Posted inRasifala

ରାଶିଫଳ: ସୋମବାର, ଅଗଷ୍ଟ ୩୧ ତାରିଖ – Daily Horoscope

ମେଷ
ଆପଣଙ୍କ ଅସ୍ବାଭାବିକ ଚିନ୍ତାଧାରା ଅର୍ଥ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ପ୍ରତି ନିରୁତ୍ସ|ହିତ କରିବ । ଗୃହ, ଭୂମି, ଗାଡିମୋଟର,ବନ୍ଧୁସମ୍ପର୍କକୁ କେନ୍ଦ୍ରକରି କଳହର ସମ୍ଭାବନା ମଧ୍ୟ ରହିଛି । ସ୍ବାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିବେ । ପାରିବାରିମ୍‌କ ସମସ୍ୟାର ସମାଧାନ ଘଟିବ ।
ବୃଷ
ବୃଷ

ଜଣେ ଅନ୍ତରଙ୍ଗ ବନ୍ଧୁଙ୍କ କଥା ବାରମ୍ବାର ମନରେ ଆଲୋଡନ ସୃଷ୍ଟି କରି ମନକୁ ଅଶାନ୍ତ କରିପାରେ । ଘରେ ଅସାବଧାନତାବଶତଃ କୌଣସି ମୂଲ୍ୟବାନ ଦବ୍ର୍ୟ ନଷ୍ଟର ଆଶଙ୍କା ରହିଛି । ଅଫିସ୍‌କୁ ହଠାତ୍‌ ଯିବା ସମୟକୁ କୌଣସି ଦରକାରୀ କାଗଜ ପତ୍ର ନ ପାଇ ବ୍ୟସ୍ତ ହେବେ ।

ମିଥୁନ
ମିଥୁନ
ଆଜି ପାରିବାରିକ ଅସ୍ଥିରତା ଓ ଅଶାନ୍ତି ହତୁ ମଧ୍ୟ ମନ ବିଶେଷ ଭଲ ରହିବ ନାହିଁ । ନୂତନ ବନ୍ଧୁ ସମ୍ପର୍କ ଯୋଡିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ । କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି । ବ୍ୟବସାୟ କ୍ଷେତ୍ରରେ କୌଣସି ପ୍ରକାରର ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ ।
କର୍କଟ
କର୍କଟ
ଆଜି କର୍ମସ୍ଥ ମଙ୍ଗଳ ପାପଗ୍ରହ ଦୃଷ୍ଟିରୁ ଘରୋଇ କାମ ସଙ୍ଗକୁ ଅଫିସ୍‌ କାମର ଜଞ୍ଜାଳ ବଢିଯିବ, ଫଳରେ ବ୍ୟସ୍ତତା ମଧ୍ୟରେ ସମୟ କଟାଇବେ । ବନ୍ଧୁଙ୍କ ସହାୟତାରେ ବହୁତ ଦିନରୁ ଭାଙ୍ଗିଯାଇଥିବା ସମ୍ପର୍କଟି ପୁନଃ ପ୍ରତିଷ୍ଠିତ ହେବେ । କର୍ମକ୍ଷେତ୍ରରେ ଅର୍ଥ ଓ ସମ୍ମାନ ବୃଦ୍ଧି ପାଇଁ ଚେଷ୍ଟିତ ହେବେ ।
ସି˚ହ
ସି˚ହ
କିଛି ସାହାଯ୍ୟ କରିବାକୁ କହିଥିବା ବ୍ୟକ୍ତିଟି ନାସ୍ତିସୂଚକ ବାଣୀ ଶୁଣାଇପାରେ । ନିକଟସ୍ଥ ବ୍ୟକ୍ତି ବିଶେଷ ମାନେ ପରୋକ୍ଷ ସମାଲୋଚନା କରିପାରନ୍ତି । ଆଜି ତରବରିଆ ଯାତ୍ରା ନ କରିବା ଭଲ, ସତର୍କ ନ ରହିଲେ ସାଧାରଣ ଆଘାତ ଲାଗିପାରେ । ପ୍ରଶାସନ, ବାଣିଜ୍ୟ ବ୍ୟବସାୟ ସକାଶେ ଦିନଟି ବହୁତ ଭଲ ।
କନ୍ୟା
କର୍ମକ୍ଷେତ୍ରରେ ଅନ୍ୟମାନଙ୍କର କଥାକୁ ସରଳ ଓ ସହଜରେ ଗ୍ରହଣ କରିପାରିବେ ନାହିଁ । ଅବଶ୍ୟ ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି, ତାହା ତ ନିଶ୍ଚୟ ପାଇବେ । ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡିକର ସମୀକ୍ଷା କରିବେ । ପିଲାମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ ।
ତୁଳା
ତୁଳା
କର୍ମକ୍ଷେତ୍ରର ଅଧିକାଂଶ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ । ବିଶାଖା ନକ୍ଷତ୍ର କିନ୍ତୁ ମଧ୍ୟାହ୍ନରେ ଅଫିସ ଭିତରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ବ୍ୟବସାୟରେ ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହି ଲାଭବାନ୍‌ ହେବେ । ପ୍ରଶାସନିକ କ୍ଷେତ୍ର, ସାମ୍ବାଦିକତା ସକାଶେ ଚିନ୍ତା ବଢିପାରେ ।
ବିଛା
ବିଛା
କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁର୍ଲଭ ହୋଇ ପଡିବ । ଶତ୍ରୁ କବଳରୁ ଉପସ୍ଥିତ ବୁଦ୍ଧି ଯୋଗୁ ବିପଦ ମୁକ୍ତ ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ ତଥାପି ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ ।
ଧନୁ
ଧନୁ
ସକାଳୁ ସକାଳୁ ସାଧାରଣ କଥାରେ ଯୁକ୍ତିତର୍କ ବୃଦ୍ଧି ପାଇ କଳହର ରୂପ ନେଇପାରେ । କାର୍ଯ୍ୟପଦ୍ଧତି ବଦଳାଇ ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀଙ୍କ ସହଯୋଗ ଲାଭ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ । ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରି ଭୁଲ୍‌ ସ୍ବୀକାର କରିବାକୁ ବାଧ୍ୟ ହୋଇପାରନ୍ତି ।
ମକର
ମକର

ଅନ୍ତର୍ନିହିତ ଉଦ୍ଦେଶ୍ୟକୁ ଗୋପନ ରଖି ବନ୍ଧୁଙ୍କ ସହ ବାକ୍ୟାଳାପ କରି ସମାଲୋଚିତ ହେବାକୁ ପଡିପାରେ । ପରିବହନ,ଶିଳ୍ପ, ନିର୍ମାଣ, ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି ହେତୁ ସାମୟିକ ଖୁସୀ ରହିପାରନ୍ତି । ବନ୍ଧୁଙ୍କ ଠାରୁ କିଛି ମିଥ୍ୟା ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ପ୍ରକାରର ଭାବନା ସୃଷ୍ଟି ହେବ ।

କୁମ୍ଭ
କୁମ୍ଭ
ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କେତେକ କାମ ହାସଲ କରିବେ । କେତେକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁଁ ମନୋବଳ କ୍ରମଶଃ ହ୍ରାସ ପାଇବ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ଚେଷ୍ଟା କଲେ ଉପକାର ମିଳିବ । ଯାତ୍ରା, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ବିଶେଷ ଭାବରେ ଅନୁକୂଳ ।
ମୀନମୀନ

କର୍ମକ୍ଷେତ୍ରରେ ହଠାତ୍‌ କାୈଣସି ଘଟଣା ମନକୁ ବିବ୍ରତ କରିପାରେ । ନିଜ ଲୋକମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ସଭାସମିତି, କଳା, ସାହିତ୍ୟ, ବନ୍ଧୁ ସମ୍ପର୍କରେ କୌଣସି ସମସ୍ୟା ସୃଷ୍ଟି ହେବାର ସୂଚନା ରହିଛି । ସାମାଜିକ ସ୍ତରରେ ପରର ଛିଦ୍ରକଥା ଶୁଣି ମନକୁ ବିଷାକ୍ତ କରିପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri