଆଜି ସାହିତ୍ୟ, ସଂଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିବେ। ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡିପାରେ। ଆଗାମୀ ମାଙ୍ଗଳିକ କାର୍ଯ୍ୟ ବିଷୟରେ ବ୍ୟସ୍ତ ରହିପାରନ୍ତି।
କନ୍ୟା
ବନ୍ଧୁଙ୍କ ଜରିଆରେ ଋଣ ସୂତ୍ରରେ ଅର୍ଥଲାଭ ପାଇଁ ପ୍ରଯତ୍ନ କରିବେ। ବିଶେଷ ଶ୍ରମଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। ସାମାଜିକ ସ୍ତରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ। ଶତ୍ରୁମାନେ ଆଗରେ ନ ହେଲେ ମଧ୍ୟ ପଛରେ ବିଭିନ୍ନ ପ୍ରକାରର କଟୁ କଥା କହିପାରନ୍ତି।
ତୁଳା
ତୁଳା
ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ ଓ ବନ୍ଧୁ ମିଳନ ଘଟିବ। କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡିପାରନ୍ତି। ଦୀର୍ଘଦିନରୁ ନେଇଥିବା ବକେୟା ଟଙ୍କା ପାଇଁ ସମସ୍ୟା ଉପୁଜିବ। ଭୁଲ୍‌ ବୁଝାମଣା ଓ ଜିଦ୍‌ଖୋର କାରଣରୁ ପରିବହନରେ ଝଗଡା ଲାଗିପାରେ।
ବିଛା
ବିଛା
ନିଜର ପ୍ରାଧାନ୍ୟ ରକ୍ଷା କରିବାକୁ ଯାଇ ବନ୍ଧୁମାନଙ୍କ ସହ ମତାନ୍ତରର ସମ୍ଭାବନା ରହିଛି। ପ୍ରିୟଜନମାନଙ୍କ ସାହାଯ୍ୟରୁ ଅପରାହ୍ନେ ଅଭିଳଷିତ ଜିନିଷ ପାଇପାରନ୍ତି। କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରିବେ। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି।
ଧନୁ
ଧନୁ
ଆଜି ଦିନ ମଧ୍ୟରେ ଅର୍ଥଲାଭ, ସମ୍ମାନ ପ୍ରାପ୍ତି, କାର୍ଯ୍ୟସିଦ୍ଧି ହେତୁ ମନ ମଧ୍ୟ ପ୍ରଫୁଲ୍ଲ ରହିବ। ଯେ କୌଣସି କାମ ଆରମ୍ଭ ପୂର୍ବରୁ ସରଳ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। ଶାରୀରିକ ସୁସ୍ଥତା ଫେରିପାଇବେ କିନ୍ତୁ ବହୁତ ହଇରାଣ, ହରକତ ହେବାକୁ ପଡିପାରେ।
ମକର
ମକର

ସମ୍ପର୍କହାନି କାରଣରୁ କୌଣସି ପ୍ରିୟଜନଙ୍କ ସମ୍ପର୍କରେ ଚିନ୍ତା କରିବାକୁ ପଡିପାରେ। ଆଜିର ଯାତ୍ରା, ବାଣିଜ୍ୟ, ବିବାଦୀୟ ଘଟଣା, ନିର୍ମାଣ ଓ ପରିବହନ ପାଇଁ ଟେନ୍ସନ ବଢିବ। ନିଜସ୍ବ ଅବହେଳା ଯୋଗୁଁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ।

କୁମ୍ଭ
କୁମ୍ଭ
ନୂତନ ଗୃହ, ଯାନ ବାହନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପ୍ରଭୃତି ମୂଲ୍ୟବାନ ଜିନିଷ ପାଇଁ ମନ ବଳାଇବେ। ସ୍ତ୍ରୀ କିମ୍ବା ଭାଇଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତା କରିପାରନ୍ତି ତଥାପି ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଅଭିଳଷିତ ବନ୍ଧୁମାନଙ୍କ ସହାୟତାରେ କାମ ହାସଲ କରିବେ।
ମୀନମୀନ

ସାଧାରଣ କଥାକୁ କେନ୍ଦ୍ରକରି ପରିବାର ମଧ୍ୟରେ ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ। ପ୍ରୋତ୍ସାହିତ ହୋଇ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ। ଆର୍ଥିକ ସ୍ବଚ୍ଛଳତା ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଜୁଲାଇ ୧୩ ତାରିଖ – Daily Horoscope

ମେଷ ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ ଏବଂ ଅଟକି ରହିଥିବା କାମ ତ୍ୱରାନ୍ବିତ ହେବ। ପରିବହନ, ନିର୍ମାଣ, ଜମିଜମା ଓ ଆନୁଷ୍ଠାନିକ ଆଲୋଚନାରେ ସଫଳତା ହାସଲ…

ରାଶିଫଳ: ରବିବାର, ଜୁଲାଇ ୧୨ ତାରିଖ – Daily Horoscope

ମେଷ ଆଜିର ନୂତନ କର୍ମାରମ୍ଭ, ଆନୁଷ୍ଠାନିକ କର୍ମ ଆନନ୍ଦ ଉଲ୍ଲାସ ମଧ୍ୟରେ ସମ୍ପନ୍ନ ହେବ। ହିତୈଷୀମାନଙ୍କ ସହୃଦୟତାରୁ ଆପଣ ଯାହା ଚାହୁଁଛନ୍ତି, ତାହା ପାଇବାରେ କୌଣସି ଅସୁବିଧା…

ରାଶିଫଳ: ଶନିବାର, ଜୁଲାଇ ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭିନ୍ନ ପ୍ରକାର ହେତୁ ଅନ୍ୟମାନେ ଭୁଲ୍‍ ବୁଝିପାରନ୍ତି। ବ୍ୟବସାୟ ଓ ବାଣିଜ୍ୟରେ ଆଶା ଅନୁଯାୟୀ ସଫଳତା ମିଳିବ। ଦୀର୍ଘ ଦିନରୁ ରହିଯାଇଥିବା…

ରାଶିଫଳ: ଶୁକ୍ରବାର , ଜୁଲାଇ ୧୦ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟରୁ ଅର୍ଥଲାଭ ହେବା ସାଙ୍ଗକୁ ପ୍ରିୟଜନଙ୍କ ଦେଖାସାକ୍ଷାତ୍‍ରୁ ଖୁସି ରହିବେ। ମତପାର୍ଥକ୍ୟ କାରଣରୁ ବନ୍ଧୁ କିମ୍ବା ପରିବାର ସହ ମନୋମାଳିନ୍ୟ ସୃଷ୍ଟିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri