Posted inRasifala

ରାଶିଫଳ: ଗୁରୁବାର, ଡିସେମ୍ବର ୩୧ ତାରିଖ – Daily Horoscope

ମେଷ
ଆଜି ପ୍ରତ୍ୟୁଷ ଯାତ୍ରା, ମାଙ୍ଗଳିକ କାମରେ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁନ୍ଦର ଓ ସୁମଧୁର ହୋଇଉଠିବ। ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦିଚ୍ଛା ଲାଭ କରିବେ। ରହିଯାଇଥିବା କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ। ଦ୍ୱିଜା ନକ୍ଷତ୍ରର ସ୍ବାସ୍ଥ୍ୟ ସମସ୍ୟା ପ୍ରାୟତଃ ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ।
ବୃଷ
ବୃଷ
ଅଟକି ରହିଯାଇଥିବା କାମ ସମ୍ପନ୍ନ କରିବା ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ଆପଣଙ୍କ ପ୍ରଶଂସା ଓ ପ୍ରତିଷ୍ଠାକୁ ଅନ୍ୟମାନେ ସହି ନ ପାରି ଭିନ୍ନ ମନ୍ତବ୍ୟ ଦେଇପାରନ୍ତି। ସବୁ କାମରେ ଆଗୁଆ ରହି କାମ କରିବା ହେତୁ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ। ରୋହିଣୀ ନକ୍ଷତ୍ର ବନ୍ଧୁଙ୍କଠାରୁ ହଠାତ୍‌ ନିମନ୍ତ୍ରଣ ପାଇ ଯାତ୍ରା କରିବାକୁ ପଡ଼ିପାରେ।
ମିଥୁନ
ମିଥୁନ
ଆଜି ଅନ୍ୟମାନଙ୍କ ଫୁସୁଲାଫୁସୁଲି କଥାରେ ଭାସିଯାଇ ଯେଉଁ କାମ କଲେ ଅନୁତାପ କରିବେ। ଆନୁଷ୍ଠାନିକ କାମରେ କେବଳ ବେଠି ଖଟିବା ବ୍ୟତୀତ କିଛି ଲାଭ ହେବନି। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ମୃଗଶିରା ପରିଶ୍ରମ ମୁତାବକ ଫଳ ନ ପାଇବା କାରଣରୁ ମନସ୍ତାପ କରିପାରନ୍ତି।
କର୍କଟ
କର୍କଟ
ବନ୍ଧୁଙ୍କ କଥାକୁ ଭାଙ୍ଗି ନ ପାରି ସକାଳୁ ସକାଳୁ କୌଣସି କାମରେ ନିଜକୁ ହଜାଇଦେବେ। ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରି ବିଫଳ ହେବେ। ପୁନର୍ବସୁ ନକ୍ଷତ୍ରର ଘରୋଇ କଥାରେ କିଛି ମତପାର୍ଥକ୍ୟ ସୃଷ୍ଟି ହେବ। ଅବଶ୍ୟ କର୍ମକ୍ଷେତ୍ର ଓ ସାମାଜିକ ସ୍ତରରେ ସମ୍ମାନ ପାଇବା କମିବ ନାହିଁ।
ସି˚ହ
ସି˚ହ
ଅସଫଳତାର ଚିନ୍ତାଧାରା ମନକୁ ବେଶି ବିବ୍ରତ କରିପାରିବ ନାହିଁ। ପୂର୍ବାଫାଲଗୁନୀ ନକ୍ଷତ୍ର ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି। ଇଚ୍ଛା ନ ଥିଲେ ମଧ୍ୟ ବାଧ୍ୟବାଧକତାରେ ଦୂର ସ୍ଥାନକୁ ଯିବାକୁ ପଡ଼ିପାରେ। କୌଣସି ଲୋକର ଚାପର ପ୍ରଭାବରୁ ଧୀରେସୁସ୍ଥେ କାମ କରିବାକୁ ବାଧ୍ୟ ହେବେ।
କନ୍ୟା
ଆଜି ଫେରିବା ବେଳକୁ ଯିବା ସମୟର ଆନନ୍ଦ ମନରେ ଆଉ ନଥିବ ଏବଂ ନିରାଶ ମନରେ ଫେରିବେ। ଚିତ୍ରା ନକ୍ଷତ୍ରର ରୋଗୀଣା ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବ। ସତର୍କତା ରକ୍ଷା ନ କଲେ ବ୍ୟବସାୟ କ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି। ପାରିବାରିକ, ସାମାଜିକ ଓ ରାଜନୈତିକ ସ୍ଥିତି ଭଲ ରହିବ।
ତୁଳା
ତୁଳା
କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ। ଆଜି ମାତ୍ରାଧିକ ଭ୍ରମଣ ଯୋଗୁ ସାୟାହ୍ନରେ କ୍ଳାନ୍ତି ଅନୁଭବ କରିବେ। ସ୍ବାତୀ ନକ୍ଷତ୍ର କଳା, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ମସ୍‌ଗୁଲ୍‌ ରହିବେ। ନିଜ ପରିବାରର ଲୋକମାନଙ୍କ ସହ ଦୂରଯାତ୍ରା କରିବାକୁ ପଡ଼ିପାରେ।
ବିଛା
ବିଛା
ସମ୍ପର୍କୀୟମାନେ କ୍ରମଶଃ ଦୂରେଇ ରହୁଥିବାର ଅନୁଭବ କରିବେ, ଫଳରେ ମନ ଭଲ ରହିବ ନାହିଁ। କଳା, ସାହିତ୍ୟ ଓ ବନ୍ଧୁମିଳନ କ୍ଷେତ୍ରରେ ବେଶ୍‌ ଆଦୃତ ହେବେ। ଅନୁରାଧା ନକ୍ଷତ୍ର ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। କିଛି କାମ ହାସଲ କରିବା ସକାଶେ ଗୁଡ଼ିଏ ଟଙ୍କା ଖର୍ଚ୍ଚକରି ଦୁଃଖିତ ହୋଇପାରନ୍ତି।
ଧନୁ
ଧନୁ
ଭାଙ୍ଗି ପଡ଼ିଥିବା ସମ୍ପର୍କକୁ ପୁଣି ଯୋଡ଼ିବା ସକାଶେ ଚେଷ୍ଟା କଲେ ମଧ୍ୟ କିଛି ଲାଭ ପାଇବେ ନାହିଁ। ମୂଳା ନକ୍ଷତ୍ର ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଉନ୍ନତି କରିବେ। ଦୀର୍ଘ ଦିନରୁ ଭିତରେ ଭିତରେ କୁହୁଳୁଥିବା ପାରିବାରିକ ସମସ୍ୟାର ସରଳ ସମାଧାନ କରିବେ। କୌଣସି ନୂତନ କାମଟିଏ ଆରମ୍ଭ କରିବା ପାଇଁ ମନ ବଳାଇବେ।
ମକର
ମକର
ଆଜି ଅନ୍ତରଙ୍ଗ ବନ୍ଧୁଟି ବେଳକାଳ ଉଣ୍ଡି ଅସୁବିଧାରେ ପକାଇପାରେ। ଶ୍ରବଣା ନକ୍ଷତ୍ରର ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ପ୍ରତ୍ୟୁଷ ଯାତ୍ରାରେ ମନଟା କେଜାଣି କାହିଁକି ଏକ ଅଜଣା ଆଶଙ୍କାରେ ଉଦ୍‌ବେଳିତ ହୋଇପାରେ। କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କ୍ଷେତ୍ରରେ ସଂଯମ ରକ୍ଷା ନ କଲେ ବିବାଦ ଭିତରକୁ ଟାଣି ହୋଇପାରନ୍ତି। ଗତକାଲିର କୌଣସି ଘଟଣାକୁ ନେଇ ଆଜି ମନ ଭାରାକ୍ରାନ୍ତ ରହିବ। ସବୁ କାମ ନିରୁତ୍ସାହିତ ଭାବେ କରିବେ ଏବଂ କୌଣସିଥିରେ ଆନ୍ତରିକତା ନ ଥିବ। ଧନିଷ୍ଠା ନକ୍ଷତ୍ର ପାଇଁ କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ।
ମୀନମୀନ
ଯେତେ ଭାବିଚିନ୍ତି କାମ କଲେ ମଧ୍ୟ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ଏକ ମାମୁଲି ଘଟଣାରେ ମଧ୍ୟାହ୍ନରେ ଉଚ୍ଚବାଚ ଘଟିବାର ଆଶଙ୍କା ରହିଛି। ଗତକାଲିର ଯୋଜନା ଅନୁଯାୟୀ ଆଜିର କାମଗୁଡ଼ିକ ସମ୍ପନ୍ନ ହୋଇଯିବ। ରେବତୀ ନକ୍ଷତ୍ର ପରିସ୍ଥିତି ପ୍ରତି ସତର୍କ ରହି କାମ କଲେ ଉପକୃତ ହୋଇପାରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri