Posted inRasifala

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ
ଆଜି କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ସହ ଅନୁକୂଳ ବାତାବରଣ ସୃଷ୍ଟିହେବ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଭଲ ଦିନଟିଏ କହିଲେ ଅତ୍ୟୁକ୍ତି ହେବନାହିଁ। ଛୋଟ କଥାରୁ ମତାନ୍ତର ମାନସିକ ଅଶାନ୍ତି ସୃଷ୍ଟି କରିବ। କୃତ୍ତିକା ନକ୍ଷତ୍ର ସକାଶେ ଆମତ୍ୀୟ ଅସୁବିଧାରେ ପକାଇବାକୁ ଚେଷ୍ଟାକରି ବିଫଳ ହେବେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବାରେ ପ୍ରତିବନ୍ଧକ ରହିବ ନାହିଁ। ମୃଗଶିରା ନକ୍ଷତ୍ର ପାଇଁ ଆଜିର ଯାତ୍ରା ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ଆର୍ଥିକ ଅନଟନ ମଧ୍ୟରେ ହାତକୁ ନେଇଥିବା କାମଟି ଅଧାରେ ଅଟକିଯାଇପାରେ। ଯାନବାହନ, ଜମି କ୍ରୟବିକ୍ରୟ ନେଇ ଆଲୋଚନାରେ ଅଗ୍ରଗତି ଘଟିବ।
ମିଥୁନ
ମିଥୁନ
ଆରଦ୍ରା ନକ୍ଷତ୍ରର ବିଭିନ୍ନ ସମସ୍ୟାକୁ କେନ୍ଦ୍ରକରି ମାନସିକ ସ୍ଥିରତା ରହି ନ ପାରେ। କର୍ମକ୍ଷେତ୍ରରେ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇଲେ ମଧ୍ୟ ତାହାକୁ ଅସ୍ବୀକାର କରିଦେଇପାରନ୍ତି। ସଭାସମିତି, ଜମିଜମା, ଚୁକ୍ତିପତ୍ର, ଆଇନ ଅଦାଲତ କ୍ଷେତ୍ରରେ ସୁଫଳ ପାଇବେ।
କର୍କଟ
କର୍କଟ
କର୍ମଜଞ୍ଜାଳର ଗୁରୁତ୍ୱ ଦୃଷ୍ଟିରୁ ଆଜି ଗୋଟିଏ ସ୍ଥାନରେ ସ୍ଥିର ରହିପାରିବେ ନାହିଁ। ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିଙ୍କ ଅକାଟ୍ୟ ଯୁକ୍ତି ଗ୍ରହଣକରିବାକୁ ବାଧ୍ୟ ହେବେ। ଦକ୍ଷତା ଓ ସଚ୍ଚୋଟତା କାରଣରୁ କର୍ମକ୍ଷେତ୍ରରେ ସହଯୋଗ, ସମ୍ମାନ ପାଇବେ। ପୁନର୍ବସୁ ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ, ପ୍ରଶାସନ ଓ ପରିବହନ କ୍ଷେତ୍ରରୁ ସମସ୍ୟା ଦୂରହୋଇଯିବ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କାରଣରୁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବେ। ସହକର୍ମୀଙ୍କ ସହ ସମ୍ପର୍କ ଯୋଡ଼ିବାରେ ଆପଣଙ୍କ କୌଶଳ କିଛି ସାହାଯ୍ୟ କରିପାରେ। ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ବିଳମ୍ବରେ ପାଇବେ। ଉତ୍ତରାଫାଲ୍‌ଗୁନୀ ନକ୍ଷତ୍ର ସକାଶେ ପରିବାରର ଖର୍ଚ୍ଚ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ।
କନ୍ୟା
ହସ୍ତା ନକ୍ଷତ୍ରର ସବୁ ସୁବିଧା ଥିଲେ ମଧ୍ୟ କୌଣସି କାମ ସହଜରେ ସମ୍ପନ୍ନ ହେବନାହିଁ। ଗଠନମୂଳକ କିମ୍ବା ସାମୂହିକ କାମରେ ଅଥବା ରାଜନୈତିକ କ୍ଷେତ୍ରରେ ଲୋକସମ୍ପର୍କ ବଢ଼ିବ। ସାମାଜିକ ସ୍ତରରେ ଉନ୍ନତ ଚିନ୍ତା ତଥା ସେବା ମନୋଭାବରୁ ପ୍ରଶଂସିତ ହେବେ। ସୁସମ୍ପର୍କ ରହିଥିବା ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ।
ତୁଳା
ତୁଳା
ସମ୍ପର୍କୀୟମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। ପରିବାରର ଆବଶ୍ୟକତା ସକାଶେ ଅର୍ଥ ଯୋଗାଡ଼ରେ ମନୋନିବେଶ କରିପାରନ୍ତି। ସ୍ବାତୀ ନକ୍ଷତ୍ରର ସତର୍କତା ଅଭାବରୁ ଜିନିଷପତ୍ର ହଜିଯାଇପାରେ। କର୍ମାରମ୍ଭ, ବାଣିଜ୍ୟ, ପ୍ରକାଶନ, ପ୍ରଶାସନ, ନିର୍ମାଣ ଓ ପରିବହନ ପାଇଁ ଦିନଟି ଭଲ।
ବିଛା
ବିଛା
ଅନୁରାଧା ନକ୍ଷତ୍ର ପରିବାରରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। ବ୍ୟବସାୟ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ନେବାକୁ ସ୍ଥିରକରିବେ। ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ଓ ସାହାଯ୍ୟ ମଧ୍ୟ କରିବେ। ଆଇନ ସହାୟତା ଲାଭକରି ମାଲି ମକଦ୍ଦମା ଫଇସଲା ହେବା ସମ୍ଭାବନା ରହିଛି।
ଧନୁ
ଧନୁ
ଆଜିର କର୍ମକ୍ଷେତ୍ରରେ ସମସ୍ୟା ଯଦିଓ ଆସିବ ତଥାପି ବେଶି ସମୟ ତିଷ୍ଠିରହିବ ନାହିଁ। ସାମାଜିକ ସ୍ତରରେ ସରଳଭାବେ ଅନ୍ୟମାନଙ୍କୁ ବିଶ୍ୱାସକରି ହଇରାଣରେ ପଡ଼ିପାରନ୍ତି। ଶାରୀରିକ ସୁସ୍ଥତା ଫେରିଆସିବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ଉତ୍ତରାଷାଢ଼ା ନକ୍ଷତ୍ର ସକାଶେ କୌଣସି ସମସ୍ୟା ମନକୁ ବାରମ୍ବାର ଆନ୍ଦୋଳିତ କରିବ।
ମକର
ମକର
ଯେତେ ଭଲ କାମ କଲେ ମଧ୍ୟ କର୍ମକ୍ଷେତ୍ରରେ ପ୍ରତିବନ୍ଧକର ସାମ୍ନା କରିବେ। ଶ୍ରବଣା ନକ୍ଷତ୍ରର ସ୍ତ୍ରୀଙ୍କ ସହ ଭୁଲ୍‌ ବୁଝାମଣାରୁ ପରିସ୍ଥିତି ଅଶାନ୍ତ ରହିବ। ଶିଳ୍ପ, ବାଣିଜ୍ୟର ପ୍ରତିବନ୍ଧକ ଅଳ୍ପ ସମୟ ମଧ୍ୟରେ ଦୂରେଇ ଯିବ। ପରିବାର ସକାଶେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ।
କୁମ୍ଭ
କୁମ୍ଭ
ପୂର୍ବ ଭାଦ୍ରପଦ ନକ୍ଷତ୍ରର ପାରିବାରିକ ଅଭାବବୋଧ ଲାଗି ରହିବାରୁ ବ୍ୟସ୍ତତା ବଢ଼ିଯିବ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ ସତ, ତାହା ସନ୍ତୋଷ ଦେବ ନାହିଁ। ରାଜନୀତି, ପ୍ରକାଶନ, ପ୍ରଶାସନ ଓ ପରିବହନରେ ସମସ୍ୟା ସମାଧାନର ରାସ୍ତା ଖୋଲିଯିବ। ବାକି ପଡ଼ିଥିବା ଟଙ୍କା ଫେରି ନ ପାଇବାରୁ ଚିନ୍ତିତ ରହିପାରନ୍ତି।
ମୀନମୀନ

ଉତ୍ତରଭାଦ୍ରପଦ ନକ୍ଷତ୍ରର ଆଜି ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରଶଂସିତ ହେବେ। ଆର୍ଥିକ ସ୍ବଚ୍ଛଳତା ବଢ଼ିଯିବା କାରଣରୁ କିମ୍ବା ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହୋଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ କରିବାରେ ସଫଳ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୯ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ଉଚ୍ଚାବସ୍ଥାନ କାରଣରୁ ସ୍ବାସ୍ଥ୍ୟ ଭଲ ରହିବା ସହ ଅଭିଳଷିତ କାର୍ଯ୍ୟ ସମ୍ପନ୍ନ ହେବ। ଅସହିଷ୍ଣୁ ମନୋଭାବରୁ ଟିକିଏ କଥାରେ ବନ୍ଧୁଙ୍କ ସହ କଳହ ଲାଗିପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୮ ତାରିଖ – Daily Horoscope

ମେଷ ଆପଣଙ୍କ ଚିନ୍ତାନୁଯାୟୀ ଆଜିର କାମ ବନ୍ଧୁଙ୍କ ସହାୟତାରେ ସହଜରେ ସମ୍ପନ୍ନ ହେବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୭ ତାରିଖ – Daily Horoscope

ମେଷ ଆଜି ଏକାଦଶ ସ୍ଥାନରେ ଚନ୍ଦ୍ର ସମେତ ଚତୁଃଗ୍ରହ ଯୋଗ କାରଣରୁ ପ୍ରତ୍ୟେକ ଦିଗରୁ ଲାଭବାନ୍‍ ହେବେ। ସନ୍ତାନଙ୍କ କୃତି ଓ କୃତିତ୍ୱରୁ ଖୁସିହେବା ସହ ବନ୍ଧୁ…

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri