Posted inRasifala

ରାଶିଫଳ: ଶନିବାର, ଅକ୍ଟୋବର ୩୧ ତାରିଖ – Daily Horoscope

ମେଷ
ଆଜିର ଚନ୍ଦ୍ର ନିଜ ରାଶିରେ ରହିଥିବାରୁ ମନ ପ୍ରଫୁଲ୍ଲ ରହିବ। କିନ୍ତୁ ସାମୟିକ ଅସ୍ଥିରତା କାରଣରୁ ସୁବିଧା ଥିଲେ ମଧ୍ୟ ଅଶ୍ୱିନୀର କାମ ସହଜରେ ହାସଲ ହୋଇ ନ ପାରେ। ଜମିଜମା, ଟଙ୍କା ନେଇଥିବା ଲୋକ ବିଷୟରେ କିମ୍ବା ବ୍ୟବସାୟିକ କିଛି ବିଫଳତାକୁ ନେଇ ଚିନ୍ତିତ ରହିବେ। ପଡୋଶୀଙ୍କ ସହାୟତାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଦୂର ହେବ।
ବୃଷ
ବୃଷ

ଘରେ ଟିକିଏ ଜୋର୍‌ ଦେଇ କଥା କହିବା କାରଣରୁ ଅନ୍ୟମାନେ ଭିନ୍ନ ଦୃଷ୍ଟି କୋଣରୁ ବିଚାର କରିବେ। ଯେତେ ଅନୁନୟ ତଥା ବିନୟର ସହ କହିଲେ ମଧ୍ୟ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ନାହିଁ। ଆନୁଷ୍ଠାନିକ କାର୍ଯ୍ୟରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଆଂଶିକ ସଫଳତା ପାଇବେ।

ମିଥୁନ
ମିଥୁନ
ଉପସ୍ଥିତ ବୁଦ୍ଧି ଓ କୌଶଳରେ ଅର୍ଥ ପାଇବା ସକାଶେ ଚେଷ୍ଟା କରି ଆଶାକୁ ଚରିତାର୍ଥ କରିପାରନ୍ତି। ଅସୁବିଧାରେ ପଡିଥିବା ଲୋକଟି ପ୍ରତି ଦୟାଭାବ ପୋଷଣ କରି ପ୍ରଶଂସାଭାଜନ ହେବେ। ସହକର୍ମୀ ମାନଙ୍କ ସାହାଯ୍ୟ ବିନା କାମଟିକୁ ହାସଲ କରିବା କଷ୍ଟକର ହେବ। ଆନୁଷ୍ଠାନିକ କ୍ଷେତ୍ରରେ ଉଚ୍ଚବର୍ଗର ଲୋକମାନଙ୍କ ସଂସ୍ପର୍ଶରେ ଆସି ପାରନ୍ତି।
କର୍କଟ
କର୍କଟ
ଆଦୌ ପଡୁ ନ ଥିବା ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ପରିବାରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡା ଲାଗିପାରେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ମାଲିମକଦ୍ଦମାରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି।
ସି˚ହ
ସି˚ହ
ସମସ୍ତ ପ୍ରକାରର ସୁବିଧା ଥାଇ ମଧ୍ୟ ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ମନକୁ ଆନ୍ଦୋଳିତ କରିବ। ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ କିନ୍ତୁ ଋଣ ପରିଶୋଧର ଚିନ୍ତାରେ ମନ ଭାରାକ୍ରନ୍ତ ରହିବ। ପାରିବାରିକ ଜୀବନରେ ଭୁଲ୍‌ ବୁଝାମଣା କାରଣରୁ ସମ୍ପର୍କରେ ତିକ୍ତତା ଦେଖାଦେଇପାରେ। ସଭାସମିତିରେ ସମ୍ମାନିତ ହେବେ କିନ୍ତୁ ଏଥିପାଇଁ ଲବି କରିବାକୁ ପଡିବ।
କନ୍ୟା
ପାଖରେ ଥିବା ଲୋକଟି ଆପଣଙ୍କ ସକାଶେ ବହୁତ ଉପକାରରେ ଆସିବାର ସମ୍ଭାବନା ରହିଛି। ବ୍ୟବସାୟରେ ଆଶାନୁରୂପ ଫଳ ପାଇବେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବାରେ ସହକର୍ମୀଙ୍କ ଉଦାରତା ମୁଖ୍ୟ ଭୂମିକା ଗ୍ରହଣ କରିବ। ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପାରନ୍ତି।
ତୁଳା
ତୁଳା
ଭୁଲ୍‌ ବୁଝାମଣାରୁ ଆକସ୍ମିକ ଭାବରେ ପାରିବାରିକ କଳହର ସମ୍ଭାବନା ରହିଛି। ଯାତ୍ରା କାଳରେ କୌଣସି ଯୁବକ ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ। ଗୃହ ସଜ୍ଜାରେ ମନୋନିବେଶ କରିବା ସହ ବନ୍ଧୁଙ୍କ ଜରିଆରେ ଦ୍ରବ୍ୟଲାଭରୁ ଖୁସୀ ହେବେ। ଗଠନ ମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବାର ଆଶା ରହିଛି।
ବିଛା
ବିଛା
ଆପଣଙ୍କ ଚିନ୍ତାଧାରା ଅନୁଯାୟୀ ପାରିପାର୍ଶ୍ୱିକ ପରିସ୍ଥିତି ଅନୁକୂଳ ରହିବ। କୌଣସି ନୂତନ କାମରେ ବନ୍ଧୁମାନେ ସହଯୋଗର ହାତ ବଢାଇବେ। ପରିସ୍ଥିତିରେ ପଡି ଅନାବଶ୍ୟକ ଭାବରେ ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ। ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।
ଧନୁ
ଧନୁ
ସମସ୍ୟା ଭିତର ଦେଇ ଗତି କରୁଥିବା କାରଣରୁ ଅଧିକାଂଶ ସମୟ ଅନ୍ୟମନସ୍କ ରହିବେ। ବିବାଦୀୟ ପରିସ୍ଥିତିରେ ଆପଣଙ୍କର ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ପାରିବାରିକ କ୍ଷେତ୍ରରେ ସ୍ତ୍ରୀଙ୍କ ପ୍ରେରଣା ଲାଭକରି ଉପକୃତ ହେବେ। ପଡୋଶୀମାନେ କାନ୍ଥବାଡରେ ଲୁଗାଛାଟି କଳହ କରିବାର ଉପକ୍ରମ କରିପାରନ୍ତି ।
ମକର
ମକର

ଆପଣ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେହି କ୍ଷେତ୍ରରେ କିଛି ଅସୁବିଧା ହେବ ନାହିଁ। ପରିବାରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋସତ୍ାହନ ପାଇଁ ମନୋବଳ ବୃଦ୍ଧି ପାଇବ। ବାହାର ସ୍ଥାନରେ କାହାକୁ ଅପେକ୍ଷା କରି ବିରକ୍ତ ହେବେ ଏବଂ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ।

କୁମ୍ଭ
କୁମ୍ଭ
ପ୍ରତ୍ୟେକ କାମରେ କିଛିନା କିଛି ଅସୁବିଧା ରହିଥିବାର ଉପଲବ୍ଧତ୍ କରିବେ। କଳହ, ପ୍ରତିହିଂସା, ବାଦବିବାଦ, ଧନହାନି ଓ ବିଭିନ୍ନ ପ୍ରକାରର ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି। ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ୱନା ମିଳିବା ସଙ୍ଗକୁ ନୂଆ ଯୋଜନା ଉପରେ ଗୁରୁତ୍ୱ ଦେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ।
ମୀନମୀନ

କର୍ମକ୍ଷେତ୍ରରେ ଏବଂ ପରିବାର ମଧ୍ୟରେ ନିଜର ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁ ନାହିଁ। ଅପରାହ୍ନେ ବିଳାସ ବ୍ୟସନ ମଧ୍ୟରେ ସମୟ ଅତିବାହିତ ହେବ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ବିଭିନ୍ନ ଦିଗରୁ ଲାଭବାନ ହେବେ, କିନ୍ତୁ ପାରିବାରିକ ପରିସ୍ଥିତି ପୂର୍ବପରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri