Posted inRasifala

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ
ଆଜି ଲି-ନାମାକ୍ଷର ବ୍ୟକ୍ତିଙ୍କ ଦୈହିକ ଓ ମାନସିକ ସୁସ୍ଥତା ବ୍ୟାହତ ହେବ। ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟ ଓ ଆନୁଷ୍ଠାନିକ କାମରେ ସଫଳତା ମିଳିବ। ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଦୀର୍ଘ ଦିନର ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ ମନ ବଳାଇ କାମରେ ଲାଗି ପାରନ୍ତି।
ବୃଷ
ବୃଷ
ବ-ନାମାକ୍ଷର ବ୍ୟକ୍ତି ପ୍ରତି ଭୁଲ୍‌ ବୁଝାମଣା କାରଣରୁ ଘରର ସଦସ୍ୟ ବିରକ୍ତି ପ୍ରକାଶ କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବାକୁ ପଡ଼ିପାରେ। ଆକସ୍ମିକ ଭାବରେ କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗଦେଇପାରନ୍ତି। ସଙ୍ଗୀତ, କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ।
ମିଥୁନ
ମିଥୁନ
ପ୍ରିୟ ବନ୍ଧୁଙ୍କ ସମ୍ପର୍କରେ ନୂ୍ୟନତା ଅବଲୋକନ କରି ମାନସିକ ସ୍ଥିରତା ରହିବ ନାହିଁ। ପୂର୍ବ ଯୋଜନା ଅନୁଯାୟୀ କର୍ମ କଲେ କେତେକାଂଶରେ ସଫଳତା ପାଇବେ। ଘ-ନାମାକ୍ଷର ବ୍ୟକ୍ତିଙ୍କୁ ପୁରାତନ ରୋଗର ପୀଡ଼ା କାମ କରିବାକୁ ନିରୁତ୍ସାହିତ କରିପାରେ। ଆଜି ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସକାଶେ ଦିନଟି ବହୁତ ଭଲ।
କର୍କଟ
କର୍କଟ
ବିଭିନ୍ନ ପାରିବାରିକ ସମସ୍ୟାକୁ ନେଇ ଅସୁବିଧା ଭିତରେ ଚଳିବାକୁ ପଡ଼ିପାରେ। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନରେ ସମର୍ଥ ହେବେ। ବନ୍ଧୁଟିଏ ନିଜର ପାରିବାରିକ କ୍ଷେତ୍ରର ଅଭିମାନଭରା କଥା କହି ଦୁଃଖ କରିପାରନ୍ତି। ହେ-ନାମାକ୍ଷର ବ୍ୟକ୍ତି ସାମାଜିକ ସ୍ତରରେ ସେବା ମନୋଭାବରୁ ପ୍ରଶଂସିତ ହେବେ।
ସି˚ହ
ସି˚ହ
ଆଜି ସକାଳୁ ବନ୍ଧୁଙ୍କ ସାକ୍ଷାତରୁ ଉପକୃତ ହୋଇ ପାରନ୍ତି। କର୍ମକ୍ଷେତ୍ରରେ ମାତ୍ରାଧିକ ଭ୍ରମଣ ଓ କାମର ଚାପ ଯୋଗୁ କ୍ଳାନ୍ତି ଅନୁଭବ କରିବେ। ଆକସ୍ମିକ ଭାବରେ ପଦସ୍ଥ ବ୍ୟକ୍ତିଙ୍କ କିଛି ଆଶ୍ୱସ୍ତି ସୂଚକ କଥା ଶୁଣି ମନ ହାଲୁକା ହୋଇଯିବ। ମ-ନାମାକ୍ଷର ବ୍ୟକ୍ତି ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜର କାମଟିକୁ ଅବହେଳା କରିପାରନ୍ତି।
କନ୍ୟା
ପୂ-ନାମାକ୍ଷର ବ୍ୟକ୍ତି ପାରିବାରିକ ଅଶାନ୍ତି କାରଣରୁ ପ୍ରତ୍ୟେକ କାମରେ ନିରୁତ୍ସାହିତ ରହିବେ। ଆଜିର ଯାତ୍ରାରେ ଲକ୍ଷ୍ୟସ୍ଥଳରେ କିଛିଟା ହଇରାଣ ହରକତ ହେବାକୁ ପଡିପାରେ। କୌଣସି ଗୃହୋପକରଣ କିଣିବା ସକାଶେ ଯୋଜନା କରିବେ। ବିବାଦୀୟ କଥାରେ କିମ୍ବା ସମସ୍ୟା ଥିବା ଘଟଣାରେ ମୁଣ୍ଡ ନ ପୂରାଇବା ଭଲ ହେବ।
ତୁଳା
ତୁଳା
ରୁ-ନାମାକ୍ଷର ବ୍ୟକ୍ତି ଆରମ୍ଭ କରିଥିବା କାମଟି ସମ୍ପନ୍ନ ହେବାରେ ଅସୁବିଧା ରହିବ ନାହିଁ। କେତେକ ଦୀର୍ଘ ମିଆଦୀ ଯାଜନା ଫସର ଫାଟିଯିବାରୁ ମନ ଭଲ ରହିବ ନାହିଁ। ଯେତେ ଭଲ କାମ କଲେ ସୁଦ୍ଧା ଅନ୍ୟର କାନ କୁହା କଥା ଶୁଣି ବନ୍ଧୁ ଦୂରେଇ ରହିପାରନ୍ତି। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ।
ବିଛା
ବିଛା
କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାରର କୌଶଳ ଅବଲମ୍ବନ କରି ଆଶା ପୂରଣ ଦିଗରେ ଚେଷ୍ଟା କରିପାରନ୍ତି। ସାହିତ୍ୟ, ସଙ୍ଗୀତ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିବେ। ନ-ନାମାକ୍ଷର ବ୍ୟକ୍ତି ବିଶ୍ୱାସର ସହ କାମ କରି ଚାଲନ୍ତୁ ସହଯୋଗର ଅଭାବ ରହିବ ନାହିଁ। ନିର୍ମାଣ କ୍ଷେତ୍ରରେ ଅଟକିଥିବା କାମକୁ ପୂରା ଦମରେ କରିବା ନିଷ୍ପତ୍ତି ନେବେ।
ଧନୁ
ଧନୁ
ଭ-ନାମାକ୍ଷର ବ୍ୟକ୍ତିଙ୍କର ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ହେବ। ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ବ୍ୟବସାୟ, ବାଣିଜ୍ୟରେ କ୍ଷତି ଭରଣା ସକାଶେ ପ୍ରଯନତ୍ କରିପାରନ୍ତି। ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ଏକପ୍ରକାର ଭଲ ହେବ।
ମକର
ମକର
ପରିସ୍ଥିତି ଯାହା ହେଉନା କାହିଁକି, ଆଜି ସବୁ କାମ ସାରିବାକୁ ବାଧ୍ୟ ହେବେ। ବାଣିଜ୍ୟ କ୍ଷେତ୍ରରେ ଲାଭ ସାଙ୍ଗକୁ କଳା ସାହିତ୍ୟରେ ସମସ୍ୟା ସମାଧାନ ହେବ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଭାବି ଓଲଟି ଦୋଷାରୋପ କରିବେ। ଖ-ନାମାକ୍ଷର ବ୍ୟକ୍ତିଙ୍କ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ କରିବେ।
କୁମ୍ଭ
କୁମ୍ଭ
ଶ-ନାମାକ୍ଷର ବ୍ୟକ୍ତିଙ୍କ ପରିବାରରେ ଋଣ ପରିଶୋଧ କରିବା ହେତୁକ ସମସ୍ୟା ଲାଗି ରହିବ। ପାରିବାରିକ ଶୃଙ୍ଖଳା ରକ୍ଷା କରିବାକୁ ଯାଇ ବହୁତ କଷ୍ଟ ସ୍ବୀକାର କରିବାକୁ ପଡ଼ିପାରେ। କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହୋଇପାରନ୍ତି। ଯାତ୍ରା କାଳରେ କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ।
ମୀନମୀନ

ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ଅଫିସ୍‌ କାମର ଜଞ୍ଜାଳ ବୃଦ୍ଧି ପାଇପାରେ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। ଦ-ନାମାକ୍ଷର ବ୍ୟକ୍ତିଙ୍କ ପାଇଁ ଦିନଟି ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

ରାଶିଫଳ:ଶୁକ୍ରବାର, ସେପ୍ଟେମ୍ବର ୧୧ ତାରିଖ – Daily Horoscope

ମେଷ ଆଜି କୋଣଭାବସ୍ଥ ଚନ୍ଦ୍ର ପାପଗ୍ରହ ଯୁକ୍ତ କାରଣରୁ ସନ୍ତାନ ହେତୁକ ଦୁଃଶ୍ଚିନ୍ତା ଲାଗିରହିବ।ରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବିଶେଷ ଭଲ ରହିନପାରେ। ସ୍ବଗୃହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?