Posted inRasifala

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୧ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ର ତୃତୀୟସ୍ଥ ହେତୁ କୌଣସି ବିଶିଷ୍ଟବ୍ୟକ୍ତିଙ୍କ ସହାୟତା ଲାଭକରି କୌଣସି ନୂତନ କାର୍ଯ୍ୟାରମ୍ଭ ସକାଶେ ପ୍ରୟାସୀ ହେବେ। ପ୍ରତ୍ୟୁଷ ଯାତ୍ରା ସମୟରେ ଅନ୍ୟ କାହାର କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ଦୂରାଗତ ବନ୍ଧୁଙ୍କ କେତେକ ସମସ୍ୟା ସମାଧାନ ପାଇଁ ନିଜକୁ କିଛି କରିବାକୁ ପଡ଼ିପାରେ। ରାଜନୀତି, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ।
ବୃଷ
ବୃଷ
ଅଫିସରେ ଅଟକି ରହିଥିବା ଫାଇଲ୍‌ କାମ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ବାଧକାଧିପତି ଦୃଷ୍ଟ ଶୁକ୍ର ପ୍ରଭାବରେ ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ, କିନ୍ତୁ କୌଣସି କାମ ଅଟକିବ ନାହିଁ। ଶିଳ୍ପ ଓ ବାଣିଜ୍ୟ ବ୍ୟବସାୟ, ପରିବହନରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ। କୌଣସି ନିଷ୍ପତ୍ତିର ଶେଷ ସମୟରେ ଟଣାଓଟରା ଲାଗିପାରେ।
ମିଥୁନ
ମିଥୁନ
ଧନାଧିପ ରାଶିସ୍ଥ ହେତୁ ଅର୍ଥଲାଭ ସହ ଦିନ ଭିତରେ ନିକଟ ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ଆଗାମୀ ଆନୁଷ୍ଠାନିକ ଉସତ୍ବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି। ପାରିବାରିକ ଅସ୍ଥିରତା ଲାଗିରହିବା କାରଣରୁ ଅଧିକାଂଶ ସମୟ ଅନ୍ୟମନସ୍କ ରହିବାକୁ ପଡିବ। ବାଣିଜ୍ୟ, ବ୍ୟବସାୟ ସଙ୍ଗକୁ ଆର୍ଥିକ ସ୍ଥିତି ପୂର୍ବପରି ରହିବ।
କର୍କଟ
କର୍କଟ
ଭୁଲ୍‌ ବୁଝାମଣା ହେତୁ ଭାବପ୍ରବଣତା ବୃଦ୍ଧି ପାଇବ ଏବଂ ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ଶନିଙ୍କ ସୁପ୍ରଭାବରେ ଶେୟାର ବଜାର, ପ୍ଲଟିଂ କାରବାରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ବିବାଦୀୟ ଘଟଣାରେ ନୀରବତା ଶ୍ରେୟ। ଆଜିର ଯାତ୍ରାରେ ସଫଳତା ମିଳିବ କିନ୍ତୁ ଅଯଥା ବ୍ୟସ୍ତବିବ୍ରତ ହେବା ଠିକ୍‌ ହେବନି।
ସି˚ହ
ସି˚ହ
ମଙ୍ଗଳ ଦ୍ୱିତୀୟସ୍ଥ ଯୋଗୁ ପଛକଥା ନ ଭାବି ପରିସ୍ଥିତିକୁ ସାମନା କରିବା ଭଲ। ଆପଣଙ୍କ ସଚ୍ଚୋଟତା ଓ ନିର୍ଭୀକତା ଯୋଗୁ ସଭାସମିତିରେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିବେ। କଠିନଶ୍ରମ ଓ ବ୍ୟସ୍ତତା କାରଣରୁ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି କଳହର ଆଶଙ୍କା ରହିଛି।
କନ୍ୟା
ଶୁକ୍ର ମୁଖଭାବସ୍ଥ ଯୋଗୁ ଯାହା ଆଶା କରୁଛନ୍ତି ତାହା ପାଇବେ। ପାରିବାରିକ କ୍ଷେତ୍ରରେ ସମସ୍ୟା ବଢ଼ିଯାଉଥିବାରୁ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରି ପାରିବେନାହିଁ। ନିଜ ଫାଇଦା ପାଇଁ ନିକଟସ୍ଥ ବନ୍ଧୁମାନେ ଫନ୍ଦିଫିକର କରିବା ଲାଗି ମନ ବଳାଇପାରନ୍ତି। ଆବଶ୍ୟକତା ପୂରଣ କରିବାକୁ ଯାଇ ଧାରକରଜ କରିବାକୁ ପଡ଼ିପାରେ।
ତୁଳା
ତୁଳା
କର୍ମାଧିପ ଭାଗ୍ୟଭାବସ୍ଥ ଯୋଗୁ ଯାହା କରନ୍ତୁ ଅଳ୍ପ ପରିଶ୍ରମରେ ସାଧିତ ହୋଇପାରିବ। ଦୀର୍ଘଦିନରୁ ଚିନ୍ତା କରିଥିବା ଜମିଜମା କାରବାର କିମ୍ବା ନୂତନ ଚୁକ୍ତିପତ୍ର ସମ୍ବନ୍ଧୀୟ କାମଟି ହଠାତ୍‌ ହୋଇଯିବ। ଶାରୀରିକ ପୀଡ଼ା ଯୋଗଁୁ ମନ ବିଚଳିତ ହୋଇପାରେ। ପ୍ରକାଶନ କ୍ଷେତ୍ର, ରାଜନୈତିକ ସ୍ଥିତି, ବନ୍ଧୁଙ୍କ ସହ ଆଲୋଚନା ନିଷ୍ଫଳ ହେବନାହିଁ।
ବିଛା
ବିଛା
ଦୃଢ ମନୋବଳ ନେଇ କାମକରି ଆର୍ଥିକ ପରିସ୍ଥିତିରେ ସୁଧାର ଆଣିବେ। ତୃତୀୟାଧିପ ରାଶ୍ୟାଧିପର ଶତ୍ରୁ ହେତୁ ଆମତ୍ୀୟମାନେ କ୍ରମଶଃ ଦୂରେଇ ଯିବେ। କର୍ମକ୍ଷେତ୍ରରେ ସ୍ଥଗିତ କାମପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡିପାରେ। ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହୋଇପାରେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ଭାଷଣରୁ ନିବୃତ ନ ରହିଲେ ଅନର୍ଥ ଅବଶ୍ୟମ୍ଭାବୀ। ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିବେ, ତଥାପି ଶେଷ ସମୟରେ ତାହା ସ୍ଥଗିତ ରଖିବାକୁ ବାଧ୍ୟ ହୋଇପାରନ୍ତି । କୌଣସି ଯୁକ୍ତିତର୍କ କାରଣରୁ ସକାଳୁ ସକାଳୁ ମନଟା ବିଗିଡି ଯାଇପାରେ। ସାଧାରଣ କଥାକୁ କେନ୍ଦ୍ରକରି ଘରେ ସ୍ତ୍ରୀଙ୍କ ଚିଡା ସ୍ବଭାବ ପାଇଁ କ୍ଷୁବ୍ଧ ହେବେ।
ମକର
ମକର
ଶନିଙ୍କ ସୁପ୍ରଭାବରୁ ସ୍ବାସ୍ଥ୍ୟ ଓ ଆର୍ଥିକ ସ୍ଥିତି ସନ୍ତୋଷଜନକ ରହିବା ଆଶା କରାଯାଇପାରେ। ଖଳ ଲୋକମାନଙ୍କ ଦ୍ୱାରା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବାର ଆଶଙ୍କା ରହିଛି। କର୍ମକ୍ଷେତରେ ବିଗତ ଦିନ ମାନଙ୍କର ଘଟଣାଗୁଡିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ। ସଭାସମିତିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
କୁମ୍ଭ
କୁମ୍ଭ
ଆଜି ବନ୍ଧୁଙ୍କ ସହ ଗୁରୁ୍‌ତ୍ୱପୂର୍ଣ୍ଣ ବିଷୟକୁ ନେଇ ଆଲୋଚନାରେ ସମୟ କଟାଇବେ। ଦ୍ୱାଦଶସ୍ଥ ବୃହସ୍ପତିଜନିତ ଭ୍ରମଣ ହେତୁକ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ। ଭଲ ସମ୍ପର୍କ ନ ଥିବା ବ୍ୟକ୍ତିଙ୍କଠାରୁ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ତି ଅନୁଭବ କରିବେ।
ମୀନମୀନ
ରାଶି ପ୍ରତି ଶନି ଦୃଷ୍ଟି ପ୍ରଭାବରେ ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ୍‌ ରୋଗରେ କଷ୍ଟ ପାଇବେ। କଚେରୀ ମାମଲା, ପ୍ରଶାସନିକ ଆଲୋଚନା, ରାଜନୈତିକ ବିତର୍କ, ସାହିତ୍ୟ ସମାଲୋଚନା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଆଜି ପରିବାରର ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri