Posted inRasifala

ରାଶିଫଳ: ଶନିବାର , ଜୁନ୍‌ ୧୫ ତାରିଖ – Daily Horoscope

ମେଷ
ଆଜି ବୁଧ କ୍ଷେତ୍ରରେ ଚନ୍ଦ୍ର ଯୁକ୍ତ କେତୁ ରହିଥିବାରୁ ମାନସିକ ଅସୁସ୍ଥତା ସାଙ୍ଗକୁ ବନ୍ଧୁଙ୍କ ସହ ମତାନ୍ତର ପରିଲକ୍ଷିତ ହେବ। ପାଇବାକୁ ଥିବା ଜିନିଷ, ଟଙ୍କା, ଗୁରୁତ୍ୱପୂର୍ଣ୍ଣ କାଗଜ କିମ୍ବା ଫାଇଲ ପ୍ରଭୃତି ସହଜରେ ପାଇପାରିବେ ନାହିଁ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ ମନ୍ଦ ହେବନି କିନ୍ତୁ ଅସାବଧାନତା ହେତୁ ଦ୍ରବ୍ୟନଷ୍ଟ ହୋଇପାରେ।
ବୃଷ
ବୃଷ
ଭଲ ସମ୍ପର୍କ ନ ଥିବା ଆତ୍ମୀୟମାନେ ପରୋକ୍ଷରେ ବିରୁଦ୍ଧାଚରଣ କରିପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ, କିନ୍ତୁ ସମ୍ପୂର୍ଣ୍ଣ ଭାବରେ ସନ୍ତୋଷଜନକ ହେବନାହିଁ। ପ୍ରକାଶନ, ପ୍ରଶାସନ, ଆଇନ କଳା ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ସାଙ୍ଗସାଥୀ କିମ୍ବା ବନ୍ଧୁ ହୁଅନ୍ତୁ, ସେମାନଙ୍କୁ ମନେଇ ନିଜ କାମରେ ଲଗାଇପାରନ୍ତି ।
ମିଥୁନ
ମିଥୁନ
ଆଜିର ସମୟଟି ଭଲରେ ଅତିବାହିତ ହେବା ସୂଚନା ରହିଛି। ଧନାଧିପ କେତୁଯୁକ୍ତ କାରଣରୁ ଟଙ୍କା ପଇସା ସମ୍ପର୍କିତ ସମସ୍ତ କାମ ସାବଧାନତା ସହକାରେ କରିବା ବିଧେୟ। ଅନ୍ୟଥା ଭୁଲ୍‌ ହିସାବରୁ, ଅଲଗା ସ୍ଥାନରେ ରଖିଦେଇଥିବା କାରଣରୁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବ୍ୟବସାୟ, ଜମିଜମାରେ ଉନ୍ନତ ଫଳ ପାଇବେ।
କର୍କଟ
କର୍କଟ
ବିଳାସକାରକ ଶୁକ୍ର ଦ୍ୱାଦଶସ୍ଥ ଯୋଗୁ ହସ, ଖୁସି, ମଜାମଉଜରେ ସମୟ କଟାଇପାରନ୍ତି। କିନ୍ତୁ ମନ ଚାହୁଁ ନଥିଲେ ମଧ୍ୟ ପରିବାର ଲୋକଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପୁନର୍ବସୁ ନକ୍ଷତ୍ର କର୍ମକ୍ଷେତ୍ରରେ ପ୍ରତ୍ୟେକ ଦିଗରୁ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବାର ସୂଚନା ରହିଛି।
ସି˚ହ
ସି˚ହ
ଆଜି ବନ୍ଧୁମିଳନ ସାଙ୍ଗକୁ ଯାତ୍ରା, ବ୍ୟବସାୟ, ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଫଳପ୍ରଦ ହେବ। ବ୍ୟବସାୟ, ଜମିଜମା କାରବାର ପ୍ରଭୃତିରେ ଲକ୍ଷ୍ୟ ହାସଲ ହୋଇପାରିବ। ସାମାଜିକ ସ୍ତରରେ ଗଠନମୂଳକ କାଯର୍‌ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ। ସଙ୍ଗୀତ, ସାହିତ୍ୟ, କ୍ରୀଡ଼ା, ଶିଳ୍ପକଳା କ୍ଷେତ୍ରରେ ସୁନାମ ଅର୍ଜନ କରିବେ।
କନ୍ୟା
ଆପଣଙ୍କ ପାଇଁ ଅଷ୍ଟମସ୍ଥ ମଙ୍ଗଳ ଜମିଜମା ସମ୍ପର୍କୀୟ କିମ୍ବା ଗୃହସୀମାକୁ ନେଇ ସମସ୍ୟା ସୃଷ୍ଟି କରିବ। ସାହିତ୍ୟ କୃତି, ସଙ୍ଗୀତ ଚର୍ଚ୍ଚା ସକାଶେ ମାନସିକ ଅଶାନ୍ତି ସାମାନ୍ୟ ବାଧକ ସାଜିପାରେ। ପ୍ରତିଦ୍ୱନ୍ଦ୍ୱିତା, ବାଣିଜ୍ୟ, ଯାତ୍ରା ଓ କଚେରି ମାମଲା ସମ୍ପର୍କରେ ଦୁଶ୍ଚିନ୍ତା ବଢ଼ିପାରେ। ସଭାସମିତିରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିପାରନ୍ତି।
ତୁଳା
ତୁଳା
ଗୁରୁ ସହ ଶୁକ୍ରଙ୍କ ସମ୍ବନ୍ଧରୁ ଦୀର୍ଘ ଦିନରୁ ରହିଥିବା ବିଭିନ୍ନ ସ୍ତରରେ ଭଲ ସମ୍ପର୍କରେ ଫାଟ ସୃଷ୍ଟି ହୋଇପାରେ। ଆଳସ୍ୟ ଓ ଅବହେଳା ହେତୁ କୌଣସି କାମ ଠିକ୍‌ ହେବ ନାହିଁ। ନିଜର ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। ଅସାବଧାନତା କାରଣରୁ ହାତ କିମ୍ବା ଗୋଡ଼ରେ ଆଘାତ ଲାଗିପାରେ।
ବିଛା
ବିଛା
ରାହୁଙ୍କ ସ୍ଥିତିରୁ ପ୍ରତ୍ୟେକ କ୍ଷେତ୍ରରେ ହାତେ ମାପି ଚାଖଣ୍ଡେ ନ ଚାଲିଲେ ଅସୁବିଧା ଭୋଗିବେ। ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ, ଏଣୁ ସତର୍କ ରହିବା ଭଲ। ବ୍ୟବସାୟ ଆଗକୁ ବଢ଼ାଇବା ପାଇଁ ପଦକ୍ଷେପ ଗ୍ରହଣ କରି ସଫଳତା ହାସଲ କରିପାରିବେ। କଳା, ସାହିତ୍ୟ, ସାମ୍ବାଦିକତାରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
ଆଗକୁ ପ୍ରତିକୂଳତାର ସାମ୍‌ନା କରିବାକୁ ପଡ଼ିପାରେ ଏଣୁ ଭାବିଚିନ୍ତି କାମ କରିବା ଭଲ। ପିଲାଙ୍କ ବିବାହ ସ୍ଥିରୀକୃତ ହେବା ସୂଚନା ରହିଛି। ଶାରୀରିକ ସୁସ୍ଥତା ଫେରିପାଇବେ ଓ ଲେଖାପଢ଼ା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ମିଳିବ। ପରିବହନ, ଛୋଟ ଦୋକାନ, ହୋଟେଲ ପ୍ରଭୃତିରୁ ଆଶାଜନକ ସୁଫଳ ମିଳିବ।
ମକର
ମକର
ଆପଣଙ୍କ ଯୁକ୍ତିଯୁକ୍ତ ବିଚାରଧାରା କାମ ହାସଲରେ ସହାୟକ ହେବ। ଚନ୍ଦ୍ରଙ୍କ ପ୍ରତି ରାହୁଙ୍କ ଦୃଷ୍ଟିଥିବାରୁ ଭୁଲ୍‌ ବୁଝାମଣା ନେଇ ବନ୍ଧୁ କିମ୍ବା ସହକର୍ମୀଙ୍କ ସହ ତିକ୍ତତା ଦେଖାଦେବ। ଶିଳ୍ପ, ପରିବହନ, ନିର୍ମାଣ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ ଅସୁବିଧା ହେବ ନାହିଁ। ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ।
କୁମ୍ଭ
କୁମ୍ଭ
କେତୁ ଯୁକ୍ତ ଚନ୍ଦ୍ରଜନିତ ବନ୍ଧୁଙ୍କ ନିକଟରୁ ଅପମାନ ସୂଚକ କଥା ଶୁଣି ମନ ଖରାପ ହୋଇଯାଇପାରେ। ନିଜ ଲୋକଙ୍କ କାର୍ଯ୍ୟକଳାପ ନେଇ ବିବ୍ରତ ହୋଇପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବା ହେତୁ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ। ଆଗାମୀ ନୂତନ ଭାବେ ଆରମ୍ଭ କରିବାକୁ ଥିବା କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ।
ମୀନମୀନ

ଚତୁର୍ଥସ୍ଥ ଗ୍ରହ ସମ୍ବନ୍ଧରୁ ପରିବାରରେ ହେଉ କିମ୍ବା ବନ୍ଧୁଙ୍କ ସହ ସାଧାରଣ କଥାରେ ମନାନ୍ତର ଘଟିପାରେ। ଅବଶ୍ୟ ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସଭାସମିତିରେ ସମ୍ମାନ ମିଳିବ ଓ ସତ୍‌ସଙ୍ଗ, ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ। ଆର୍ଥିକ ସ୍ବଚ୍ଛଳତା ଆସିବ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri