Posted inRasifala

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ
ସହକର୍ମୀଙ୍କ ସାହାଯ୍ୟ ପାଇ କାମକୁ ତ୍ୱରାନ୍ବିତ କରିବା ନିଷ୍ପତ୍ତି ନେବେ। ଅବହେଳାରୁ ସ୍ବାସ୍ଥ୍ୟରେ ବ୍ୟତିକ୍ରମ ଦେଖା ଦେଇପାରେ। ପ୍ରଶାସନ, ଆଇନ ଅଦାଲତ, ସଭା ସମିତି ଓ ରପ୍ତାନି ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଉପକୃତ ହେବେ। ଜନକଲ୍ୟାଣ ଦିଗରେ ଅଗ୍ରଣୀ ଭୂମିକା ଗ୍ରହଣ କରି ସାମାଜିକ ସ୍ତରରେ ପ୍ରଶଂସିତ ହୋଇପାରନ୍ତି।
ବୃଷ
ବୃଷ
ଆଜିିର ବ୍ୟୟବହୁଳ ଜୀବନଯାତ୍ରା ହେତୁ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶ୍ରୁତି ପାଇ ଟେନ୍‌ସନ ଦୂର ହେବ। କଳା ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ରକ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ। ସାଧାରଣ କଥାକୁ କେନ୍ଦ୍ରକରି ବାଦବିବାଦଜନିତ ପରିବାରରେ ଅଶାନ୍ତି ସୃଷ୍ଟି ହୋଇପାରେ।
ମିଥୁନ
ମିଥୁନ
ପରିବାରରେ ଭୁଲ୍‌ ବୁଝାମଣା କାରଣରୁ ବିବାଦୀୟ ପରିସ୍ଥିତି ଉପୁଜିପାରେ। ଶିକ୍ଷା, ପରୀକ୍ଷା, ବନ୍ଧୁ ସମ୍ପର୍କ ସ୍ଥାପନରେ ଆଶା ଅନୁଯାୟୀ ଫଳ ପାଇବେ। କର୍ମଦକ୍ଷତା ହେତୁ ଉପର ଅଧିକାରୀ ଆପଣଙ୍କ ପ୍ରଶଂସା କରିପାରନ୍ତି। ରାଜନୈତିକ କିମ୍ବା ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ।
କର୍କଟ
କର୍କଟ
ଯେତେ ଭଲ ଚିନ୍ତା କଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ମନୋଭାବକୁ ସହଜରେ ବୁଝିପାରିବେ ନାହିଁ। ଅଟକି ରହିଥିବା କାମ ସମ୍ପନ୍ନ ହେବାରେ ବନ୍ଧୁ ସାହାଯ୍ୟ କରିବେ। ଅଂଶୀଦାରଙ୍କ ପରାମର୍ଶରେ ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ସଫଳତା ହାସଲ କରିବେ। ପାରିବାରିକ କ୍ଷେତ୍ରରେ ଅନ୍ୟଦ୍ୱାରା ପ୍ରଭାବିତ ହୋଇ ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି।
ସି˚ହ
ସି˚ହ
ଆପଣଙ୍କ ଉନ୍ନତିରେ ପଡ଼ୋଶୀ ଈର୍ଷାପରାୟଣ ହୋଇ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି କରିପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଊଣା ନ ହେଲେ ମଧ୍ୟ ମାନସିକ ଶାନ୍ତି ବ୍ୟାହତ ହୋଇପାରେ। ଅଫିସରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବାର ଆଶା ରହିଛି। କ୍ରୀଡ଼ା, ସଙ୍ଗୀତ ଓ ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ପ୍ରତିଯୋଗିତା ଲାଗିରହିବ।
କନ୍ୟା
ଆନୁଷଙ୍ଗିକ ସାହାଯ୍ୟ ସହଯୋଗରୁ ଆଜିର କାମ ସାଧନ କରିପାରିବେ। ମିତ୍ରମାନେ ସୁପରାମର୍ଶ ନ ଦେଇ କିଛି ସମସ୍ୟାମୂଳକ କାମ ପ୍ରତି ପ୍ରଲୋଭିତ କରାଇ ପାରନ୍ତି। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ପ୍ରଶଂସିତ ହେବେ। ପାରିବାରିକ ସ୍ତରରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି।
ତୁଳା
ତୁଳା
ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତିଲାଭ କରିବେ। ପରୋକ୍ଷଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖା ଦେଇପାରେ। ଆଜି ପ୍ରିୟ ବନ୍ଧୁମାନଙ୍କ ସହ ବିଭିନ୍ନ ସ୍ଥାନ ପରିଦର୍ଶନର ମଉକା ଜୁଟିବ। ପରିବାର, କର୍ମକ୍ଷେତ୍ର, ଅର୍ଥ ସମ୍ପର୍କିତ କଥା ଆଲୋଚନା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ।
ବିଛା
ବିଛା
ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କ ସୌଜନ୍ୟରୁ ହୋଇଯିବ। ଦୃଢ଼ ପଦକ୍ଷେପ ନେଇ ବକେୟା ଅର୍ଥକୁ ହାସଲ କରିବାରେ ବନ୍ଧୁ ସାହାଯ୍ୟ କରିବେ। ବ୍ୟବସାୟୀମାନଙ୍କ ଆର୍ଥିକ ସ୍ଥିତିରେ ଅବନତି ଆସିପାରେ। ଆକସ୍ମିକ କେତେକ ସମସ୍ୟା ଦେଖାଦେବାରୁ ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ବିବ୍ରତ ହୋଇପାରନ୍ତି।
ଧନୁ
ଧନୁ
ସକାଳୁ ସକାଳୁ ଜଣେ ବନ୍ଧୁ ଆସି କୌଣସି ଗୁରୁତ୍ୱପୂର୍ଣ୍ଣ କଥା କହିପାରନ୍ତି। କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବାକୁ ବାଧ୍ୟ ହେବେ। ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇପାରନ୍ତି। ପରୋକ୍ଷ ଶତ୍ରୁତା ଯୋଗୁ କର୍ମକ୍ଷେତ୍ର ବିବାଦୀୟ ହେବାର ଆଶଙ୍କା ରହିଛି।
ମକର
ମକର
ଆଜି ଯାହା କିଛି କରିବେ ସେଥିରେ ସାମାନ୍ୟ ବ୍ୟତିକ୍ରମ ଦେଖା ଦେଇ ପାରେ। ପ୍ରତ୍ୟେକ କ୍ଷେତ୍ରରେ ପୂର୍ବଶତ୍ରୁତା ପ୍ରତି ସତର୍କ ରହି କାମ କରିବା ଭଲ ହେବ। ଅବଶ୍ୟ ଆପଣ ମୁହଁ ଖୋଲିଲେ ପାଖ ପଡ଼ୋଶୀଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ସାଧାରଣ ଘଟଣାରେ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି।
କୁମ୍ଭ
କୁମ୍ଭ
ମନୋବଳ ବୃଦ୍ଧି କାରଣରୁ କର୍ମକ୍ଷେତ୍ରରେ ଅଗ୍ରଗାମୀ ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, କଚେରି ମାମଲାରେ ଉନ୍ନତି ହେବ। ପରିବାର ଭିତରେ ବସନ ଭୂଷଣ ପ୍ରଭୃତି କ୍ରୟ କରିବା ନେଇ ସମସ୍ୟା ଦେଖା ଦେଇପାରେ। ବନ୍ଧୁଙ୍କ ସହ ପାରସ୍ପରିକ ଅସହଯୋଗ କେତେକ ସାଧାରଣ ସମସ୍ୟା ସୃଷ୍ଟି କରିବାର ସୂଚନା ରହିଛି।
ମୀନମୀନ

ସାମାନ୍ୟ ବିଳମ୍ବ ହେଲେ ମଧ୍ୟ ହାତକୁ ନେଇଥିବା କାମ ଅଟକି ରହିବ ନାହିଁ। କର୍ମକ୍ଷେତ୍ରର କେତେକ ଫାଇଲ୍‌ କାମ ସକାଶେ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ଆନୁଷ୍ଠାନିକ କିମ୍ବା ସାମାଜିକ କାମରେ ଖଟଣି ବଢ଼ିଯିବ। ବ୍ୟବସାୟ, ପରିବହନ ଓ ଯାତ୍ରାରେ ସୁଫଳ ପାଇବାର ଆଶା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଫେବୃଆରୀ ୬ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ଦୃଷ୍ଟିରେ ଚନ୍ଦ୍ର ଥିବାରୁ ଉଦାସ ରହିପାରନ୍ତି ଏବଂ କାମ ସକାଶେ ନିରୁତ୍ସାହିତ ରହିବେ। ସନ୍ତାନଙ୍କ ବୈବାହିକ ସମ୍ବନ୍ଧ ସମ୍ପର୍କିତ ଆଲୋଚନା କରିପାରନ୍ତି। କିନ୍ତୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୫ ତାରିଖ – Daily Horoscope

ମେଷ  ଆଜି ଉତ୍ତରାଫାଲଗୁନୀ ନକ୍ଷତ୍ରରେ ଚନ୍ଦ୍ର କର୍ମଜଞ୍ଜାଳଜନିତ ବ୍ୟସ୍ତତା ବୃଦ୍ଧି କରାଇପାରନ୍ତି। ସ୍ବାସ୍ଥ୍ୟୋନ୍ନତି ଓ କାର୍ଯ୍ୟସିଦ୍ଧିରୁ ଯେତିକି ଖୁସି ହେବେ ଭ୍ରାତୃବିବାଦ ଓ ବନ୍ଧୁସମ୍ପର୍କହାନିରୁ ସେତିକି ଦୁଃଖୀ…

ରାଶିଫଳ: ବୁଧବାର, ଫେବୃଆରୀ ୪ ତାରିଖ – Daily Horoscope

ମେଷ ଚତୁଃଗ୍ରହ କର୍ମସ୍ଥାନରେ କାର୍ଯ୍ୟସିଦ୍ଧି, ଅର୍ଥ ଓ ସମ୍ମାନ ଲାଭ କରାଇବେ। କିନ୍ତୁ ନିକିତି ତଉଲ ପରି ପାରିବାରିକ ଜୀବନର ପଲା ନିମ୍ନାଭିମୁଖୀ ହେତୁ ମନାନ୍ତର ଓ…

ରାଶିଫଳ: ମଙ୍ଗଳବାର , ଫେବୃଆରୀ ୩ ତାରିଖ – Daily Horoscope

ମେଷ କେତୁଯୁକ୍ତ ଚନ୍ଦ୍ର କୋଣଭାବସ୍ଥ ଯୋଗୁ କର୍ମକ୍ଷେତ୍ରରେ ଟେନ୍‍ସନ ଲାଗି ରହିବ। ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା…

ରାଶିଫଳ: ସୋମବାର , ଫେବୃଆରୀ ୨ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଦ୍ୱିଜା ନକ୍ଷତ୍ର ସମସ୍ତ ସମସ୍ୟାକୁ ପ୍ରତିହତ କରିବାରେ ସମର୍ଥ ହେବେ। ନିଜ ଲୋକ ବିରୁଦ୍ଧାଚରଣ କରିପାରନ୍ତି। ଯାନବାହନ, ହୋଟେଲଶିଳ୍ପ, ଛୋଟ ଦୋକାନ, ଆନୁଷ୍ଠାନିକ…

ରାଶିଫଳ: ରବିବାର, ଫେବୃଆରୀ ୧ ତାରିଖ – Daily Horoscope

ମେଷ ଆଜି ପୁଷ୍ୟା ନକ୍ଷତ୍ରରେ ଚନ୍ଦ୍ର ପରିବାର ଓ କର୍ମକ୍ଷେତ୍ରର ସ୍ଥିତିକୁ କେନ୍ଦ୍ର କରି ଭାବପ୍ରବଣ କରାଇବ। ସାମାଜିକ ସ୍ତରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାର ସୁଯୋଗ…

ରାଶିଫଳ: ଶନିବାର, ଜାନୁଆରୀ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହଚକ୍ରର ଅନୁକୂଳତା କର୍ମକ୍ଷେତ୍ର, ପାରିବାରିକ ଏବଂ ସାମାଜିକ ଦିଗକୁ ଋଦ୍ଧିମନ୍ତ କରିବ। ଶିଳ୍ପ, ନିର୍ମାଣ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହେବ। ଆନୁଷ୍ଠାନିକ କାମରେ…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୩୦ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ଯାତ୍ରା, ବାଣିଜ୍ୟ, ପାରିବାରିକ ସୁଖ, ସମୃଦ୍ଧିକୁ ଋଦ୍ଧିମନ୍ତ କରିବ। ଏପରି କି ଏକାଧାରରେ ଅର୍ଥ, ସମ୍ମାନ, ସ୍ବାଗତ, ସମ୍ବର୍ଦ୍ଧନା ପାଇବାର ଯୋଗ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri