Posted inRasifala

ରାଶିଫଳ: ଶୁକ୍ରବାର, ନଭେମ୍ବର ୧୨ ତାରିଖ – Daily Horoscope

ମେଷ
ଦୈହିକ ଦୁର୍ବଳତା ସଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ ଆପଣଙ୍କୁ ବିବ୍ରତ କରାଇବ। ବୁଝାମଣା ଭଲ ରହିବା ଯୋଗୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅଫିସରେ ଝଗଡ଼ା ଲାଗିପାରେ। ଏକ ନିର୍ଦ୍ଦିଷ୍ଟ ଉଦ୍ଦେଶ୍ୟରେ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖ ପ୍ରକାଶ କରିପାରନ୍ତି।
ବୃଷ
ବୃଷ
କର୍ମକ୍ଷେତ୍ରରେ ବହୁବିଧ ସମସ୍ୟା ଲାଗି ରହିବା ହେତୁ ମନୋବଳ ଭାଙ୍ଗିଲାଭଳି ଅନୁଭବ କରିବେ। ଅନ୍ୟ ମାନଙ୍କ ଉପରେ ବିରକ୍ତି ପ୍ରକାଶ କଲେ ସମସ୍ୟା କମିବା ବଦଳରେ ବିଶେଷ ଭାବେ ବୃଦ୍ଧି ପାଇବ। ଶିଳ୍ପ,ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପ୍ରାୟତଃ ଭଲରେ ଚାଲିବ। ପରିବହନରେ କ୍ଷତି କିମ୍ବା ଆକସ୍ମିକ ସମସ୍ୟାର ଆଶଙ୍କା ରହିଛି।
ମିଥୁନ
ମିଥୁନ
ପରିବାର ଭିତରେ ସୁସମ୍ପର୍କ ହାନି ଫଳରେ ଚିନ୍ତା ପ୍ରକଟ କରିପାରନ୍ତି। କର୍ମକ୍ଷେତ୍ରରେ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ। ବ୍ୟବସାୟୀ ମାନେ ଅଧିକ ପରିଶ୍ରମ କଲେ ମଧ୍ୟ ସଂଯମତାର ଅଭାବ ଓ ଧନହାନି ଦୁଶ୍ଚିନ୍ତାର କାରଣ ହୋଇପାରେ। ବନ୍ଧୁଙ୍କ ପରୋକ୍ଷ ଶତ୍ରୁତା ଓ ମିଥ୍ୟାରୋପ ଅଶାନ୍ତିର ମୁଖ୍ୟ କାରଣ ହେବ।
କର୍କଟ
କର୍କଟ
କାମଟିକୁ ସୁରୁଖୁରୁରେ କରିପାରିବା କାରଣରୁ ଟେନସନ୍‌ କମିଯିବ। ପରିବାରରେ ପୂର୍ବ ସମସ୍ୟା ସମାଧାନ ହେବାରେ କୌଣସି ନୀଚ ଜାତିର ବ୍ୟକ୍ତି ମୁଖ୍ୟ ଭୂମିକା ଗ୍ରହଣ କରିବେ। ଅଶ୍ଳେଷାର ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡ଼ିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ। ବନ୍ଧୁଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା ହେତୁ ସାମୟିକ ଖୁସୀ ରହିପାରନ୍ତି ।
ସି˚ହ
ସି˚ହ
ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ରସାଣିତ ଓ ମଧୁମୟ କରିବ। କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। ଆଜି ସତକଥା କହି ବିବାଦ ଘେରରେ ପଡ଼ି ପାରନ୍ତି, ଏଣୁ ଭାବିଚିନ୍ତି କହନ୍ତୁ। ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
କନ୍ୟା
କର୍ମକ୍ଷେତ୍ରରେ ହଠାତ୍‌ କୌଣସି ମିଥ୍ୟା ଗୁଜବ ମନକୁ ଚହଲାଇ ଦେବ। ଅର୍ଥ କିମ୍ବା ଅଳଙ୍କାର ଦେବା ନେବାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ସାମୟିକ ଚିନ୍ତା କରିପାରନ୍ତି।
ତୁଳା
ତୁଳା
ଛୋଟବଡ଼ ସମସ୍ୟାର ସରଳ ସମାଧାନ କରି ଆନନ୍ଦ ଅନୁଭବ କରିବେ। ଚିତ୍ରାର କେତେକ ପୁରୁଣା କଥାକୁ ଚିନ୍ତାକରି କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ପିଲାଙ୍କ ଆଚରଣରେ ଅସନ୍ତୁଷ୍ଟ ରହିବା କାରଣରୁ ବିରକ୍ତ ହୋଇପାରନ୍ତି। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ହେତୁ ଆକସ୍ମିକ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ।
ବିଛା
ବିଛା
ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କଲେ ସବୁ ଠିକ୍‌ ହୋଇଯିବ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବା ସକାଶେ ଦିନଟି ବହୁତ ଭଲ। ଜ୍ୟେଷ୍ଠା ନକ୍ଷତ୍ର ସକାଶେ ଆଜି ଦିନଟି କଳା, ସଭା ସମିତି ଓ ମନୋରଞ୍ଜନ ପାଇଁ ଶୁଭଦାୟକ ହେବ। କିନ୍ତୁ ସାଧାରଣ କଥାକୁ କେନ୍ଦ୍ର କରି ଅପରାହ୍ନରେ ଟେନ୍‌ସନ୍‌ ବଢ଼ିପାରେ।
ଧନୁ
ଧନୁ
ସକାଳୁ ବହୁ ଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାଯର୍‌ୟକାରୀ କରିବା ସକାଶେ ମନ ବଳାଇ ପାରନ୍ତି। ବିବାଦୀୟ ଘଟଣାରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି। ପାଖ, ପଡ଼ୋଶୀଙ୍କ ଶ୍ଳେଷାମତ୍କ କଥାକୁ ଠିକ୍‌ ଭାବେ ବୁଝି ପାରିବେନି। ପୂର୍ବାଷାଢ଼ା ନକ୍ଷତ୍ର ସକାଶେ ନୂତନ ସ୍ଥାନ ପରିଭ୍ରମଣ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।
ମକର
ମକର
କୌଣସି ଜିନିଷ ପାଇବାକୁ କେନ୍ଦ୍ର କରି ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି। ପରିସ୍ଥିତିକୁ ଦେଖି ଧାର କରଜ କରିବାକୁ ବାଧ୍ୟ ହେବେ। ନିକଟ ସମ୍ପର୍କୀୟମାନେ କାଳେ ଦେବାକୁ ପଡ଼ିବ,ଏହି କାରଣରୁ ପାଖ ମାଡ଼ିବେ ନାହିଁ। ଶଯ୍ୟାଶାୟୀ ବୃଦ୍ଧ ପିତାମାତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାରୁ ଆଶ୍ୱସ୍ତି ଲାଭ କରିବେ। ବ୍ୟବସାୟିକ ସ୍ଥିତି ମଧ୍ୟମ ପ୍ରକାରର ରହିବ।
କୁମ୍ଭ
କୁମ୍ଭ
ବନ୍ଧୁଙ୍କ ପରାମର୍ଶରେ ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି। ପରିବାର ମଧ୍ୟରେ ଛୋଟ କଥାକୁ ଧରି ବସିଲେ ଅଶାନ୍ତିର ବାତାବରଣ ସୃଷ୍ଟି ହେବ। ସକାଳୁଆ ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ। ଦୀର୍ଘ ଦିନର ଶତ୍ରୁତା କେତେକ ସମସ୍ୟା ସୃଷ୍ଟି କରିବାର ଆଶଙ୍କା ମନରେ ଜାଗତ ହୋଇପାରେ।
ମୀନମୀନ
କର୍ମ କ୍ଷେତ୍ରରୁ ଫେରିବା ବେଳକୁ ଘରର ଅଶାନ୍ତ ପରିବେଶ ଶାନ୍ତ ପଡ଼ି ଯାଇଥିବ। ଫେରିବା ବାଟରେ ବନ୍ଧୁଙ୍କୁ ଭେଟି ଆଗାମୀ କାଲିର ଯୋଜନା ପ୍ରସ୍ତୁତ କରି ପାରନ୍ତି। ଆଲୋଚନା ପରିସରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ପରିବାର ଭିତରେ ବୁଝାମଣା ସମ୍ପର୍କରେ ଉନ୍ନତି ଘଟିବାର ଆଶା ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri