Posted inRasifala

ରାଶିଫଳ: ରବିବାର, ଜାନୁଆରୀ ୩୧ ତାରିଖ – Daily Horoscope

ମେଷ
ଆଜି ନିକଟ ସମ୍ପର୍କୀୟଙ୍କ ଅନାଦର ଭାବ ମନକୁ ବ୍ୟଥିତ କରିବ। ଆଜକୁ କେତେଦିନ ହେଲା ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ। ଶିଳ୍ପ, ନିର୍ମାଣ, ବ୍ୟବସାୟ ଓ ବାଣିଜ୍ୟ ଏବଂ ପରିବହନ ବାଧାପ୍ରାପ୍ତ ହୋଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ।
ବୃଷ
ବୃଷ
ସ୍ବାସ୍ଥ୍ୟ ବିଶେଷ କିଛି ଖରାପ ନ ଥିଲେ ମଧ୍ୟ ବିଭିନ୍ନ ଘରୋଇ ଝମେଲା କାରଣରୁ ମନ ଭଲ ରହିବ ନାହିଁ। ବ୍ୟବସାୟ, ପରିବହନ, ଲେଖାପଢ଼ା ଓ ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ବନ୍ଧୁଙ୍କ ସହଯୋଗୀ ମନୋଭାବ ପ୍ରତି ସ୍ନେହ, ଶ୍ରଦ୍ଧା ଓ ପ୍ରେମାନୁରାଗୀ ହୋଇପାରନ୍ତି। ପ୍ରତ୍ୟୁଷ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ।
ମିଥୁନ
ମିଥୁନ
ବହୁତ ଦିନ ହେଲା ଅଟକି ରହିଥିବା କାମ ସୁବିଧାରେ ହୋଇଯିବ। ପୁନର୍ବସୁ ନକ୍ଷତ୍ରର ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଦ୍ୱନ୍ଦ୍ୱରେ ପଡି ବନ୍ଧୁଙ୍କ କଥାକୁ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି। ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ ମନ ବଳାଇ କର୍ମମୁଖର ହେବେ।
କର୍କଟ
କର୍କଟ
ଆପଣ ପରିସ୍ଥିତିକୁ ଯେତେ ଜଟିଳ ମନେକରୁଛନ୍ତି ବାସ୍ତବରେ ସେମିତି କିଛି ହେବନି। ବାଣିଜ୍ୟ, ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇ କାମ ସ୍ଥଗିତ ରହିଯାଇପାରେ। ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେବାର ସମ୍ଭାବନା ରହିଛି। ଅଫିସରେ ବାଧ୍ୟ ବାଧକତାରେ କେତେକ କାମ କରିବାକୁ ପଡିବ।
ସି˚ହ
ସି˚ହ
ସ୍ବାସ୍ଥ୍ୟ କ୍ରମଶଃ ଅବନ୍ନତି କରିପାରେ, ଏଣୁ ସାବଧାନତା ଅବଲମ୍ବନ କରିବା ଭଲ। ପାରିବାରିକ ପରିସ୍ଥିତି ଭଲ ନ ହେଲେ ମଧ୍ୟ ମନ୍ଦ ହେବନି। ବାରମ୍ବାର ଚେଷ୍ଟା କଲେ ବନ୍ଧୁଙ୍କ ନିକଟରୁ କିଛି ପାଇବେ। କ୍ରୀଡ଼ା, ସାହିତ୍ୟ ଚର୍ଚ୍ଚା, ଚଳଚ୍ଚିତ୍ର, ସଙ୍ଗୀତ, ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
କନ୍ୟା
ଇଚ୍ଛା ନ ଥିଲେ ମଧ୍ୟ ବନ୍ଧୁଙ୍କ ଅନୁରୋଧରେ କୌଣସି କାମ ସକାଶେ ମନ ବଳାଇବେ। ଖଳ ଲୋକଙ୍କ କଥାରେ ପଡି ଭୁଲ ମାର୍ଗ ଅନୁସରଣ କରି ହଇରାଣ ହେବେ। ହଠାତ୍‌ ଜଣେ ସହକର୍ମୀଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। କାମରେ ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହେବେ।
ତୁଳା
ତୁଳା
ସାମାଜିକ କ୍ଷେତ୍ରରେ ବିଭିନ୍ନ କଥା କହିବା କାରଣରୁ ବିବାଦ ବଢ଼ିପାରେ। କୌଣସି ବନ୍ଧୁଙ୍କ ସ୍ବାସ୍ଥ୍ୟ ସମସ୍ୟା ମନକୁ ବ୍ୟଥିତ କରିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ। ଶିଳ୍ପ, ବାଣିଜ୍ୟ, ରାଜନୀତି, କଳା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।
ବିଛା
ବିଛା
ଦୀର୍ଘଦିନର ଅଭିଳାଷ ପୂରଣ ହେବା କାରଣରୁ ମନ ପ୍ରଫୁଲ୍ଲ ରହିବ। ଟିକିଏ ଟିକିଏ କଥାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ଉଦାସ ରହିବେ। ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହେବା କାରଣରୁ ଅନ୍ୟ ଉପରେ ରାଗି ପାରନ୍ତି। ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ପରୋକ୍ଷରେ ସମାଲୋଚିତ ହେବେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସହକର୍ମୀଙ୍କଠାରୁ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ବନ୍ଧୁଙ୍କୁ ଅନୁନୟ ବିନୟ ପୂର୍ବକ ପ୍ରିୟ କଥା କହି ଭୁଲ୍‌ ବୁଝାମଣା ହେତୁକ ସମସ୍ୟାକୁ ସୁଧାରି ନେବେ। ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି ଦୋଷଯୁକ୍ତ ମନ୍ତବ୍ୟ ଦେଇ ସମସ୍ୟାକୁ ବଢାଇଦେଇ ପାରନ୍ତି।
ମକର
ମକର
ପାରିବାରିକ କ୍ଷେତ୍ରରେ ମାନସିକ ଅଶାନ୍ତି ଯୋଗୁ ମନରେ ସରସତା ରହିବ ନାହିଁ। ସତର୍କତାର ସହ କାମ ନ କଲେ କଳହର ସମ୍ମୁଖୀନ ହୋଇ ପାରନ୍ତି। ପୁତ୍ରକନ୍ୟାଙ୍କ ହେତୁକ ସୁଖ ମିଳିବ ଓ ପରିବାରରେ ଶାନ୍ତି ଫେରି ଆସିବ। ରପ୍ତାନି, ନିର୍ମାଣ,ପରିବହନ ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ଆଜି ଅପରାହ୍ନରେ ତାହା ସୁବିଧାରେ ପାଇଯିବେ। ହଠାତ୍‌ ଜଣେ ବନ୍ଧୁ ପାରିବାରିକ କ୍ଷେତ୍ରର ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ। ଜମିଜମା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ।
ମୀନମୀନ
ଯେତେ ଚେଷ୍ଟା କଲେ ମଧ୍ୟ ଆଜି ଅଟକିଥିବା କାମ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର। କର୍ମକ୍ଷେତ୍ରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଖର୍ଚ୍ଚ ବୃଦ୍ଧିହେତୁ ମନରେ ସରସତା ରହିବ ନାହିଁ। ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର, ନିର୍ମାଣ, ପରିବହନ, ସଭାସମିତି କ୍ଷେତ୍ରରେ ସଫଳତା ହାସଲ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri