

ଘରେ ଟିକିଏ ଜୋର୍ ଦେଇ କଥା କହିବା କାରଣରୁ ଅନ୍ୟମାନେ ଭିନ୍ନ ଦୃଷ୍ଟି କୋଣରୁ ବିଚାର କରିବେ। ଯେତେ ଅନୁନୟ ତଥା ବିନୟର ସହ କହିଲେ ମଧ୍ୟ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ନାହିଁ। ଆନୁଷ୍ଠାନିକ କାର୍ଯ୍ୟରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଆଂଶିକ ସଫଳତା ପାଇବେ।








ଆପଣ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେହି କ୍ଷେତ୍ରରେ କିଛି ଅସୁବିଧା ହେବ ନାହିଁ। ପରିବାରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋସତ୍ାହନ ପାଇଁ ମନୋବଳ ବୃଦ୍ଧି ପାଇବ। ବାହାର ସ୍ଥାନରେ କାହାକୁ ଅପେକ୍ଷା କରି ବିରକ୍ତ ହେବେ ଏବଂ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ।


କର୍ମକ୍ଷେତ୍ରରେ ଏବଂ ପରିବାର ମଧ୍ୟରେ ନିଜର ପ୍ରତିକ୍ରିୟା ହଠାତ୍ ପ୍ରକାଶ କରନ୍ତୁ ନାହିଁ। ଅପରାହ୍ନେ ବିଳାସ ବ୍ୟସନ ମଧ୍ୟରେ ସମୟ ଅତିବାହିତ ହେବ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ବିଭିନ୍ନ ଦିଗରୁ ଲାଭବାନ ହେବେ, କିନ୍ତୁ ପାରିବାରିକ ପରିସ୍ଥିତି ପୂର୍ବପରି ରହିବ।

