Posted inRasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୨ ତାରିଖ – Daily Horoscope

ମେଷ
ଆଜି ଅଶ୍ୱିନୀ ନକ୍ଷତ୍ର ଟଙ୍କା ପଇସା, ଯାତ୍ରା, ବାଣିଜ୍ୟ, ବ୍ୟବସାୟ,ପ୍ରତିଯୋଗିତା ପାଇଁ ଚିନ୍ତା କରିବେ। ଶେଷ ପର୍ଯ୍ୟାୟକୁ ଯାଇଥିବା କୌଣସି ନିଷ୍ପତ୍ତି ଆମତ୍ୀୟସ୍ବଜନଙ୍କ ବିରୁଦ୍ଧାଚରଣ ଯୋଗୁ ବଦଳିଯିବାର ସୂଚନା ରହିଛି। ଶାରୀରିକ ସ୍ବାସ୍ଥ୍ୟ ନିୟନ୍ତ୍ରଣ ମଧ୍ୟରେ ରହିବ। ବନ୍ଧୁଙ୍କ ସହିତ ଆଲୋଚନା ପରିସରରେ ଫଳପ୍ରଦ ଆଲୋଚନା କରିପାରନ୍ତି।
ବୃଷ
ବୃଷ
ବନ୍ଧୁଙ୍କ ସହ ତର୍କବିତର୍କ ଉପରାନ୍ତେ ଅବଶ୍ୟ ଆଶା କରିଥିବା ଅର୍ଥ ପାଇପାରିବେ। କର୍ମକ୍ଷେତ୍ରରେ ସ୍ଥଗିତ କାର୍ଯ୍ୟ ସକାଶେ ତପତ୍ରତା ବଢିପାରେ। କୃତ୍ତିକା ନକ୍ଷତ୍ରର ଗୃହ ସମସ୍ୟା ମନରେ ଭାବାନ୍ତର ସୃଷ୍ଟି କରିବ। ମାତ୍ର ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ।
ମିଥୁନ
ମିଥୁନ
ବନ୍ଧୁଙ୍କ ମାଧ୍ୟମରେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ସାମାଜିକ ସ୍ତରରେ ସୁନାମ ଅର୍ଜନ କରିବେ। ପୁନର୍ବସୁ ନକ୍ଷତ୍ର ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ପାରିବାରିକ ଅଶାନ୍ତିର ମୂଳକାରଣ ଜାଣିଥିଲେ ମଧ୍ୟ ଚୁପ୍‌ ରହିବାକୁ ବାଧ୍ୟ ହୋଇପାରନ୍ତି।
କର୍କଟ
କର୍କଟ
ଆଜି ଅଶ୍ଳେଷା ନକ୍ଷତ୍ରର ପାରିବାରିକ ସମ୍ପର୍କରେ ଭୁଲ୍‌ ବୁଝାମଣା ସହ ସାମାଜିକ ସ୍ତରରେ ସମର୍ଥନ ହ୍ରାସ ଘଟିବ। କାମ ଚାପରେ ମନ ଭଲ ରହିବ ନାହିଁ। ଭଲ ସମ୍ପର୍କ ନ ଥିବା ବ୍ୟକ୍ତିମାନଙ୍କ ମିଥ୍ୟା ଅଭିଯୋଗ ସକାଶେ ନିଜ ଲୋକଙ୍କ ଉପରେ ସନ୍ଦେହ କରିପାରନ୍ତି। ଋଣ ସୂତ୍ରରେ ଅର୍ଥଲାଭ କରିବେ, ଶିଳ୍ପ ବାଣିଜ୍ୟରେ ଉନ୍ନତି ଘଟିବ।
ସି˚ହ
ସି˚ହ
ମଘା ନକ୍ଷତ୍ର ବୃଥା ଆଶଙ୍କା, ବାଧ୍ୟବାଧକତାର ଯାତ୍ରା, ଅନ୍ୟମାନଙ୍କ ସକାଶେ ଖର୍ଚ୍ଚାନ୍ତଜନିତ ମନସ୍ତାପ କରିପାରନ୍ତି। ସହକର୍ମୀଙ୍କ ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା ସହ ବାକ୍‌ବିତଣ୍ଡାର ସମ୍ମୁଖୀନ ହେବାକୁ ପଡିପାରେ। ବିଦେଶୀଙ୍କ ଘର କଥା ମନକୁ ବେଶି ଆନ୍ଦୋଳିତ କରିବ।
କନ୍ୟା
ଭଲ ସମ୍ପର୍କ ରହିଥିବା ସହକର୍ମୀଟି ଅର୍ଥ ସଙ୍କଟକୁ ଦୂରେଇବାରେ ସାହାଯ୍ୟ୍ୟ କରିବେ। କୌଣସି ବିଜାତୀୟ ବ୍ୟକ୍ତିଙ୍କ ପ୍ରତ୍ୟକ୍ଷ ସାହାଯ୍ୟ ସମସ୍ୟା ବିଜଡିତ କାର୍ଯ୍ୟକୁ ସମାଧାନ କରିବାରେ ସହାୟକ ହେବ। ରାଜନୈତିକ କ୍ଷେତ୍ରରେ ଏବଂ ବାଣିଜ୍ୟ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ। ଅପରାହ୍ନରେ ଖୋଜୁଥିବା ଜିନିଷ ସୁବିଧାରେ ପାଇଯିବେ।
ତୁଳା
ତୁଳା
ସକାଳୁ ସକାଳୁ ବନ୍ଧୁଙ୍କ ଦ୍ୱାରା କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବେ। ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇପାରନ୍ତି। ସ୍ବାତୀ ନକ୍ଷତ୍ର ଆଜିର ଚେଷ୍ଟା ସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିବେ।
ବିଛା
ବିଛା
ନିଜର କାର୍ଯ୍ୟଦକ୍ଷତା କାରଣରୁ ଉଚ୍ଚ ପଦାଧିକାରୀ ଆପଣଙ୍କ କାର୍ଯ୍ୟ ପରିସରକୁ ବୃଦ୍ଧି କରିପାରନ୍ତି। ଦେଖିଚାହିଁ କାମ କରନ୍ତୁ, ଅନ୍ୟଥା ଅସୁବିଧାରେ ପଡିପାରନ୍ତି। ଅନୁରାଧା ନକ୍ଷତ୍ର ବନ୍ଧୁଙ୍କ ସହ ଆଳାପରେ ବିଶେଷ ସମୟ କଟାଇବେ। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବା ସୂଚନା ରହିଛି।
ଧନୁ
ଧନୁ
ଆଜି ମନୋରଞ୍ଜନର ଶେଷ ପର୍ଯ୍ୟାୟରେ ବନ୍ଧୁମିଳନରେ କଳହର ଆଶଙ୍କା ଦେଖାଦେଇପାରେ। ମାନସିକ ଅସୁସ୍ଥତାଜନିତ ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିବେ। ପାଖ ପଡ଼ୋଶୀଙ୍କ ପରୋକ୍ଷ ଶତ୍ରୁତାର ଚିନ୍ତା ମନକୁ ଆନ୍ଦୋଳିତ କରିବ। ଉତ୍ତରାଷାଢ଼ା ନକ୍ଷତ୍ର ସକାଶେ ଆଜିର ଯାତ୍ରା, ବାଣିଜ୍ୟ ପାଇଁ ଅସୁବିଧା ହେବନି।
ମକର
ମକର
ଶ୍ରବଣା ନକ୍ଷତ୍ର ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ନିଜ ପରିସରରେ ସଙ୍ଗଦୋଷ ପାଇଁ ସମାଲୋଚିତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଶତଭିଷା ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ସମସ୍ୟାକୁ ସୁଧାରି ନେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ହାସଲ କରିବେ। ପାରିବାରିକ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ତଥାପି ସ୍ବାସ୍ଥ୍ୟ ପ୍ରତି ସଚେତନ ରହି କାମ କରିବା ଭଲ ହେବ।
ମୀନମୀନ

ଆଜି ଦିନଟିରେ ଏକାଧାରରେ ମାନସିକ ଓ ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବ। ଯାହା ଓ ଯେମିତି ଚିନ୍ତା କରୁଛନ୍ତି ତାହା ପାଇବାରେ କୈାଣସି ଅସୁବିଧା ରହିବ ନାହିଁ। ବନ୍ଧୁଙ୍କ ସହ ଆଲୋଚନା ପରିପ୍ରେକ୍ଷୀରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ଉତ୍ତରଭାଦ୍ର ନକ୍ଷତ୍ରର ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri