Posted inRasifala

ରାଶିଫଳ: ଶନିବାର, ଜାନୁଆରୀ ୩୧ ତାରିଖ – Daily Horoscope

ମେଷ
ଆଜିର ଗ୍ରହଚକ୍ରର ଅନୁକୂଳତା କର୍ମକ୍ଷେତ୍ର, ପାରିବାରିକ ଏବଂ ସାମାଜିକ ଦିଗକୁ ଋଦ୍ଧିମନ୍ତ କରିବ। ଶିଳ୍ପ, ନିର୍ମାଣ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହେବ। ଆନୁଷ୍ଠାନିକ କାମରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପଦସ୍ଥ ବ୍ୟକ୍ତିଙ୍କ ଦ୍ୱାରା ଉଚ୍ଚ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ପରିଶ୍ରମ ଓ ଭ୍ରମଣ ଜନିତ କ୍ଳାନ୍ତି ଅନୁଭବ କରିବେ।
ବୃଷ
ବୃଷ
ସାଧାରଣ କଥାକୁ କେନ୍ଦ୍ରକରି ଘରୋଇ ଝମେଲା କାରଣରୁ ମନ ଭଲ ରହିବ ନାହିଁ। ବାଣିଜ୍ୟ, ପରିବହନ, ଲେଖାପଢ଼ା, ପ୍ରଶାସନ କ୍ଷେତ୍ରରେ ଶୁଭଫଳ ପାଇବେ। ବନ୍ଧୁଙ୍କ ସହଯୋଗୀ ମନୋଭାବ ପ୍ରତି ସ୍ନେହ ଶ୍ରଦ୍ଧା ଓ ପ୍ରେମାନୁରାଗୀ ହୋଇପାରନ୍ତି। ମୃଗଶିରା ନକ୍ଷତ୍ର ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କତା ଅବଲମ୍ବନ କରିବା ଭଲ।
ମିଥୁନ
ମିଥୁନ
ସହକର୍ମୀଙ୍କ ସହାୟତାରେ କର୍ମକ୍ଷେତ୍ରରେ କାମ ଗୁଡ଼ିକ ସୁବିଧାରେ ହୋଇଯିବ। ପୁନର୍ବସୁ ନକ୍ଷତ୍ରର ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଆଲୋଚନା ସମୟରେ ଦ୍ୱନ୍ଦ୍ୱରେ ପଡ଼ି ବନ୍ଧୁଙ୍କ କଥାକୁ ଠିକ୍‌ଭାବରେ ନ ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି। ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ ବିକଳ୍ପ ବ୍ୟବସ୍ଥା ଗ୍ରହଣ କରିପାରନ୍ତି।
କର୍କଟ
କର୍କଟ
ପରିସ୍ଥିତିକୁ ଯେତେଟା ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ହେବନି। ବାଣିଜ୍ୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇ କାମ ସ୍ଥଗିତ ରହିଯାଇପାରେ। ପୁଷ୍ୟା ନକ୍ଷତ୍ର କର୍ମକ୍ଷେତ୍ରରେ ବାଧ୍ୟବାଧକତାରେ କେତେକ କାମ କରିବାକୁ ପଡ଼ିବ। ପରିବାରରେ ଅର୍ଥହାନି ଓ ଅଭାବ ଅସୁବିଧା ଯୋଗୁ ଚିନ୍ତିତ ରହିବେ।
ସି˚ହ
ସି˚ହ
ଉତ୍ତରାଫାଲ୍‌ଗୁନୀ ନକ୍ଷତ୍ର ପାରିବାରିକ ପରିସ୍ଥିତି ମନ୍ଦ ହେବନି। ଆର୍ଥିକ ଅନଟନ ପ୍ରଗତିରେ ଅନ୍ତରାୟ ସୃଷ୍ଟି କରିବ। ତଥାପି ବାରମ୍ବାର ଚେଷ୍ଟା କରିବା କାରଣରୁ ବନ୍ଧୁଙ୍କ ନିକଟରୁ ପରିଶେଷରେ କିଛି ପାଇପାରନ୍ତି । କ୍ରୀଡ଼ା , ସାହିତ୍ୟ ଚର୍ଚ୍ଚା, ଚଳଚ୍ଚିତ୍ର, ସଙ୍ଗୀତ, ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
କନ୍ୟା
ପରିବାର ସହମତି ବିନା ବନ୍ଧୁଙ୍କ ପରାମର୍ଶରେ କୌଣସି କାମ କରିବାକୁ ମନ ବଳାଇପାରନ୍ତି। ଖଳ ଲୋକଙ୍କ କଥାରେ ଭୁଲ୍‌ ମାର୍ଗ ଅନୁସରଣ କଲେ ହଇରାଣ ହେବେ। ଚିତ୍ରା ନକ୍ଷତ୍ର କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେଇପାରନ୍ତି। ମକଦ୍ଦମା, ବିତର୍କ, ସଭା ସମିତି, ସଂଗଠନ, ନିର୍ମାଣ ଓ ପରିବହନରୁ ଶୁଭଫଳ ପାଇବେ।
ତୁଳା
ତୁଳା
ବନ୍ଧୁଙ୍କ ସହ ଆଲୋଚନା ପ୍ରସଙ୍ଗରେ ବିଭିନ୍ନ କଥା କହିବା କାରଣରୁ ବିବାଦ ବଢ଼ିବ। ବିଶାଖା ନକ୍ଷତ୍ର ପରିବାର ସଦସ୍ୟଙ୍କ ସ୍ୱାସ୍ଥ୍ୟ ସମସ୍ୟା ବ୍ୟଥିତ କରିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ। ଶିଳ୍ପ, ବାଣିଜ୍ୟ, ରାଜନୀତି, କଳା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।
ବିଛା
ବିଛା
ଟିକିଏ ଟିକିଏ କଥାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ଜ୍ୟେଷ୍ଠା ନକ୍ଷତ୍ର ଦ୍ରବ୍ୟ ନଷ୍ଟ ହେବାରୁ ଅନ୍ୟ ଉପରେ ରାଗି ପାରନ୍ତି। ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। ରାଜନୀତି, ପ୍ରଶାସନ, ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ କ୍ରୀଡ଼ା, ଚଳଚ୍ଚିତ୍ରରେ ସମସ୍ୟା ଆପଣାଛାଏଁ ସମାଧାନ ହୋଇଯିବ।
ଧନୁ
ଧନୁ
ସହକର୍ମୀଙ୍କଠାରୁ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି ା ପଡ଼ୋଶୀ କିମ୍ବା ଈର୍ଷାପରାୟଣ ବ୍ୟକ୍ତି ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି ଦୋଷଯୁକ୍ତ ମନ୍ତବ୍ୟ ଦେବେ। ଉତ୍ତରାଷାଢ଼ା ନକ୍ଷତ୍ର ଦିନଟିରେ ଯାନ ବାହାନରେ ସତର୍କତା ରକ୍ଷା କରନ୍ତୁ। ବାକି ରହିଥିବା ଟଙ୍କା ପାଇବାରେ ଆଜି କୌଣସି ପ୍ରକାରର ଅସୁବିଧା ହେବ ନାହିଁ।
ମକର
ମକର
ଶ୍ରବଣା ନକ୍ଷତ୍ର ମାନସିକ ଅଶାନ୍ତିରୁ ମନରେ ସରସତା ରହିବ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ କାମ ନ କଲେ କଳହର ସମ୍ମୁଖୀନ ହୋଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଏବଂ ପରିବାରରେ ଶାନ୍ତି ଫେରି ଆସିବ। ରପତ୍ାନି କାରବାର, ନିର୍ମାଣ, ପରିବହନ ଏଜେନ୍ସି, ସାମ୍ବାଦିକତାରେ ପ୍ରଂଶସିତ ହେବେ।
କୁମ୍ଭ
କୁମ୍ଭ
ଜଣେ ବନ୍ଧୁ ପାରିବାରିକ ସମସ୍ୟା ସମାଧାନର ଚେଷ୍ଟା କରିବେ। ଜମିଜମା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଶତଭିଷା ନକ୍ଷତ୍ର ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହେବ। ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରିବା ଭଲ ହେବ। ଆଜିର ଯାତ୍ରା ଅବଶ୍ୟ ସଫଳ ହେବାରେ ବନ୍ଧୁଙ୍କ ଅବଦାନକୁ ଭୁଲିପାରିବେ ନାହିଁ।
ମୀନମୀନ
ଆଜି ଅଟକିଥିବା କାମ ସୁବିଧାରେ ସମ୍ପନ୍ନ ହୋଇ ନ ପାରେ। ରେବତୀ ନକ୍ଷତ୍ର ପରିସ୍ଥିତିବଶତଃ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଖର୍ଚ୍ଚ ପରିମାଣ ବୃଦ୍ଧି ହେତୁ ମନରେ ସରସତା ରହିବ ନାହିଁ। ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର, ନିର୍ମାଣ, ପରିବହନ, ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।

👉 Follow Dharitri – Odisha’s No.1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୭ ତାରିଖ – Daily Horoscope

ମେଷ ଆଜି ଏକାଦଶ ସ୍ଥାନରେ ଚନ୍ଦ୍ର ସମେତ ଚତୁଃଗ୍ରହ ଯୋଗ କାରଣରୁ ପ୍ରତ୍ୟେକ ଦିଗରୁ ଲାଭବାନ୍‍ ହେବେ। ସନ୍ତାନଙ୍କ କୃତି ଓ କୃତିତ୍ୱରୁ ଖୁସିହେବା ସହ ବନ୍ଧୁ…

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri