Posted inRasifala

ରାଶିଫଳ: ବୁଧବାର, ଡିସେମ୍ବର ୩୧ ତାରିଖ – Daily Horoscope

ମେଷ
ଆଜିର ଜନ୍ମ ଚନ୍ଦ୍ର ପ୍ରଭାବରେ ପ୍ରତ୍ୟୁଷ ଯାତ୍ରାରେ ସମସ୍ୟାର ସମ୍ମୁଖୀନ ହେବେ। ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହେବ। କାର୍ଯ୍ୟକୁଶଳତା କାରଣରୁ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଲାଭ ଯୋଗ ରହିଛି। ସାହିତ୍ୟଚର୍ଚ୍ଚା, ବନ୍ଧୁସମ୍ପର୍କ ଏବଂ ବ୍ୟବସାୟିକ ସ୍ଥିତିରେ ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିପାରେ।
ବୃଷ
ବୃଷ
ଅଟକି ରହିଥିବା କାମ ସମ୍ପନ୍ନ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ସବୁ କାମରେ ଆଗୁଆ ରହି କାମ କରିବା ହେତୁ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ। ରୋହିଣୀ ନକ୍ଷତ୍ର ବନ୍ଧୁଙ୍କଠାରୁ ହଠାତ୍‌ ନିମନ୍ତ୍ରଣ ପାଇ ଯାତ୍ରା କରିବାକୁ ପଡ଼ିପାରେ। ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ।
ମିଥୁନ
ମିଥୁନ
ଅନ୍ୟମାନଙ୍କ ଫୁସୁଲା ଫୁସୁଲି କଥାରେ ଭାସିଯାଇ କାମ କଲେ ଅନୁତାପ କରିବାକୁ ପଡ଼ିପାରେ। ଆଜି ଆନୁଷ୍ଠାନିକ କାମରେ ବେଠି ଖଟିବା ବ୍ୟତୀତ କିଛି ଲାଭ ହେବନି। ମୃଗଶିରା ନକ୍ଷତ୍ର ଆଜି ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ପରିଶ୍ରମ ମୁତାବକ ଫଳ ନ ପାଇବା କାରଣରୁ ଭାବପ୍ରବଣତା ବୃଦ୍ଧି ପାଇବ।
କର୍କଟ
କର୍କଟ
 କର୍ମକ୍ଷେତ୍ରରେ ପାରୁପର୍ଯ୍ୟନ୍ତ ଚେଷ୍ଟା କରି କାମ କଲେ ମଧ୍ୟ ପ୍ରଶଂସା ଟିକେ ମିଳିବ ନାହିଁ। ମତ ପାର୍ଥକ୍ୟ ଯୋଗୁ ଘରୋଇ କଥାରେ କୌଣସି ନିର୍ଣ୍ଣାୟକ ସିଦ୍ଧାନ୍ତ ନେଇପାରିବେ ନାହିଁ। ଉପରିସ୍ଥଙ୍କ ଶୁଭଦୃଷ୍ଟିରୁ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ଅଶ୍ଳେଷା ନକ୍ଷତ୍ର ଆନୁଷ୍ଠାନିକ କାମରେ ତପତ୍ରତା ବୃଦ୍ଧି ହେତୁ ପ୍ରଶଂସିତ ହେବେ।
ସି˚ହ
ସି˚ହ
ପରିସ୍ଥିତି ବଶତଃ ଦୂରସ୍ଥାନକୁ ଯିବାକୁ ବାଧ୍ୟ ହେବେ। ପୃଷ୍ଠପୋଷକତା ଅଭାବରୁ କାମଗୁଡିକ ସୁବିଧାରେ ହେବା କଷ୍ଟକର ହୋଇପଡିବ। ପଦାଧିକାରୀଙ୍କ ଚାପର ପ୍ରଭାବରୁ ଯୁଦ୍ଧକାଳୀନ ଭିତିରେ କାମ କରିବାକୁ ବାଧ୍ୟ ହେବେ। ଉତ୍ତରାଫାଲଗୁନୀ ନକ୍ଷତ୍ର ସକାଶେ ଆବଶ୍ୟକତା ବୃଦ୍ଧି ପାଉଥିବାରୁ ଅର୍ଥାଭାବ ପ୍ରତ୍ୟେକ କାମକୁ ବିଳମ୍ବିତ କରିବ।
କନ୍ୟା
କଠିନଶ୍ରମଜନିତ ଆଜି ଫେରିବା ବେଳକୁ ଯିବା ସମୟର ଆନନ୍ଦ ଆଉ ରହି ନ ପାରେ। ସ୍ବାସ୍ଥ୍ୟରେ ସମାନ୍ୟ ବ୍ୟତିକ୍ରମ ଦେଖାଦେବାରୁ ବିଚଳିତ ଅନୁଭବ କରିବେ । ବ୍ୟବସାୟ ଅଥବା କିଣାବିକାର ଚୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ହସ୍ତା ନକ୍ଷତ୍ର ସକାଶେ କଚେରି ମାମଲା ସମାଧାନର ଆଶା ମାନସିକ ଦୁଶ୍ଚିନ୍ତା ଲାଘବ କରିବ।
ତୁଳା
ତୁଳା
ସମ୍ପର୍କୀୟଙ୍କଠାରୁ ବାଧିଲାଭଳି କଥା ଶୁଣି ସବୁ ଆନନ୍ଦ ପାଣି ଫୋଟକା ପରି ମିଳାଇ ଯାଇପାରେ। ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବାରୁ ଆଶ୍ୱସ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସ୍ବାତୀ ନକ୍ଷତ୍ର ସକାଶେ ବ୍ୟବସାୟିକ ଦୃଷ୍ଟିକୋଣରୁ ଦିନଟି ସନ୍ତୋଷଜନକ ରହିବ।
ବିଛା
ବିଛା
ଭଲ ସମ୍ପର୍କ ଥିବା ବନ୍ଧୁ କ୍ରମଶଃ ଦୂରେଇ ରହୁଥିବାର ଅନୁଭବ କରିବେ। ସକାଳୁ ସକଳୁ ବନ୍ଧୁ ମିଳନ ସଙ୍ଗକୁ ସ୍ବାଦିଷ୍ଟ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ବିଶାଖା ନକ୍ଷତ୍ର ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି। କୌଣସି ଗୁରୁରତ୍ୱପୂର୍ଣ୍ଣ କାମ ହାସଲ କରିବା ସକାଶେ ଅର୍ଥସଙ୍କଟକୁ ବନ୍ଧୁ ଦୂରେଇ ନେବେ।
ଧନୁ
ଧନୁ
ପୂର୍ବାଷାଢ଼ା ନକ୍ଷତ୍ର ସକାଶେ ପରିବାରରେ ଅପ୍ରିୟସତ୍ୟ ଭାଷଣଜନିତ ମତାନ୍ତର ଆଶଙ୍କା ରହିଛି। ଭାଙ୍ଗି ପଡ଼ିଥିବା ସମ୍ପର୍କ ଯୋଡ଼ିବାକୁ ଚେଷ୍ଟା କରି କିଛି ଲାଭ ପାଇବେ ନାହିଁ। ଦୀର୍ଘ ଦିନରୁ କୁହୁଳୁଥିବା ପାରିବାରିକ ସମସ୍ୟାର ସମାଧାନ କରିବେ। ହିତୈଷୀଙ୍କ ପରାମର୍ଶରେ ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ମନ ବଳାଇପାରନ୍ତି।
ମକର
ମକର
କାର୍ଯ୍ୟଦକ୍ଷତାଜନିତ ଅଭିଳାଷ ପୂରଣ କରି ପ୍ରଶଂସା ଓ ପ୍ରୋତ୍ସାହନ ପାଇବେ। ମନୋରଞ୍ଜନ କାର୍ଯ୍ୟକ୍ରମରେ ଯୋଗଦେବା ସକାଶେ ବନ୍ଧୁଙ୍କ ନିମନ୍ତ୍ରଣ ପାଇପାରନ୍ତି। ପ୍ରତ୍ୟୁଷରୁ ମନଟା ଅଜଣା ଆଶଙ୍କାରେ ଉଦ୍‌ବେଳିତ ହୋଇପାରେ। ଶ୍ରବଣା ନକ୍ଷତ୍ରକଳା, ସାହିତ୍ୟ ରଚନା ଓ ସଙ୍ଗୀତ ସାଧନା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ, ମାଙ୍ଗଳିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବାର ସୂଚନା ରହିଛି। ପୂର୍ବଭାଦ୍ର ନକ୍ଷତ୍ର ପାରିବାରିକ ଜୀବନରେ ଉଚିତ ବୁଝାମଣାଜନିତ ଶାନ୍ତି ଫେରି ଆସିବ। ନୂତନ ଗୃହନିର୍ମାଣ, ଦୂରଯାତ୍ରା ଓ ବନ୍ଧୁସମ୍ପର୍କରେ କୌଣସି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି।
ମୀନମୀନ
ଯେତେ ଭାବିଚିନ୍ତି କାମ କଲେ ମଧ୍ୟ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିବାର ଆଶଙ୍କା ରହିଛି। ଉତ୍ତରଭାଦ୍ରପଦ୍‌ ନକ୍ଷତ୍ର ପରିସ୍ଥିତି ପ୍ରତି ସତର୍କ ରହି କାମ କଲେ ଉପକୃତ ହୋଇପାରିବେ। ସ୍ବାସ୍ଥ୍ୟସମସ୍ୟା କେତେକାଂଶରେ ନିୟନ୍ତ୍ରଣାଧୀନ ରହିବାର ସୂଚନା ରହିଛି।

👉 Follow Dharitri – Odisha’s No.1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri