Posted inRasifala

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ
ଆର୍ଥିକ ଉନ୍ନତି, ଜମିଜମା କ୍ଷେତ୍ରରେ ପାରିବାରିକ ସାହାଯ୍ୟ, ସମର୍ଥନ ପାଇବେ। ଫଳପ୍ରଦ ଯାତ୍ରା ମନକୁ ସାମୟିକ ଆନନ୍ଦ ପ୍ରଦାନ କରିବାରର ସୌଭାଗ୍ୟ ଅର୍ଜନ କରିବେ। ରାଜନୀତି, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର, ସଭାସମିତି ଓ ସଂଗଠନ କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି। ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବ।
ବୃଷ
ବୃଷ
ଘର, ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ ଅର୍ଥ ବ୍ୟୟ କରିବେ। କ୍ରୀଡ଼ା, କଳା, ସାହିତ୍ୟ ଚର୍ଚ୍ଚା ଓ ସାମ୍ବାଦିକତା, ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ପାଇବେ। ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହୋଇପାରନ୍ତି। ପୂର୍ବରୁ ଲାଗି ରହିଥିବା ଶାରୀରିକ ଅସୁସ୍ଥତାଜନିତ ପୀଡ଼ାରେ କଷ୍ଟ ପାଇବାର ସୂଚନା ରହିଛି।
ମିଥୁନ
ମିଥୁନ
ଆଜି ବନ୍ଧୁମିଳନ, ଜନ ସମର୍ଥନ, ଯାନବାହନ ଦିଗରୁ ସୁଫଳ ପାଇବେ। ଅଫିସରେ କିଛି କଡ଼ା ଭାଷା ପ୍ରୟୋଗ କରି ଶତ୍ରୁତା ଅର୍ଜନ କରିପାରନ୍ତି। ପୂର୍ବରୁ ପ୍ରତିଶ୍ରୁତି ଦେଇଥିବା ମିତ୍ରମାନେ ମଧ୍ୟ ନିଜର ମତ ହଠାତ୍‌ ବଦଳାଇ ଅସହଯୋଗ କରିବେ। ଶିଳ୍ପ, ବାଣିଜ୍ୟ ପ୍ରଭୃତିରେ ପ୍ରତିଦ୍ୱନ୍ଦ୍ୱିତା ଓ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।
କର୍କଟ
କର୍କଟ
ପ୍ରତ୍ୟେକ କ୍ଷେତ୍ରରେ ସଂଘର୍ଷପୂର୍ଣ୍ଣ ସ୍ଥିତି ଲାଗି ରହିଲେ ମଧ୍ୟ କଦାପି ପଛକୁ ଫେରିବେ ନାହିଁ। ଦୀର୍ଘ ଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ପାଇ ସାମୟିକ ଖୁସି ହେବେ। ଶିଳ୍ପ, ସାମ୍ବାଦିକତା, ପରିବହନ, ବାଣିଜ୍ୟ ଓ ବ୍ୟବସାୟରେ ସୁଫଳ ମିଳିବ। ପ୍ରକୃତ ଘଟଣାକୁ ଭଲରୂପେ ନ ବୁଝି ସହକର୍ମୀମାନେ ଅଯଥା କ୍ରୋଧ ପ୍ରକାଶ କରିପାରନ୍ତି।
ସି˚ହ
ସି˚ହ
ରାଶ୍ୟାଧିପତିଙ୍କ ହେତୁ ଶାରୀରିକ ଦୁର୍ବଳତା ଅନୁଭବ କରିବେ। ବନ୍ଧୁଙ୍କ ସହଯୋଗ ପ୍ରତିବନ୍ଧକକୁ ଦୂରେଇବାରେ ସମର୍ଥ ହେବ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବାକୁ ମନସ୍ଥ କରିବେ। ଆଗାମୀ ସାଂସ୍କୃତିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରି ବ୍ୟସ୍ତତା ବୃଦ୍ଧି ପାଇବ।
କନ୍ୟା
ପାରିବାରିକ ଅଶାନ୍ତି କ୍ଷେତ୍ରରେ ଭୁଲ୍‌ ବୁଝାମଣା ହିଁ ପ୍ରଧାନ କାରଣ ହେବ। ବନ୍ଧୁଙ୍କ ସହ ଭାଙ୍ଗି ପଡ଼ିଥିବା ସମ୍ପର୍କ ଯୋଡ଼ି ହେବାରେ ପଡ଼ୋଶୀ ମୁଖ୍ୟ ଭୂମିକା ଗ୍ରହଣ କରିବେ। ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ, ତଥାପି କାମ ଅଟକିବ ନାହିଁ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ବନ୍ଧୁଙ୍କ ଦ୍ୱାରସ୍ଥ ହେବାକୁ ପଡ଼ିପାରେ।
ତୁଳା
ତୁଳା
ଭାବପ୍ରବଣତାର ବଶବର୍ତ୍ତୀ ହୋଇ ଆପଣ କାହାର ମିଠା କଥାରେ ଭାସିଗଲେ ସମସ୍ୟାକୁ ନିମନ୍ତ୍ରଣ କରିବେ। ପରିବାରରେ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହୋଇପାରନ୍ତି। ହଠାତ୍‌ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇବେ। ପିଲାଙ୍କ ସ୍ବାସ୍ଥ୍ୟହାନି, ବନ୍ଧୁଙ୍କ ଅଭିଯୋଗରୁ ଚିନ୍ତିତ ହେବାକୁ ପଡ଼ିବ।
ବିଛା
ବିଛା
ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ଅବଶ୍ୟ ହେବେ। ଲେଖା ପଢ଼ାରୁ, କଳା, ସାହିତ୍ୟରେ ଓ ଅଭିନୟ କ୍ଷେତ୍ରରୁ ପ୍ରଶଂସା ପାଇବେ। ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହୋଇପାରନ୍ତି।
ଧନୁ
ଧନୁ
କର୍ମକ୍ଷେତ୍ରରେ ସାଧାରଣ କଥାରେ ଅନ୍ୟମାନଙ୍କ ଉପରେ ଅଯଥା ବିରକ୍ତି ପ୍ରକାଶ କଲେ ସମସ୍ୟା ଆସିବ। ବନ୍ଧୁଙ୍କ ପ୍ରେରଣାରେ କେତେକ ନୂତନ କାମର ପରିକଳ୍ପନା କରିପାରନ୍ତି। ପାରିବାରିକ ସମସ୍ୟାକୁ ସୁଧାରି ନେବାରେ ବନ୍ଧୁମାନେ ସାହାଯ୍ୟ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗିରହିବ।
ମକର
ମକର
ଆଜି କୌଣସି କାମ ଅଟକିବ ନାହିଁ କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ଖର୍ଚ୍ଚାନ୍ତ ଟେନ୍ସନ ଲାଗି ରହିବ। ସାମାଜିକ ସ୍ତରରେ ଉଚ୍ଚ ବର୍ଗର ବ୍ୟକ୍ତିଙ୍କଠାରୁ ଶ୍ରଦ୍ଧା ଓ ଗଠନମୂଳକ ପରାମର୍ଶ ପାଇବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦୌରାମତ୍‌ୟ ଅସହ୍ୟ ହୋଇପାରେ। ଅଜଣା ଆଗନ୍ତୁକଙ୍କ ଉପସ୍ଥିତିକୁ କେନ୍ଦ୍ରକରି ନିଜ ଲୋକଙ୍କ ସହ ଝଗଡ଼ା ଲାଗିପାରେ।
କୁମ୍ଭ
କୁମ୍ଭ
ଆଜି ପିଲାମାନଙ୍କର କିଛି ସମସ୍ୟା ଓ ପରିବାରରେ ହଠାତ୍‌ କାୈଣସି ଘଟଣା ମନକୁ ବିବ୍ରତ କରିପାରେ। ଜମିଜମା, କଳ କାରଖାନା, ପରିବହନରେ ସମସ୍ୟା କ୍ରମଶଃ ଜଟିଳ ହେବ। ଚିନ୍ତା କରିଥିବା ଯୋଜନା ବିଗିଡ଼ି ଯିବା କାରଣରୁ ମନ ଭଲ ରହିବ ନାହିଁ। ଭଲ କାମ କଲେ ସୁଦ୍ଧା ନିଜ ପରିସରରେ ସମାଲୋଚିତ ହେବେ।
ମୀନମୀନ
ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ରହିଲେ ମଧ୍ୟ ବିଶେଷ କ୍ଷତି ହେବନାହିଁ। ବନ୍ଧୁମାନଙ୍କ ଗହଣରେ ସାଧାରଣ କଥାରେ ଆପଣ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହୋଇପାରନ୍ତି। ସଭାସମିତିରେ, ଆନୁଷ୍ଠାନିକ କାମରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପରିବାରରେ ଛୋଟ କଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହୋଇପାରେ ା

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୨୯ ତାରିଖ – Daily Horoscope

ମେଷ ଅସୁସ୍ଥ ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ତଥାପି ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁମିଳନରୁ ଖୁସି ରହିବେ।…

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୮ ତାରିଖ – Daily Horoscope

ମେଷ ଅଟକି ରହିଯାଇଥିବା ସବୁ କାମ ସୁବିଧାରେ ହେବା ଦୁରୂହ ହୋଇପଡିବ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା ସାମୟିକ ବାଧା…

ରାଶିଫଳ: ରବିବାର, ସେପ୍ଟେମ୍ବର 2୭ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ପରିବାରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ…

ରାଶିଫଳ: ଶନିବାର , ସେପ୍ଟେମ୍ବର ୨୬ ତାରିଖ – Daily Horoscope

ମେଷ ଅଭାବ ଦୂରୀକରଣ ପାଇଁ ବନ୍ଧୁଙ୍କୁ ସାହାଯ୍ୟ କରିବା ସକାଶେ ଅନୁରୋଧ କରିପାରନ୍ତି। ରାହୁଙ୍କ ଦୃଷ୍ଟିରେ ଶୁକ୍ର ଅବସ୍ଥାନ କରିଥିବାରୁ ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?