Posted inRasifala

ରାଶିଫଳ: ସୋମବାର , ସେପ୍ଟେମ୍ବର ୯ ତାରିଖ – Daily Horoscope

ମେଷ
ଆଜି ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ରର ସମସ୍ୟା ନେଇ ଚିନ୍ତିତ ହେବେ। ପୂର୍ବ କଳହକୁ ଦୋହରାଇ ନିଜ ଲୋକ ଅନ୍ୟମାନଙ୍କ ସହ ମିଶି ବିରୁଦ୍ଧାଚରଣ କରିବେ। ଆନୁଷ୍ଠାନିକ କାମ ହାସଲ ସକାଶେ ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କୁ ଆପଣେଇ ନେବେ। ବାଣିଜ୍ୟ, ପରିବହନ, ନିର୍ମାଣ, ଅର୍ଥ ସମ୍ପର୍କ କ୍ଷେତ୍ରରୁ ଉପକୃତ ହେବେ।
ବୃଷ
ବୃଷ
ମୃଗଶିରା ନକ୍ଷତ୍ର ସକାଶେ ଚେଷ୍ଟା କରୁଥିବା କାମରେ ସୁଯୋଗ ଛାଏଁ ଆସିବ। ଆଜି ଯାହା କରିବେ ଭାବିଚିନ୍ତି କଲେ ଭଲ ହେବ। ସଭାସମିତିରେ ସତ୍ୟ କଥା ପ୍ରକାଶ କରି ଅପମାନିତ ହୋଇପାରନ୍ତି। ପରିବାରରେ ସନ୍ତାନ ହେତୁକ ଦ୍ୱନ୍ଦ୍ୱର ସମ୍ମୁଖୀନ ହେବା ସାଙ୍ଗକୁ କୌଣସି କାମରେ ମଧ୍ୟସ୍ଥତା କଲେ ଅପମାନିତ ହେବାକୁ ପଡ଼ିବ।
ମିଥୁନ
ମିଥୁନ
ପୁନର୍ବସୁ ନକ୍ଷତ୍ରର ପାରିବାରିକ ସମସ୍ୟା ମନକୁ ବିଚଳିତ କରିବ। ଆନୁଷ୍ଠାନିକ କାମରେ ତଥା କଳା, ସାହିତ୍ୟ, ସାମ୍ବାଦିକତା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ଭଲ ସମ୍ପର୍କ ନ ଥିବା ବ୍ୟକ୍ତି ତଥା ଶତ୍ରୁମାନେ ପରୋକ୍ଷରେ ବହୁତ କଥା କହିବେ ସିନା କିଛି କରି ପାରିବେ ନାହିଁ। ଶିକ୍ଷା, ପରୀକ୍ଷା, ଇଣ୍ଟରଭ୍ୟୁ ଓ ଲେଖାପଢ଼ାରୁ ଶୁଭଫଳ ପାଇବେ।
କର୍କଟ
କର୍କଟ
ଅଶୁଭ ଗ୍ରହଙ୍କ କୁପ୍ରଭାବଜନିତ ଯାତ୍ରାକାଳୀନ ବନ୍ଧୁଙ୍କ ସହ ମତାନ୍ତର ସୃଷ୍ଟି ହୋଇପାରେ। ମନକଥା ମନରେ ରଖିପାରିବେ ନାହିଁ, କେତେକ କ୍ଷେତ୍ରରେ ଅନ୍ୟ ଆଗରେ ପ୍ରକାଶ କରି ଓଲଟା ଫଳ ପାଇବେ। ଈର୍ଷାପରାୟଣ ବନ୍ଧୁଙ୍କ ଦ୍ୱାରା ଗୁଜବ ମନକୁ ଆତଙ୍କିତ କରିପାରେ। ବ୍ୟବସାୟ, ନିର୍ମାଣ, ଆନୁଷ୍ଠାନିକ କାମ, ସଭା ସମିତିରୁ ପ୍ରଶଂସିତ ହେବେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ପୂର୍ବରୁ ଭଲଭାବେ ଚିନ୍ତା କରନ୍ତୁ । ବୁଧାଦିତ୍ୟ ଯୋଗ ପ୍ରଭାବରୁ ପ୍ରଶାସନିକ ସ୍ତରରେ ନିଜର ପ୍ରାଧାନ୍ୟ ଜାହିର କରି କୃତକାର୍ଯ୍ୟ ହେବେ। କିଣାବିକା କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। ସାମାଜିକ ସ୍ତରରେ ଏବଂ ରାଜନୀତି, ସଙ୍ଗଠନ ଓ ସଭାସମିତିରେ ସଫଳତା ହାସଲ କରିବେ।
କନ୍ୟା
ଉତ୍ତରା ଫାଲଗୁନୀ ନକ୍ଷତ୍ର ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ସଫଳ ହେବେ। ସାମାଜିକ ସ୍ତରରେ ସ୍ଥାନୀୟ ବ୍ୟକ୍ତିଙ୍କ ଦ୍ୱାରା ଉପକୃତ ହେବେ। କର୍ମକ୍ଷେତ୍ରର ସମସ୍ୟା ସମାଧାନରେ ସମର୍ଥ ହେବେ। ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ପରିବାରର ଆବଶ୍ୟକତା ପୂରଣ ସକାଶେ ଧାରକରଜ କରି କାମ ଚଳାଇ ନେବେ।
ତୁଳା
ତୁଳା
ଆଜି ଶୁଭଚନ୍ଦ୍ର ପ୍ରଭାବରେ ମନ ଅନୁଯାୟୀ କାମ କରିବାରେ ଅସୁବିଧା ହେବ ନାହିଁ। ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କାର୍ଯ୍ୟ ହାସଲ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ, ସଭା ସମିତିରେ, କଚେରି ମାମଲାରେ ସମ୍ମାନ ଲାଭ କରିବେ। ମୂଲ୍ୟବାନ ଜିନିଷ କିଣିବା, ଗୃହ ନିର୍ମାଣ, ଯାନ ମରାମତି, ପଦସ୍ଥ ବ୍ୟକ୍ତିଙ୍କ ସହ ଆଲୋଚନାରେ ସମୟ କଟାଇବେ।
ବିଛା
ବିଛା
ବିଶାଖା ନକ୍ଷତ୍ର ସକାଶେ ପୂର୍ବାପେକ୍ଷା ଆଜି ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଭୁଲ୍‌ ବୁଝାମଣା ଯୋଗୁ କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିବେ। ଶୀଘ୍ର ଶେଷ କରିବାକୁ ଚାହୁଁଥିଲେ ମଧ୍ୟ ଭାବୁଥିବା କାମଟିକୁ ଶେଷ କରିପାରିବେନି। ପରିବହନରେ ସମସ୍ୟା ଲାଗି ରହିବା ଯୋଗୁ ବ୍ୟସ୍ତ ରହିବେ।
ଧନୁ
ଧନୁ
ଉତ୍ତରାଷାଢ଼ା ନକ୍ଷତ୍ର ଆଜି ଯେତିକି ପାଇବେ ସେତିକିରେ ସନ୍ତୁଷ୍ଟ ରହିବା ଭଲ। ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଏବଂ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ କାମ କଲେ ସଫଳତା ପାଇବେ। ବ୍ୟବସାୟରେ ଭଲ କାରବାର ଆମତ୍ସନ୍ତୋଷ ଦେବ। ସଚେତନତା ଓ ଅବହେଳା କାରଣରୁ ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଇପାରେ।
ମକର
ମକର
କର୍ମକ୍ଷେତ୍ରରେ ଯେତେ ପ୍ରକାର କାମ କଲେ ମଧ୍ୟ ପ୍ରତିବନ୍ଧକ ଯୋଗୁ ପ୍ରଗତିରେ ଅଗ୍ରଗତି ହୋଇପାରିବ ନାହିଁ। ଧନିଷ୍ଠା ନକ୍ଷତ୍ରର ବନ୍ଧୁମାନଙ୍କ ସହ ସମ୍ପର୍କରେ ଉନ୍ନତି ଯୋଗୁ ଖୁସି ରହିପାରନ୍ତି। ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହ ମାଙ୍ଗଳିକ କାର୍ଯ୍ୟ ସକାଶେ ଆଲୋଚନା କରିପାରନ୍ତି।
କୁମ୍ଭ
କୁମ୍ଭ
ଶତଭିଷା ନକ୍ଷତ୍ରର ପିଲାମାନଙ୍କ ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ପାଖରେ ନ ଥିବା ଜିନିଷଟି ପାଇଁ ବନ୍ଧୁଙ୍କ ସହ ତର୍କ ଓ ବିବାଦ ବଢ଼ିବାର ସମ୍ଭାବନା ରହିଛି। ପାରିବାରିିକ କ୍ଷେତ୍ର ବୁଝାମଣା ଭିତ୍ତିରେ ଶୃଙ୍ଖଳିତ ରହିବ। ଈର୍ଷାପରାୟଣ ହୋଇ ନିଜର ଆମତ୍ୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି।
ମୀନମୀନ

ଲକ୍ଷ୍ୟପୂରଣ କରିପାରିବା ହେତୁ ମାନସିକ ସ୍ଥିତି ବହୁତ ଭଲ ରହିବ। ଯାତ୍ରା, ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ ଓ ସଭା ସମିତି ପ୍ରତ୍ୟେକ କ୍ଷେତ୍ରରେ ସଫଳତା ନିଶ୍ଚିତ। ପାରିବାରିକ ସମସ୍ୟା ସମାଧାନ କରିବାରେ ସଫଳ ହେବେ। ରେବତୀ ନକ୍ଷତ୍ର ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେଇ କାମ କରିବା ଭଲ ହେବ। ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ଦେଖି କାମ କରିବା ଠିକ୍‌ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ମାର୍ଚ୍ଚ ୧୮ ତାରିଖ – Daily Horoscope

ମେଷ ଆପଣଙ୍କ ଚିନ୍ତାନୁଯାୟୀ ଆଜିର କାମ ବନ୍ଧୁଙ୍କ ସହାୟତାରେ ସହଜରେ ସମ୍ପନ୍ନ ହେବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୭ ତାରିଖ – Daily Horoscope

ମେଷ ଆଜି ଏକାଦଶ ସ୍ଥାନରେ ଚନ୍ଦ୍ର ସମେତ ଚତୁଃଗ୍ରହ ଯୋଗ କାରଣରୁ ପ୍ରତ୍ୟେକ ଦିଗରୁ ଲାଭବାନ୍‍ ହେବେ। ସନ୍ତାନଙ୍କ କୃତି ଓ କୃତିତ୍ୱରୁ ଖୁସିହେବା ସହ ବନ୍ଧୁ…

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri