Posted inRasifala

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୧୦ ତାରିଖ – Daily Horoscope

ମେଷ
ଆଜି ବିନାମନ୍ତ୍ରିତ ଭାବରେ କେଉଁଠିକୁ ଯିବା କିମ୍ବା କିଛି ପଚାରିବା ପୂର୍ବରୁ କହିବା ଠିକ୍‌ ହେବନାହିଁ। ଶତ୍ରୁତା ଲାଗି ରହିଥିବାରୁ ଅଧିକାଂଶ ସମୟ ମନ ଅସ୍ଥିର ରହିପାରେ। ଗୃହ ସମସ୍ୟା, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବା ହେତୁ ଚିନ୍ତିତ ହେବେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣାଇନେବେ। ବନ୍ଧୁଙ୍କ ସହାୟତାରେ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ଜମିବାଡ଼ି କ୍ରୟ କରିବା କିମ୍ବା ଶିଳ୍ପ, ବାଣିଜ୍ୟ ସକାଶେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ। ସନ୍ତାନଙ୍କ ସ୍ବାସ୍ଥ୍ୟହାନି ଓ ଚିଡ଼ିଚିଡ଼ା ସ୍ବଭାବ ଯୋଗୁ ବିଚଳିତ ରହିପାରନ୍ତି।
ମିଥୁନ
ମିଥୁନ
ପରିବାରର ଖର୍ଚ୍ଚ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ। ପ୍ରଶାସନିକ କ୍ଷେତ୍ରରେ ସବୁ କିଛି ଶେଷ ସମୟରେ ଓଲଟପାଲଟ ହୋଇଯିବା ଆଶଙ୍କା ରହିଛି। ଆଇନର ସହାୟତା ସପକ୍ଷରେ ଯିବାରୁ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହେବ। ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ।
କର୍କଟ
କର୍କଟ
ଯେତେ ଭଲ କାମ କଲେ ମଧ୍ୟ ଭଲ ସମ୍ପର୍କ ନ ଥିବା ବ୍ୟକ୍ତିଙ୍କ ଦ୍ୱାରା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ। ଶତ୍ରୁତା ଲାଗିରହୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ ଅନୁତପ୍ତ ହେବେ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇ ନାସ୍ତିବାଣୀ ଶୁଣାଇବାରୁ ସମ୍ପର୍କହାନି ଘଟିବ।
ସି˚ହ
ସି˚ହ
ଗୁରୁଜନଙ୍କ ପରାମର୍ଶରେ ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଓ ଅଭିଳଷିତ କାର୍ଯ୍ୟ ହାସଲ କରିବେ। ବନ୍ଧୁଙ୍କ କଥାରେ ପ୍ରଭାବିତହୋଇ କୌଣସି ଭୁଲ୍‌ କାମ କରିପାରନ୍ତି। ବ୍ୟବସାୟ ଆଗକୁ ବଢ଼ାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି। ଆମତ୍ୀୟଙ୍କ ପରାମର୍ଶରେ ମାଙ୍ଗଳିକ ଉସତ୍ବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି।
କନ୍ୟା
ଯେତେ ଚେଷ୍ଟାକଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଅନୁଭବ କରିବେ। ପିଲାଙ୍କ କୃତିତ୍ୱ ସକାଶେ ମାନସିକ ସ୍ତରରେ ଗର୍ବ ଅନୁଭବ କରିପାରନ୍ତି। କୌଣସି ବନ୍ଧୁମିଳନରେ ଦୀର୍ଘଦିନରୁ ଭାଙ୍ଗିପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିହୋଇଯିବ। ଅସମର୍ଥିତ ସୂତ୍ରରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି।
ତୁଳା
ତୁଳା
ଖଳଲୋକଙ୍କ ଦ୍ୱାରା ପ୍ରାୟୋଜିତ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। ପରିବାରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ତର୍କର ସମ୍ମୁଖୀନ ହୋଇପାରନ୍ତି। ପିଲାଙ୍କ ସ୍ବାସ୍ଥ୍ୟହାନି, ବନ୍ଧୁଙ୍କ ଅଭିଯୋଗ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ। ଆମତ୍ୀୟମାନଙ୍କ ସହ ସୁସମ୍ପର୍କ ବ୍ୟାହତହେବା ଆଶଙ୍କା ରହିଛି।
ବିଛା
ବିଛା
ଆଜି ରଚନାମତ୍କ କାର୍ଯ୍ୟରୁ ତଥା କଳା, ସାହିତ୍ୟରେ ଓ ଅଭିନୟ ଜଗତରୁ ପ୍ରଶଂସା ପାଇବେ। ଅପରାହ୍ନ ସମୟରେ ଅସାବଧାନତାରୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ। କର୍ମକ୍ଷେତ୍ରର ବିବାଦୀୟ ଘଟଣାରେ ଯେଉଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହେବେ।
ଧନୁ
ଧନୁ
ବୃଥା ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ଛୋଟ କଥାରୁ କଳହ ଲାଗିପାରେ। ପରିବାରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ। ଅନ୍ୟମନସ୍କତା କାରଣରୁ ଯାତ୍ରା ସମୟରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। ସାମାଜିକ ସ୍ତରରେ କେତେକ ନୂତନ କାମର ପରିକଳ୍ପନାକରି ପ୍ରଶଂସିତ ହେବେ।
ମକର
ମକର
ଆପଣଙ୍କ ଦୂରଦର୍ଶିତା କାରଣରୁ ଚିନ୍ତା ଓ କଳ୍ପନା ବାସ୍ତବତାରେ ପରିଣତ ହେବ। ପ୍ରତିଦ୍ୱନ୍ଦ୍ୱିତା ଅଥବା ଦୀର୍ଘ ଦିନରୁ ଲାଗି ରହିଥିବା ବିବାଦୀୟ ଘଟଣାରେ ବିଜୟୀ ହୋଇପାରନ୍ତି। କର୍ମକ୍ଷେତ୍ରରେ ମନକୁ ପାଇଲା ଭଳି କଥା କହି ପରିସ୍ଥିତିକୁ ହାଲୁକା କରିବେ। ସନ୍ତାନହେତୁକ ଆଘାତ ପାଇବେ କିମ୍ବା ସହକର୍ମୀଙ୍କ ସହ ହୃତ୍‌ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବ।
କୁମ୍ଭ
କୁମ୍ଭ
ଆଜି ଆପଣଙ୍କ ସକାଶେ ଯାତ୍ରା ଓ ନୂତନ କର୍ମାରମ୍ଭ ପାଇଁ ଅନୁକୂଳ ଫଳ ପ୍ରଦାନ କରିବ। ମାତ୍ର ଆମତ୍ୀୟ ମାନଙ୍କ ସମ୍ବନ୍ଧରେ ହଠାତ୍‌ କାୈଣସି ଘଟଣା ମନକୁ ବିବ୍ରତ କରିପାରେ। ଜମିଜମା ସମସ୍ୟା କ୍ରମଶଃ ଜଟିଳ ହେବ, ମାତ୍ର ତାହା ଅସ୍ଥାୟୀ ଭଳି ମନେକରିପାରନ୍ତି। ବାଣିଜ୍ୟ, ବ୍ୟବସାୟରୁ ଲାଭବାନ୍‌ ହେବେ, କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା କମିବ ନାହିଁ।
ମୀନମୀନ

ସାମଗ୍ରିକ ଦୃଷ୍ଟିକୋଣରୁ ଦିନଟି ପ୍ରୀତିପ୍ରଦ ରହିବ ଓ ମନ ଅନୁଯାୟୀ କାମ ହାସଲ କରିବେ। ବନ୍ଧୁଙ୍କ ସାହାଯ୍ୟରୁ ପାରିବାରିକ ସମସ୍ୟା ସମାଧାନ ହେବ। ଅସୁବିଧା ନ ଥିଲେ ମଧ୍ୟ ଅଫିସିଆଲି ସମସ୍ୟା କାରଣରୁ ମନରେ ସ୍ଥିରତା ରହି ନ ପାରେ। ଅସହିଷ୍ଣୁ ମନୋଭାବରୁ ବିରୋଧୀ ପକ୍ଷ ସକ୍ରିୟ ହେବେ। ଅର୍ଥ ସଙ୍କଟ ପରିବାରିକ କାମର ଗତିରୋଧ କରିପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri