Posted inRasifala

ରାଶିଫଳ: ମଙ୍ଗଳବାର , ଜୁଲାଇ ୧୬ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ର ଓ ଶୁକ୍ରଙ୍କ କ୍ଷେତ୍ର ବିନିମୟ ଯୋଗରୁ ପାରିବାରିକ ଜୀବନ ଓ କର୍ମକ୍ଷେତ୍ର ପ୍ରଶସ୍ତ ରହିବ। ଯେଉଁ ବନ୍ଧୁମାନେ ପାଖ ମାଡୁ ନ ଥିଲେ ଆଜି ନିଜ ତରଫରୁ ମିଶିବା ପାଇଁ ଆଗେଇ ଆସିବେ। ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ସାଙ୍ଗକୁ ଦୁର୍ବଳତା କେତେକାଂଶରେ ଦୂରହେବ। ଅଟକି ରହିଥିବା କାମଗୁଡ଼ିକ ହାତକୁ ନେଇ ଯଥାବିଧି ସମ୍ପନ୍ନ କରିପାରିବେ।
ବୃଷ
ବୃଷ
ଶୁକ୍ରଙ୍କ ପ୍ରଭାବରୁ ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ଭଲ ରହିବା ସହ ଦିନଟି ଆନନ୍ଦରେ ଅତିବାହିତ ହେବ। ସମ୍ପର୍କୀୟମାନେ ଦୂରେଇଯାଉଥିବାରୁ ପର ଲୋକଙ୍କୁ ଆପଣାର କରିବାକୁ ବାଧ୍ୟହେବେ। ଚେଷ୍ଟା କରୁଥିବା କାମରେ ଆଂଶିକ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ପିଲାମାନେ ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତାକରିବେ।
ମିଥୁନ
ମିଥୁନ
ବୁଧଙ୍କ ପ୍ରଭାବରୁ ଅନ୍ତରଙ୍ଗ ବନ୍ଧୁଙ୍କ ସାହାଯ୍ୟ ଲାଭ କରି କାମ ହାସଲ କରିବାରେ ସମର୍ଥ ହେବେ। ଆଜି ଅନ୍ୟମାନେ ଆପଣଙ୍କୁ ଖୋଜିବେ କିଛି ସାହାଯ୍ୟ ଆଶାପୋଷଣ କରି। ହଜିଯାଇଥିବା ଜିନିଷ କିମ୍ବା ନିରୁଦ୍ଦିଷ୍ଟ ବ୍ୟକ୍ତିଙ୍କ ଖୋଜ ଖବର ଆଜି ସନ୍ଧ୍ୟାରେ ପାଇବେ। ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ଦିନଟି ମନ୍ଦ ନୁହେଁ।
କର୍କଟ
କର୍କଟ
କେନ୍ଦ୍ରସ୍ଥ ଚନ୍ଦ୍ର ହେତୁ ଦୃଢ଼ ମାନସିକତା ସାଙ୍ଗକୁ ଆନୁଷଙ୍ଗିକ ସହଯୋଗ କାର୍ଯ୍ୟ କ୍ଷେତ୍ରରେ ସାହାଯ୍ୟ କରିବ। ପରିସ୍ଥିତି ସହ ଟକ୍କରଦେଇ ଆଗକୁ ବଢ଼ିବାକୁ ଚେଷ୍ଟାକଲେ ସଫଳତା ପାଇବେ। ଆଲୋଚନା ମଝିରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। ବାଣିଜ୍ୟ, ପରିବହନ,ଗବେଷଣା କ୍ଷେତ୍ରରେ ସଫଳତା ମିଳିବ।
ସି˚ହ
ସି˚ହ
ଏକାଦଶସ୍ଥ ରବିଙ୍କ ପ୍ରଭାବରୁ ସମସ୍ୟା ସମାଧାନ ପୂର୍ବକ କୌଶଳରେ କାମ ହାସଲକରିପାରନ୍ତି। ପାରିବାରିକ ଜୀବନରେ ବୁଝାମଣା ନେଇ ଅଶାନ୍ତିକର ପରିସ୍ଥିତି ଦେଖାଦେବ। ଘର, ଗାଡ଼ି କିମ୍ବା କିଛି ଯାନ୍ତ୍ରିକ ଜିନିଷ କିଣିବା ପାଇଁ ମନ ବଳାଇବେ। କର୍ମକ୍ଷେତ୍ରରେ ଆପଣଙ୍କ କାର୍ଯ୍ୟକଳାପକୁ ଅନ୍ୟମାନେ ନାପସନ୍ଦ କରିବେ।
କନ୍ୟା
ଦ୍ୱିତୀୟସ୍ଥ ଲାଭାଧିପତି ଘରୋଇ କିମ୍ବା ସରକାରୀ ସ୍ତରରେ ସ୍ଥଗିତ ପ୍ରାପ୍ୟ ପାଇବାରେ ସାହାଯ୍ୟ କରିବେ। କର୍ମକ୍ଷେତ୍ରରେ ବ୍ୟବହାରରେ ସଂଯମ ରକ୍ଷା ନ କଲେ ବିବାଦଗ୍ରସ୍ତ ହେବେ। ନିଜ ଲୋକ ବିଶ୍ୱାସଘାତକତା କରିପାରନ୍ତ। ବାଣିଜ୍ୟ, ବ୍ୟବସାୟ, ପାରିବାରିକ, ପରିବହନ, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ସମସ୍ୟା ରହିବ।
ତୁଳା
ତୁଳା
ବୁଧ ଓ ଶୁକ୍ର କର୍ମସ୍ଥାନରେ ରହିଥିବାରୁ ଯେଉଁ ଭଳି ଚିନ୍ତା କରୁଛନ୍ତି,ଠିକ୍‌ ସେହିପରି ହିଁ ହେବ ଏବଂ ଆପଣଙ୍କର କୌଣସି କାମ ଅଟକିବ ନାହିଁ। ଆର୍ଥିକ ସ୍ଥିତି ବେଶ୍‌ ମଜଭୁତ ରହିବ ଏବଂ କୌଣସି ଯୁବକଙ୍କ ଠାରୁ ଯଥେଷ୍ଟ ସହାୟତା ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ।
ବିଛା
ବିଛା
ମଙ୍ଗଳ ନିଜ ରାଶିକୁ ଅବଲୋକନ କରୁଥିବାରୁ ସ୍ବାସ୍ଥ୍ୟ ପ୍ରାୟତଃ ଭଲ ରହିବ। ବିତର୍କଜନିତ କୌଣସି ଏକ ସାଧାରଣ କଥାକୁ କେନ୍ଦ୍ରକରି ପ୍ରିୟ ବନ୍ଧୁଟି ମୁହଁ ଫେରାଇ ନେଇପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା, କ୍ଷେତ୍ରରେ ଉନ୍ନତି କରିବେ। ପ୍ରତିଯୋଗିତା, ପ୍ରକାଶନ,ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।
ଧନୁ
ଧନୁ
ବୃହସ୍ପତି ଦୁଃସ୍ଥାନରେ ଥିବାରୁ ସ୍ବାସ୍ଥ୍ୟହାନି ଓ ପାରିବାରିକ ଅଶାନ୍ତି ସୃଷ୍ଟି ହୋଇପାରେ। ଭଲ କାମ କରି ବି ପ୍ରଶଂସା ପାଇବେ ନାହିଁ। ନୂତନ ଯୋଜନା, ଅବହେଳିତ କାମ, କୌଣସି ଆଲୋଚନା, ଆନୁଷ୍ଠାନିକ କାମ ପ୍ରଭୃତିରେ ସଫଳତା ମିଳିବ। ନିଜ ଲୋକମାନେ ଦାଉ ସାଧିବା ପାଇଁ ଚେଷ୍ଟା କରିପାରନ୍ତି, ସତର୍କ ରହିବା ଭଲ ହେବ।
ମକର
ମକର
ଧନାଧିପ ଶନି ଧନସ୍ଥ ହେତୁ ଆର୍ଥିକ ଅଭିବୃଦ୍ଧି ଘଟିଲେ ମଧ୍ୟ ଶନିଦୃଷ୍ଟି ପାରିବାରିକ ଶାନ୍ତି ନଷ୍ଟକରିବ। ଯାତ୍ରା ସମୟରେ ସତର୍କ ନ ରହିଲେ ଅର୍ଥ କିମ୍ବା ଦରକାରୀ କାଗଜପତ୍ର ହଜିଯାଇପାରେ। ବ୍ୟବସାୟ, ସଭାସମିତି, କଳା, ସାହିତ୍ୟାଦି କ୍ଷେତ୍ରରେ ସୁଫଳ ପାଇବେ। ପିଲାଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ।
କୁମ୍ଭ
କୁମ୍ଭ
ଧନ ସ୍ଥାନରେ ରାହୁ ଧନହାନି ସାଙ୍ଗକୁ ବନ୍ଧୁଙ୍କ ସହ ବ୍ୟବହାରରେ ଭିନ୍ନ ଚିନ୍ତାଧାରା ପୋଷଣ କରିପାରନ୍ତି। ଆର୍ଥିକ ଦୁରବସ୍ଥା ଦୂରେଇବାରେ ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। କଳା, ସାହିତ୍ୟ, କ୍ରୀଡ଼ା ପ୍ରଭୃତିରେ ସମସ୍ୟା ସମାଧାନ ହୋଇଯିବ। ସଭା ସମିତି, ଚୁକ୍ତିପତ୍ର, ପରିବହନ କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟହେବେ।
ମୀନମୀନ

ଚତୁର୍ଥ କେନ୍ଦ୍ରରେ ଚନ୍ଦ୍ରଙ୍କ ଅବସ୍ଥିତି ହେତୁ ଯେଉଁ ନିଷ୍ପତ୍ତି ନେବେ ତାହାକୁ ଅନ୍ୟମାନେ ଗ୍ରହଣ କରିବାକୁ ବାଧ୍ୟହେବେ। ପରିବାରରେ ନିଜର ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁ ନାହିଁ, ଯାହାକି ସମସ୍ୟା ସୃଷ୍ଟି କରିପାରେ। ବିଶେଷ ଭାବରେ ପିଲାଙ୍କ ଆଚରଣ ଓ କାର୍ଯ୍ୟକଳାପକୁ ନାପସନ୍ଦ କରିପାରନ୍ତି। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇଲେ ଅଶାନ୍ତ ପରିସ୍ଥିତି ସୃଷ୍ଟିହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୯ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ଉଚ୍ଚାବସ୍ଥାନ କାରଣରୁ ସ୍ବାସ୍ଥ୍ୟ ଭଲ ରହିବା ସହ ଅଭିଳଷିତ କାର୍ଯ୍ୟ ସମ୍ପନ୍ନ ହେବ। ଅସହିଷ୍ଣୁ ମନୋଭାବରୁ ଟିକିଏ କଥାରେ ବନ୍ଧୁଙ୍କ ସହ କଳହ ଲାଗିପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୮ ତାରିଖ – Daily Horoscope

ମେଷ ଆପଣଙ୍କ ଚିନ୍ତାନୁଯାୟୀ ଆଜିର କାମ ବନ୍ଧୁଙ୍କ ସହାୟତାରେ ସହଜରେ ସମ୍ପନ୍ନ ହେବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୭ ତାରିଖ – Daily Horoscope

ମେଷ ଆଜି ଏକାଦଶ ସ୍ଥାନରେ ଚନ୍ଦ୍ର ସମେତ ଚତୁଃଗ୍ରହ ଯୋଗ କାରଣରୁ ପ୍ରତ୍ୟେକ ଦିଗରୁ ଲାଭବାନ୍‍ ହେବେ। ସନ୍ତାନଙ୍କ କୃତି ଓ କୃତିତ୍ୱରୁ ଖୁସିହେବା ସହ ବନ୍ଧୁ…

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri