Posted inRasifala

ରାଶିଫଳ: ସୋମବାର, ଅଗଷ୍ଟ ୩୧ ତାରିଖ – Daily Horoscope

ମେଷ
ଆପଣଙ୍କ ଅସ୍ବାଭାବିକ ଚିନ୍ତାଧାରା ଅର୍ଥ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ପ୍ରତି ନିରୁତ୍ସ|ହିତ କରିବ । ଗୃହ, ଭୂମି, ଗାଡିମୋଟର,ବନ୍ଧୁସମ୍ପର୍କକୁ କେନ୍ଦ୍ରକରି କଳହର ସମ୍ଭାବନା ମଧ୍ୟ ରହିଛି । ସ୍ବାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିବେ । ପାରିବାରିମ୍‌କ ସମସ୍ୟାର ସମାଧାନ ଘଟିବ ।
ବୃଷ
ବୃଷ

ଜଣେ ଅନ୍ତରଙ୍ଗ ବନ୍ଧୁଙ୍କ କଥା ବାରମ୍ବାର ମନରେ ଆଲୋଡନ ସୃଷ୍ଟି କରି ମନକୁ ଅଶାନ୍ତ କରିପାରେ । ଘରେ ଅସାବଧାନତାବଶତଃ କୌଣସି ମୂଲ୍ୟବାନ ଦବ୍ର୍ୟ ନଷ୍ଟର ଆଶଙ୍କା ରହିଛି । ଅଫିସ୍‌କୁ ହଠାତ୍‌ ଯିବା ସମୟକୁ କୌଣସି ଦରକାରୀ କାଗଜ ପତ୍ର ନ ପାଇ ବ୍ୟସ୍ତ ହେବେ ।

ମିଥୁନ
ମିଥୁନ
ଆଜି ପାରିବାରିକ ଅସ୍ଥିରତା ଓ ଅଶାନ୍ତି ହତୁ ମଧ୍ୟ ମନ ବିଶେଷ ଭଲ ରହିବ ନାହିଁ । ନୂତନ ବନ୍ଧୁ ସମ୍ପର୍କ ଯୋଡିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ । କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି । ବ୍ୟବସାୟ କ୍ଷେତ୍ରରେ କୌଣସି ପ୍ରକାରର ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ ।
କର୍କଟ
କର୍କଟ
ଆଜି କର୍ମସ୍ଥ ମଙ୍ଗଳ ପାପଗ୍ରହ ଦୃଷ୍ଟିରୁ ଘରୋଇ କାମ ସଙ୍ଗକୁ ଅଫିସ୍‌ କାମର ଜଞ୍ଜାଳ ବଢିଯିବ, ଫଳରେ ବ୍ୟସ୍ତତା ମଧ୍ୟରେ ସମୟ କଟାଇବେ । ବନ୍ଧୁଙ୍କ ସହାୟତାରେ ବହୁତ ଦିନରୁ ଭାଙ୍ଗିଯାଇଥିବା ସମ୍ପର୍କଟି ପୁନଃ ପ୍ରତିଷ୍ଠିତ ହେବେ । କର୍ମକ୍ଷେତ୍ରରେ ଅର୍ଥ ଓ ସମ୍ମାନ ବୃଦ୍ଧି ପାଇଁ ଚେଷ୍ଟିତ ହେବେ ।
ସି˚ହ
ସି˚ହ
କିଛି ସାହାଯ୍ୟ କରିବାକୁ କହିଥିବା ବ୍ୟକ୍ତିଟି ନାସ୍ତିସୂଚକ ବାଣୀ ଶୁଣାଇପାରେ । ନିକଟସ୍ଥ ବ୍ୟକ୍ତି ବିଶେଷ ମାନେ ପରୋକ୍ଷ ସମାଲୋଚନା କରିପାରନ୍ତି । ଆଜି ତରବରିଆ ଯାତ୍ରା ନ କରିବା ଭଲ, ସତର୍କ ନ ରହିଲେ ସାଧାରଣ ଆଘାତ ଲାଗିପାରେ । ପ୍ରଶାସନ, ବାଣିଜ୍ୟ ବ୍ୟବସାୟ ସକାଶେ ଦିନଟି ବହୁତ ଭଲ ।
କନ୍ୟା
କର୍ମକ୍ଷେତ୍ରରେ ଅନ୍ୟମାନଙ୍କର କଥାକୁ ସରଳ ଓ ସହଜରେ ଗ୍ରହଣ କରିପାରିବେ ନାହିଁ । ଅବଶ୍ୟ ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି, ତାହା ତ ନିଶ୍ଚୟ ପାଇବେ । ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡିକର ସମୀକ୍ଷା କରିବେ । ପିଲାମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ ।
ତୁଳା
ତୁଳା
କର୍ମକ୍ଷେତ୍ରର ଅଧିକାଂଶ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ । ବିଶାଖା ନକ୍ଷତ୍ର କିନ୍ତୁ ମଧ୍ୟାହ୍ନରେ ଅଫିସ ଭିତରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ବ୍ୟବସାୟରେ ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହି ଲାଭବାନ୍‌ ହେବେ । ପ୍ରଶାସନିକ କ୍ଷେତ୍ର, ସାମ୍ବାଦିକତା ସକାଶେ ଚିନ୍ତା ବଢିପାରେ ।
ବିଛା
ବିଛା
କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁର୍ଲଭ ହୋଇ ପଡିବ । ଶତ୍ରୁ କବଳରୁ ଉପସ୍ଥିତ ବୁଦ୍ଧି ଯୋଗୁ ବିପଦ ମୁକ୍ତ ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ ତଥାପି ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ ।
ଧନୁ
ଧନୁ
ସକାଳୁ ସକାଳୁ ସାଧାରଣ କଥାରେ ଯୁକ୍ତିତର୍କ ବୃଦ୍ଧି ପାଇ କଳହର ରୂପ ନେଇପାରେ । କାର୍ଯ୍ୟପଦ୍ଧତି ବଦଳାଇ ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀଙ୍କ ସହଯୋଗ ଲାଭ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ । ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରି ଭୁଲ୍‌ ସ୍ବୀକାର କରିବାକୁ ବାଧ୍ୟ ହୋଇପାରନ୍ତି ।
ମକର
ମକର

ଅନ୍ତର୍ନିହିତ ଉଦ୍ଦେଶ୍ୟକୁ ଗୋପନ ରଖି ବନ୍ଧୁଙ୍କ ସହ ବାକ୍ୟାଳାପ କରି ସମାଲୋଚିତ ହେବାକୁ ପଡିପାରେ । ପରିବହନ,ଶିଳ୍ପ, ନିର୍ମାଣ, ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି ହେତୁ ସାମୟିକ ଖୁସୀ ରହିପାରନ୍ତି । ବନ୍ଧୁଙ୍କ ଠାରୁ କିଛି ମିଥ୍ୟା ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ପ୍ରକାରର ଭାବନା ସୃଷ୍ଟି ହେବ ।

କୁମ୍ଭ
କୁମ୍ଭ
ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କେତେକ କାମ ହାସଲ କରିବେ । କେତେକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁଁ ମନୋବଳ କ୍ରମଶଃ ହ୍ରାସ ପାଇବ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ଚେଷ୍ଟା କଲେ ଉପକାର ମିଳିବ । ଯାତ୍ରା, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ବିଶେଷ ଭାବରେ ଅନୁକୂଳ ।
ମୀନମୀନ

କର୍ମକ୍ଷେତ୍ରରେ ହଠାତ୍‌ କାୈଣସି ଘଟଣା ମନକୁ ବିବ୍ରତ କରିପାରେ । ନିଜ ଲୋକମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ସଭାସମିତି, କଳା, ସାହିତ୍ୟ, ବନ୍ଧୁ ସମ୍ପର୍କରେ କୌଣସି ସମସ୍ୟା ସୃଷ୍ଟି ହେବାର ସୂଚନା ରହିଛି । ସାମାଜିକ ସ୍ତରରେ ପରର ଛିଦ୍ରକଥା ଶୁଣି ମନକୁ ବିଷାକ୍ତ କରିପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri